ସ୍ୱଚ୍ଛ ଭାରତ ମିଶନ ଶୁଭାରମ୍ଭର ୧୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଅକ୍ଟୋବର ୨ରେ ସ୍ୱଚ୍ଛ ଭାରତ ଦିବସ ୨୦୨୪ରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ

September 30th, 08:59 pm

ସ୍ୱଚ୍ଛତା ପାଇଁ ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ଜନ ଆନ୍ଦୋଳନ - ସ୍ୱଚ୍ଛ ଭାରତ ମିଶନ ଶୁଭାରମ୍ଭର ୧୦ ବର୍ଷ ପୂର୍ତ୍ତି ଉପଲକ୍ଷେ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୫୫ତମ ଗାନ୍ଧୀ ଜୟନ୍ତୀ ଅବସରରେ ଅକ୍ଟୋବର ୨ ତାରିଖ ସକାଳ ପ୍ରାୟ ୧୦ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ସ୍ୱଚ୍ଛ ଭାରତ ଦିବସ ୨୦୨୪ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ।

୪୪ତମ ପ୍ରଗତି ଆଲୋଚନାରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

August 28th, 06:58 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନେଇ ସକ୍ରିୟ ଶାସନ ଏବଂ ସମୟୋପଯୋଗୀ କାର୍ଯ୍ୟକାରିତା ପାଇଁ ଆଇସିଟି ଆଧାରିତ ମଲ୍ଟି-ମୋଡାଲ୍ ପ୍ଲାଟଫର୍ମ ପ୍ରଗତିର ୪୪ତମ ବୈଠକରେ ଅଧ୍ୟକ୍ଷତା କରିଥିଲେ । ତୃତୀୟ ପାଳିରେ ଏହା ଥିଲା ପ୍ରଥମ ବୈଠକ।

ବଜେଟ ପରବର୍ତ୍ତୀ ୱେବିନାର ‘ସହରୀ ଯୋଜନା, ବିକାଶ ଏବଂ ସ୍ୱଚ୍ଛତା’ଉପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ମୂଳ ପାଠ

March 01st, 10:20 am

ଏହି ମହତ୍ତ୍ୱପୂର୍ଣ୍ଣ ବିଷୟ- ସହରୀ ବିକାଶ ଉପରେ ବଜେଟ ୱେବିନାରରେ ଆପଣ ସମସ୍ତଙ୍କୁ ସ୍ୱାଗତ ।

ସହରୀ ଯୋଜନା, ବିକାଶ ଓ ପରିମଳ ଉପରେ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 01st, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ଯୋଜନା କୈନ୍ଦ୍ରିକ ସହରୀ ବିକାଶ’ ଉପରେ ବଜେଟ ପର ଏକ ୱେବିନାରରେ ଆଜି (ତା୦୧.୦୩. ୨୦୨୩) ଅଭିଭାଷଣ ପ୍ରଦାନ କରିଛନ୍ତି । କେନ୍ଦ୍ରୀୟ ବଜେଟ୍‌-୨୦୨୩ ରେ ଘୋଷିକ ବିଭିନ୍ନ ପଦକ୍ଷେପ ଉପରେ ଜନସାଧାରଣ ପ୍ରସ୍ତାବମାନ ଦେବାକୁ ତଥା ଏହାର କାର୍ଯ୍ୟକାରିତାର ସୁଖମତା ନିମନ୍ତେ ସରକାର ଏହି ୱେବିନାର ଆୟୋଜନ କରୁଛନ୍ତି । ସରକାର ଆୟୋଜନ କରିଥିବା ମୋଟ ୧୨ଟି ୱେବିନାର ମଧ୍ୟରୁ ଆଜିର ଏହା ଷଷ୍ଠ ୱେବିନାର ।

ଲକ୍ଷ୍ନୌ ଠାରେ ଆଜାଦୀ @୭୫ ସମ୍ମିଳନୀ ଏବଂ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ମୂଳ ପାଠ

October 05th, 10:31 am

ଉତ୍ତର ପ୍ରଦେଶର ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହକର୍ମୀ ଏବଂ ଲକ୍ଷ୍ନୌର ହିଁ ସାଂସଦ, ମୋର ବରିଷ୍ଠ ସାଥୀ, ଶ୍ରୀମାନ ରାଜନାଥ ସିଂହ ଜୀ, ଶ୍ରୀ ହରଦୀପ୍ସିଂହ ପୁରୀ ଜୀ, ମହେନ୍ଦ୍ରନାଥ ପାଣ୍ଡେ ଜୀ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବପ୍ରସାଦ ମୌର୍ଯ୍ୟ ଜୀ, ଶ୍ରୀ ଦିନେଶ ଶର୍ମା ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଶ୍ରୀମାନ କୌଶଲ କିଶୋର ଜୀ, ରାଜ୍ୟ ସରକାରଙ୍କ ମନ୍ତ୍ରିଗଣ, ସାଂସଦ, ବିଧାୟକଗଣ, ଦେଶର ଭିନ୍ନ-ଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ଆଦରଣୀୟ ମନ୍ତ୍ରୀଗଣ, ଅନ୍ୟ ସମସ୍ତ ମହାନୁଭବ ଏବଂ ଉତ୍ତର ପ୍ରଦେଶର ମୋର ପ୍ରିୟ ଭଉଣୀ ଓ ଭାଇମାନେ!

