ନୟା ରାୟପୁରର ସତ୍ୟସାଇ ସଞ୍ଜୀବନୀ ଶିଶୁ ହୃଦରୋଗ ଡାକ୍ତରଖାନାରେ ହୃଦରୋଗ ପାଇଁ ସଫଳତାର ସହ ଅସ୍ତ୍ରୋପଚାର କରାଯାଇଥିବା ପିଲାମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
November 01st, 05:30 pm
ମୁଁ ହକିର ଚାମ୍ପିଅନ୍, ମୁଁ ହକିରେ 5 ଟି ପଦକ ଜିତିଛି, ମୋ ସ୍କୁଲରେ ମୋର ପରୀକ୍ଷା କରାଯାଇଥିଲା, ମୁଁ ଜାଣିବାକୁ ପାଇଲି ମୋ ହୃଦୟରେ ଛିଦ୍ର ଅଛି, ତେଣୁ ମୁଁ ଏଠାକୁ ଆସିଥିଲି, ମୋର ଏକ ଅସ୍ତ୍ରୋପଚାର ହୋଇଥିଲା, କିନ୍ତୁ ମୁଁ ବର୍ତ୍ତମାନ ହକି ଖେଳିବାକୁ ସକ୍ଷମ।Prime Minister interacts with children who overcame congenital heart conditions
November 01st, 05:15 pm
As part of the ‘Dil Ki Baat’ programme, PM Modi interacted with 2,500 children who were successfully treated for congenital heart diseases at Sri Sathya Sai Sanjeevani Hospital in Nava Raipur, Chhattisgarh. As the children shared their experiences, the PM expressed his joy in meeting them and advised them to practice yoga for a healthy body. He also informed them about the centenary year of Shri Sathya Sai Baba.ନୂଆଦିଲ୍ଲୀରେ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମିଳନୀ ୨୦୨୫କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
October 31st, 06:08 pm
ଶ୍ରୀ ମୋଦୀ ମନେ ପକାଇଛନ୍ତି ଯେ ଗତ ବର୍ଷ, ଗୁଜରାଟରେ ମହର୍ଷି ଦୟାନନ୍ଦ ସରସ୍ୱତୀ ଜୀଙ୍କ ଜନ୍ମସ୍ଥାନରେ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ସେ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅଂଶଗ୍ରହଣ କରିଥିଲେ। ପୂର୍ବରୁ, ତାଙ୍କୁ ଦିଲ୍ଲୀରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜନ୍ମବାର୍ଷିକୀ ସମାରୋହ ଉଦଘାଟନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାରେ ଉଚ୍ଚାରିତ ବୈଦିକ ମନ୍ତ୍ର ଓ ଯଜ୍ଞାନୁଷ୍ଠାନର ଉର୍ଜ୍ଜାକୁ ସେ ଏବେ ବି ଅନୁଭବ କରିପାରୁଛନ୍ତି, ଯେପରିକି ତାହା ଗତକାଲି ଅନୁଷ୍ଠିତ ହୋଇଥିଲା ।'ବନ୍ଦେ ମାତରମ୍'ର ଭାବନା ଭାରତର ଅମର ଚେତନା ସହିତ ଜଡିତ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
October 26th, 11:30 am
ଅକ୍ଟୋବର 31 ତାରିଖରେ ସର୍ଦ୍ଦାର ପଟେଲଙ୍କ 150ତମ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଛଠ ପୂଜା ଉତ୍ସବ, ପରିବେଶ ସୁରକ୍ଷା, ଭାରତୀୟ କୁକୁର ପ୍ରଜାତି, ଭାରତୀୟ କଫି, ଆଦିବାସୀ ସମ୍ପ୍ରଦାୟର ନେତା ଏବଂ ସଂସ୍କୃତ ଭାଷାର ଗୁରୁତ୍ୱ ଭଳି ଆକର୍ଷଣୀୟ ବିଷୟ ଉପରେ ମଧ୍ୟ ସେ ମତ ରଖିଛନ୍ତି । ପ୍ରଧାନମନ୍ତ୍ରୀ 'ବନ୍ଦେ ମାତରମ୍' ଗୀତର 150ତମ ବର୍ଷ ବିଷୟରେ ବିଶେଷ ଉଲ୍ଲେଖ କରିଥିଲେ।ମଙ୍ଗୋଲିଆର ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତି
October 14th, 01:15 pm
ଛଅ ବର୍ଷ ପରେ ମଙ୍ଗୋଲିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଅବସର ଆଣିଦେଇଛି। ଏବଂ ଏହି ଗସ୍ତ ସେତେବେଳେ ଆସିଛି ଯେତେବେଳେ ଭାରତ ଏବଂ ମଙ୍ଗୋଲିଆ ୭୦ ବର୍ଷର କୂଟନୈତିକ ସମ୍ପର୍କ ଏବଂ ୧୦ ବର୍ଷର ରଣନୈତିକ ସହଭାଗୀତା ପାଳନ କରୁଛନ୍ତି। ଏହି ଅବସରକୁ ପାଳନ କରିବା ପାଇଁ, ଆମେ ଏକ ମିଳିତ ଡାକ ଟିକେଟ ଜାରି କରିଛୁ, ଯାହାକି ଆମର ସହଭାଗୀ ଐତିହ୍ୟ, ବିବିଧତା ଏବଂ ଗଭୀର ସଭ୍ୟତାଗତ ସମ୍ପର୍କର ପ୍ରତୀକ।Prime Minister meets the President of Maldives
July 25th, 08:48 pm
PM Modi has met Malpes President Muizzu in Male. Both the leaders took stock of the progress in the implementation of the India-Malpes Joint Vision for a ‘Comprehensive Economic and Maritime Security Partnership’ and also witnessed exchange of 6 MOUs. The PM reiterated India’s commitment to further deepen ties with Malpes in keeping with its Neighbourhood First’ and Vision MAHASAGAR policies.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
June 29th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ସ୍ୱାଗତ, ଅଭିନନ୍ଦନ। ଆପଣମାନେ ଏବେ ଯୋଗର ଶକ୍ତି ଏବଂ ‘ଆନ୍ତର୍ଜାତିକ ଯୋଗଦିବସ’ର ସ୍ମୃତିରେ ପରିପୂର୍ଣ୍ଣ ଥିବ । ଏଥର ମଧ୍ୟ ଜୁନ୍ ୨୧ ତାରିଖ ଦିନ ଦେଶ-ଦୁନିଆର କୋଟି କୋଟି ଲୋକେ ‘ଆନ୍ତର୍ଜାତିକ ଯୋଗ ଦିବସ’ରେ ଅଂଶଗ୍ରହଣ କଲେ । ଆପଣମାନଙ୍କର ମନେଥିବ, ୧୦ ବର୍ଷ ପୂର୍ବେ ଏହାର ଶୁଭାରମ୍ଭ ହୋଇଥିଲା । ଏବେ ୧୦ ବର୍ଷରେ ଏହି ପରମ୍ପରା ପୂର୍ବବର୍ଷ ଅପେକ୍ଷା ଅଧିକରୁ ଅଧିକ ଭବ୍ୟ ହୋଇଚାଲିଛି । ଏହା ଏ ଦିଗକୁ ମଧ୍ୟ ସଂକେତ କରୁଛି କି ଅଧିକରୁ ଅଧିକ ଲୋକ ନିଜ ଦୈନନ୍ଦିନ ଜୀବନରେ ଯୋଗକୁ ଆପଣାଉଛନ୍ତି । ଆମେମାନେ ଏଥର ମଧ୍ୟ ଯୋଗ ଦିବସର ଅନେକ ଚିତ୍ତାକର୍ଷକ ଛବି ଦେଖିଛୁ । ବିଶାଖାପାଟନମର ସମୁଦ୍ରକୂଳରେ ୩ ଲକ୍ଷ ଲୋକ ଏକାଠି ଯୋଗାଭ୍ୟାସ କଲେ । ବିଶାଖାପାଟନମଠାରୁ ହିଁ ଆଉ ଏକ ଚମତ୍କାର ଦୃଶ୍ୟ ଦେଖିବାକୁ ମିଳିଲା । ଦୁଇ ହଜାରରୁ ଅଧିକ ଆଦିବାସୀ ଛାତ୍ରମାନେ ୧୦୮ ମିନିଟ୍ ପର୍ଯ୍ୟନ୍ତ ୧୦୮ ଥର ସୂର୍ଯ୍ୟ ନମସ୍କାର କଲେ । ଚିନ୍ତା କରନ୍ତୁ ତ, କେତେ ଶୃଙ୍ଖଳା, କେତେ ସମର୍ପଣ ଭାବ ରହିଥିବ ତାଙ୍କର । ଆମର ନୌବାହିନୀର ଜାହାଜ ଉପରେ ମଧ୍ୟ ଯୋଗର ଭବ୍ୟ ଦୃଶ୍ୟମାନ ଦେଖିବାକୁ ମିଳିଲା । ତେଲଙ୍ଗାନାରେ ୩ ହଜାର ଦିବ୍ୟାଙ୍ଗ ସାଥୀମାନେ ଏକସଙ୍ଗେ ଯୋଗ ଶିବିରରେ ଅଂଶଗ୍ରହଣ କଲେ । ସେମାନେ ଦେଖାଇଦେଲେ ଯେ ଯୋଗ କେଉଁଭଳି ଭାବରେ ସଶକ୍ତିକରଣର ମଧ୍ୟ ଗୋଟିଏ ମାଧ୍ୟମ । ଦିଲ୍ଲୀର ଜନସାଧାରଣ ଯୋଗକୁ ସ୍ୱଚ୍ଛ ଯମୁନା ସଂକଳ୍ପ ସହ ସଂଯୁକ୍ତ କଲେ ଏବଂ ଯମୁନା କୂଳରେ ଯାଇ ଯୋଗାଭ୍ୟାସ କଲେ । ଜମ୍ମୁ କାଶ୍ମୀରରେ ଚେନ୍ନାବ ପୋଲ ଯାହା ବିଶ୍ୱର ସବୁଠାରୁ ଉଚ୍ଚତା ବିଶିଷ୍ଟ ରେଳପୋଲ, ସେଠାରେ ମଧ୍ୟ ଲୋକେ ଯୋଗାଭ୍ୟାସ କଲେ । ହିମାଳୟର ବରଫାବୃତ ଶିଖର ଏବଂ ITBPର ଯବାନ, ସେଠାରେ ମଧ୍ୟ ଯୋଗାଭ୍ୟାସ ଦେଖିବାକୁ ମିଳିଲା, ସାହାସ ଏବଂ ସାଧନା ଏକାଠି ଦେଖିବାକୁ ମିଳିଲା । ଗୁଜୁରାଟର ଜନସାଧାରଣ ମଧ୍ୟ ଏକ ନୂତନ ଇତିହାସ ସୃଷ୍ଟି କଲେ । ୱଡନଗରରେ ୨୧୨୧ (ଦୁଇହଜାର ଶହେ ଏକୋଇଶ) ଜଣ ଏକସଙ୍ଗେ ଭୁଜଙ୍ଗାସନ କଲେ ଏବଂ ନୂତନ ରେକର୍ଡ ସୃଷ୍ଟି କଲେ । ନ୍ୟୁୟର୍କ, ଲଣ୍ଡନ, ଟୋକିଓ, ପ୍ୟାରିସ୍, ବିଶ୍ୱର ପ୍ରତ୍ୟେକ ବଡ଼ ସହରରୁ ଯୋଗର ଛବି ଆସିଲା ଏବଂ ପ୍ରତ୍ୟେକ ଛବିରେ ଗୋଟିଏ ବିଶେଷ କଥା ଦେଖିବାକୁ ମିଳିଲା ତାହା ହେଉଛି ଶାନ୍ତି, ସ୍ଥିରତା ଏବଂ ସନ୍ତୁଳନ । ଏଥରର ଥିମ୍ ମଧ୍ୟ ବହୁତ ସ୍ୱତନ୍ତ୍ର ଥିଲା, ‘Yoga for One Earth, One Health’, ଅର୍ଥାତ୍, ‘ଏକ ପୃଥିବୀ – ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ’ । ଏହା କେବଳ ଏକ ସ୍ଲୋଗାନ ନୁହେଁ, ଏହା ଏକ ଦିଗ ଯାହା ଆମକୁ ‘ବସୁଧୈବ କୁଟୁମ୍ବକମ୍’ର ଅନୁଭୂତି ପ୍ରଦାନ କରୁଛି । ଏଥରର ଯୋଗ ଦିବସର ଭବ୍ୟତା ଅଧିକରୁ ଅଧିକ ଲୋକଙ୍କ ଦ୍ୱାରା ଯୋଗକୁ ଆପଣାଇବାକୁ ନିଶ୍ଚୟ ପ୍ରେରଣା ଯୋଗାଇବ ବୋଲି ମୋର ବିଶ୍ୱାସ ।ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଆଚାର୍ଯ୍ୟ ଶ୍ରୀ ବିଦ୍ୟାନନ୍ଦ ଜୀ ମହାରାଜଙ୍କ ଶତବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 28th, 11:15 am
ପରମ ଶ୍ରଦ୍ଧେୟ ଆଚାର୍ଯ୍ୟ ଶ୍ରୀ ପ୍ରଜ୍ଞା ସାଗର ମହାରାଜ ଜୀ, ଶ୍ରାବଣ ବେଲା ଗୋଲାର ମଠାଧୀଶ ସ୍ୱାମୀ ଚାରୁକୀର୍ତ୍ତି ଜୀ, ମୋର ସହକର୍ମୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, ସଂସଦରେ ମୋର ସାଥୀଭାଇ ନବୀନ ଜୈନ ଜୀ, ଭଗବାନ ମହାବୀର ଅହିଂସା ଭାରତୀ ଟ୍ରଷ୍ଟର ଅଧ୍ୟକ୍ଷ ପ୍ରିୟଙ୍କ ଜୈନ ଜୀ, ସେକ୍ରେଟାରୀ ମମତା ଜୈନ ଜୀ, ଟ୍ରଷ୍ଟି ପୀୟୁଷ ଜୈନ ଜୀ, ଅନ୍ୟ ସମସ୍ତ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି, ଶ୍ରଦ୍ଧେୟ ସନ୍ଥଗଣ, ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ, ଜୟ ଜିନେନ୍ଦ୍ର!PM Modi addresses the Centenary Celebrations of Acharya Shri Vidyanand Ji Maharaj
June 28th, 11:01 am
PM Modi has addressed the Centenary Celebrations of Acharya Shri Vidyanand Ji Maharaj. The PM highlighted that the centenary celebration of Shri Vidyanand Ji Maharaj carries the memory of an era and echoes the life of a great ascetic. He affirmed that the government is inspired by Acharya Shri Vidyanand Ji Maharaj’s ideals and is committed to achieving saturation in all schemes, ensuring that no one is left behind.ପ୍ରଧାନମନ୍ତ୍ରୀ ଦିଲ୍ଲୀର ଭଗବାନ ମହାବୀର ବନସ୍ଥଳୀ ଉଦ୍ୟାନରେ ଏକ ଚାରା ରୋପଣ କଲେ: ‘ ମା’ଙ୍କ ନାମରେ ଏକ ଗଛ’ ଅଭିଯାନକୁ ଆଗେଇ ନେବା ଲକ୍ଷ୍ୟରେ ଆରାବଳୀ ଗ୍ରୀନ୍ ୱାଲ ପ୍ରକଳ୍ପ ଅନ୍ତର୍ଗତ ଆରାବଳୀ ପର୍ବତ ଶୃଙ୍ଖଳାକୁ ପୁନର୍ବାର ସମ୍ପୂର୍ଣ୍ଣ ବନକ୍ଷେତ୍ର କରିବାକୁ ସଂକଳ୍ପ ନେଲେ
June 05th, 01:33 pm
ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବୃକ୍ଷରୋପଣ ଅଭିଯାନରେ ଭାଗ ନେଲେ ଏବଂ ଦିଲ୍ଲୀର ଭଗବାନ ମହାବୀର ବନସ୍ଥଳୀେ ଉଦ୍ୟାନରେ ଏକ ଚାରାରୋପଣ କରି ‘ଏକ ପେଡ଼ ମା କେ ନାମ’ (ମା’ଙ୍କ ନାମରେ ଏକ ଗଛ) ଅଭିଯାନକୁ ଆଗକୁ ବଢ଼ାଇବା ଉଦେ୍ଦଶ୍ୟରେ ଏହି ଅଭିଯାନକୁ ବ୍ୟାପକ ବନାଇବାକୁ ସଂକଳ୍ପ ନେଲେ ।ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
April 27th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଯେତେବେଳେ ମୁଁ ଆପଣଙ୍କ ସହିତ ମନର କଥା ହେଉଛି, ସେତେବେଳେ ମନରେ ଗଭୀର ପୀଡ଼ା ରହିଛି । ଏପ୍ରିଲ ୨୨ ତାରିଖ ଦିନ ପହଲଗାମ୍ ଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଦେଶର ପ୍ରତ୍ୟେକ ନାଗରିକକୁ ବ୍ୟଥିତ କରିଛି । ପୀଡ଼ିତ ପରିବାରଙ୍କ ପ୍ରତି ପ୍ରତ୍ୟେକ ଭାରତୀୟଙ୍କ ମନରେ ଗଭୀର ସମବେଦନା ରହିଛି । ସେ ଯେକୌଣସି ରାଜ୍ୟର ହୋଇଥାଆନ୍ତୁ ନା କାହିଁକି, ଯେକୌଣସି ଭାଷାଭାଷୀ ହୋଇଥାଆନ୍ତୁ ନା କାହିଁକି, ସମସ୍ତେ ସେହିମାନଙ୍କ ଯନ୍ତ୍ରଣାକୁ ଅନୁଭବ କରୁଛନ୍ତି, ଯେଉଁମାନେ ଏହି ଆକ୍ରମଣରେ ନିଜ ପରିବାରର ଲୋକଙ୍କୁ ହରାଇଛନ୍ତି । ଆତଙ୍କବାଦୀ ଆକ୍ରମଣର ଚିତ୍ରଗୁଡ଼ିକୁ ଦେଖି ପ୍ରତ୍ୟେକ ଭାରତୀୟର ରକ୍ତ ତାତି ଉଠୁଛି, ସେ କଥା ମୁଁ ଅନୁଭବ କରିପାରୁଛି । ପହଲଗାମରେ ହୋଇଥିବା ଏହି ଆକ୍ରମଣ, ଆତଙ୍କବାଦର ପୃଷ୍ଠପୋଷକଙ୍କ ହତାଶା ଭାବକୁ ଦର୍ଶାଉଛି, ସେମାନଙ୍କ କାପୁରୁଷପଣିଆକୁ ପ୍ରଦର୍ଶିତ କରୁଛି । କାଶ୍ମୀରରେ ଶାନ୍ତି ଫେରିଆସୁଥିବା ସମୟରେ - ସ୍କୁଲ-କଲେଜମାନଙ୍କରେ ଗୋଟିଏ ଉତ୍ସାହ ଥିଲା, ନିର୍ମାଣ କାର୍ଯ୍ୟରେ ଅଭୂତପୂର୍ବ ଗତିଶୀଳତା ଆସିଥିଲା, ଗଣତନ୍ତ୍ର ଦୃଢ଼ୀଭୂତ ହେଉଥିଲା, ପର୍ଯ୍ୟଟକମାନଙ୍କ ସଂଖ୍ୟାରେ ରେକର୍ଡ଼ ବୃଦ୍ଧି ହୋଇଚାଲିଥିଲା, ଲୋକମାନଙ୍କ ଆୟ ବୃଦ୍ଧି ହେଉଥିଲା, ଯୁବବର୍ଗଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି ହୋଇଚାଲିଥିଲା – ଏଭଳି ସମୟରେ ଦେଶର ଶତ୍ରୁ, ଜାମ୍ମୁ-କାଶ୍ମୀରର ଶତ୍ରୁମାନଙ୍କ ପକ୍ଷରେ ଏହା ଅସହ୍ୟ ହେଲା । ଆତଙ୍କବାଦୀ ଓ ଆତଙ୍କକୁ ପ୍ରଶ୍ରୟ ଦେଉଥିବା ଶକ୍ତିମାନେ ଚାହାଁନ୍ତି ଯେ, କାଶ୍ମୀର ପୁଣିଥରେ ଧ୍ୱଂସ ହେଇଯାଉ, ତେଣୁ ସେମାନେ ଏତେ ବଡ଼ ଷଡ଼ଯନ୍ତ୍ର ଘଟାଇଲେ । ଆତଙ୍କବାଦ ବିରୁଦ୍ଧରେ ଏହି ଯୁଦ୍ଧରେ ଦେଶର ଏକତା, ୧୪୦ କୋଟି ଭାରତୀୟଙ୍କ ଏକଜୁଟପଣିଆ ଆମର ସବୁଠାରୁ ବଡ଼ ଶକ୍ତି । ଏହି ଏକତା, ଆତଙ୍କବାଦ ବିରୁଦ୍ଧରେ ଆମର ନିର୍ଣ୍ଣାୟକ ସଂଗ୍ରାମର ଆଧାର । ଦେଶ ଆଗରେ ଦେଖାଦେଇଥିବା ଏହି ଆହ୍ୱାନର ମୁକାବିଲା କରିବା ପାଇଁ ଆମକୁ ଆମ ସଂକଳ୍ପକୁ ସୁଦୃଢ଼ କରିବାକୁ ହେବ । ଗୋଟିଏ ରାଷ୍ଟ୍ର ହିସାବରେ ଆମକୁ ଦୃଢ଼ ଇଚ୍ଛାଶକ୍ତି ପ୍ରଦର୍ଶିତ କରିବାକୁ ହେବ । ଏହି ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶର ସ୍ୱର ଏକ ହୋଇଥିବା କଥା ଆଜି ସାରା ବିଶ୍ୱ ଦେଖୁଛି ।Today, India's youth are demonstrating our immense potential to the world, through their dedication and innovation: PM Modi in Rozgar Mela
April 26th, 11:23 am
PM Modi addressed the Rozgar Mela and distributed more than 51,000 appointment letters to youth. He highlighted that the government is ensuring employment and self-employment opportunities for the country's youth. The PM spoke about the immense opportunity WAVES 2025 summit offers for the youth. He recalled the mantra of ‘Nagrik Devo Bhava,’ and encouraged youth to serve every citizen of India.ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 26th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ୫୧,୦୦୦ରୁ ଅଧିକ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଆଜିଠାରୁ ଏସବୁ ଯୁବକଯୁବତୀମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ନୂତନ ଦାୟିତ୍ୱ ମିଳୁଛି । ସେ କହିଛନ୍ତି ଯେ ତାଙ୍କର କର୍ତ୍ତବ୍ୟ ମଧ୍ୟରେ ଦେଶର ଆର୍ଥିକ ଭିତ୍ତିଭୂମିକୁ ସୁଦୃଢ଼ କରିବା, ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା, ଆଧୁନିକ ଭିତ୍ତିଭୂମି ନିର୍ମାଣରେ ଯୋଗଦାନ ଦେବା ଏବଂ ଶ୍ରମିକଙ୍କ ଜୀବନରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଅନ୍ତର୍ଭୁକ୍ତ। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ସେମାନେ ଯେଉଁ ଆନ୍ତରିକତାର ସହିତ ସେମାନଙ୍କର ଦାୟିତ୍ୱ ନିର୍ବାହ କରନ୍ତି, ତାହା ଭାରତର ଏକ ବିକଶିତ ରାଷ୍ଟ୍ର ହେବା ଯାତ୍ରାରେ ସକାରାତ୍ମକ ପ୍ରଭାବ ପକାଇବ। ଏହି ଯୁବକଯୁବତୀମାନେ ପୂର୍ଣ୍ଣ ନିଷ୍ଠାର ସହିତ ସେମାନଙ୍କର କର୍ତ୍ତବ୍ୟ ନିର୍ବାହ କରିବେ ବୋଲି ସେ ଆତ୍ମବିଶ୍ବାସ ପ୍ରକାଶ କରିଥିଲେ।New India is moving ahead with the mantra of 'Development as well as Heritage': PM Modi in Anandpur Dham, Madhya Pradesh
April 11th, 03:37 pm
In line with his commitment to furthering the cultural and spiritual heritage of India, Prime Minister Modi visited Anandpur Dham in Madhya Pradesh. “India is a land of sages, scholars, and saints, who have always guided society during challenging times”, exclaimed the PM, highlighting that the life of Pujya Swami Advait Anand Ji Maharaj reflects this tradition.ମଧ୍ୟପ୍ରଦେଶର ଆନନ୍ଦପୁର ଧାମରେ ଜନସଭାକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 11th, 03:26 pm
ଭାରତର ସାଂସ୍କୃତିକ ଓ ଆଧ୍ୟାତ୍ମିକ ଐତିହ୍ୟକୁ ଆଗକୁ ବଢ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ଆଜି ମଧ୍ୟପ୍ରଦେଶର ଅଶୋକନଗର ଜିଲ୍ଲାର ଇସାଗଡ ତହସିଲର ଆନନ୍ଦପୁର ଧାମ ପରିଦର୍ଶନ କରିଛନ୍ତି । ସେ ଗୁରୁଜୀ ମହାରାଜ ମନ୍ଦିରରେ ଦର୍ଶନ ଓ ପୂଜାର୍ଚ୍ଚନା କରିବା ସହ ଆନନ୍ଦପୁର ଧାମସ୍ଥିତ ମନ୍ଦିର ପରିସର ପରିଦର୍ଶନ କରିଥିଲେ। ସମାବେଶକୁ ସମ୍ବୋଧିତ କରି ସେ ଦିଲ୍ଲୀ, ହରିୟାଣା, ପଞ୍ଜାବ ଏବଂ ସାରା ଦେଶରୁ ଆସିଥିବା ବହୁ ସଂଖ୍ୟକ ଶ୍ରଦ୍ଧାଳୁଙ୍କୁ ସ୍ୱାଗତ କରିଥିଲେ। ଶ୍ରୀ ଆନନ୍ଦପୁର ଧାମ ପରିଦର୍ଶନ କରି ଗୁରୁଜୀ ମହାରାଜଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିବାର ଅନୁଭୂତି ବାଣ୍ଟିବା ପରେ ସେ ଖୁସି ବ୍ୟକ୍ତ କରିଥିଲେ ଯାହା ତାଙ୍କ ହୃଦୟକୁ ଆନନ୍ଦରେ ଭରି ଦେଇଥିଲା ।ନବକାର ମହାମନ୍ତ୍ର ଦିବସ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 09th, 08:15 am
