ଆନ୍ଧ୍ର ପ୍ରଦେଶରେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠାକୁ କ୍ୟାବିନେଟ ଅନୁମୋଦନ
May 16th, 04:20 pm
ଆନ୍ଧ୍ର ପ୍ରଦେଶର ଅନନ୍ତପୁର ଜିଲ୍ଲାର ଜନ୍ଥାଲୁରୁ ଗ୍ରାମରେ “ଆନ୍ଧ୍ରପ୍ରଦେଶ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ” ନାମରେ ଏକ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପ୍ରସ୍ତାବକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ନୀତିଗତ ଅନୁମୋଦନ ମିଳିଛି । କଥିତ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ନିମନ୍ତେ ପ୍ରାରମ୍ଭିକ ବ୍ୟୟ ବାବଦରେ 450 କୋଟି ଟଙ୍କାର ପାଣ୍ଠି ବ୍ୟବସ୍ଥା କରାଯାଇଛି ।