'ମନ୍ କୀ ବାତ୍'ର ଶ୍ରୋତାମାନେ ହିଁ ଏହି କାର୍ଯ୍ୟକ୍ରମର ପ୍ରକୃତ ଉପସ୍ଥାପକ: ପ୍ରଧାନମନ୍ତ୍ରୀ ମୋଦୀ
September 29th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆମମାନଙ୍କୁ ଏକାଠି ହେବାର ସୁଯୋଗ ମିଳିଛି । ଆଜିର ଅଧ୍ୟାୟ ମୋତେ ଭାବପ୍ରବଣ କରୁଛି, ମୋତେ ଅନେକ ପୁରୁଣା ସ୍ମୃତିଗର୍ଭକୁ ନେଇଯାଉଛି, କାରଣ ଏହା ଯେ, ‘ମନ୍ କି ବାତ୍’ର ଆମର ଏହି ଯାତ୍ରା ୧୦ ବର୍ଷ ପୂରଣ କରିଛି । ୧୦ ବର୍ଷ ପୂର୍ବେ ‘ମନ୍ କି ବାତ୍’ର ଶୁଭାରମ୍ଭ ଅକ୍ଟୋବର ୩ ତାରିଖ ବିଜୟାଦଶମୀ ଦିନ ହୋଇଥିଲା ଏବଂ ଏହା ମଧ୍ୟ ଏକ ପବିତ୍ର ସଂଯୋଗ ଯେ, ଏ ବର୍ଷ ଅକ୍ଟୋବର ୩ ତାରିଖ ଦିନ ‘ମନ୍ କି ବାତ୍’କୁ ୧୦ ବର୍ଷ ପୂରଣ ହେଉଥିବାବେଳେ ନବରାତ୍ରର ପ୍ରଥମ ଦିନ ହୋଇଥିବ । ‘ମନ୍ କି ବାତ୍’ର ଏହି ସୁଦୀର୍ଘ ଯାତ୍ରାର ଏଭଳି ଅନେକ ପର୍ଯ୍ୟାୟ ରହିଛି, ଯାହାକୁ ମୁଁ କେବେହେଲେ ଭୁଲିପାରିବି ନାହିଁ । ‘ମନ୍ କି ବାତ୍’ର କୋଟି କୋଟି ଶ୍ରୋତା ଆମର ଏହି ଯାତ୍ରାର ଏଭଳି ସାଥି, ଯେଉଁମାନଙ୍କ ଠାରୁ ମୋତେ ନିରନ୍ତର ସହଯୋଗ ମିଳିଛି । ଦେଶର କୋଣ-ଅନୁକୋଣରୁ ସେମାନେ ତଥ୍ୟ ଉପଲବ୍ଧ କରାଇଛନ୍ତି । ‘ମନ୍ କି ବାତ୍’ର ଶ୍ରୋତାମାନେ ହିଁ ହେଉଛନ୍ତି ଏହି କାର୍ଯ୍ୟକ୍ରମର ପ୍ରକୃତ ସୂତ୍ରଧର । ସାଧାରଣତଃ ଏମିତି ଗୋଟିଏ ଧାରଣା ସୃଷ୍ଟି ହୋଇଛି ଯେ, କିଛି ମସଲାଯୁକ୍ତ ଚଟପଟି କଥା, କିମ୍ବା କିଛି ନକାରାତ୍ମକ କଥା ନ ଥିବା ଯାଏ ତାହାକୁ ଗୁରୁତ୍ୱ ଦିଆଯାଇନଥାଏ । କିନ୍ତୁ, ‘ମନ୍ କି ବାତ୍’ ଏହା ପ୍ରମାଣିତ କରିଛି ଯେ, ଦେଶର ଲୋକେ ସକାରାତ୍ମକ ତଥ୍ୟ ଜାଣିବା ପାଇଁ କେତେ ଅଧିକ ଉତ୍ସୁକ । ସକାରାତ୍ମକ କଥା, ପ୍ରେରଣାଦାୟୀ ଉଦାହରଣ, ପ୍ରୋତ୍ସାହିତ କରୁଥିବା କଥା ଲୋକଙ୍କୁ ବେଶ୍ ଭଲ ଲାଗିଥାଏ । ଯେମିତିକି ଗୋଟିଏ ପକ୍ଷୀ, ଯାହାର ନାଁ ଚକୋର । ତା’ ବିଷୟରେ କୁହାଯାଏ ଯେ, ସେ କେବଳ ବର୍ଷାଜଳ ପାନ କରିଥାଏ । ‘ମନ୍ କି ବାତ୍’ରେ ଆମେ ଦେଖିଲୁ ଯେ, ଲୋକେ ମଧ୍ୟ ଚକୋର ପକ୍ଷୀ ଭଳି ଦେଶର ଉପଲବ୍ଧି କଥା, ଲୋକଙ୍କ ସାମୁହିକ ଉପଲବ୍ଧି କଥା କେତେ ଗର୍ବର ସହିତ ଶୁଣୁଛନ୍ତି । ‘ମନ୍ କି ବାତ୍’ର ୧୦ ବର୍ଷର ଯାତ୍ରା ଏଭଳି ଏକ ମାଳ ଗୁନ୍ଥିଦେଇଛି, ଯେଉଁଥିରେ ପ୍ରତ୍ୟେକ ଅଧ୍ୟାୟ ସହ ନୂଆ କାହାଣୀ, ନୂଆ କୀର୍ତ୍ତିମାନ, ନୂତନ ବ୍ୟକ୍ତିତ୍ୱ ଯୋଡ଼ି ହୋଇଚାଲିଛନ୍ତି । ଆମ ସମାଜରେ ସାମୂହିକତାର ଭାବନା ସହ ଯାହା କିଛି କାର୍ଯ୍ୟ ହେଉଛି, ତାହାକୁ ‘ମନ୍ କି ବାତ୍’ ଜରିଆରେ ସମ୍ମାନ ପ୍ରାପ୍ତ ହୋଇଛି । ‘ମନ୍ କି ବାତ୍’ ପାଇଁ ଆସିଥିବା ଚିଠିଗୁଡ଼ିକ ପଢ଼ିବା ସମୟରେ ମୋ ମନ ବି ଗର୍ବରେ ଭରିଯାଏ । ଆମ ଦେଶରେ ଅନେକ ପ୍ରତିଭାଶାଳୀ ବ୍ୟକ୍ତି ଅଛନ୍ତି, ଯେଉଁମାନଙ୍କ ମନରେ ଦେଶ ଓ ସମାଜସେବା କରିବାର ଉତ୍ସାହ ଭରି ରହିଛି । ସେମାନେ ନିଃସ୍ୱାର୍ଥ ଭାବରେ ଜନସାଧାରଣଙ୍କ ସେବା କରିବାରେ ନିଜର ସମ୍ପୂର୍ଣ୍ଣ ଜୀବନ ସମର୍ପି ଦେଉଛନ୍ତି । ସେମାନଙ୍କ ବିଷୟରେ ଜାଣି ମୋ ମଧ୍ୟରେ ଶକ୍ତିର ଭରପୁର ସଂଚାର ହୋଇଯାଉଛି । ‘ମନ୍ କି ବାତ୍’ର ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ମୋ ପାଇଁ ମନ୍ଦିରକୁ ଯାଇ ଦେବଦର୍ଶନ କରିବା ସଦୃଶ । ‘ମନ୍ କି ବାତ୍’ର ପ୍ରତ୍ୟେକ କଥାକୁ, ପ୍ରତ୍ୟେକ ଘଟଣାକୁ, ପ୍ରତ୍ୟେକ ଚିଠିକୁ ଯେତେବେଳେ ମୁଁ ମନେପକାଉଛି, ସେତେବେଳେ ମୋତେ ଲାଗୁଛି ଯେ, ଜନତା-ଜନାର୍ଦ୍ଦନ, ଯେଉଁମାନେ ମୋ ପାଇଁ ଈଶ୍ୱର ସଦୃଶ, ମୁଁ ସେମାନଙ୍କ ଦର୍ଶନ କରୁଛି ।ଭାରତକୁ ୨୯୭ଟି ପ୍ରାଚୀନ କଳାକୃତି ଫେରାଇ ଦେଇଛି ଯୁକ୍ତରାଷ୍ଟ୍ର ଆମେରିକା
September 22nd, 12:11 pm
ଘନିଷ୍ଠ ଦ୍ୱିପାକ୍ଷିକ ସମ୍ପର୍କକୁ ଦୃଷ୍ଟିରେ ରଖି ଏବଂ ଅଧିକ ସାଂସ୍କୃତିକ ବୁଝାମଣାକୁ ବୃଦ୍ଧି କରିବା ପାଇଁ, ଆମେରିକାର ଷ୍ଟେଟସ୍ (ବୈଦେଶିକ) ବିଭାଗର ଶିକ୍ଷା ଏବଂ ସାଂସ୍କୃତିକ ବ୍ୟାପାର ବ୍ୟୁରୋ ଏବଂ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତ ସରକାରଙ୍କ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ରାଷ୍ଟ୍ରପତି ବାଇଡେନ ଏବଂ ପ୍ରଧାନମନ୍ତ୍ରୀ ମୋଦୀ ସାଂସ୍କୃତିକ ଐତିହ୍ୟର ସୁରକ୍ଷା ପାଇଁ ସହଯୋଗ ବୃଦ୍ଧି କରିବାକୁ ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ, ଯାହା ଜୁନ୍ ୨୦୨୩ ରେ ସେମାନଙ୍କର ବୈଠକ ପରେ ଜାରି ମିଳିତ ବିବୃତ୍ତିରେ ପରିଲକ୍ଷିତ ହୋଇଥିଲା, ତାହାକୁ ପୂରଣ କରିବା ନିମନ୍ତେ ଜୁଲାଇ ୨୦୨୪ ରେ ଏକ ସାଂସ୍କୃତିକ ସମ୍ପତ୍ତି ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ।ତଥ୍ୟ ପତ୍ର:୨୦୨୪ କ୍ୱାଡ ନେତୃବୃନ୍ଦଙ୍କ ସମ୍ମିଳନୀ
September 22nd, 12:06 pm
୨୧ ସେପ୍ଟେମ୍ବର ୨୦୨୪ରେ ରାଷ୍ଟ୍ରପତି ଯୋଶେଫ ଆର.ବାଇଡେନଙ୍କ ଅଧ୍ୟକ୍ଷତାରେ ୱିଲମନ୍ଟନ୍, ଡେଲୱେୟାରଠାରେ ଅନୁଷ୍ଠିତ ଚତୁର୍ଥ କ୍ୱାଡ ନେତୃବୃନ୍ଦଙ୍କ ଶିଖର ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜ, ଜାପାନର ପ୍ରଧାନମନ୍ତ୍ରୀ କିସିଦା ଫୁମିଓ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ ।The Wilmington Declaration Joint Statement from the Leaders of Australia, India, Japan, and the United States
September 22nd, 11:51 am
PM Modi joined leaders from the U.S., Australia, and Japan for the fourth Quad Leaders Summit in Wilmington, Delaware. The Quad reaffirmed its commitment to a free, open, and inclusive Indo-Pacific, opposing destabilizing actions and supporting regional peace, security, and sustainable development. The leaders emphasized respect for international law, democratic values, and regional institutions like ASEAN and the Pacific Islands Forum.ନ୍ୟୁୟର୍କରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
September 22nd, 11:19 am
ଡେଲାୱେରରେ ଏକ ଫଳପ୍ରଦ କ୍ୱାଡ୍ ଲିଡର୍ସ ଶିଖର ସମ୍ମିଳନୀ ଶେଷ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ସମୟ ପୂର୍ବରୁ ନ୍ୟୁୟର୍କରେ ପହଞ୍ଚିଥିଲେ। ସେ ସହରର ବିଭିନ୍ନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ଯେଉଁଥିରେ ଏକ ଗୋଷ୍ଠୀ କାର୍ଯ୍ୟକ୍ରମ ଏବଂ 'ଭବିଷ୍ୟତର ଶିଖର ସମ୍ମିଳନୀ' ଅନ୍ତର୍ଭୁକ୍ତ ।ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
September 22nd, 07:16 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଆନ୍ଥୋନି ଆଲବାନିସ ଆମେରିକାର ୱିଲମିଂଟନଠାରେ ଷଷ୍ଠ କ୍ୱାଡ ନେତା ଶିଖର ସମ୍ମିଳନୀ ଅବସରରେ ସାକ୍ଷାତ କରିଥିଲେ । ମେ ୨୦୨୨ ପରଠାରୁ ଏହା ସେମାନଙ୍କର ନବମ ବ୍ୟକ୍ତିଗତ ଆଲୋଚନା ଥିଲା ।ଜାପାନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
September 22nd, 06:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୧ ସେପ୍ଟେମ୍ବର ୨୦୨୪ ରେ ଡେଲାୱେରର ୱିଲମିଙ୍ଗଟନରେ କ୍ୱାଡ୍ ଲିଡର୍ସ ଶିଖର ସମ୍ମିଳନୀ ଅବସରରେ ଆମେରିକାରେ ଜାପାନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଫୁମିଓ କିଶିଦାଙ୍କୁ ସାକ୍ଷାତ କରିଥିଲେ ।ୱିଲିମଙ୍ଗଟନ୍, ଡେଲାୱେୟାରଠାରେ ଷଷ୍ଠ କ୍ୱାଡ୍ ନେତୃବୃନ୍ଦଙ୍କ ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
September 22nd, 05:21 am
୨୧ ସେପ୍ଟେମ୍ବର ୨୦୨୪ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୱିଲିମଙ୍ଗଟନ୍ , ଡେଲୱେୟାରଠାରେ ଅନୁଷ୍ଠିତ ଷଷ୍ଠ କ୍ୱାଡ୍ ନେତୃବୃନ୍ଦଙ୍କ ଶିଖର ସମ୍ମିଳନୀରେ ଯୋଗ ଦେଇଛନ୍ତି । ଯୁକ୍ତରାଷ୍ଟ୍ର ଆମେରିକାର ପ୍ରଧାନମନ୍ତ୍ରୀ ଶ୍ରୀ ଯୋଶେଫ ଆର. ବାଇଡେନଙ୍କ ଦ୍ୱାରା ଆହୂତ ଏହି ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଶ୍ରୀ ଆନ୍ଥୋନି ଆଲବାନିଜ ଓ ଜାପାନ ପ୍ରଧାନମନ୍ତ୍ରୀ ଶ୍ରୀ ଫୁମିଓ କିସିଦା ଉପସ୍ଥିତ ଥିଲେ ।ଡେଲାୱେରର ୱିଲମିଙ୍ଗଟନରେ ଆମେରିକା ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
September 22nd, 02:02 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡେଲାୱେରଠାରେ କ୍ୱାଡ୍ ଶିଖର ସମ୍ମିଳନୀ ଅବସରରେ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ମହାମହିମ ଶ୍ରୀ ଜୋସେଫ୍ ବାଇଡେନଙ୍କ ସହ ସାକ୍ଷାତ କରିଥିଲେ । ଏକ ସ୍ୱତନ୍ତ୍ର ପଦକ୍ଷେପ ସ୍ୱରୂପ ରାଷ୍ଟ୍ରପତି ବାଇଡେନ ୱିଲମିଙ୍ଗଟନରେ ଥିବା ତାଙ୍କ ବାସଭବନରେ ଏହି ବୈଠକର ଆୟୋଜନ କରିଥିଲେ ।