ମନ ଶାନ୍ତ ଅଛି, ମନ ସ୍ଥିର ଅଛି, କେବଳ ଆତ୍ମସନ୍ତୋଷ, ଏକ ଚମତ୍କାର ଅନୁଭବ, ସବୁ ଶବ୍ଦର ଊର୍ଦ୍ଧ୍ୱରେ, ସବୁ ଚିନ୍ତା ଚେତନା ବାହାରେ, ନବକାର ମହାମନ୍ତ୍ର ଏବେ ବି ମନରେ ଗୁଞ୍ଜରିତ ହେଉଛି। ନମୋ ଅରିହନ୍ତନମ୍ । ନମୋ ସିଦ୍ଧନମ୍ । ନମୋ ଆର୍ଯ୍ୟନମ୍ । ନମୋ ଉଭଜଜାୟାନମ୍ । ନମୋ ନମୋ ଲୋୟ ସଭ୍ୱସହୁନମ। (नमो अरिहंताणं॥ नमो सिद्धाणं॥ नमो आयरियाणं॥ नमो उवज्झायाणं॥ नमो लोए सव्वसाहूणं॥) ଗୋଟିଏ ସ୍ୱର, ଗୋଟିଏ ପ୍ରବାହ, ଗୋଟିଏ ଶକ୍ତି, ନା ଊର୍ଦ୍ଧ୍ୱଗାମୀ ନା ନିମ୍ନଗାମୀ,ନବକାର ମହାମନ୍ତ୍ର ଦିବସ ସମାରୋହକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 09th, 07:47 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ନବକାର ମହାମନ୍ତ୍ର ଦିବସ ସମାରୋହକୁ ଉଦଘାଟନ କରିଥିଲେ ଏବଂ ଏଥିରେ ଅଂଶଗ୍ରହଣ କରିଥିଲେ । ସଭାକୁ ସମ୍ବୋଧିତ କରି ସେ ନବକାର ମନ୍ତ୍ରର ଗଭୀର ଆଧ୍ୟାତ୍ମିକ ଅନୁଭୂତି ଉପରେ ଆଲୋକପାତ କରିବା ସହ ମନକୁ ଶାନ୍ତି ଓ ସ୍ଥିରତା ଆଣିବାର କ୍ଷମତା ଉପରେ ଗୁରୁତ୍ୱାରୋପ କରିଥିଲେ । ଶବ୍ଦ ଓ ଚିନ୍ତାଧାରାକୁ ଅତିକ୍ରମ କରି ମନ ଓ ଚେତନା ଭିତରେ ଗଭୀର ଭାବରେ ଅନୁଭୂତ ହେଉଥିବା ଶାନ୍ତିର ଅସାଧାରଣ ଅନୁଭବ ଉପରେ ସେ ମନ୍ତବ୍ୟ ଦେଇଥିଲେ । ଶ୍ରୀ ମୋଦୀ ନବକାର ମନ୍ତ୍ରର ମହତ୍ତ୍ୱ ଉପରେ ଆଲୋକପାତ କରି ଏହାର ପବିତ୍ର ଶବ୍ଦ ପାଠ କରିଥିଲେ ଏବଂ ମନ୍ତ୍ରକୁ ଶକ୍ତିର ଏକ ସମନ୍ୱିତ ପ୍ରବାହ, ସ୍ଥିରତା, ସମାନତା ଏବଂ ଚେତନା ଏବଂ ଆଭ୍ୟନ୍ତରୀଣ ଆଲୋକର ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ଲୟର ପ୍ରତୀକ ରୂପରେ ବର୍ଣନା କରଥିଲେ। ନିଜ ବ୍ୟକ୍ତିଗତ ଅନୁଭୂତିକୁ ନେଇ ସେ କହିଥିଲେ ଯେ, କିପରି ସେ ନିଜ ଭିତରେ ନବକାର ମନ୍ତ୍ରର ଆଧ୍ୟାତ୍ମିକ ଶକ୍ତିକୁ ଅନୁଭବ କରୁଛନ୍ତି । କିଛି ବର୍ଷ ପୂର୍ବେ ବେଙ୍ଗାଲୁରୁରେ ଏଭଳି ଏକ ସାମୂହିକ ନୃତ୍ୟ କାର୍ଯ୍ୟକ୍ରମ ଦେଖିବାକୁ ମିଳିଥିଲା, ଯାହା ତାଙ୍କ ମନରେ ଏକ ସ୍ଥାୟୀ ଛାପ ପକାଇଥିଲା ବୋଲି ସେ ମନେ ପକାଇଥିଲେ। ପ୍ରଧାନମନ୍ତ୍ରୀ ଦେଶ ବିଦେଶର ଲକ୍ଷ ଲକ୍ଷ ପୁଣ୍ୟ ଆତ୍ମା ଏକ ମିଳିତ ଚେତନାରେ ଏକାଠି ହୋଇ ଅତୁଳନୀୟ ଅନୁଭୂତି ଲାଭ କରିବା ଉପରେ ଆଲୋକପାତ କରିଥିଲେ । ସେ ସାମୂହିକ ଶକ୍ତି ଏବଂ ସମନ୍ୱିତ ଶବ୍ଦ ଉପରେ ମନ୍ତବ୍ୟ ଦେଇଥିଲେ ଏବଂ ଏହାକୁ ପ୍ରକୃତରେ ଅସାଧାରଣ ଏବଂ ଅଭୂତପୂର୍ବ ବୋଲି ବର୍ଣ୍ଣନା କରିଥିଲେ ।Developing villages is the first step toward building a Viksit Bharat: PM Modi during Bavaliyali Dham programme
March 20th, 04:35 pm
PM Modi delivered his remarks during Bavaliyali Dham programme related to the Bharwad Samaj of Gujarat via video message. He extended his heartfelt greetings to Mahant Shri Ram Bapu ji, the community leaders, and the devotees. PM highlighted his long-standing connection with the Bharwad community and Bavaliyali Dham, lauding the community's dedication to service. He emphasized the importance of preserving indigenous cattle breeds and highlighted the National Gokul Mission.ବାଭଲିୟାଲି ଧାମ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 20th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଭରୱାଡ ସମାଜ ସହ ଜଡ଼ିତ ବାଭଲିୟାଲି ଧାମ କାର୍ଯ୍ୟକ୍ରମକୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ମହନ୍ତ ଶ୍ରୀ ରାମ ବାପୁ ଜୀ, ସମ୍ପ୍ରଦାୟର ମୁଖ୍ୟମାନଙ୍କୁ ଏବଂ ଉପସ୍ଥିତ ହଜାର ହଜାର ଭକ୍ତଙ୍କୁ ହୃଦୟରୁ ଶୁଭେଚ୍ଛା ଜଣାଇଥିଲେ। ସେ ଭରୱାଡ ସମ୍ପ୍ରଦାୟର ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଶ୍ରଦ୍ଧେୟ ସନ୍ଥ ଏବଂ ମହନ୍ତମାନଙ୍କୁ ସମ୍ମାନପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ବକ୍ତବ୍ୟ ଆରମ୍ଭ କରିଥିଲେ। ଐତିହାସିକ ମହାକୁମ୍ଭ ସହିତ ଜଡ଼ିତ ଅପାର ଆନନ୍ଦ ଏବଂ ଗର୍ବ ଉପରେ ଆଲୋକପାତ କରି ଶ୍ରୀ ମୋଦୀ ଏହି ପବିତ୍ର କାର୍ଯ୍ୟକ୍ରମ ସମୟରେ ମହନ୍ତ ଶ୍ରୀ ରାମ ବାପୁ ଜୀଙ୍କୁ ମହାମଣ୍ଡଳେଶ୍ୱର ଉପାଧି ପ୍ରଦାନ କରାଯିବାର ଗୁରୁତ୍ୱପୂର୍ଣ୍ଣ ଅବସରରେ ମନ୍ତବ୍ୟ ଦେଇ ଏହାକୁ ଏକ ସ୍ମାରକୀ ସଫଳତା ଏବଂ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଆନନ୍ଦର ସମୟ ବୋଲି କହିଛନ୍ତି। ସେ ମହନ୍ତ ଶ୍ରୀ ରାମ ବାପୁ ଜୀ ଏବଂ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ସେମାନଙ୍କ ଅବଦାନ ଏବଂ ସଫଳତାକୁ ପାଳନ କରିବା ପାଇଁ ଶୁଭେଚ୍ଛା ଜଣାଇଥିଲେ।ପରୀକ୍ଷା ପେ ଚର୍ଚ୍ଚା 2025 : ପରୀକ୍ଷା ବାହାରେ-ଜୀବନ ଓ ସଫଳତା ଉପରେ ଏକ ସଂଳାପ
February 10th, 03:09 pm
ପରୀକ୍ଷା ପେ ଚର୍ଚ୍ଚାର ବହୁ ପ୍ରତୀକ୍ଷିତ ଅଷ୍ଟମ ସଂସ୍କରଣ ଆଜି ପୂର୍ବାହ୍ନ 11ଟାରେ ଅନୁଷ୍ଠିତ ହୋଇଯାଇଛି, ଯେଉଁଥିରେ ଦେଶର ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଶିକ୍ଷକମାନଙ୍କୁ ଏକାଠି କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଏକ ଚିନ୍ତାପ୍ରବଣ ଆଲୋଚନା କରାଯାଇଥିଲା। ପରୀକ୍ଷା ସମ୍ବନ୍ଧୀୟ ଚାପ କୁ ଦୂର କରିବା ଏବଂ ଶିକ୍ଷା ପ୍ରତି ସକାରାତ୍ମକ ଆଭିମୁଖ୍ୟକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଆୟୋଜିତ ଏହି ବାର୍ଷିକ କାର୍ଯ୍ୟକ୍ରମ ପୁଣି ଥରେ ଶିକ୍ଷା, ଜୀବନ ଦକ୍ଷତା ଏବଂ ମାନସିକ ସୁସ୍ଥତା ବିଷୟରେ ଅମୂଲ୍ୟ ଜ୍ଞାନ ପ୍ରଦାନ କରିଛି ।