ଇଥିଓପିଆ ସଂସଦର ମିଳିତ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 17th, 12:25 pm
ପ୍ରାଚୀନ ଜ୍ଞାନ ଓ ଆଧୁନିକ ଆକାଂକ୍ଷାର ସମନ୍ୱୟ ଥିବା ଏକ ଜାତିର ହୃଦୟସ୍ଥଳ ତଥା ଗଣତନ୍ତ୍ରର ଏହି ମନ୍ଦିରକୁ ଆସିଥିବାରୁ ମୁଁ ନିଜକୁ ଗୌରବାନ୍ୱିତ ମନେକରୁଛି। ଆପଣମାନଙ୍କ ସଂସଦ, ଆପଣମାନଙ୍କ ଜନତା ଏବଂ ଆପଣମାନଙ୍କ ଗଣତାନ୍ତ୍ରିକ ଯାତ୍ରା ପ୍ରତି ଗଭୀର ସମ୍ମାନର ସହିତ ମୁଁ ଏଠାକୁ ଆସିଛି।ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
December 17th, 12:12 pm
ପ୍ରଧାନମନ୍ତ୍ରୀ ଭାରତୀୟମାନଙ୍କ ପକ୍ଷରୁ ଇଥିଓପିଆ ସାଂସଦମାନଙ୍କୁ ବନ୍ଧୁତା ଏବଂ ସଦ୍ଭାବନାର ଶୁଭେଚ୍ଛା ଜଣାଇ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଥିଲେ ଯେ, ସଂସଦକୁ ସମ୍ବୋଧିତ କରିବା ଏବଂ ଗଣତନ୍ତ୍ରର ଏହି ମନ୍ଦିର ମାଧ୍ୟମରେ, ଇଥିଓପିଆର ଭବିଷ୍ୟତ ଗଠନ କରୁଥିବା ସାଧାରଣ ଜନତା - କୃଷକ, ଉଦ୍ୟୋଗୀ, ଗର୍ବିତ ମହିଳା ଏବଂ ଯୁବକମାନଙ୍କ ସହ କଥା ହେବା ଏକ ସୌଭାଗ୍ୟର ବିଷୟ। ତାଙ୍କୁ ସର୍ବୋଚ୍ଚ ପୁରସ୍କାର - ‘ଗ୍ରେଟ୍ ଅନର ନିଶାନ ଅଫ ଇଥିଓପିଆ’ ପ୍ରଦାନ କରିବା ପାଇଁ ସେ ଇଥିଓପିଆର ଜନତା ଏବଂ ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ। ଦୁଇଦେଶର ଗୁରୁତ୍ବପୂର୍ଣ୍ଣ ସମ୍ପର୍କ କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଯେ, ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ରହିଆସିଥିବା ଦୀର୍ଘକାଳୀନ ସମ୍ପର୍କ ରଣନୈତିକ ସହଭାଗୀତା ସ୍ତରକୁ ଉନ୍ନୀତ ହୋଇଛି।ଭାରତ-ଜୋର୍ଡାନ ବ୍ୟବସାୟିକ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
December 16th, 12:24 pm
ଗତକାଲି ମହାମହିମଙ୍କ ସହିତ ମୋର ଆଲୋଚନାର ସାରାଂଶ ମଧ୍ୟ ଏହା ଥିଲା। ଆମେ ଭୂଗୋଳକୁ କିପରି ସୁଯୋଗରେ ଏବଂ ସୁଯୋଗକୁ କିପରି ବିକାଶରେ ପରିଣତ କରାଯାଇପାରିବା ସେ ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲୁ।ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ପ୍ରଧାନମନ୍ତ୍ରୀ ଏବଂ ରାଜା ଅବଦୁଲ୍ଲା ଦ୍ୱିତୀୟଙ୍କ ସମ୍ବୋଧନ
