ଗୁଜରାଟର ଡେଡିଆପଡ଼ାରେ 'ଜନଜାତି ଗୌରବ ଦିବସ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 15th, 03:15 pm
ମା’ ନର୍ମଦାର ଏହି ପବିତ୍ର ଭୂମି ଆଜି ପୁଣି ଥରେ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି। ଠିକ୍ ଅକ୍ଟୋବର ୩୧ ତାରିଖରେ ଆମେ ଏଠାରେ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ କରିଥିଲୁ। ଆମର ଏକତା ଏବଂ ବିବିଧତାକୁ ପାଳନ ପାଇଁ ଭାରତ ପର୍ବ ଆରମ୍ଭ ହୋଇଛି ଏବଂ ଆଜି, ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଥିବା ଏହି ଭବ୍ୟ ସମାରୋହ ସହିତ, ଆମେ ଭାରତ ପର୍ବର ପୂର୍ଣ୍ଣତାର ସାକ୍ଷୀ ହୋଇ ରହିଛି । ଏହି ପବିତ୍ର ଅବସରରେ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କୁ ପ୍ରଣାମ କରୁଛି। ସ୍ୱାଧୀନତା ଆନ୍ଦୋଳନ ସମୟରେ ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଜନ ଜାତୀୟ କ୍ଷେତ୍ରରେ, ସ୍ୱାଧୀନତାର ଅଗ୍ନି ପ୍ରଜ୍ଵଳିତ କରିଥିବା ଗୋବିନ୍ଦ ଗୁରୁଙ୍କ ଆର୍ଶୀବାଦ ମଧ୍ୟ ଆମ ସମସ୍ତଙ୍କ ସହ ଯୋଡି ହୋଇଛି। ମୁଁ ଏହି ମଞ୍ଚରୁ ଗୋବିନ୍ଦ ଗୁରୁଙ୍କୁ ମଧ୍ୟ ପ୍ରଣାମ କରୁଛି। କିଛି ସମୟ ପୂର୍ବରୁ ମୋତେ ମଧ୍ୟ ଦେବମୋଗରା ମାତାଙ୍କ ଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ମୁଁ ମା’ଙ୍କ ଚରଣରେ ମଧ୍ୟ ପ୍ରଣାମ କରୁଛି। ଖୁବ ଲୋକ ଜାଣିଥିବେ, କାଶୀ ବିଶ୍ୱନାଥ କରିଡର, ଉଜ୍ଜୈନ ମହାକାଳ କରିଡର, ଅଯୋଧ୍ୟା ରାମ ମନ୍ଦିର, କେଦାରନାଥ ଧାମ ବିଷୟରେ ଆଲୋଚନା ହୋଇଥାଏ । ଗତ ଦଶନ୍ଧି ମଧ୍ୟରେ ଏଭଳି ଅନେକ ଧାର୍ମିକ ଏବଂ ଐତିହାସିକ ସ୍ଥାନ ବିକଶିତ ହୋଇଛି। କିନ୍ତୁ ଖୁବ୍ କମ୍ ଲୋକ ଜାଣିଥିବେ ଯେ ୨୦୦୩ ମସିହାରେ ଯେତେବେଳେ ମୁଁ ମୁଖ୍ୟମନ୍ତ୍ରୀ ଭାବରେ ଝିଅମାନଙ୍କ ଶିକ୍ଷା ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରେଲିଆ ପାଟନଙ୍କୁ ଆସିଥିଲି, ସେତେବେଳେ ମୁଁ ମା 'ଙ୍କୁ ପ୍ରଣାମ କରିବାକୁ ଆସିଥିଲି ଏବଂ ସେହି ସମୟରେ ଏମିତି ଅବସ୍ଥା ଥିଲା ଯେ ମୁଁ ଦେଖିଥିଲି, କେବଳ ଏକ ଛୋଟ ଝୁମ୍ପୁଡ଼ି ଭଳି ସ୍ଥାନ ଥିଲା। ମୁଁ ଗର୍ବର ସହ କହିପାରିବି ଯେ ମୁଁ ମୋ ଜୀବନରେ କରିଥିବା ସମସ୍ତ ପ୍ରମୁଖ ବିକାଶ କାର୍ଯ୍ୟ ମଧ୍ୟରେ ଦେବମୋଗରା ମାତାଙ୍କ ସ୍ଥାନରୁ ବିକାଶ କାର୍ଯ୍ୟ ସହିତ ଆରମ୍ଭ ହୋଇଥିଲା। ଏବଂ ଆଜି ଯେତେବେଳେ ମୁଁ ଏହି ସ୍ଥାନ ପରିଦର୍ଶନ କଲି, ସେତେବେଳେ ମୋତେ ଏହା ଦେଖି ବହୁତ ଖୁସି ଲାଗିଲା ଯେ ଲକ୍ଷ ଲକ୍ଷ ଲୋକ, ବିଶେଷ କରି ଆମର ଆଦିବାସୀ ଭାଇ ଓ ଭଉଣୀମାନେ, ଏବେ ମା 'ଙ୍କ ପ୍ରତି ଅପାର ଭକ୍ତି ସହିତ ସେଠାକୁ ଆସୁଛନ୍ତି।ଗୁଜୁରାଟ ଡେଡିଆପଡାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଡେଡିଆପଡ଼ାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ, ସେ ୯,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମା’ ନର୍ମଦାର ପବିତ୍ର ଭୂମି ଆଜି ଆଉ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି ବୋଲି କହି ଶ୍ରୀ ମୋଦୀ ସ୍ମରଣ କରିଛନ୍ତି ଯେ, ୩୧ ଅକ୍ଟୋବରରେ, ଭାରତର ଏକତା ଏବଂ ବିବିଧତାକୁ ପାଳନ କରିବା ପାଇଁ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ସେହି ସ୍ଥାନରେ ପାଳନ କରାଯାଇଥିଲା, ଭାରତ ପର୍ବ ଆରମ୍ଭ ହୋଇଥିଲା। ଆଜି ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀର ମହାନ ଉତ୍ସବ ସହିତ, ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ, ଆମେ ଭାରତ ପର୍ବର ପରିଣାମ ଦେଖୁଛୁ। ଏହି ପବିତ୍ର ଅବସରରେ ସେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଛନ୍ତି ଯେ, ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଆଦିବାସୀ ଅଞ୍ଚଳରେ ସ୍ୱାଧୀନତାର ଭାବନା ଜାଗ୍ରତ କରିଥିବା ଗୋବିନ୍ଦ ଗୁରୁଙ୍କ ଆଶୀର୍ବାଦ ମଧ୍ୟ ଏହି କାର୍ଯ୍ୟକ୍ରମ ସହିତ ଜଡିତ। ମଞ୍ଚ ଉପରୁ ସେ ଗୋବିନ୍ଦ ଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କୁ କିଛି ସମୟ ପୂର୍ବରୁ ଦେବମୋଗ୍ରା ମାତାଙ୍କ ମନ୍ଦିରକୁ ଯିବାର ସୌଭାଗ୍ୟ ମିଳିଥିଲା ଏବଂ ପୁଣି ଥରେ ତାଙ୍କ ପାଦ ତଳେ ପ୍ରଣାମ କରିଥିଲେ।ନୂଆଦିଲ୍ଲୀରେ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମିଳନୀ ୨୦୨୫କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
October 31st, 06:08 pm
ଶ୍ରୀ ମୋଦୀ ମନେ ପକାଇଛନ୍ତି ଯେ ଗତ ବର୍ଷ, ଗୁଜରାଟରେ ମହର୍ଷି ଦୟାନନ୍ଦ ସରସ୍ୱତୀ ଜୀଙ୍କ ଜନ୍ମସ୍ଥାନରେ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ସେ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅଂଶଗ୍ରହଣ କରିଥିଲେ। ପୂର୍ବରୁ, ତାଙ୍କୁ ଦିଲ୍ଲୀରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜନ୍ମବାର୍ଷିକୀ ସମାରୋହ ଉଦଘାଟନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାରେ ଉଚ୍ଚାରିତ ବୈଦିକ ମନ୍ତ୍ର ଓ ଯଜ୍ଞାନୁଷ୍ଠାନର ଉର୍ଜ୍ଜାକୁ ସେ ଏବେ ବି ଅନୁଭବ କରିପାରୁଛନ୍ତି, ଯେପରିକି ତାହା ଗତକାଲି ଅନୁଷ୍ଠିତ ହୋଇଥିଲା ।Prime Minister calls on the President on occasion of Diwali
October 20th, 09:53 pm
The Prime Minister, Shri Narendra Modi called on Rashtrapati Ji and conveyed greetings on the auspicious occasion of Diwali.ଜନ୍ମଦିନ ଶୁଭେଚ୍ଛା ପାଇଁ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 17th, 09:14 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ୭୫ତମ ଜନ୍ମ ଦିନ ଅବସରରେ ଶୁଭେଚ୍ଛା ପାଇଁ ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ କୃତଜ୍ଞତା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “୧୪୦ କୋଟି ଦେଶବାସୀଙ୍କ ସ୍ନେହ ଓ ସହଯୋଗରେ ଦୃଢ଼, ଦକ୍ଷ ଏବଂ ଆତ୍ମନିର୍ଭର ଭାରତ ଗଠନ ଦିଗରେ ଆମେ ସର୍ବଦା ଉତ୍ସର୍ଗୀତ ରହିବୁ । ଏହି ଦିଗରେ ଆପଣଙ୍କ ଦୂରଦୃଷ୍ଟି ଓ ଭାବନା ଆମ ପାଇଁ ସର୍ବଦା ପ୍ରେରଣାଦାୟକ ।”ଭିଡିଓ କନଫରେନ୍ସିଂ ଜରିଆରେ ବିହାର ରାଜ୍ୟ ଜୀବିକା ନିଧି ସାଖ ସହକାରୀ ସଂଘ ଲିମିଟେଡର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 02nd, 01:00 pm
ବିହାରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାର ଜୀ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଜୀ, ବିଜୟ କୁମାର ସିହ୍ନା ଜୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ବିହାରର ମୋର ଲକ୍ଷ ଲକ୍ଷ ଭଉଣୀମାନେ, ଆପଣ ସମସ୍ତଙ୍କୁ ନମସ୍କାର।ବିହାର ରାଜ୍ୟ ଜୀବିକା ନିଧି ସାଖ୍ ସହକାରୀ ସଂଘ ଲିମିଟେଡର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 02nd, 12:40 pm
ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିହାର ରାଜ୍ୟ ଜୀବିକା ନିଧି ସାଖ ସହକାରୀ ସଂଘ ଲିମିଟେଡର ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ପବିତ୍ର ମଙ୍ଗଳବାର ଦିନ ଏକ ଅତ୍ୟନ୍ତ ସମ୍ଭାବନାମୟ ପଦକ୍ଷେପ ଆରମ୍ଭ ହେଉଛି। ସେ ଘୋଷଣା କରିଛନ୍ତି ଯେ, ଜୀବିକା ନିଧି ସାଖ ସହକାରୀ ସଂଘ ମାଧ୍ୟମରେ ବିହାରର ମା' ଏବଂ ଭଉଣୀମାନଙ୍କୁ ଏକ ନୂତନ ସୁବିଧା ପ୍ରଦାନ କରାଯାଉଛି। ଏହି ପଦକ୍ଷେପ ଗ୍ରାମାଞ୍ଚଳରେ ଜୀବିକା ନିର୍ବାହ କାର୍ଯ୍ୟରେ ନିୟୋଜିତ ମହିଳାମାନଙ୍କୁ ସହଜରେ ଆର୍ଥିକ ସହାୟତା ପାଇବାକୁ ସକ୍ଷମ କରିବ, ଯାହା ଦ୍ୱାରା ସେମାନଙ୍କୁ ସେମାନଙ୍କର କାମ ଏବଂ ବ୍ୟବସାୟ କରିବାରେ ସାହାଯ୍ୟ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେ ଖୁସି ବ୍ୟକ୍ତ କରିଛନ୍ତି ଯେ, ଜୀବିକା ନିଧି ବ୍ୟବସ୍ଥା ସମ୍ପୂର୍ଣ୍ଣ ଡିଜିଟାଲ୍, ଯାହା ବ୍ୟକ୍ତିଗତଭାବେ ପରିଦର୍ଶନର ଆବଶ୍ୟକତାକୁ ଦୂର କରିଛି - ବର୍ତ୍ତମାନ ସବୁକିଛି ମୋବାଇଲ୍ ଫୋନ୍ ମାଧ୍ୟମରେ କରାଯାଇପାରିବ। ସେ ଜୀବିକା ନିଧି ସାଖ ସହକାରୀ ସଂଘର ଶୁଭାରମ୍ଭ ପାଇଁ ବିହାରର ମା' ଏବଂ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଏହି ଉଲ୍ଲେଖନୀୟ ପଦକ୍ଷେପ ପାଇଁ ଶ୍ରୀ ନୀତିଶ କୁମାର ଏବଂ ବିହାର ସରକାରଙ୍କୁ ପ୍ରଶଂସା କରିଥିଲେ।୭୯ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତିଙ୍କ ଉଦବୋଧନ ଆମ ଦେଶର ସାମଗ୍ରିକ ପ୍ରଗତି ଏବଂ ଭବିଷ୍ୟତର ସମ୍ଭାବନାକୁ ସୂଚାଉଛି: ପ୍ରଧାନମନ୍ତ୍ରୀ
August 14th, 08:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୭୯ତମ ସ୍ୱାଧୀନତା ଦିବସରଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଦେଇଥିବାବିଚାରଶୀଳ ସମ୍ବୋଧନକୁ ସେୟାର କରିଛନ୍ତି । ସେ କହିଛନ୍ତି, ଏହିସମ୍ବୋଧନ ଆମ ଦେଶର ସାମଗ୍ରିକ ପ୍ରଗତି ଓ ଭବିଷ୍ୟତର ସମ୍ଭାବନାକୁସୂଚାଉଛି ଏବଂ ରାଷ୍ଟ୍ର ଗଠନ ଦିଗରେ ଅବଦାନ ରଖିବାକୁ ସମସ୍ତନାଗରିକଙ୍କୁ ଆହ୍ୱାନ ଜଣାଉଛି ।ଭାରତ ଏବଂ ଫିଲିପାଇନ୍ସ ମଧ୍ୟରେ ରଣନୀତିକ ଭାଗିଦାରୀ ପ୍ରତିଷ୍ଠା ଉପରେ ଘୋଷଣାନାମା
August 05th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଫିଲିପାଇନ୍ସ ରାଷ୍ଟ୍ରପତି ମହାମହିମ ଶ୍ରୀ ଫର୍ଡିନାଣ୍ଡ ଆର. ମାର୍କୋସ୍ ଜୁନିଅର ୪-୮ ଅଗଷ୍ଟ ୨୦୨୫ରେ ଭାରତ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ମାର୍କୋସଙ୍କ ସହିତ ପ୍ରଥମ ମହିଳା, ମହାମହିମ ଲୁଇସ୍ ଆରାନେଟା ମାର୍କୋସ୍ ଏବଂ ଫିଲିପାଇନ୍ସର ଅନେକ କ୍ୟାବିନେଟ ମନ୍ତ୍ରୀ ଏବଂ ଏକ ଉଚ୍ଚସ୍ତରୀୟ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ସମେତ ଏକ ଉଚ୍ଚସ୍ତରୀୟ ସରକାରୀ ପ୍ରତିନିଧି ଦଳ ମଧ୍ୟ ଉପସ୍ଥିତ ଥିଲେ।ରାଷ୍ଟ୍ରପତିଙ୍କ ଦ୍ୱାରା ରାଜ୍ୟସଭାକୁ ମନୋନୀତ ବିଶିଷ୍ଟ ବ୍ୟକ୍ତିଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
July 13th, 10:47 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ରାଷ୍ଟ୍ରପତିଙ୍କ ଦ୍ୱାରା ରାଜ୍ୟସଭାକୁ ମନୋନୀତ ହୋଇଥିବା ଚାରି ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଛନ୍ତି ।ନାମିବିଆର ଜାତୀୟ ବିଧାନସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 09th, 08:14 pm
ଦୟାକରି ମୋତେ ସର୍ବ ପ୍ରଥମେ ଆପଣ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବାକୁ ଅନୁମତି ଦିଅନ୍ତୁ । ଲୋକମାନେ ଆପଣଙ୍କୁ ଏହି ମହାନ ରାଷ୍ଟ୍ରର ସେବା କରିବା ପାଇଁ ଜନାଦେଶ ଦେଇଛନ୍ତି। ଆପଣ ସମସ୍ତେ ଜାଣନ୍ତି, ରାଜନୀତିରେ,ଏହା ଉଭୟ ଏକ ସମ୍ମାନ ଏବଂ ଏକ ବଡ଼ ଦାୟିତ୍ୱ। ମୁଁ ଲୋକମାନଙ୍କ ଆକାଂକ୍ଷାକୁ ପୂରଣ କରିବାରେ ଆପଣଙ୍କ ସଫଳତା କାମନା କରୁଛି।Prime Minister addresses the Namibian Parliament
July 09th, 08:00 pm
PM Modi addressed the Parliament of Namibia and expressed gratitude to the people of Namibia for conferring upon him their highest national honour. Recalling the historic ties and shared struggle for freedom between the two nations, he paid tribute to Dr. Sam Nujoma, the founding father of Namibia. He also called for enhanced people-to-people exchanges between the two countries.ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 04:16 pm
ଓଡ଼ିଶାର ରାଜ୍ୟପାଳ ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଜୀ, ପ୍ରଭାତୀ ପରିଡା ଜୀ, ରାଜ୍ୟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀ, ସାଂସଦ ଏବଂ ବିଧାୟକ ତଥା ଓଡ଼ିଶାର ମୋର ସମସ୍ତ ଭାଇ ଓ ଭଉଣୀମାନେ!ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ୧୮,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 20th, 04:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ରାଜ୍ୟସ୍ତରୀୟ ସମାରୋହରେ ଅଧ୍ୟକ୍ଷତା କରିଛନ୍ତି। ଓଡ଼ିଶାର ସାମଗ୍ରିକ ବିକାଶ ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ପାନୀୟ ଜଳ, ଜଳସେଚନ, କୃଷି ଭିତ୍ତିଭୂମି, ସ୍ୱାସ୍ଥ୍ୟ ଭିତ୍ତିଭୂମି, ଗ୍ରାମୀଣ ରାସ୍ତା ଏବଂ ସେତୁ, ଜାତୀୟ ରାଜପଥର କେତେକ ଖଣ୍ଡ ଏବଂ ଏକ ନୂତନ ରେଳ ଲାଇନ ସମେତ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରଗୁଡ଼ିକରେ ୧୮,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ।Our government is making the vision of women-led development the axis of development: PM Modi in Bhopal, Madhya Pradesh
May 31st, 11:00 am
PM Modi participated in the Devi Ahilyabai Mahila Sashaktikaran Mahasammelan and launched multiple projects in Bhopal, Madhya Pradesh. Quoting Devi Ahilyabai, he reiterated that true governance means serving the people and improving their lives. Emphasising the government’s commitment to increasing women's participation in policymaking, the PM highlighted the progressive steps taken over the past decade.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପ୍ରଦେଶର ଭୋପାଳ ଠାରେ ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ ଅବସରରେ ମହିଳା ସଶକ୍ତୀକରଣ ମହାସମ୍ମେଳନକୁ ସମ୍ବୋଧିତ କରିଛନ୍ତି
May 31st, 10:27 am
ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ ଅବସରରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଭୋପାଳରେ ଲୋକମାତା ଦେବୀ ଅହିଲ୍ୟାବାଇ ମହିଳା ସଶକ୍ତୀକରଣ ମହାସମ୍ମେଳନକୁ ସମ୍ବୋଧିତ କରିଥିଲେ। ସେ ଭୋପାଳରେ ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ମଧ୍ୟ କରିଥିଲେ। ଏହି କାର୍ଯ୍ୟକ୍ରମରେ ସେ 'ମା ଭାରତୀ'ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏବଂ ଭାରତର ମହିଳାମାନଙ୍କ ଶକ୍ତିକୁ ସ୍ୱୀକାର କରି ତାଙ୍କ ବକ୍ତବ୍ୟ ଆରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଶୀର୍ବାଦ ଦେବାକୁ ଆସିଥିବା ଭଉଣୀ ଏବଂ ଝିଅମାନଙ୍କର ବିଶାଳ ସମାବେଶ ପାଇଁ ସେ କୃତଜ୍ଞତା ପ୍ରକାଶ କରିଥିଲେ, କହିଥିଲେ ଯେ ସେମାନଙ୍କ ଉପସ୍ଥିତିରେ ସେ ସମ୍ମାନିତ ଅନୁଭବ କରୁଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ ଯେ, ଆଜି ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ, 140 କୋଟି ଭାରତୀୟଙ୍କ ପାଇଁ ପ୍ରେରଣାର ଏକ ଅବସର ଏବଂ ରାଷ୍ଟ୍ର ନିର୍ମାଣର ସ୍ମାରକୀ ପ୍ରୟାସରେ ଯୋଗଦାନ ଦେବାର ଏକ ମୁହୂର୍ତ୍ତ। ଦେବୀ ଅହିଲ୍ୟାବାଇଙ୍କ ଉଦ୍ଧୃତି ଦେଇ, ସେ ପୁନର୍ବାର କହିଥିଲେ ଯେ, ପ୍ରକୃତ ଶାସନ ଅର୍ଥ ହେଉଛି ଲୋକଙ୍କ ସେବା କରିବା ଏବଂ ସେମାନଙ୍କ ଜୀବନକୁ ଉନ୍ନତ କରିବା। ସେ ମନ୍ତବ୍ୟ ଦେଇଥିଲେ ଯେ, ଆଜିର କାର୍ଯ୍ୟକ୍ରମ ତାଙ୍କ ଦୃଷ୍ଟିକୋଣକୁ ପ୍ରତିଫଳିତ କରେ ଏବଂ ତାଙ୍କ ଆଦର୍ଶକୁ ଆଗକୁ ବଢ଼ାଏ। ପ୍ରଧାନମନ୍ତ୍ରୀ ଇନ୍ଦୋର ମେଟ୍ରୋର ଶୁଭାରମ୍ଭ ଏବଂ ଦାତିଆ ଏବଂ ସତନା ପାଇଁ ବିମାନ ସଂଯୋଗୀକରଣ ସମ୍ପର୍କରେ ଉଲ୍ଲେଖ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ, ଏହି ପ୍ରକଳ୍ପଗୁଡ଼ିକ ମଧ୍ୟପ୍ରଦେଶରେ ଭିତ୍ତିଭୂମିକୁ ବୃଦ୍ଧି କରିବ, ବିକାଶକୁ ତ୍ୱରାନ୍ୱିତ କରିବ ଏବଂ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ସେ ଉପସ୍ଥିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ।From the land of Sindoor Khela, India showcased its strength through Operation Sindoor: PM Modi in Alipurduar, West Bengal
May 29th, 02:00 pm
PM Modi addressed a public meeting in Alipurduar, West Bengal. He ignited the spirit of the people urging them to take charge of shaping a prosperous future for Bengal & India. He lambasted the TMC for shielding corrupt leaders and appealed to the people to reject TMC. The PM invoked the Bengal’s spirit by saying “From the land of Sindoor Khela, India showcased its strength through Operation Sindoor.”PM Modi rallies in Alipurduar, West Bengal with a resounding Call to Action
May 29th, 01:40 pm
PM Modi addressed a public meeting in Alipurduar, West Bengal. He ignited the spirit of the people urging them to take charge of shaping a prosperous future for Bengal & India. He lambasted the TMC for shielding corrupt leaders and appealed to the people to reject TMC. The PM invoked the Bengal’s spirit by saying “From the land of Sindoor Khela, India showcased its strength through Operation Sindoor.”PM Modi attends the swearing in ceremony of Justice Bhushan Ramkrishna Gavai as the Chief Justice of the Supreme Court
May 14th, 02:32 pm
PM Modi attended the swearing-in ceremony of Justice Bhushan Ramkrishna Gavai as the Chief Justice of the Supreme Court of India today.କେରଳର ତିରୁବନନ୍ତପୁରମଠାରେ ଭିଝିଞ୍ଜମ ଅନ୍ତର୍ଜାତୀୟ ବନ୍ଦରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
May 02nd, 02:06 pm
କେରଳର ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ପି. ବିଜୟନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀଗଣ, ମଞ୍ଚରେ ଉପସ୍ଥିତ ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ଏବଂ କେରଳର ମୋର ଭାଇ ଓ ଭଉଣୀମାନେ।