ଭାରତର କୋଭାକ୍ସିନକୁ ଅଷ୍ଟ୍ରେଲିଆର ସ୍ୱୀକୃତି ପାଇଁ ମହାମହୀମ ସ୍କଟ ମୋରିସନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

November 01st, 10:40 pm

ଭାରତର କୋଭାକ୍ସିନକୁ ଅଷ୍ଟ୍ରେଲିଆର ସ୍ୱୀକୃତି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମହାମହୀମ ସ୍କଟ ମୋରିସନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ସମସ୍ତଙ୍କୁ ଟିକା ନେବାକୁ ପଡିବ ଏବଂ ସମ୍ପୂର୍ଣ୍ଣ ଯତ୍ନ ନେବାକୁ ପଡିବ: ମନ୍ କି ବାତରେ ପ୍ରଧାନମନ୍ତ୍ରୀ ମୋଦୀ

April 25th, 11:30 am

ବନ୍ଧୁଗଣ, ବିଗତ ଦିନରେ ଏହି ସଙ୍କଟର ମୁକାବିଲା ପାଇଁ, ଭିନ୍ନ ଭିନ୍ନ କ୍ଷେତ୍ରର ବିଶେଷଜ୍ଞମାନଙ୍କ ସହ ମୋର ଦୀର୍ଘ ଆଲୋଚନା ହୋଇଛି । ଆମର ଔଷଧ ପ୍ରସ୍ତୁତି ଶିଳ୍ପ ସହ ଜଡ଼ିତ ଲୋକ ହୁଅନ୍ତୁ, ଟିକା ନିର୍ମାତା ହୁଅନ୍ତୁ, ଅମ୍ଳଜାନ ପ୍ରସ୍ତୁତି ସହ ଜଡ଼ିତ ଲୋକ ହୁଅନ୍ତୁ କିମ୍ବା ଚିକିତ୍ସା କ୍ଷେତ୍ରର ବିଶେଷଜ୍ଞମାନେ ହୁଅନ୍ତୁ, ସେମାନେ ନିଜ ନିଜର ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ସରକାରଙ୍କୁ ଦେଇଛନ୍ତି । ଏବେ ଆମକୁ ଏହି ସଂଗ୍ରାମରେ ବିଜୟ ଲାଭ କରିବାକୁ ହେଲେ ବିଶେଷଜ୍ଞ ଏବଂ ବୈଜ୍ଞାନିକମାନଙ୍କ ପରାମର୍ଶକୁ ଅଗ୍ରାଧିକାର ଦେବାକୁ ହେବ । ରାଜ୍ୟ ସରକାରମାନଙ୍କର ପ୍ରଚେଷ୍ଟାକୁ ଆଗକୁ ବଢ଼ାଇବା ପାଇଁ ଭାରତ ସରକାର ସମ୍ପୂର୍ଣ୍ଣ ଶକ୍ତି ସହ ଲାଗିପଡ଼ିଛନ୍ତି । ରାଜ୍ୟ ସରକାରମାନେ ମଧ୍ୟ ନିଜ ଦାୟିତ୍ୱ ନିର୍ବାହ କରିବାର ପୂର୍ଣ୍ଣ ଚେଷ୍ଟା କରୁଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କୋଭିଡ-19ର ସ୍ଥିତି ଓ ଟୀକାକରଣ ପ୍ରସ୍ତୁତି ସମୀକ୍ଷା

January 09th, 05:42 pm

ଦେଶରେ କୋଭିଡ-19ର ସ୍ଥିତି ଏବଂ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କୋଭିଡ ଟୀକାକରଣର ପ୍ରସ୍ତୁତି ସମୀକ୍ଷା ପାଇଁ ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍‍ ସଚିବ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ସ୍ୱାସ୍ଥ୍ୟ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ ।