ଏକ ଜାତୀୟ ସ୍ତରର ବହୁ-ରାଜ୍ୟ ବିହନ ସୋସାଇଟି ଗଠନ ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ
January 11th, 03:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଏଠାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏକ ଜାତୀୟ ସ୍ତରର ବହୁ ରାଜ୍ୟ ସମବାୟ ବିହନ ସୋସାଇଟି ଗଠନ କରିବା ସଂକ୍ରାନ୍ତ ଏକ ଐତିହାସିକ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏହି ସୋସାଇଟି ବହୁ ରାଜ୍ୟ ସମବାୟ ସମିତି ଆଇନ (ଏମ୍ଏସ୍ସିଏସ୍) -୨୦୦୨ ଅନୁସାରେ ଗଠିତ ହେବ ଏବଂ କେନ୍ଦ୍ର ସରକାର ଏହାକୁ ଆବଶ୍ୟକ ପ୍ରୋତ୍ସାହନ ଯୋଗାଇଦେବେ । ଏହି ସୋସାଇଟି ଉନ୍ନତମାନର ବିହନ ଉତ୍ପାଦନ, ସଂଗ୍ରହ, ପ୍ରକ୍ରିୟାକରଣ,ବ୍ରାଣ୍ଡିଂ, ଲେବଲିଂ, ପ୍ୟାକେଜିଂ, ଭଣ୍ଡାରଣ, ଉତ୍ପାଦନ ପାଇଁ ଗବେଷଣା ଓ ଉନ୍ନୟନ କାମ କରିବା ସହିତ ଦେଶୀ ପ୍ରାକୃତିକ ବିହନର ସଂରକ୍ଷଣ ତଥା ପ୍ରୋତ୍ସାହନ ଦିଗରେ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିବ । ଏହି କାମରେ ଦେଶର ବିଭିନ୍ନ ସ୍ତରର ସମବାୟ ସମିତିଗୁଡିକୁ ଏହି ଶୀଷ ର୍ସଂଗଠନରେ ନିୟୋଜିତ କରିବ ଏବଂ କୃଷି ମନ୍ତ୍ରଣାଳୟ ସହିତ ଭାରତୀୟ କୃଷି ଗବେଷଣା ପରିଷଦ, ଜାତୀୟ ବିହନ ନିଗମ ଓ ଅନ୍ୟାନ୍ୟ ସମ୍ପୃକ୍ତ ସଂସ୍ଥା ଓ ସଂଗଠନ ନିଜ ନିଜର ଯୋଜନା ମାଧ୍ୟମରେ ଏଥିପାଇଁ ଆବଶ୍ୟକ ସାହାଯ୍ୟ ସହଯୋଗ ଯୋଗାଇବେ । ଏହି ସମସ୍ତ କାର୍ଯ୍ୟ ସାମଗ୍ରିକ ସରକାର ଆଭିମୁଖ୍ୟରେ କାର୍ଯ୍ୟକାରୀ ହେବ ।ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ବସ୍ଥ୍ୟସେବା କର୍ମଚାରୀଙ୍କ ସହ ମତ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 18th, 10:31 am
ଗୋଆର ଉର୍ଜାବାନ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରମୋଦ ସାୱନ୍ତ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ, ଗୋଆର ସୁପୁତ୍ର ଶ୍ରୀପଦ ନାୟକ ମହାଶୟ, କେନ୍ଦ୍ର ସରକାରଙ୍କ ମନ୍ତ୍ରୀ ପରିଷଦରେ ମୋର ସହକର୍ମୀ ଡକ୍ଟର ଭାରତୀ ପାୱାର ମହାଶୟା, ଗୋଆର ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକ, ଅନ୍ୟ ଜନ ପ୍ରତିନିଧି, ସମସ୍ତ କରୋନା ଯୋଦ୍ଧା, ଭାଇ ଓ ଭଉଣୀମାନେ !ପ୍ରଧାନମନ୍ତ୍ରୀ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ବାର୍ତ୍ତାଳାପ କଲେ
September 18th, 10:30 am
ଗୋଆରେ ସମସ୍ତ ପ୍ରାପ୍ତ ବୟସ୍କ ଲୋକଙ୍କର ୧୦୦% ଟିକାକରଣ ଶେଷ ହେବା ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡିଓ କନଫରେନ୍ସ ଜରିଆରେ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ଏବଂ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି ।