ତ୍ରିରଙ୍ଗାର ଗୌରବ ବଜାୟ ରଖିବାରେ 'ହର ଘର ତିରଙ୍ଗା ଅଭିଯାନ' ଏକ ଅନନ୍ୟ ପର୍ବ ପାଲଟିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
July 28th, 11:30 am
ବନ୍ଧୁଗଣ, କ୍ରୀଡ଼ା ଜଗତର ଏହି ଅଲମ୍ପିକ୍ସ ଭିନ୍ନ, କିଛିଦିନ ପୂର୍ବରୁ ଗଣିତ ଜଗତରେ ମଧ୍ୟ ଗୋଟିଏ ଅଲମ୍ପିକ୍ସ ଅନୁଷ୍ଠିତ ହୋଇଯାଇଛି – International Mathematics Olympiad. ଏହି ଅଲିମ୍ପିଆଡରେ ଭାରତର ପ୍ରତିଯୋଗୀମାନେ ଖୁବ ଭଲ ପ୍ରଦର୍ଶନ କରିଛନ୍ତି । ଏଥିରେ ଆମ ଦଳ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ଚାରୋଟି ସ୍ୱର୍ଣ୍ଣପଦକ ଏବଂ ଗୋଟିଏ ରୌପ୍ୟପଦକ ଜିତିଛି । International Mathematics Olympiad – ଏଥିରେ ୧୦୦ରୁ ଅଧିକ ଦେଶର ଯୁବ ପ୍ରତିଯୋଗୀ ଅଂଶଗ୍ରହଣ କରିଥାନ୍ତି ଏବଂ ମୋଟ ପଦକ ତାଲିକାରେ ଆମ ଦଳ ସର୍ବଶ୍ରେଷ୍ଠ ପାଞ୍ଚଟି ଦଳ ମଧ୍ୟରେ ସ୍ଥାନ ପାଇବାରେ ସଫଳତା ଲାଭ କରିଛି । ଦେଶର ନାଁ ଉଜ୍ଜ୍ୱଳ କରିଥିବା ଏହି ଛାତ୍ରମାନଙ୍କ ନାମ ହେଉଛି - ପୁଣେର ଆଦିତ୍ୟ ଭେଙ୍କଟ ଗଣେଶ, ସେହି ପୁଣେର ସିଦ୍ଧାର୍ଥ ଚୋପ୍ଡ଼ା, ଦିଲ୍ଲୀର ଅର୍ଜୁନ ଗୁପ୍ତା, ଗ୍ରେଟର୍ ନଏଡାର କନବ ତଲୱାର, ମୁମ୍ବାଇର ରୁଷିଲ୍ ମାଥୁର୍ ଏବଂ ଗୁଆହାଟିର ଆନନ୍ଦୋ ଭାଦୁରୀ ।ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ଆସାମର ଚାରାଇଦେଓ ସ୍ଥିତ ମୈଦାମ୍ ସାମିଲ ହୋଇଥିବାରୁ ଖୁସି ଓ ଗର୍ବ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
July 26th, 02:50 pm
ଆସାମର ଚାରାଇଦେଓ ମୈଦାମ୍କୁ ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ କରାଯାଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖୁସି ଏବଂ ଗର୍ବ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଏହା ଭାରତ ପାଇଁ ଅତ୍ୟନ୍ତ ଆନନ୍ଦ ଓ ଗର୍ବର ବିଷୟ ।