ଲକ୍ଷ୍ନୌରେ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କଲେ @୭୫-ନୂତନ ସହରାଞ୍ଚଳ ଭାରତବର୍ଷ-ସହରୀ ଦୃଶ୍ୟପଟ ପରିବର୍ତ୍ତନ ସମ୍ମିଳନୀ ଓ ଏକ୍ସପୋ

October 05th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ତା୦୫-୧୦-୨୦୨୧) ଲକ୍ଷ୍ନୌଠାରେ ଆଜାଦୀ@୭୫- ନୂତନ ସହରାଞ୍ଚଳ ଭାରତବର୍ଷ-ସହରୀ ଦୃଶ୍ୟପଟ ପରିବର୍ତ୍ତନ ସମ୍ମିଳନୀ ଓ ଏକ୍ସପୋ ଉଦ୍‌ଘାଟନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ସର୍ବଶ୍ରୀ ରାଜନାଥ ସିଂ, ହରଦୀପ ସିଂ ପୁରୀ, ମହେନ୍ଦ୍ର ନାଥ ପାଣ୍ଡେ, କୌଶଳ କିଶୋର, ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ୍ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଅବସରରେ ଉପସ୍ଥିତ ଥିଲେ।

ସ୍ୱଚ୍ଛ ଭାରତ ଅଭିଯାନ-ସହରାଞ୍ଚଳ ୨.୦ ଏବଂ ଅମୃତ ୨.୦ର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 01st, 11:01 am

କାର୍ଯ୍ୟକ୍ରମରେ ମୋ ସହିତ ଉପସ୍ଥିତ ଥିବା କେନ୍ଦ୍ରମନ୍ତ୍ରୀ ହରଦୀପ ସିଂହପୁରୀ ଜୀ, ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱାତ୍ ଜୀ, ଶ୍ରୀ ପ୍ରହ୍ଲାଦ ସିଂହ ପଟେଲ ଜୀ, ଶ୍ରୀ କୌଶଲ କୁମାର ଜୀ, ଶ୍ରୀ ବିଶେଶ୍ୱର ଜୀ, ବିଭିନ୍ନ ରାଜ୍ୟରେ ଉପସ୍ଥିତ ମନ୍ତ୍ରୀଗଣ, ମହାନଗର ନିଗମ, ପୌରପାଳିକାର ମେୟର ଓ କମିଶନର, ସ୍ୱଚ୍ଛଭାରତ ମିଶନ ଓ ଅମୃତ ଯୋଜନାର ସମସ୍ତ ସାରଥୀ, ଭାଇ ଓ ଭଉଣୀମାନେ।

ସ୍ୱଚ୍ଛ ଭାରତ ଅଭିଯାନ-ସହରାଞ୍ଚଳ ୨.୦ ଏବଂ ଅମୃତ ୨.୦ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 01st, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ୱଚ୍ଛ ଭାରତ ମିଶନ ସହରାଞ୍ଚଳ ୨.୦ ଏବଂ ଅଟଳ ମିଶନ ଫର ରିଜୁଭେନେସନ ଆଣ୍ଡ ଅର୍ବାନ ଟ୍ରାନ୍ସଫର୍ମେସନ –ଅମୃତ ମିଶନ ୨.୦ର ଶୁଭାରମ୍ଭ କରିଛନ୍ତି । କେନ୍ଦ୍ର ମନ୍ତ୍ରୀ ଶ୍ରୀ ହରଦୀପ ସିଂ ପୁରୀ, ଶ୍ରୀ ଗଜେନ୍ଦ୍ର ସିଂ ଶେଖାୱତ, ଶ୍ରୀ ପ୍ରହ୍ଲାଦ ସିଂ ପଟେଲ, ଶ୍ରୀ କୌଶଳ କିଶୋର, ଶ୍ରୀ ବିଶ୍ୱେଶ୍ୱର ଟୁଡୁ, ବିଭିନ୍ନ ରାଜ୍ୟର ମନ୍ତ୍ରୀଗଣ, ମହାନଗର ନିଗମ, ପୌରପାଳିକାର ମେୟର ଓ କମିଶନରମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ ।

ଅକ୍ଟୋବର ପହିଲାରେ ସ୍ୱଚ୍ଛ ଭାରତ ମିଶନ-ସହରୀ ୨.୦ ଏବଂ ଅମୃତ ୨.୦ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ

September 30th, 01:45 pm

ଏକ ଉଲ୍ଲେଖନୀୟ ଘଟଣା କ୍ରମେ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱଚ୍ଛ ଭାରତ ମିଶନ ଅର୍ବାନ ୨.୦ ଏବଂ ଅମୃତ ୨.0 (୦୧.୧୦.୨୦୨୧) ନୂଆଦିଲ୍ଲୀସ୍ଥିତ ଡକ୍ଟର ଆମ୍ବେଦକର ଆନ୍ତର୍ଜାତିକ ଶିକ୍ଷାକେନ୍ଦ୍ରରେ ଆରମ୍ଭ କରିବେ ।