December 16th, 12:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଜୋର୍ଡାନର ରାଜା ଅବଦୁଲ୍ଲା ଦ୍ୱିତୀୟ ଆଜି ଅମ୍ମାନରେ ଭାରତ-ଜୋର୍ଡାନ ବ୍ୟବସାୟିକ ଫୋରମକୁ ସମ୍ବୋଧିତ କରିଥିଲେ। ଏହି ବୈଠକରେ ଜୋର୍ଡାନର କ୍ରାଉନ ପ୍ରିନ୍ସ ହୁସେନ ଏବଂ ସେଠାକାର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ତଥା ନିବେଶ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ। ରାଜା ଅବଦୁଲ୍ଲା ଦ୍ୱିତୀୟ ଏବଂ ପ୍ରଧାନମନ୍ତ୍ରୀ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ସମ୍ପର୍କକୁ ସୁଦୃଢ଼ କରିବାର ଗୁରୁତ୍ୱକୁ ସ୍ୱୀକାର କରିଥିଲେ। ଉଭୟ ନେତା ପ୍ରଗତି ଏବଂ ସମୃଦ୍ଧି ହାସଲ କରିବା ପାଇଁ ଏହି କ୍ଷେତ୍ରରେ ସମ୍ଭାବନା ଏବଂ ସୁଯୋଗକୁ ଉପଯୋଗ କରିବାକୁ ଉଭୟ ପକ୍ଷର ଶିଳ୍ପପତିମାନଙ୍କୁ ଆହ୍ୱାନ କରିଛନ୍ତି। ରାଜା ଅବଦୁଲ୍ଲା ଦ୍ୱିତୀୟ କହିଛନ୍ତି ଯେ, ଜୋର୍ଡାନର ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏବଂ ଭାରତର ଆର୍ଥିକ ଶକ୍ତିକୁ ମିଶ୍ରଣ କରି ଦକ୍ଷିଣ ଏସିଆ ଏବଂ ପଶ୍ଚିମ ଏସିଆ ତଥା ଅନ୍ୟ ଅନ୍ତର୍ଜାତୀୟ ସ୍ତରରେ ଏକ ଆର୍ଥିକ କରିଡର ସୃଷ୍ଟି କରାଯାଇପାରିବ।ସ୍କାଇରୁଟର ଇନଫିନିଟି କ୍ୟାମ୍ପସର ଉଦଘାଟନ ଅବସରରେ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 27th, 11:01 am
କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଜି. କିଶନ ରେଡ୍ଡୀ ଜୀ, ଆନ୍ଧ୍ର ପ୍ରଦେଶର ଶିଳ୍ପ ମନ୍ତ୍ରୀ ଶ୍ରୀ ଟି. ଜି. ଭରତ ଜୀ, ଇନ୍-ସ୍ପେସ୍ ର ଅଧ୍ୟକ୍ଷ ଶ୍ରୀ ପବନ ଗୋଏଙ୍କା ଜୀ, ସ୍କାଇରୁଟର ଟିମ୍, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ସଜ୍ଜନଗଣ!ହାଇଦ୍ରାବାଦରେ ସ୍କାଏରୁଟର ଇନଫିନିଟି କ୍ୟାମ୍ପସକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 27th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ତେଲଙ୍ଗାନାର ହାଇଦ୍ରାବାଦରେ ସ୍କାଏରୁଟର ଇନଫିନିଟି କ୍ୟାମ୍ପସକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଦେଶର ମହାକାଶ କ୍ଷେତ୍ରରେ ଅଭୂତପୂର୍ବ ସୁଯୋଗ ସୃଷ୍ଟି ହୋଇଛି । ଭାରତର ମହାକାଶ ଇକୋସିଷ୍ଟମ ଘରୋଇ କ୍ଷେତ୍ରର ସମ୍ପୃକ୍ତି ସହ ଉଲ୍ଲେଖନୀୟ ପ୍ରଗତି ହାସଲ କରୁଛି। ସ୍କାଏରୁଟର ଇନଫିନିଟି କ୍ୟାମ୍ପସ ଭାରତର ନୂତନ ଚିନ୍ତାଧାରା, ନବସୃଜନ ଓ ଯୁବଶକ୍ତିକୁ ପ୍ରତିଫଳିତ କରେ ଏବଂ ଦେଶର ଯୁବପିଢ଼ିଙ୍କ ନବସୃଜନ, ବିପଦ ଗ୍ରହଣ କ୍ଷମତା ଓ ଉଦ୍ୟମିତା ନୂତନ ଉଚ୍ଚତାରେ ପହଞ୍ଚିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ଆଜିର କାର୍ଯ୍ୟକ୍ରମ ଆଗାମୀ ସମୟରେ ବିଶ୍ୱ ଉପଗ୍ରହ ପ୍ରକ୍ଷେପଣ ଇକୋସିଷ୍ଟମରେ ଭାରତ କିପରି ଏକ ଅଗ୍ରଣୀ ରାଷ୍ଟ୍ର ଭାବରେ ଉଭା ହେବାକୁ ଯାଉଛି ତାହାର ପ୍ରତିଫଳନ। ପ୍ରଧାନମନ୍ତ୍ରୀ ଶ୍ରୀ ପବନ କୁମାର ଚନ୍ଦନା ଏବଂ ଶ୍ରୀ ନାଗା ଭରତ ଡାକାଙ୍କୁ ଶୁଭକାମନା ଜଣାଇଥିଲେ। ସେ କହିଥିଲେ ଯେ ଏହି ଦୁଇ ଯୁବ ଉଦ୍ୟୋଗୀ ଦେଶର ଅଗଣିତ ଯୁବ ମହାକାଶ ଉଦ୍ୟୋଗୀଙ୍କ ପାଇଁ ପ୍ରେରଣା। ଉଭୟ ନିଜ ଉପରେ ବିଶ୍ୱାସ କରିଥିଲେ, ସାହସିକ ପଦକ୍ଷେପ ନେବାକୁ ପଛଘୁଞ୍ଚା ଦେଇ ନଥିଲେ, ଏବଂ ଫଳସ୍ୱରୂପ ସମଗ୍ର ଦେଶ ଆଜି ସେମାନଙ୍କର ସଫଳତା ଦେଖୁଛି, ଦେଶ ସେମାନଙ୍କୁ ନେଇ ଗର୍ବିତ ଅନୁଭବ କରୁଛି ବୋଲି ସେ କହିଥିଲେ।ଜି-୨୦ ଶିଖର ସମ୍ମିଳନୀର ଦ୍ୱିତୀୟ ଅଧିବେଶନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
November 22nd, 09:57 pm
ଏହି ଚିନ୍ତାଧାରାର ସହିତ ଭାରତ ନିଜର ଜି-୨୦ ଅଧ୍ୟକ୍ଷତା ଅବଧିରେ ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟକାରୀ ଗୋଷ୍ଠୀ ସ୍ଥାପନା କରିଥିଲା। ଏହି ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟସୂଚୀକୁ ପ୍ରାଥମିକତା ପ୍ରଦାନ ପୂର୍ବକ ଆଗକୁ ବଢ଼ାଇ ଥିବାରୁ ମୁଁ ଦକ୍ଷିଣ ଆଫ୍ରିକାକୁ ଅଭିନନ୍ଦନ ଜଣାଉଛି।ଜୋହାନ୍ସବର୍ଗ ଜି୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ
November 22nd, 09:35 pm
ଉନ୍ମୋଚନ ଅଧିବେଶନରେ ସମାବେଶୀ ଏବଂ ପୋଷଣୀୟ ଆର୍ଥିକ ବିକାଶରେ କାହାକୁ ପଛରେ ନ ଛାଡ଼ିବା' ଶୀର୍ଷକ ପ୍ରସଙ୍ଗରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ କୁଶଳୀ ସ୍ଥାନରନ୍ତଣ, ପର୍ଯ୍ୟଟନ, ଖାଦ୍ୟ ନିରାପତ୍ତା, କୃତ୍ରିମ ପ୍ରଜ୍ଞା, ଡିଜିଟାଲ ଅର୍ଥନୀତି, ନବାସାର ଏବଂ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଏହି ଗୋଷ୍ଠୀ ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଥିଲେ। ଏହି ପ୍ରସଙ୍ଗରେ, ସେ ଉଲ୍ଲେଖ କରିଥିଲେ ଯେ ନୂଆଦିଲ୍ଲୀ ଶିଖର ସମ୍ମିଳନୀ ଅବସରରେ ଗ୍ରହଣ କରାଯାଇଥିବା କେତେକ ଐତିହାସିକ ନିଷ୍ପତ୍ତିକୁ ଆଗକୁ ଆଗେଇ ନିଆଯାଇଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଆରୋପ ପୂର୍ବକ ସୂଚାଇଥିେ ଯେ ବର୍ତ୍ତମାନ ସମୟ ଆସିଛି ଯେତେବେଳେ ଆମକୁ ବିକାଶର ନୂଆ ନୂଆ ମାପଦଣ୍ଡ ଦୃଷ୍ଟିରୁ ଦେଖିବା ଉଚିତ, ଯାହା ଫଳରେ ବିକାଶ କ୍ଷେତ୍ରରେ ଥିବା ଅସନ୍ତୁଳନକୁ ମେଣ୍ଟାଯାଇ ପାରିବ ଏବଂ ପ୍ରାକୃତିକ ସମ୍ପଦର ମାତ୍ରାତିରିକ୍ତ ଉତ୍ତୋଳନକୁ ମଧ୍ୟ ରୋକାଯାଇ ହେବ। ବିଶେଷ କରି ଯେତେବେଳେ ଜି- ୨୦ ଶିଖର ସମ୍ମିଳନୀ ପ୍ରଥମ ଥର ପାଇଁ ଆଫ୍ରିକା ଭୂଇଁରେ ଆୟୋଜିତ ହେଉଛି। ଏହି ପରିପ୍ରେକ୍ଷୀରେ, ସେ ଦର୍ଶାଇଥିଲେ ଯେ ସାମଗ୍ରିକ ମାନବିକତା'ର ଚିନ୍ତାଧାରା ଯାହା କି ଭାରତର ସଭ୍ୟତାଗତ ପ୍ରଜ୍ଞା ଉପରେ ଆଧାରିତ ତାହା ଅଧିକ ମାତ୍ରାରେ ଉପଯୋଗ କରାଯିବା ଉଚିତ। ସାମଗ୍ରିକ ମାନବବାଦକୁ ବ୍ୟାଖ୍ୟା କରିବାକୁ ଯାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ମାନବ, ସମାଜ ଏବଂ ପ୍ରକୃତିର ସାମଗ୍ରିକ ଚିନ୍ତାଧାରାକୁ ହିଁ ଆଧାର କରି ଆଗକୁ ଅଗ୍ରସର ହୋଇଥାଏ ଏବଂ ସେଥି ନିମନ୍ତେ ପ୍ରଗତି ପଥରେ ସକଳ ପ୍ରକାର ସମନ୍ୱୟ ରକ୍ଷା କରାଯାଇଥାଏ ଏବଂ ଏହା ଧରିତ୍ରୀ ଅବଶ୍ୟ ହାସଲ କରିପାରିବ।Prime Minister Narendra Modi to participate in G20 Leaders’ Summit in Johannesburg, South Africa
November 19th, 10:42 pm
PM Modi will visit Johannesburg, South Africa, from 21-23 November 2025 to attend the 20th G20 Leaders’ Summit. During the Summit sessions, the PM will present India’s perspectives on key issues on the G20 agenda. On the margins of the Summit, he will hold bilateral meetings with world leaders and will also participate in the India-Brazil-South Africa (IBSA) Leaders’ Meeting being hosted by South Africa.ତାମିଲନାଡୁର କୋଏମ୍ବାଟୁରରେ ଦକ୍ଷିଣ ଭାରତ ପ୍ରାକୃତିକ ଚାଷ ସମ୍ମେଳନ ୨୦୨୫ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଦେଇଥିବା ଅଭିଭାଷଣ
November 19th, 07:01 pm
ତାମିଲନାଡୁ ରାଜ୍ୟପାଳ ଆର. ଏନ ରବିଜୀ, କେନ୍ଦ୍ର କ୍ୟାବିନେଟ ସହଯୋଗୀ ଏଲ. ମୁଗୁଗାନଜୀ, ତାମିଲନାଡୁ କୃଷି ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ. କେ.ରାମସ୍ୱାମୀଜୀ, ବିଭିନ୍ନ କୃଷି ଅନୁଷ୍ଠାନର ମାନ୍ୟ ଗଣ୍ୟ ପଦାଧିକାରୀ, ଜନପ୍ରତିନିଧି ଗଣ, କୃଷକ ଭାଇ ଓ ଉଭଣୀ ଏବଂ ଡିଜିଟାଲ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଯୋଡି ହୋଇଥିବା ସାରା ଦେଶର ଲକ୍ଷ ଲକ୍ଷ କୃଷକମାନେ । ମୁଁ ଆପଣମାନଙ୍କୁ ସମସ୍ତଙ୍କୁ ଅଭିବାଦନ ଜଣାଉଛି । ବନାକ୍କମ ଓ ନମସ୍କାର ସହ ଆପଣମାନଙ୍କୁ ମୁଁ ସ୍ୱାଗତ କରୁଛି । ପ୍ରଥମତଃ ମୁଁ ଆପଣ ସମସ୍ତଙ୍କଠାରୁ ଓ ସାରା ଦେଶର ଚାଷୀଙ୍କଠାରୁ କ୍ଷମା ପ୍ରାର୍ଥନା ମାଗୁଛି । ପୁଟ୍ଟପର୍ତୀରେ ଭଗବାନ ସତ୍ୟସାଇ ବାବାଙ୍କ କାର୍ଯ୍ୟକ୍ରମ ପାଇଁ ମୋର ଏଠାକୁ ଆସିବାକୁ ପ୍ରାୟ ଘଂଟାଏ ବିଳମ୍ବ ହୋଇଗଲା । ମୁଁ ଦେଖୁଛି ଏଇଠି ବହୁ ଲୋକ ମୋତେ ଅପେକ୍ଷା କରିଛନ୍ତି । ତେଣୁ ବିଳମ୍ବରେ ଆସିଥିବାରୁ ଆପଣମାନଙ୍କଠାରୁ ମୁଁ କ୍ଷମା ପ୍ରାର୍ଥନା କରୁଛି ।ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ପ୍ରାକୃତିକ କୃଷି ସମ୍ମିଳନୀ ୨୦୨୫କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 19th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ଜୈବିକ କୃଷି ସମ୍ମିଳନୀ ୨୦୨୫ର ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କୋଏମ୍ବାଟୁରର ପବିତ୍ର ଭୂମିରେ ମାରୁଧାମାଲାଇର ଭଗବାନ ମୁରୁଗାନଙ୍କୁ ପ୍ରଣାମ କରି ତାଙ୍କର ବକ୍ତବ୍ୟ ଆରମ୍ଭ କରିଥିଲେ। ସେ କୋଏମ୍ବାଟୁରକୁ ସଂସ୍କୃତି, କରୁଣା ଏବଂ ସୃଜନଶୀଳତାର ଭୂମି ଭାବରେ ବର୍ଣ୍ଣନା କରିଛନ୍ତି। ଏହାକୁ ଦକ୍ଷିଣ ଭାରତର ଉଦ୍ୟୋଗୀ ଶକ୍ତିର ଏକ ଶକ୍ତି କେନ୍ଦ୍ର ଭାବରେ ସ୍ୱୀକୃତି ଦେଇଛନ୍ତି। ସେ ଆଲୋକପାତ କରିଛନ୍ତି ଯେ, ସହରର ବୟନ ଶିଳ୍ପ ଜାତୀୟ ଅର୍ଥନୀତିରେ ଏକ ପ୍ରମୁଖ ଯୋଗଦାନ ଦେଇଥାଏ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, କୋଏମ୍ବାଟୁର ଏବେ ଆହୁରି ସ୍ୱତନ୍ତ୍ରତା ହାସଲ କରିଛି, କାରଣ ଏହାର ପୂର୍ବତନ ସାଂସଦ ଶ୍ରୀ ସି.ପି. ରାଧାକୃଷ୍ଣନ ଏବେ ଉପରାଷ୍ଟ୍ରପତି ଭାବରେ ଦେଶକୁ ନେତୃତ୍ୱ ଦେଉଛନ୍ତି।ନଭେମ୍ବର ୩ରେ ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ ୨୦୨୫ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
November 02nd, 09:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩ ନଭେମ୍ବର ସକାଳ ପ୍ରାୟ ୯:୩୦ ସମୟରେ ନୂଆଦିଲ୍ଲୀର ଭାରତ ମଣ୍ଡପରେ ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ (ଇଏସ୍ଟିଆଇସି) ୨୦୨୫ର ଉଦ୍ଘାଟନ କରିବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ନୌବାଣିଜ୍ୟ ନେତାଙ୍କ ମୁମ୍ବାଇ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 29th, 04:09 pm
ମହାରାଷ୍ଟ୍ର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଜୀ, କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଜୀ, ଶାନ୍ତନୁ ଠାକୁରଜୀ, କୀର୍ତିବର୍ଦ୍ଧନ ସିଂହ ଜୀ, ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ସିପିଂ ଓ ଅନ୍ୟାନ୍ୟ ବିଭାଗ ସହ ଜଡିତ ନେତା, ଭଦ୍ରମଣ୍ଡଳୀ ।ମୁମ୍ବାଇଠାରେ ଇଣ୍ଡିଆ ମେରିଟାଇମ୍ ୱିକ୍ 2025ରେ ମେରିଟାଇମ୍ ଲିଡର୍ସ କନକ୍ଲେଭକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
October 29th, 04:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ମୁମ୍ବାଇଠାରେ ଇଣ୍ଡିଆ ମେରିଟାଇମ୍ ୱିକ୍ ବା ଭାରତ ସାମୁଦ୍ରିକ ସପ୍ତାହ 2025 କାର୍ଯ୍ୟକ୍ରମ ଅନ୍ତର୍ଗତ ମେରିଟାଇମ୍ ଲିଡର୍ସ କନକ୍ଲେଭ (ସାମୁଦ୍ରିକ ନେତୃବର୍ଗଙ୍କ ସମ୍ମିଳନୀ)କୁ ସମ୍ବୋଧିତ କରିଛନ୍ତି । ସେ ମଧ୍ୟ ବିଶ୍ୱ ସାମୁଦ୍ରିକ କ୍ଷେତ୍ରର ବରିଷ୍ଠ ପଦାଧିକାରୀଙ୍କୁ ନେଇ ଆୟୋଜିତ ମଞ୍ଚ ଗ୍ଲୋବାଲ୍ ମେରିଟାଇମ୍ ସିଇଓ ଫୋରମର ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଗ୍ଲୋବାଲ୍ ମେରିଟାଇମ୍ ଲିଡର୍ସ କନକ୍ଲେଭରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଥିଲେ। ସେ କହିଥିଲେ, ଏହି କାର୍ଯ୍ୟକ୍ରମ 2016ରେ ମୁମ୍ବାଇରେ ଆରମ୍ଭ ହୋଇଥିଲା। ଏହା ବର୍ତ୍ତମାନ ଏକ ବିଶ୍ୱସ୍ତରୀୟ ଶିଖର ସମ୍ମିଳନୀରେ ପରିଣତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। 85ରୁ ଅଧିକ ଦେଶର ଅଂଶଗ୍ରହଣ ଏକ ଦୃଢ଼ ବାର୍ତ୍ତା ଦେଉଛି ବୋଲି ଶ୍ରୀ ମୋଦୀ ଆଲୋକପାତ କରି କହିଥିଲେ। ସେ କାର୍ଯ୍ୟକ୍ରମରେ ଏକତ୍ରିତ ହୋଇଥିବା ପ୍ରମୁଖ ଜାହାଜ କମ୍ପାନୀ, ଷ୍ଟାର୍ଟଅପ୍, ନୀତି ନିର୍ଦ୍ଧାରକ ଏବଂ ନବସୃଜନକାରୀଙ୍କ ସିଇଓଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରିଥିଲେ। ସେ କ୍ଷୁଦ୍ର ଦ୍ୱୀପ ରାଷ୍ଟ୍ରର ପ୍ରତିନିଧିମାନଙ୍କ ଉପସ୍ଥିତିକୁ ପ୍ରଶଂସା କରି କହିଥିଲେ, ସେମାନଙ୍କର ସାମୂହିକ ଦୃଷ୍ଟିକୋଣ ଶିଖର ସମ୍ମିଳନୀର ସମନ୍ୱୟ ଏବଂ ଶକ୍ତିକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିଛି।ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି
October 09th, 11:25 am
ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କ ନେତୃତ୍ୱରେ, ଭାରତ-ୟୁକେ ସମ୍ପର୍କରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏହି ବର୍ଷ ଜୁଲାଇରେ ମୋର ୟୁକେ ଗସ୍ତ ସମୟରେ, ଆମେ ଐତିହାସିକ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତି (ସିଇଟିଏ) ଚୁଡାନ୍ତ କରିଥିଲୁ। ଏହି ଚୁକ୍ତିନାମା ଉଭୟ ଦେଶ ମଧ୍ୟରେ ଆମଦାନୀ ଖର୍ଚ୍ଚ ହ୍ରାସ କରିବ, ଯୁବକମାନଙ୍କ ପାଇଁ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ବାଣିଜ୍ୟକୁ ବୃଦ୍ଧି କରିବ ଏବଂ ଆମର ଶିଳ୍ପ ଏବଂ ଗ୍ରାହକ ଉଭୟଙ୍କୁ ଲାଭ ଦେବ।An RSS shakha is a ground of inspiration, where the journey from 'me' to 'we' begins: PM Modi
October 01st, 10:45 am
In his address at the centenary celebrations of the Rashtriya Swayamsevak Sangh (RSS), PM Modi extended his best wishes to the countless swayamsevaks dedicated to the resolve of national service. He announced that, to commemorate the occasion, the GoI has released a special postage stamp and a coin. Highlighting the RSS’ five transformative resolutions, the PM remarked that in times of calamity, swayamsevaks are among the first responders.ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଶତବାର୍ଷିକୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 01st, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଡକ୍ଟର ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ଶତବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସମ୍ବୋଧିତ କରିଛନ୍ତି। ଏହି ଅବସରରେ, ଶ୍ରୀ ମୋଦୀ ସମସ୍ତ ନାଗରିକଙ୍କୁ ନବରାତ୍ରିର ଶୁଭେଚ୍ଛା ଜଣାଇ କହିଥିଲେ ଯେ ଆଜି ମହାନବମୀ ଏବଂ ଦେବୀ ସିଦ୍ଧିଦାତ୍ରୀଙ୍କ ଦିବସ। ସେ ଉଲ୍ଲେଖ କରିଥିଲେ ଯେ ଆସନ୍ତାକାଲି ବିଜୟାଦଶମୀର ମହାନ ପର୍ବ, ଯାହା ଭାରତୀୟ ସଂସ୍କୃତିର ଚିରନ୍ତନ ଘୋଷଣାର ପ୍ରତୀକ: ଅନ୍ୟାୟ ଉପରେ ନ୍ୟାୟ, ମିଥ୍ୟା ଉପରେ ସତ୍ୟ ଏବଂ ଅନ୍ଧାର ଉପରେ ଆଲୋକର ବିଜୟ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ୧୦୦ ବର୍ଷ ପୂର୍ବେ ଏପରି ଏକ ପବିତ୍ର ଅବସରରେ ପ୍ରତିଷ୍ଠିତ ହୋଇଥିଲା ଏବଂ କହିଛନ୍ତି ଯେ ଏହା କୌଣସି ସଂଯୋଗ ନୁହେଁ। ସେ କହିଛନ୍ତି ଯେ ଏହା ହଜାର ହଜାର ବର୍ଷ ପୁରୁଣା ଏକ ପ୍ରାଚୀନ ପରମ୍ପରାର ପୁନରୁଦ୍ଧାର, ଯେଉଁଥିରେ ଜାତୀୟ ଚେତନା ପ୍ରତ୍ୟେକ ଯୁଗର ଚ୍ୟାଲେଞ୍ଜର ମୁକାବିଲା କରିବା ପାଇଁ ନୂତନ ରୂପରେ ନିଜକୁ ପ୍ରକାଶ କରେ। ସେ କହିଛନ୍ତି ଯେ ଏହି ଯୁଗରେ, ସଂଘ ସେହି ଅନନ୍ତ ଜାତୀୟ ଚେତନାର ଏକ ସଦ୍ଗୁଣ ପ୍ରତିମୂର୍ତ୍ତି।ପରବର୍ତ୍ତୀ ଦଶନ୍ଧି ପାଇଁ ଭାରତ- ଜାପାନ ମିଳିତ ପରିକଳ୍ପନା : ଏହି ସ୍ୱତନ୍ତ୍ର ରଣନୀତିକ ଏବଂ ବୈଶ୍ୱିକ ସହଭାଗିତା ବୃଦ୍ଧି ନିମନ୍ତେ ଆଠଗୋଟି ଦିଗ
August 29th, 07:11 pm
ଆଇନର ଶାସନ ଉପରେ ଆଧାରିତ ଏକ ମୁକ୍ତ, ଶାନ୍ତିପୂର୍ଣ୍ଣ ସମୃଦ୍ଧି ଏବଂ ବଳପୂର୍ବକ ଦଖଲମୁକ୍ତ ଭାରତ - ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ସମାନ ଦୃଷ୍ଟିକୋଣ ସହିତ ଭାରତ ଏବଂ ଜାପାନ, ପରିପୂରକ ସମ୍ବଳ ପ୍ରଦାନ, ପ୍ରଯୁକ୍ତିବିଦ୍ୟାର ଶକ୍ତି ଏବଂ ମୂଲ୍ୟ ପ୍ରତିଯୋଗିତା ସହିତ ଦୁଇ ଦେଶର ଅର୍ଥନୀତି ଏବଂ ବନ୍ଧୁତା ତଥା ପାରସ୍ପରିକ ସଦ୍ଭାବନାର ଦୀର୍ଘ ପରମ୍ପରା ସହିତ ଉଭୟ ରାଷ୍ଟ୍ର, ଆଗାମୀ ଏକ ଦଶନ୍ଧି ମଧ୍ୟରେ ନିଜ ନିଜର ରାଷ୍ଟ୍ର ଏବଂ ବିଶ୍ୱରେ ଘଟୁଥିବା ପରିବର୍ତ୍ତନ ତଥା ସୁଯୋଗମାନଙ୍କୁ ମିଳିତ ଭାବରେ ସନ୍ଧାନ କରିବା ନିମନ୍ତେ ପରସ୍ପରର ଅଭିପ୍ରାୟ ବ୍ୟକ୍ତ କରୁଛ, ଯାହା ଉଭୟ ରାଷ୍ଟ୍ରର ଘରୋଇ ଲକ୍ଷ୍ୟ ହାସଲ କରିବା ଦିଗରେ ସହାୟକ ଏବଂ ନିଜ ନିଜ ରାଷ୍ଟ୍ର ଏବଂ ପରବର୍ତ୍ତୀ ପିଢ଼ିର ଲୋକମାନଙ୍କୁ ପୂର୍ବାପେକ୍ଷା ଅଧିକ ନିକଟତର କରାଇବ ।ଭାରତ-ଫିଜି ମିଳିତ ବିବୃତ୍ତି: ଭେଲୋମଣି ବନ୍ଧୁତ୍ୱ ଭାବନାରେ ସହଭାଗୀତା
August 25th, 01:52 pm
ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ, ଫିଜି ଗଣରାଜ୍ୟର ମହାମାନ୍ୟ ପ୍ରଧାନମନ୍ତ୍ରୀ ଶ୍ରୀ ସିଟିବେନୀ ରାବୁକା ୨୪ ରୁ ୨୬ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ଭାରତକୁ ଏକ ସରକାରୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ରାବୁକା, ଯିଏ ବର୍ତ୍ତମାନ ତାଙ୍କର ପ୍ରଥମ ଭାରତ ଗସ୍ତରେ ଆସି ନୂଆଦିଲ୍ଲୀ ଗସ୍ତ କରୁଛନ୍ତି, ତାଙ୍କ ସହିତ ତାଙ୍କ ପତ୍ନୀ; ମହାମାନ୍ୟ ସ୍ୱାସ୍ଥ୍ୟ ଏବଂ ଚିକିତ୍ସା ସେବା ମନ୍ତ୍ରୀ ଶ୍ରୀ ଆଣ୍ଟୋନିଓ ଲାଲାବାଲାଭୁ; ଏବଂ ଫିଜି ଗଣରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ଏକ ପ୍ରତିନିଧିମଣ୍ଡଳ ମଧ୍ୟ ଉପସ୍ଥିତ ଅଛନ୍ତି ।ଫିଜି ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
August 25th, 12:30 pm
ସେହି ସମୟରେ, ଆମେ ଭାରତ - ପ୍ରଶାନ୍ତ ମହାସାଗରୀୟ ଦ୍ୱୀପପୁଞ୍ଜ ସହଯୋଗ ଫୋରମ୍, ଅର୍ଥାତ୍ 'ଫିପିକ' ଆରମ୍ଭ କରିଥିଲୁ। ସେହି ପଦକ୍ଷେପ କେବଳ ଭାରତ-ଫିଜି ସମ୍ପର୍କକୁ ନୁହେଁ ବରଂ ସମଗ୍ର ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର ସହିତ ଆମର ସମ୍ପର୍କକୁ ଏକ ନୂତନ ଶକ୍ତି ଦେଇଛି। ଆଜି ପ୍ରଧାନମନ୍ତ୍ରୀ ରାବୁକାଜୀଙ୍କ ଏହି ଗସ୍ତ ସହିତ, ଆମେ ଆମର ପାରସ୍ପରିକ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡୁଛୁ।