
ନବରୋଜ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
March 20th, 10:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବରୋଜ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ବିଶେଷ ଦିନଟି ସମସ୍ତଙ୍କ ପାଇଁ ଖୁସି, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣିଦେଉ ବୋଲି ଶ୍ରୀ ମୋଦୀ କାମନା କରିଛନ୍ତି ।
In Rugby terms, India and New Zealand are ready to 'Front up' and step up together for a strong and successful partnership: PM Modi
March 17th, 01:05 pm
PM Modi welcomed New Zealand's PM Christopher Luxon to India, emphasizing strong bilateral ties. They discussed defense, trade, renewable energy, and education. Both sides agreed to enhance security cooperation, boost mobility for skilled workers, and strengthen counterterrorism efforts. New Zealand joined the Indo-Pacific Ocean Initiative and CDRI. PM Modi called for a match-winning partnership for both nations.
ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।ସମସ୍ତଙ୍କୁ ପ୍ରଧାନମନ୍ତ୍ରୀଙ୍କ ହୋଲି ଶୁଭେଚ୍ଛା
March 13th, 06:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତଙ୍କୁ ହୋଲି ଶୁଭେଚ୍ଛା ଜଣାଇଛନ୍ତି । ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନରେ ନୂଆ ଉତ୍ସାହ ଓ ଶକ୍ତି ଭରିଦେଉ ଏବଂ ଦେଶବାସୀଙ୍କ ଏକତାର ରଙ୍ଗ ଆହୁରି ରଙ୍ଗାୟିତ ହେଉ ବୋଲି ପ୍ରଧାନମନ୍ତ୍ରୀ କାମନା କରିଛନ୍ତି ।Mauritius is not just a partner country; For us, Mauritius is family: PM Modi
March 12th, 06:07 am
PM Modi addressed a gathering of the Indian community and friends of India in Mauritius. In a special gesture, he handed over OCI cards to PM Ramgoolam and Mrs Veena Ramgoolam. The PM conveyed his greetings to the Mauritian people on the occasion of their National Day. The PM called Mauritius a 'Mini India' and said, Mauritius is not just a partner country. For us, Mauritius is family. He appreciated Mauritius’ partnership in the International Solar Alliance and the Global Biofuels Alliance.ମରିସସରେ ଭାରତୀୟ ସମୁଦାୟଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 07:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସର ପ୍ରଧାନମନ୍ତ୍ରୀ ମହାମହିମ ନବୀନଚନ୍ଦ୍ର ରାମଗୁଲାମଙ୍କ ସହ ମରିସସରେ ଭାରତୀୟ ସମ୍ପ୍ରଦାୟ ଏବଂ ଭାରତର ବନ୍ଧୁମାନଙ୍କର ଏକ ସମାବେଶକୁ ଆଜି ତ୍ରିୟାନନ କନଭେନସନ ସେଣ୍ଟରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ, ବୃତ୍ତିଗତ, ସାମାଜିକ-ସାଂସ୍କୃତିକ ସଂଗଠନ ଏବଂ ବ୍ୟବସାୟୀ ନେତାଙ୍କ ସମେତ ପ୍ରବାସୀ ଭାରତୀୟମାନେ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ଏଥିରେ ମରିସସର ଅନେକ ମନ୍ତ୍ରୀ, ସାଂସଦ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ମଧ୍ୟ ଯୋଗ ଦେଇଥିଲେ ।ପବିତ୍ର ରମଜାନ ମାସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
March 02nd, 08:54 am
ରମଜାନର ପବିତ୍ର ମାସ ଆରମ୍ଭ ହୋଇଛି । ଏହି ପବିତ୍ର ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।୨୮ ଫେବୃଆରୀରେ ନୂଆଦିଲ୍ଲୀରେ ଜାହାନ-ଏ-ଖୁସ୍ରୋ ୨୦୨୫ରେ ଭାଗ ନେବେ ପ୍ରଧାନମନ୍ତ୍ରୀ
February 27th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୮ ଫେବୃଆରୀ ସନ୍ଧ୍ୟା ପ୍ରାୟ ୭:୩୦ ସମୟରେ ନୂଆଦିଲ୍ଲୀର ସୁନ୍ଦର ନର୍ସରୀଠାରେ ଭବ୍ୟ ସୁଫି ସଙ୍ଗୀତ ମହୋତ୍ସବ, ଜାହାନ-ଏ-ଖୁସ୍ରୋ ୨୦୨୫ରେ ଅଂଶଗ୍ରହଣ କରିବେ ।ଦେଶବାସୀଙ୍କୁ ମହାଶିବରାତ୍ରିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
February 26th, 09:00 am
ଆଜି ପବିତ୍ର ମହାଶିବରାତ୍ରି ଉପଲକ୍ଷେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ହେରାଥ ପୋସ୍ତେ ଅବସରରେ କାଶ୍ମୀର ପଣ୍ଡିତମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
February 25th, 06:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହେରାଥ ପୋସ୍ତେ ଅବସରରେ କାଶ୍ମୀର ପଣ୍ଡିତମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।For 10 years, AAP-da leaders sought votes on the same false promises. But now, Delhi will no longer tolerate these lies: PM
February 02nd, 01:10 pm
Prime Minister Modi addressed a massive and spirited rally in Delhi’s RK Puram, energizing the crowd with his vision for a Viksit Delhi and exposing the failures of the AAP-da government. He reaffirmed his commitment to fulfilling every promise and ensuring the city’s holistic development.PM Modi Addresses Enthusiastic Crowd in Delhi’s RK Puram, Calls for Historic BJP Mandate
February 02nd, 01:05 pm
Prime Minister Modi addressed a massive and spirited rally in Delhi’s RK Puram, energizing the crowd with his vision for a Viksit Delhi and exposing the failures of the AAP-da government. He reaffirmed his commitment to fulfilling every promise and ensuring the city’s holistic development.ବସନ୍ତ ପଞ୍ଚମୀ ଓ ସରସ୍ୱତୀ ପୂଜାରେ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
February 02nd, 10:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବସନ୍ତ ପଞ୍ଚମୀ ଓ ସରସ୍ୱତୀ ପୂଜାରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।PM Narendra Modi's Stellar Start to 2025: Transforming Vision into Reality in Just 15 Days
January 16th, 02:18 pm
Prime Minister Narendra Modi has begun 2025 with a flurry of transformative initiatives, demonstrating his vision for a progressive, self-reliant, and united India. From advancing infrastructure and scientific research to empowering youth and celebrating India’s cultural persity, his leadership has set the tone for a remarkable year ahead.Prime Minister congratulates the devotees who took part in the first Amrit Snan at Mahakumbh on the great festival of Makar Sankranti
January 14th, 02:29 pm
The Prime Minister Shri Narendra Modi today congratulated the devotees who took part in the first Amrit Snan at Mahakumbh on the great festival of Makar Sankranti.ପବିତ୍ର ମକର ସଂକ୍ରାନ୍ତି, ଉତ୍ତରାୟଣ ଏବଂ ମାଘ ବିହୁ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
January 14th, 08:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପବିତ୍ର ମକର ସଂକ୍ରାନ୍ତି, ଉତ୍ତରାୟଣ ଏବଂ ମାଘ ବିହୁ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଦିଲ୍ଲୀର ନାରାଇନାରେ ଲୋହରୀ ଉତ୍ସବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ
January 13th, 11:19 pm
ଦିଲ୍ଲୀର ନାରାଇନାରେ ଆଜି ଅନୁଷ୍ଠିତ ଲୋହରୀ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାମିଲ ହୋଇଛନ୍ତି । ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି, ଲୋହରୀ ଅନେକ ଲୋକଙ୍କ ପାଇଁ, ବିଶେଷ କରି ଉତ୍ତର ଭାରତୀୟମାନଙ୍କ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ । “ଏହା ନବିନୀକରଣ ଓ ଆଶାର ପ୍ରତୀକ । ଏହାର ମଧ୍ୟ କୃଷି ଏବଂ କଠିନ ପରିଶ୍ରମ କରୁଥିବା କୃଷକଙ୍କ ସହ ସମ୍ପର୍କ ରହିଛି” ଶ୍ରୀ ମୋଦୀ କହିଛନ୍ତି ।କେନ୍ଦ୍ରମନ୍ତ୍ରୀ ଶ୍ରୀ ଜି. କିଶନ ରେଡ୍ଡୀଙ୍କ ବାସଭବନରେ ସଂକ୍ରାନ୍ତି ଓ ପୋଙ୍ଗଲ ଉତ୍ସବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ
January 13th, 10:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜି.କିଷାନ ରେଡ୍ଡୀଙ୍କ ବାସଭବନରେ ଅନୁଷ୍ଠିତ ସଂକ୍ରାନ୍ତି ଓ ପୋଙ୍ଗଲ ଉତ୍ସବରେ ସାମିଲ ହୋଇଛନ୍ତି । ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି, ଭାରତର ଜନସାଧାରଣ ସଂକ୍ରାନ୍ତି ଓ ପୋଙ୍ଗଲ ଉତ୍ସବକୁ ମହା ଉତ୍ସାହର ସହ ପାଳନ କରିଥାନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଏହା କୃତଜ୍ଞତା, ପ୍ରଚୁରତା ଏବଂ ନବିନୀକରଣର ପର୍ବ, ଗଭୀର ଭାବେ ଆମ ସଂସ୍କୃତିର କୃଷି ପରମ୍ପରା ଆଧାରିତ” ।ଶ୍ରଦ୍ଧାଳୁ ମାନଙ୍କ ପାଇଁ ଉତ୍ତମ ତୀର୍ଥଯାତ୍ରା ଅନୁଭବ ଆଣିବାକୁ ଆମ ସରକାର ପ୍ରତିବଦ୍ଧ: ପ୍ରଧାନମନ୍ତ୍ରୀ
January 13th, 06:17 pm
ସାଉଦିଆରବର ହଜ୍ ଏବଂ ଉମରା ମନ୍ତ୍ରୀ ତୌଫିକ୍ ବିନ୍ ଫୱଜାନ୍ ଅଲ୍ ରବିୟାଙ୍କ ସହ ହୋଇଥିବା ହଜ୍ ଚୁକ୍ତିନାମା-୨୦୨୫କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ଏହି ଚୁକ୍ତିନାମା ଭାରତର ହଜ୍ ତୀର୍ଥଯାତ୍ରୀ ମାନଙ୍କ ପାଇଁ ଏକ ଚମତ୍କାର ଖବର । ‘ଆମ ସରକାର ଶ୍ରଦ୍ଧାଳୁଙ୍କ ପାଇଁ ଉତ୍ତମ ତୀର୍ଥଯାତ୍ରା ଅନୁଭବ ସୁନିଶ୍ଚିତ କରିବାକୁ ପ୍ରତିବଦ୍ଧ ।’