ଆରମ୍ଭ ୬.୦ ଅବସରରେ ଯୁବ ପ୍ରଶାସନିକ ଅଧିକାରୀଙ୍କ ସହ ଭାବ ବିନିମୟ କଲେ ପ୍ରଧାନମନ୍ତ୍ରୀ
October 30th, 09:17 pm
ଆରମ୍ଭ ୬.୦ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁବ ପ୍ରଶାସନିକ ଅଧିକାରୀମାନଙ୍କ ସହ ଭାବ ବିନିମୟ କରିଛନ୍ତି । ଜନ ଭାଗିଦାରୀ ସ୍ପିରିଟରେ ପ୍ରଶାସନରେ ବିକାଶ ଆଣିବାକୁ ଯୁବ ପ୍ରଶାସନିକ ଅଧିକାରୀମାନଙ୍କ ସହ ବିସ୍ତୃତ ଭାବେ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ । ଦୃଢ଼ ପ୍ରତିକ୍ରିୟା ତନ୍ତ୍ରର ଗୁରୁତ୍ୱତା ଏବଂ ଅଭିଯୋଗ ଶୁଣାଣି ପଦ୍ଧତିର ବିକାଶ ବାବଦରେ ମଧ୍ୟ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ନାଗରିକଙ୍କ ‘ଇଜ୍ ଅଫ ଲିଭିଙ୍ଗ’ରେ ବିକାଶ ଆଣିବାକୁ ଯୁବ ପ୍ରଶାସନିକ ଅଧିକାରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ ଦେଇଥିଲେ ।ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଯୋଗଦେବେ
October 29th, 03:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ କରିବେ । ଅକ୍ଟୋବର ୩୦ ରେ ସେ ଏକତା ନଗର, କେଭାଡିଆ ଯିବେ ଏବଂ ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ଏକତା ନଗରରେ ୨୮୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ଏହାପରେ ସନ୍ଧ୍ୟା ପ୍ରାୟ ୬ ଟାରେ ସେ ଆରମ୍ଭ ୬.୦ରେ ୯୯ତମ କମନ୍ ଫାଉଣ୍ଡେସନ୍ ପାଠ୍ୟକ୍ରମର ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କୁ ସମ୍ବୋଧିତ କରିବେ। ଅକ୍ଟୋବର ୩୧ ତାରିଖ ସକାଳ ପ୍ରାୟ ୭ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ପୁଷ୍ପମାଲ୍ୟ ଅର୍ପଣ କରିବେ ଏବଂ ଏହା ପରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯିବ ।