
Serving the people of Andhra Pradesh is our commitment: PM Modi in Visakhapatnam
January 08th, 05:45 pm
PM Modi laid foundation stone, inaugurated development works worth over Rs. 2 lakh crore in Visakhapatnam, Andhra Pradesh. The Prime Minister emphasized that the development of Andhra Pradesh was the NDA Government's vision and serving the people of Andhra Pradesh was the Government's commitment.
ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 08th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଭଗବାନ ବରାହ ଲକ୍ଷ୍ମୀ ନରସିଂହ ସ୍ୱାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶ୍ରୀ ମୋଦୀ କହିଛନ୍ତି ଯେ ୬୦ ବର୍ଷ ର ବ୍ୟବଧାନ ପରେ ଲୋକଙ୍କ ଆଶୀର୍ବାଦରେ ଦେଶରେ କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ର ସରକାର ନିର୍ବାଚିତ ହୋଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସରକାର ଗଠନ ପରେ ଆନ୍ଧ୍ରପ୍ରଦେଶରେ ସରକାରୀ ଭାବେ ଏହା ତାଙ୍କର ପ୍ରଥମ କାର୍ଯ୍ୟକ୍ରମ ଥିଲା। କାର୍ଯ୍ୟକ୍ରମ ପୂର୍ବରୁ ରୋଡ୍ ସୋ' ସମୟରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିବାରୁ ଶ୍ରୀ ମୋଦୀ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେ ତାଙ୍କ ଭାଷଣ ସମୟରେ ଶ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରତ୍ୟେକ ଶବ୍ଦ ଏବଂ ଭାବନାକୁ ସମ୍ମାନ କରନ୍ତି । ଆନ୍ଧ୍ରପ୍ରଦେଶ ଏବଂ ଭାରତର ଜନସାଧାରଣଙ୍କ ସମର୍ଥନରେ ଶ୍ରୀ ନାଇଡୁ ତାଙ୍କ ଅଭିଭାଷଣରେ ଉଲ୍ଲେଖ କରିଥିବା ସମସ୍ତ ଲକ୍ଷ୍ୟ ହାସଲ କରିବା ପାଇଁ ପ୍ରଧାନମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଥିଲେ ।
କାଶୀ ବିଶ୍ୱନାଥ କରିଡରର ଦ୍ୱିତୀୟ ବର୍ଷ ପୂର୍ତ୍ତିରେ ପ୍ରଧାନମନ୍ତ୍ରୀଙ୍କ ଖୁସି
December 14th, 03:00 pm
କାଶୀ ବିଶ୍ୱନାଥ କରିଡରର ଦ୍ୱିତୀୟ ବର୍ଷ ପୂର୍ତ୍ତିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖୁସି ବ୍ୟକ୍ତ କରିଛନ୍ତି ।