'ମନ୍ କୀ ବାତ୍'ର ଶ୍ରୋତାମାନେ ହିଁ ଏହି କାର୍ଯ୍ୟକ୍ରମର ପ୍ରକୃତ ଉପସ୍ଥାପକ: ପ୍ରଧାନମନ୍ତ୍ରୀ ମୋଦୀ
September 29th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆମମାନଙ୍କୁ ଏକାଠି ହେବାର ସୁଯୋଗ ମିଳିଛି । ଆଜିର ଅଧ୍ୟାୟ ମୋତେ ଭାବପ୍ରବଣ କରୁଛି, ମୋତେ ଅନେକ ପୁରୁଣା ସ୍ମୃତିଗର୍ଭକୁ ନେଇଯାଉଛି, କାରଣ ଏହା ଯେ, ‘ମନ୍ କି ବାତ୍’ର ଆମର ଏହି ଯାତ୍ରା ୧୦ ବର୍ଷ ପୂରଣ କରିଛି । ୧୦ ବର୍ଷ ପୂର୍ବେ ‘ମନ୍ କି ବାତ୍’ର ଶୁଭାରମ୍ଭ ଅକ୍ଟୋବର ୩ ତାରିଖ ବିଜୟାଦଶମୀ ଦିନ ହୋଇଥିଲା ଏବଂ ଏହା ମଧ୍ୟ ଏକ ପବିତ୍ର ସଂଯୋଗ ଯେ, ଏ ବର୍ଷ ଅକ୍ଟୋବର ୩ ତାରିଖ ଦିନ ‘ମନ୍ କି ବାତ୍’କୁ ୧୦ ବର୍ଷ ପୂରଣ ହେଉଥିବାବେଳେ ନବରାତ୍ରର ପ୍ରଥମ ଦିନ ହୋଇଥିବ । ‘ମନ୍ କି ବାତ୍’ର ଏହି ସୁଦୀର୍ଘ ଯାତ୍ରାର ଏଭଳି ଅନେକ ପର୍ଯ୍ୟାୟ ରହିଛି, ଯାହାକୁ ମୁଁ କେବେହେଲେ ଭୁଲିପାରିବି ନାହିଁ । ‘ମନ୍ କି ବାତ୍’ର କୋଟି କୋଟି ଶ୍ରୋତା ଆମର ଏହି ଯାତ୍ରାର ଏଭଳି ସାଥି, ଯେଉଁମାନଙ୍କ ଠାରୁ ମୋତେ ନିରନ୍ତର ସହଯୋଗ ମିଳିଛି । ଦେଶର କୋଣ-ଅନୁକୋଣରୁ ସେମାନେ ତଥ୍ୟ ଉପଲବ୍ଧ କରାଇଛନ୍ତି । ‘ମନ୍ କି ବାତ୍’ର ଶ୍ରୋତାମାନେ ହିଁ ହେଉଛନ୍ତି ଏହି କାର୍ଯ୍ୟକ୍ରମର ପ୍ରକୃତ ସୂତ୍ରଧର । ସାଧାରଣତଃ ଏମିତି ଗୋଟିଏ ଧାରଣା ସୃଷ୍ଟି ହୋଇଛି ଯେ, କିଛି ମସଲାଯୁକ୍ତ ଚଟପଟି କଥା, କିମ୍ବା କିଛି ନକାରାତ୍ମକ କଥା ନ ଥିବା ଯାଏ ତାହାକୁ ଗୁରୁତ୍ୱ ଦିଆଯାଇନଥାଏ । କିନ୍ତୁ, ‘ମନ୍ କି ବାତ୍’ ଏହା ପ୍ରମାଣିତ କରିଛି ଯେ, ଦେଶର ଲୋକେ ସକାରାତ୍ମକ ତଥ୍ୟ ଜାଣିବା ପାଇଁ କେତେ ଅଧିକ ଉତ୍ସୁକ । ସକାରାତ୍ମକ କଥା, ପ୍ରେରଣାଦାୟୀ ଉଦାହରଣ, ପ୍ରୋତ୍ସାହିତ କରୁଥିବା କଥା ଲୋକଙ୍କୁ ବେଶ୍ ଭଲ ଲାଗିଥାଏ । ଯେମିତିକି ଗୋଟିଏ ପକ୍ଷୀ, ଯାହାର ନାଁ ଚକୋର । ତା’ ବିଷୟରେ କୁହାଯାଏ ଯେ, ସେ କେବଳ ବର୍ଷାଜଳ ପାନ କରିଥାଏ । ‘ମନ୍ କି ବାତ୍’ରେ ଆମେ ଦେଖିଲୁ ଯେ, ଲୋକେ ମଧ୍ୟ ଚକୋର ପକ୍ଷୀ ଭଳି ଦେଶର ଉପଲବ୍ଧି କଥା, ଲୋକଙ୍କ ସାମୁହିକ ଉପଲବ୍ଧି କଥା କେତେ ଗର୍ବର ସହିତ ଶୁଣୁଛନ୍ତି । ‘ମନ୍ କି ବାତ୍’ର ୧୦ ବର୍ଷର ଯାତ୍ରା ଏଭଳି ଏକ ମାଳ ଗୁନ୍ଥିଦେଇଛି, ଯେଉଁଥିରେ ପ୍ରତ୍ୟେକ ଅଧ୍ୟାୟ ସହ ନୂଆ କାହାଣୀ, ନୂଆ କୀର୍ତ୍ତିମାନ, ନୂତନ ବ୍ୟକ୍ତିତ୍ୱ ଯୋଡ଼ି ହୋଇଚାଲିଛନ୍ତି । ଆମ ସମାଜରେ ସାମୂହିକତାର ଭାବନା ସହ ଯାହା କିଛି କାର୍ଯ୍ୟ ହେଉଛି, ତାହାକୁ ‘ମନ୍ କି ବାତ୍’ ଜରିଆରେ ସମ୍ମାନ ପ୍ରାପ୍ତ ହୋଇଛି । ‘ମନ୍ କି ବାତ୍’ ପାଇଁ ଆସିଥିବା ଚିଠିଗୁଡ଼ିକ ପଢ଼ିବା ସମୟରେ ମୋ ମନ ବି ଗର୍ବରେ ଭରିଯାଏ । ଆମ ଦେଶରେ ଅନେକ ପ୍ରତିଭାଶାଳୀ ବ୍ୟକ୍ତି ଅଛନ୍ତି, ଯେଉଁମାନଙ୍କ ମନରେ ଦେଶ ଓ ସମାଜସେବା କରିବାର ଉତ୍ସାହ ଭରି ରହିଛି । ସେମାନେ ନିଃସ୍ୱାର୍ଥ ଭାବରେ ଜନସାଧାରଣଙ୍କ ସେବା କରିବାରେ ନିଜର ସମ୍ପୂର୍ଣ୍ଣ ଜୀବନ ସମର୍ପି ଦେଉଛନ୍ତି । ସେମାନଙ୍କ ବିଷୟରେ ଜାଣି ମୋ ମଧ୍ୟରେ ଶକ୍ତିର ଭରପୁର ସଂଚାର ହୋଇଯାଉଛି । ‘ମନ୍ କି ବାତ୍’ର ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ମୋ ପାଇଁ ମନ୍ଦିରକୁ ଯାଇ ଦେବଦର୍ଶନ କରିବା ସଦୃଶ । ‘ମନ୍ କି ବାତ୍’ର ପ୍ରତ୍ୟେକ କଥାକୁ, ପ୍ରତ୍ୟେକ ଘଟଣାକୁ, ପ୍ରତ୍ୟେକ ଚିଠିକୁ ଯେତେବେଳେ ମୁଁ ମନେପକାଉଛି, ସେତେବେଳେ ମୋତେ ଲାଗୁଛି ଯେ, ଜନତା-ଜନାର୍ଦ୍ଦନ, ଯେଉଁମାନେ ମୋ ପାଇଁ ଈଶ୍ୱର ସଦୃଶ, ମୁଁ ସେମାନଙ୍କ ଦର୍ଶନ କରୁଛି ।ତାମିଲନାଡୁର ଚେନ୍ନାଇରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 19th, 06:33 pm
ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର.ଏନ. ରବି ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଏମ.କେ. ଷ୍ଟାଲିନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ଅନୁରାଗ ଠାକୁର, ଏଲ.ମୁରୁଗାନ ଏବଂ ନିଶିଥ ପ୍ରାମାଣିକ, ତାମିଲନାଡୁ ସରକାରଙ୍କ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଏବଂ ଭାରତର କୋଣ ଅନୁକୋଣରୁ ଆସିଥିବା ମୋର ଯୁବ ସାଥିମାନେ।ତାମିଲନାଡୁର ଚେନ୍ନାଇରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା ୨୦୨୩ ର ଉଦଘାଟନୀ ସମାରୋହକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
January 19th, 06:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ଚେନ୍ନାଇଠାରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା ୨୦୨୩ର ଉଦଘାଟନୀ ସମାରୋହକୁ ଉଦଘାଟନ କରିଛନ୍ତି । ଶ୍ରୀ ମୋଦୀ ବ୍ରଡକାଷ୍ଟିଂ କ୍ଷେତ୍ର ସହ ଜଡ଼ିତ ପ୍ରାୟ ୨୫୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି । ସେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଥିଲେ। ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦଘାଟନ ଅବସରରେ ସେ ଦୁଇ ଜଣ ଆଥଲେଟଙ୍କ ଦ୍ୱାରା ହସ୍ତାନ୍ତର କରାଯାଇଥିବା କ୍ରୀଡ଼ାର ମଶାଲ ମଧ୍ୟ ରଖିଥିଲେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'
April 30th, 11:31 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ହେଉଛି ‘ମନ୍ କି ବାତ୍’ର ୧୦୦ତମ ଅଧ୍ୟାୟ । ମୋତେ ଆପଣମାନଙ୍କର ହଜାର ହଜାର ଚିଠି ମିଳିଛି, ଲକ୍ଷ ଲକ୍ଷ ବାର୍ତ୍ତା ମିଳିଛି ଆଉ ମୁଁ ଚେଷ୍ଟା କରିଛି ଅଧିକରୁ ଅଧିକ ଚିଠି ପଢ଼ିବାକୁ, ଦେଖିବାକୁ ଆଉ ବାର୍ତ୍ତା ଗୁଡ଼ିକୁ ବୁଝିବାକୁ । ଆପଣମାନଙ୍କ ଚିଠି ପଢ଼ୁ ପଢ଼ୁ ଅନେକଥର ମୁଁ ଭାବବିହ୍ୱଳ ହୋଇପଡ଼ିଛି, ମନ ଭାବାବେଗରେ ଭରିଯାଇଛି, ଭାବନାର ସ୍ରୋତରେ ବହିଯାଇଛି ଆଉ ପୁଣି ନିଜକୁ ସମ୍ଭାଳିଛି । ଆପଣମାନେ ‘ମନ୍ କି ବାତ୍’ର ୧୦୦ତମ ଅଧ୍ୟାୟ ପାଇଁ ମୋତେ ଅଭିନନ୍ଦନ ଜଣାଇଛନ୍ତି କିନ୍ତୁ ଆନ୍ତରିକତାର ସହ କହୁଛି ଯେ, ପ୍ରକୃତରେ ଅଭିନନ୍ଦନର ପାତ୍ର ହେଉଛନ୍ତି ଆପଣ ସମସ୍ତ ‘ମନ୍ କି ବାତ୍’ର ଶ୍ରୋତାଗଣ, ଆମର ଦେଶବାସୀଗଣ । ‘ମନ୍ କି ବାତ୍’ ହେଉଛି କୋଟି କୋଟି ଭାରତୀୟମାନଙ୍କ ମନର କଥା, ସେମାନଙ୍କ ଭାବନାର ପରିପ୍ରକାଶ ।ସାର୍ବଜନୀନ ପ୍ରସାରଣ ସେବା ନିମନ୍ତେ ବ୍ୟାପକ ପ୍ରୋତ୍ସାହନ
January 04th, 04:22 pm
ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ଏକ କେନ୍ଦ୍ରୀୟ କ୍ଷେତ୍ରର ଯୋଜନା ଭାବେ ‘ପ୍ରସାରଣ ଭିତ୍ତିଭୂମି ଓ ନେଟୱର୍କ ବିକାଶ (ବ୍ରଡକାଷ୍ଟିଂ ଇନଫ୍ରାଷ୍ଟ୍ରକ୍ଚର ଏଣ୍ଡ ଟେନୱର୍କ ଡେଭଲପମେଣ୍ଟ-ବିଆଇଏନଡି)’କୁ ଅନୁମୋଦନ କରିଛି। ଏ ସଂକ୍ରାନ୍ତରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ମଞ୍ଜୁର କରାଯାଇଛି। ଏହି ଯୋଜନା ମାଧ୍ୟମରେ ପ୍ରସାର ଭାରତୀ- ଅର୍ଥାତ୍ ଅଲ ଇଣ୍ଡିଆ ରେଡିଓ (ଏଆଇଆର) ଏବଂ ଦୂରଦର୍ଶନ (ଡିଡି) ପାଇଁ ଭିତ୍ତିଭୂମି ବିକାଶ କରାଯିବ। ଯୋଜନାରେ ମୋଟ୍ ୨୫୩୯.୬୧ କୋଟି ଟଙ୍କା ଖର୍ଚ୍ଚ ହେବ। ପ୍ରସାର ଭାରତୀର ପ୍ରସାରଣ ଭିତ୍ତିଭୂମି ସମ୍ପ୍ରସାରଣ ଓ ଉନ୍ନତିକରଣ, ବିଷୟବସ୍ତୁ ବିକାଶ ଓ ସଂଗଠନର ସିଭିଲ କାର୍ଯ୍ୟ ଆଦି ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବା ଲାଗି ମନ୍ତ୍ରଣାଳୟ ଦ୍ବାରା ବ୍ରଡକାଷ୍ଟିଂ ଇନଫ୍ରାଷ୍ଟ୍ରକ୍ଚର ଏଣ୍ଡ ଟେନୱର୍କ ଡେଭଲପମେଣ୍ଟ (ବିଆଇଏନଡି) ଯୋଜନାର ପରିକଳ୍ପନା କରାଯାଇଛି।୨୯-୩୦ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ
September 27th, 12:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୯ଓ ୩୦ ତାରିଖ ଗୁଜରାଟ ଗସ୍ତ କରିବେ । ସେପ୍ଟେମ୍ବର ୨୯ଦିନ ପ୍ରାୟ ପୂର୍ବାହ୍ନ ୧୧ଟାବେଳେ ପ୍ରଧାନମନ୍ତ୍ରୀ ସୁରଟଠାରେ ୩୪୦୦ କୋଟି ଟଙ୍କାର ଅଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ । ପରେ ପରେ ପ୍ରଧାନମନ୍ତ୍ରୀ ଭାବନଗର ଗସ୍ତରେ ଯିବେ । ସେଠାରେ ଅପରାହ୍ନ ଦୁଇଟାବେଳେ ପ୍ରାୟ ୫୨୦୦କୋଟି ଟଙ୍କାରୁ ଅଧିକ କଲ୍ୟାଣକାରୀ ଯୋଜନାର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ । ପ୍ରାୟ ସନ୍ଧ୍ୟା ସାତଟାବେଳେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ନରେନ୍ଦ୍ର ମୋଦୀଷ୍ଟାଡ୍ୟିମରେ ୩୬ତମ ଜାତୀୟ କ୍ରୀଡାକୁ ଉଦ୍ଘାଟନ କରିବେ । ପ୍ରାୟ ରାତି ୯ଟା ବେଳକୁ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ଜିଏମଡିସି ପଡିଆରେ ନବରାତ୍ରୀ ଉତ୍ସବରେ ଯୋଗଦେବେ ।ଆସନ୍ତୁ ଆମେ ଉତ୍ସାହ ବଜାୟ ରଖିବା ଓ କ୍ରୀଡାକ୍ଷେତ୍ରରେ ସଫଳତା ପାଇଁ ଆମ ଯୁବପୀଢିଙ୍କୁ ପ୍ରେରିତ କରିବା: ପ୍ରଧାନମନ୍ତ୍ରୀ
December 05th, 10:46 am
କ୍ରୀଡା ପ୍ରତି ସୃଷ୍ଟି ହୋଇଥିବା ଉତ୍ସାହକୁ ବଜାୟ ରଖିବା ସହ ଯୁବପୀଢିଙ୍କୁ ସଫଳତା ପାଇଁ ପ୍ରେରିତ କରିବାକୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।ପ୍ରଥମ ଥର ଲାଗି ମାଗଣା ଡିଶରେ ନିଜସ୍ୱ ରାଜ୍ୟ ଦୂରଦର୍ଶନ ଚ୍ୟାନେଲ ପାଇଥିବା ଲୋକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
March 09th, 07:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ଥର ଲାଗି ସେମାନଙ୍କ ରାଜ୍ୟରେ ଡିଡି ମାଗଣା ଡିଶ ଜରିଆରେ ଦୂରଦର୍ଶନ ଚ୍ୟାନେଲ ଦେଖିବାକୁ ସୁଯୋଗ ପାଇଥିବା ରାଜ୍ୟର ଲୋକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ଦେଶବ୍ୟାପୀ ଚାଷୀଙ୍କ ସହ ଆସନ୍ତାକାଲି କରିବେ ଆଲୋଚନା
June 19th, 07:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ସିଧାସଳଖ ଭିଡିଓ ବ୍ରିଜ କାର୍ଯ୍ୟକ୍ରମ ଜରିଆରେ ସାରାଦେଶର ଚାଷୀଙ୍କ ସହ ଆଲୋଚନା କରିବେ । ସକାଳ 09.30 ମିନିଟ ସମୟରେ ଏହି ଭିଡିଓ ବ୍ରିଜ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏବଂ ଏହାକୁ ସିଧାସଳଖ ଦୂରଦର୍ଶନ ମାଧ୍ୟମରେ ପ୍ରସାରଣ କରାଯିବ । ଏହାଛଡା ଡିଡି କିଷାନ ଏବଂ ଆକାଶବାଣୀ ମାଧ୍ୟମରେ ମଧ୍ୟ ଏହି ମତ ବିନିମୟ କାର୍ଯ୍ୟକ୍ରମ ସିଧାସଳଖ ପ୍ରସାରଣ କରାଯିବ ।ଆକାଶବାଣୀରେ ପ୍ରଧାନମନ୍ତ୍ରୀଙ୍କ “ମନ କି ବାତ” କାର୍ଯ୍ୟକ୍ରମ 26.02.2017
February 26th, 11:33 am
PM Narendra Modi today addressed the nation through his Mann Ki Baat. PM spoke on a wide range of topics - achievements of ISRO, digitization, cleanliness, pyang and women empowerment. The Prime Minister also said that attraction of Science for our young generation should increase and the country needs more and more scientists.People’s messages to make this Diwali special for Armed Forces
October 23rd, 09:18 am
The great respect and admiration that the nation has for our Armed Forces, will find expression this festive season, through a unique campaign being led by Prime Minister Narendra Modi. The #Sandesh2Soldiers campaign gives every citizen an opportunity to spread happiness and cheer among the Indian Armed Forces, who are guarding our nation’s frontiers, far from their loved ones on Diwali.Text of PM’s address at launching ceremony of DD Kisan Channel
May 26th, 09:21 pm
PM launches DD Kisan – India's first television channel dedicated to farmers
May 26th, 06:22 pm