India - Oman Joint Statement during the visit of Prime Minister of India, Shri Narendra Modi to Oman
December 18th, 05:28 pm
Prime Minister Narendra Modi visited Oman from 17–18 December 2025 at the invitation of Sultan Haitham bin Tarik, marking 70 years of diplomatic ties. The visit strengthened the India Oman strategic partnership with the signing of CEPA, key MoUs and adoption of a Joint Vision on Maritime Cooperation.“Maitri Parv” celebrates the friendship between India and Oman: PM Modi during community programme in Muscat
December 18th, 12:32 pm
While addressing a large gathering of members of the Indian community in Muscat, PM Modi remarked that co-existence and cooperation have been hallmarks of the Indian diaspora. He noted that over the last 11 years, India has witnessed transformational changes across perse fields. He reaffirmed India’s deep commitment to the welfare of the diaspora and invited students to participate in ISRO’s YUVIKA programme.ଓମାନରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 18th, 12:31 pm
ସମାବେଶକୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ଭାରତରେ ରହୁଥିବା ପରିବାର ଏବଂ ବନ୍ଧୁମାନଙ୍କ ତରଫରୁ ସମୁଦାୟକୁ ଶୁଭେଚ୍ଛା ଜଣାଇଥିଲେ। ସେ ସେମାନଙ୍କର ଅତି ଚମତ୍କାର ଏବଂ ରଙ୍ଗାରଙ୍ଗ ସ୍ୱାଗତ ପାଇଁ ଧନ୍ୟବାଦ ଜଣାଇଥିଲେ। ସେ କହିଥିଲେ ଯେ ଓମାନରେ ବସବାସ କରୁଥିବା ଭାରତର ବିଭିନ୍ନ ଅଂଶରୁ ଲୋକଙ୍କୁ ଭେଟି ସେ ଖୁବ୍ ଆନନ୍ଦିତ, ଏବଂ ଉଲ୍ଲେଖ କରିଥିଲେ ଯେ ବିବିଧତା ହେଉଛି ଭାରତୀୟ ସଂସ୍କୃତିର ମୂଳଦୁଆ - ଏକ ମୂଲ୍ୟ ଯାହା ସେମାନଙ୍କୁ ଯେକୌଣସି ସମାଜର ଅଂଶ ହେବାରେ ସାହାଯ୍ୟ କରେ। ଓମାନରେ ଭାରତୀୟ ସମ୍ପ୍ରଦାୟକୁ କେତେ ଭଲ ଭାବରେ ସମ୍ମାନିତ କରାଯାଏ ସେ, ବିଷୟରେ କହିବାକୁ ଯାଇ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ, ସହାବସ୍ଥାନ ଏବଂ ସହଯୋଗ ଭାରତୀୟ ପ୍ରବାସୀମାନଙ୍କର ଏକ ପ୍ରମୁଖ ପରିଚୟ।ବନ୍ଦେ ମାତରମର ଦେଢ ଶହ ବର୍ଷ ପୂର୍ତି ଉପଲକ୍ଷେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 08th, 12:30 pm
ମୁଁ ଆପଣଙ୍କୁ ଓ ଗୃହର ସବୁ ମାନନୀୟ ସଦସ୍ୟଙ୍କୁ ଏହି ଅବସରରେ ଏକ ସାମୂହିକ ଚର୍ଚ୍ଚାର ମାହୋଲ ସୃଷ୍ଟି କରିଥିବାରୁ ହୃଦୟରୁ ଧନ୍ୟବାଦ ଜଣାଉଛି । ଯେଉଁ ମନ୍ତ୍ର ଓ ଯେଉଁ ଜୟଘୋଷ ଦେଶର ସ୍ୱାଧୀନତା ଆନ୍ଦୋଳନକୁ ଊର୍ଜ୍ଜା ଓ ପ୍ରେରଣା ଦେଇଥିଲା, ତ୍ୟାଗ ଓ ତପସ୍ୟାର ମାର୍ଗ ଦେଖାଇଥିଲା, ସେହି ବନ୍ଦେ ମାତରମର ପୁଣ୍ୟ ସ୍ମରଣ କରିବା, ଏହି ପବିତ୍ର ଗୃହରେ ଆମ ସମସ୍ତଙ୍କ ଲାଗି ବହୁତ ବଡ ସୌଭାଗ୍ୟ । ଆଉ ଆମ ସମସ୍ତଙ୍କ ଲାଗି ଗର୍ବର କଥା ଯେ, ବନ୍ଦେ ମାତରମର ଦେଢ ଶହ ବର୍ଷ ନିମିତ ଏହି ଐତିହାସିକ ଅବସରରେ ଆମେ ସାକ୍ଷୀ ପ୍ରସ୍ତୁତ କରୁଛୁ । ଏହା ଏପରି ଏକ କାଳଖଣ୍ଡ ଯାହା ଆମ ଇତିହାସର ଅଗଣିତ ଘଟଣାବଳୀକୁ ଆଗକୁ ନେଇ ଆସୁଛି । ଏହି ଚର୍ଚ୍ଚା ସଂସଦର ପ୍ରତିବଦ୍ଧତାକୁ ପ୍ରକଟ କରୁଛି । ଯଦି ଆମେ ମିଳିମିଶି ଏହାର ସଦୁପଯୋଗ କରନ୍ତି ତେବେ ଆସୁଥିବା ପିଢି ଲାଗି, ପ୍ରତି ପିଢି ଲାଗି ଏହା ଶିକ୍ଷାର କାରଣ ହୋଇପାରିବ ।"ବନ୍ଦେ ମାତରମ୍"ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସଭାର ସ୍ୱତନ୍ତ୍ର ଆଲୋଚନାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
December 08th, 12:00 pm
ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଏପରି ଏକ ସମୟ ଯେତେବେଳେ ଇତିହାସର ଅନେକ ପ୍ରେରଣାଦାୟକ ଅଧ୍ୟାୟ ପୁନର୍ବାର ଜୀବିତ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ଦେଶ ସମ୍ପ୍ରତି ସମ୍ବିଧାନର ୭୫ ବର୍ଷକୁ ଗର୍ବର ସହିତ ପାଳନ କରିଛି। ସେ ଉଲ୍ଲେଖ କରିଛନ୍ତି ଯେ, ଦେଶ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ମଧ୍ୟ ପାଳନ କରୁଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମ୍ପ୍ରତି ଦେଶ ଗୁରୁ ତେଗ ବାହାଦୁର ଜୀଙ୍କ ୩୫୦ତମ ସହିଦ ଦିବସ ପାଳନ କରିଛି।ରୁଷ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
December 05th, 02:00 pm
ଆଜି ଭାରତ - ରୁଷ ୨୩ତମ ଶିଖର ସମ୍ମିଳନୀରେ ରାଷ୍ଟ୍ରପତି ପୁଟିନଙ୍କୁ ସ୍ୱାଗତ କରି ମୁଁ ବହୁତ ଖୁସି ଅନୁଭବ କରୁଛି। ଆମର ଦ୍ୱିପାକ୍ଷିକ ସମ୍ପର୍କ ଅନେକ ଐତିହାସିକ ମାଇଲଖୁଣ୍ଟ ଦେଇ ଗତି କରୁଥିବା ସମୟରେ ସେ ଭାରତ ଗସ୍ତରେ ଆସିଛନ୍ତି। ଠିକ୍ ୨୫ ବର୍ଷ ପୂର୍ବେ, ରାଷ୍ଟ୍ରପତି ପୁଟିନ ଆମର ରଣନୈତିକ ସହଭାଗୀତାର ମୂଳଦୁଆ ସ୍ଥାପନ କରିଥିଲେ। ୧୫ ବର୍ଷ ପୂର୍ବେ, ୨୦୧୦ ମସିହାରେ, ଆମର ସହଭାଗୀତାକୁ ସ୍ୱତନ୍ତ୍ର ଏବଂ ବିଶେଷାଧିକାର ପ୍ରାପ୍ତ ରଣନୀତିକ ଭାଗିଦାରୀର ମାନ୍ୟତା ମିଳିଥିଲା।PM Modi’s remarks during the joint press meet with Russian President Vladimir Putin
December 05th, 01:50 pm
PM Modi addressed the joint press meet with President Putin, highlighting the strong and time-tested India-Russia partnership. He said the relationship has remained steady like the Pole Star through global challenges. PM Modi announced new steps to boost economic cooperation, connectivity, energy security, cultural ties and people-to-people linkages. He reaffirmed India’s commitment to peace in Ukraine and emphasised the need for global unity in the fight against terrorism.ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପାର୍ତ୍ତଗଳି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 28th, 03:35 pm
ଆଜିର ଏହି ପବିତ୍ର ଅବସର ମୋ ମନକୁ ଅତି ଆନନ୍ଦିତ କରିଛି। ସନ୍ଥ ଏବଂ ମୁନିମାନଙ୍କ ଗହଣରେ ବସିବା ନିଜର ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ସ୍ପନ୍ଦନଶୀଳ ଶକ୍ତିକୁ ଆହୁରି ମଜବୁତ କରେ। ଏହି ସମାରୋହରେ ଆପଣମାନଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଠାକୁ ଆସିବା ପୂର୍ବରୁ, ମୁଁ ରାମ ମନ୍ଦିର ଏବଂ ବୀର ବିଟ୍ଠଲ ମନ୍ଦିରରେ ପ୍ରାର୍ଥନା କରିବାର ସୌଭାଗ୍ୟ ପାଇଥିଲି। ସେଠାକାର ଶାନ୍ତ ଏବଂ ଭକ୍ତିପୂର୍ଣ୍ଣ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକ ସାରକୁ ଆହୁରି ଗଭୀର କରିଥିଲା ।ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 28th, 03:30 pm
28.11.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ପବିତ୍ର ଅବସରରେ ତାଙ୍କର ମନ ଗଭୀର ଶାନ୍ତିରେ ପରିପୂର୍ଣ୍ଣ। ସେ ଆଲୋକପାତ କରିଥିଲେ ଯେ ସନ୍ଥମାନଙ୍କ ଉପସ୍ଥିତିରେ ବସିବା ବାସ୍ତବରେ ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ଜୀବନ୍ତ ଶକ୍ତିକୁ ଆହୁରି ବୃଦ୍ଧି କରୁଛନ୍ତି ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଏହି ସମାରୋହରେ ଲୋକଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ସେ ନିଜକୁ ଭାଗ୍ୟବାନ ମନେ କରୁଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ଏଠାକୁ ଆସିବା ପୂର୍ବରୁ ତାଙ୍କୁ ରାମ ମନ୍ଦିର ଏବଂ ବୀର ବିଠଲ ମନ୍ଦିର ପରିଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାକାର ଶାନ୍ତି ଏବଂ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକତାକୁ ଆହୁରି ଗଭୀର କରିଛି।କର୍ଣ୍ଣାଟକ ଉଡୁପି ଶ୍ରୀକୃଷ୍ଣ ମଠରେ ‘ଲକ୍ଷ କଣ୍ଠ ଗୀତା ପାରାୟଣ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
November 28th, 11:45 am
ମୁଁ ମୋ ବକ୍ତବ୍ୟ ଆରମ୍ଭ କରିବା ପୂର୍ବରୁ, କିଛି ପିଲା ଏଠାରେ କିଛି ଫଟୋ ନେଇ ଆସିଛନ୍ତି। ଏସ୍ପିଜି ଓ ସ୍ଥାନୀୟ ପୁଲିସକର୍ମୀ ଦୟାକରି ସେଗୁଡ଼ିକୁ ସଂଗ୍ରହ କରିବାରେ ସାହାଯ୍ୟ କରନ୍ତୁ। ଯଦି ଆପଣ ଫଟୋ ପଛରେ ଆପଣଙ୍କର ଠିକଣା ଲେଖିଛନ୍ତି, ତେବେ ମୁଁ ନିଶ୍ଚିତ ଭାବରେ ଆପଣଙ୍କୁ ଏକ ଧନ୍ୟବାଦ ପତ୍ର ପଠାଇବି। ଯେଉଁମାନେ କିଛି ସାଙ୍ଗରେ ନେଇ ଆସିଛନ୍ତି, ଦୟାକରି ସେମାନଙ୍କୁ ଦେଇଦିଅନ୍ତୁ; ସେମାନେ ତାହା ସଂଗ୍ରହ କରିନେବେ। ଆପଣ ଏଠାରେ ଆରାମରେ ବସନ୍ତୁ। ଏହି ପିଲାମାନେ ଅନେକ ସମୟରେ ବହୁତ କଠିନ ପରିଶ୍ରମ କରିଥାଆନ୍ତି, କିନ୍ତୁ ବେଳେବେଳେ ସେମାନଙ୍କ ପ୍ରତି ମୋ ଦ୍ୱାରା ଅନ୍ୟାୟ ହୋଇଯାଏ, ଏଥିପାଇଁ ମୁଁ ବହୁତ ଦୁଃଖ ପାଏ।କର୍ଣ୍ଣାଟକର ଉଡ଼ୁପୀସ୍ଥିତ ଶ୍ରୀକୃଷ୍ଣ ମଠରେ ଲକ୍ଷ କଣ୍ଠ ଗୀତା ପାରାୟଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 28th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ଉଡ଼ୁପୀସ୍ଥିତ ଶ୍ରୀକୃଷ୍ଣ ମଠରେ ଲକ୍ଷ କଣ୍ଠ ଗୀତା ପାରାୟଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଭଗବାନ ଶ୍ରୀକୃଷ୍ଣଙ୍କ ଦିବ୍ୟ ଦର୍ଶନରୁ ମିଳିଥିବା ସନ୍ତୋଷ, ଶ୍ରୀମଦ୍ ଭଗବଦ୍ ଗୀତାର ମନ୍ତ୍ରୋଚାରଣରୁ ମିଳିଥିବା ଆଧ୍ୟାତ୍ମିକ ଅନୁଭୂତି ଏବଂ ଏତେ ସଂଖ୍ୟକ ପୂଜ୍ୟ ସନ୍ଥ ଓ ଗୁରୁମାନଙ୍କର ଉପସ୍ଥିତି ତାଙ୍କ ପାଇଁ ପରମ ସୌଭାଗ୍ୟ। ତାଙ୍କ ପାଇଁ ଏହା ଅଗଣିତ ଆଶୀର୍ବାଦ ପାଇବା ସହିତ ସମାନ ବୋଲି ସେ ଆଲୋକପାତ କରି କହିଥିଲେ।କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କର ୩୫୦ ତମ ସହୀଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 04:40 pm
ହରିୟାଣା ରାଜ୍ୟପାଳ ଅସୀମ ଘୋଷ ଜୀ, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସାଇନି ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ମନୋହର ଲାଲ ଜୀ, ରାଓ ଇନ୍ଦ୍ରଜିତ ସିଂହ ଜୀ, କ୍ରିଷନ ପାଲ ଜୀ, ହରିୟାଣା ଏସଜିପିସି ସଭାପତି ଜଗଦୀଶ ସିଂହ ଝିଣ୍ଡା ଜୀ, ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ସଜ୍ଜନମାନେ ।ହରିୟାଣାର କୁରୁକ୍ଷେତ୍ରଠାରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 25th, 04:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜିର ଦିନ ଭାରତର ଐତିହ୍ୟରେ ଏକ ସୁନ୍ଦର ସଙ୍ଗମ। ଆଜି ସକାଳେ ସେ ରାମାୟଣର ନଗରୀ ଅଯୋଧ୍ୟାରେ ଥିଲେ ଏବଂ ଏବେ ସେ ଗୀତାର ନଗରୀ କୁରୁକ୍ଷେତ୍ରରେ ଅଛନ୍ତି ବୋଲି ସେ ଉଲ୍ଲେଖ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ସମସ୍ତେ ଆଜି ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଉପସ୍ଥିତ ସନ୍ଥ ଏବଂ ସମ୍ମାନିତ ସଂଗତମାନଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ ଏବଂ ସମସ୍ତଙ୍କ ପ୍ରତି ନିଜର ଶ୍ରଦ୍ଧା ବ୍ୟକ୍ତ କରିଥିଲେ।ଜି-୨୦ ଶିଖର ସମ୍ମିଳନୀ ଅବସରରେ କାନାଡା ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 23rd, 09:41 pm
ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜୋହାନ୍ସବର୍ଗଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ କାନାଡା ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ମାର୍କ କାର୍ନିଙ୍କୁ ଭେଟି ଭାରତ-କାନାଡା ଭାଗିଦାରୀ ଅଗ୍ରଗତିର ସମୀକ୍ଷା କରିଛନ୍ତି।ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତ୍ତି
November 23rd, 12:45 pm
ଜୋହାନ୍ସବର୍ଗ” ଭଳି ଏକ ଜୀବନ୍ତ ଏବଂ ସୁନ୍ଦର ନଗରୀରେ ଆଇବିଏସଏ ନେତୃବର୍ଗଙ୍କ ସହିତ ବୈଠକରେ ଅଂଶଗ୍ରହଣ କରିବା ମୋ ପାଇଁ ଏକ ଅତ୍ୟନ୍ତ ଆନନ୍ଦର ବିଷୟ ବୋଲି ମୁଁ କହିବାକୁ ଚାହେଁ। ଏହି କାର୍ଯ୍ୟକ୍ରମ ନିମନ୍ତେ ମୁଁ 'ଇବସା'ର ଅଧ୍ୟକ୍ଷ, ରାଷ୍ଟ୍ରପତି ଲୁଲାଙ୍କୁ ମୋର ହୃଦୟରୁ କୃତଜ୍ଞତା ବ୍ୟକ୍ତ କରୁଛି। ଏବଂ ଶ୍ରୀ ରାମାଫୋସାଙ୍କ ଭବ୍ୟ ଆତିଥ୍ୟ ସତ୍କାର ନିମନ୍ତେ ତାଙ୍କୁ ମଧ୍ୟ ମୋର ଧନ୍ୟବାଦ ପ୍ରଦାନ କରୁଛି।ଜୋହାନ୍ସବର୍ଗରେ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍ଏ) ନେତାମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
November 23rd, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଅନୁଷ୍ଠିତ ଭାରତ-ବ୍ରାଜିଲ-ଦକ୍ଷିଣ ଆଫ୍ରିକା (ଆଇବିଏସ୍ଏ) ନେତାମାନଙ୍କ ବୈଠକରେ ଅଂଶଗ୍ରହଣ କରିଛନ୍ତି । ଏହି ବୈଠକ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମଫୋସାଙ୍କ ଦ୍ୱାରା ଆୟୋଜିତ ହୋଇଥିଲା ଏବଂ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିୟୋ ଲୁଲା ଦା ସିଲଭା ଏଥିରେ ଯୋଗ ଦେଇଥିଲେ ।ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀଠାରେ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 19th, 11:00 am
ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ, କେନ୍ଦ୍ରରେ ମୋର ସହକର୍ମୀ ରାମମୋହନ ନାଇଡୁ, ଜି. କିଶନ ରେଡ୍ଡୀ, ଭୂପତି ରାଜୁ ଶ୍ରୀନିବାସ ବର୍ମା, ସଚିନ ତେନ୍ଦୁଲକର ଜୀ, ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ ଜୀ, ରାଜ୍ୟ ସରକାରରେ ଥିବା ମନ୍ତ୍ରୀ ନାରା ଲୋକେଶ ଜୀ, ଶ୍ରୀ ସତ୍ୟ ସାଇ ସେଣ୍ଟ୍ରାଲ ଟ୍ରଷ୍ଟର ପରିଚାଳନା ଟ୍ରଷ୍ଟି ଆର୍. ଜେ. ରତ୍ନାକର ଜୀ, କୁଳପତି କେ. ଚକ୍ରବର୍ତ୍ତୀ ଜୀ, ଐଶ୍ୱର୍ଯ୍ୟା ଜୀ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ସଜ୍ଜନଗଣ, ସାଇ ରାମ!ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀରେ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବକୁ ସମ୍ବୋଧିତ କରିଛନ୍ତି
November 19th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀରେ ଭଗବାନ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ ତାଙ୍କର ବକ୍ତବ୍ୟ ସାଇ ରାମ ସହିତ ଆରମ୍ଭ କରିଥିଲେ ଏବଂ ପ୍ରକାଶ କରିଥିଲେ ଯେ ପୁଟ୍ଟପର୍ଥୀର ପବିତ୍ର ଭୂମିରେ ସମସ୍ତଙ୍କ ମଧ୍ୟରେ ଉପସ୍ଥିତ ରହିବା ତାଙ୍କ ପାଇଁ ଏକ ଭାବପ୍ରବଣତାପୂର୍ଣ୍ଣ ଏବଂ ଆଧ୍ୟାତ୍ମିକ ଅନୁଭୂତି। ସେ କହିଥିଲେ ଯେ, କିଛି ସମୟ ପୂର୍ବରୁ ତାଙ୍କୁ ବାବାଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କରିବାର ସୁଯୋଗ ମିଳିଥିଲା। ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ, ବାବାଙ୍କ ପାଦ ତଳେ ପ୍ରଣାମ କରିବା ଏବଂ ତାଙ୍କ ଆଶୀର୍ବାଦ ଗ୍ରହଣ କରିବା ସର୍ବଦା ହୃଦୟକୁ ଗଭୀର ଭାବପ୍ରବଣତାରେ ପରିପୂର୍ଣ୍ଣ କରିଥାଏ।ଗୁଜରାଟର ଡେଡିଆପଡ଼ାରେ 'ଜନଜାତି ଗୌରବ ଦିବସ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 15th, 03:15 pm
ମା’ ନର୍ମଦାର ଏହି ପବିତ୍ର ଭୂମି ଆଜି ପୁଣି ଥରେ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି। ଠିକ୍ ଅକ୍ଟୋବର ୩୧ ତାରିଖରେ ଆମେ ଏଠାରେ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ କରିଥିଲୁ। ଆମର ଏକତା ଏବଂ ବିବିଧତାକୁ ପାଳନ ପାଇଁ ଭାରତ ପର୍ବ ଆରମ୍ଭ ହୋଇଛି ଏବଂ ଆଜି, ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳନ କରୁଥିବା ଏହି ଭବ୍ୟ ସମାରୋହ ସହିତ, ଆମେ ଭାରତ ପର୍ବର ପୂର୍ଣ୍ଣତାର ସାକ୍ଷୀ ହୋଇ ରହିଛି । ଏହି ପବିତ୍ର ଅବସରରେ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କୁ ପ୍ରଣାମ କରୁଛି। ସ୍ୱାଧୀନତା ଆନ୍ଦୋଳନ ସମୟରେ ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଜନ ଜାତୀୟ କ୍ଷେତ୍ରରେ, ସ୍ୱାଧୀନତାର ଅଗ୍ନି ପ୍ରଜ୍ଵଳିତ କରିଥିବା ଗୋବିନ୍ଦ ଗୁରୁଙ୍କ ଆର୍ଶୀବାଦ ମଧ୍ୟ ଆମ ସମସ୍ତଙ୍କ ସହ ଯୋଡି ହୋଇଛି। ମୁଁ ଏହି ମଞ୍ଚରୁ ଗୋବିନ୍ଦ ଗୁରୁଙ୍କୁ ମଧ୍ୟ ପ୍ରଣାମ କରୁଛି। କିଛି ସମୟ ପୂର୍ବରୁ ମୋତେ ମଧ୍ୟ ଦେବମୋଗରା ମାତାଙ୍କ ଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ମୁଁ ମା’ଙ୍କ ଚରଣରେ ମଧ୍ୟ ପ୍ରଣାମ କରୁଛି। ଖୁବ ଲୋକ ଜାଣିଥିବେ, କାଶୀ ବିଶ୍ୱନାଥ କରିଡର, ଉଜ୍ଜୈନ ମହାକାଳ କରିଡର, ଅଯୋଧ୍ୟା ରାମ ମନ୍ଦିର, କେଦାରନାଥ ଧାମ ବିଷୟରେ ଆଲୋଚନା ହୋଇଥାଏ । ଗତ ଦଶନ୍ଧି ମଧ୍ୟରେ ଏଭଳି ଅନେକ ଧାର୍ମିକ ଏବଂ ଐତିହାସିକ ସ୍ଥାନ ବିକଶିତ ହୋଇଛି। କିନ୍ତୁ ଖୁବ୍ କମ୍ ଲୋକ ଜାଣିଥିବେ ଯେ ୨୦୦୩ ମସିହାରେ ଯେତେବେଳେ ମୁଁ ମୁଖ୍ୟମନ୍ତ୍ରୀ ଭାବରେ ଝିଅମାନଙ୍କ ଶିକ୍ଷା ପାଇଁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରେଲିଆ ପାଟନଙ୍କୁ ଆସିଥିଲି, ସେତେବେଳେ ମୁଁ ମା 'ଙ୍କୁ ପ୍ରଣାମ କରିବାକୁ ଆସିଥିଲି ଏବଂ ସେହି ସମୟରେ ଏମିତି ଅବସ୍ଥା ଥିଲା ଯେ ମୁଁ ଦେଖିଥିଲି, କେବଳ ଏକ ଛୋଟ ଝୁମ୍ପୁଡ଼ି ଭଳି ସ୍ଥାନ ଥିଲା। ମୁଁ ଗର୍ବର ସହ କହିପାରିବି ଯେ ମୁଁ ମୋ ଜୀବନରେ କରିଥିବା ସମସ୍ତ ପ୍ରମୁଖ ବିକାଶ କାର୍ଯ୍ୟ ମଧ୍ୟରେ ଦେବମୋଗରା ମାତାଙ୍କ ସ୍ଥାନରୁ ବିକାଶ କାର୍ଯ୍ୟ ସହିତ ଆରମ୍ଭ ହୋଇଥିଲା। ଏବଂ ଆଜି ଯେତେବେଳେ ମୁଁ ଏହି ସ୍ଥାନ ପରିଦର୍ଶନ କଲି, ସେତେବେଳେ ମୋତେ ଏହା ଦେଖି ବହୁତ ଖୁସି ଲାଗିଲା ଯେ ଲକ୍ଷ ଲକ୍ଷ ଲୋକ, ବିଶେଷ କରି ଆମର ଆଦିବାସୀ ଭାଇ ଓ ଭଉଣୀମାନେ, ଏବେ ମା 'ଙ୍କ ପ୍ରତି ଅପାର ଭକ୍ତି ସହିତ ସେଠାକୁ ଆସୁଛନ୍ତି।ଗୁଜୁରାଟ ଡେଡିଆପଡାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଡେଡିଆପଡ଼ାରେ ଧରତୀ ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି। ଏହି ଅବସରରେ, ସେ ୯,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମା’ ନର୍ମଦାର ପବିତ୍ର ଭୂମି ଆଜି ଆଉ ଏକ ଐତିହାସିକ ଘଟଣାର ସାକ୍ଷୀ ହେଉଛି ବୋଲି କହି ଶ୍ରୀ ମୋଦୀ ସ୍ମରଣ କରିଛନ୍ତି ଯେ, ୩୧ ଅକ୍ଟୋବରରେ, ଭାରତର ଏକତା ଏବଂ ବିବିଧତାକୁ ପାଳନ କରିବା ପାଇଁ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ସେହି ସ୍ଥାନରେ ପାଳନ କରାଯାଇଥିଲା, ଭାରତ ପର୍ବ ଆରମ୍ଭ ହୋଇଥିଲା। ଆଜି ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀର ମହାନ ଉତ୍ସବ ସହିତ, ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ, ଆମେ ଭାରତ ପର୍ବର ପରିଣାମ ଦେଖୁଛୁ। ଏହି ପବିତ୍ର ଅବସରରେ ସେ ଭଗବାନ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଛନ୍ତି ଯେ, ଗୁଜରାଟ, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ସମଗ୍ର ଆଦିବାସୀ ଅଞ୍ଚଳରେ ସ୍ୱାଧୀନତାର ଭାବନା ଜାଗ୍ରତ କରିଥିବା ଗୋବିନ୍ଦ ଗୁରୁଙ୍କ ଆଶୀର୍ବାଦ ମଧ୍ୟ ଏହି କାର୍ଯ୍ୟକ୍ରମ ସହିତ ଜଡିତ। ମଞ୍ଚ ଉପରୁ ସେ ଗୋବିନ୍ଦ ଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କୁ କିଛି ସମୟ ପୂର୍ବରୁ ଦେବମୋଗ୍ରା ମାତାଙ୍କ ମନ୍ଦିରକୁ ଯିବାର ସୌଭାଗ୍ୟ ମିଳିଥିଲା ଏବଂ ପୁଣି ଥରେ ତାଙ୍କ ପାଦ ତଳେ ପ୍ରଣାମ କରିଥିଲେ।