ନିର୍ବାଚନ କମିଶନ ସମୟ-ସମୟରେ ମତଦାନ ପ୍ରକ୍ରିୟାକୁ ସୁଦୃଢ଼ କରିଛନ୍ତି : ମନ୍ କୀ ବାତ୍ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ

January 19th, 11:30 am

In the 118th episode of Mann Ki Baat, PM Modi reflected on key milestones, including the upcoming 75th Republic Day celebrations and the significance of India’s Constitution in shaping the nation’s democracy. He highlighted India’s achievements and advancements in space sector like satellite docking. He spoke about the Maha Kumbh in Prayagraj and paid tributes to Netaji Subhas Chandra Bose.

ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 12th, 02:15 pm

ଭାରତର ଯୁବ ଶକ୍ତିର ଶକ୍ତି ଯୋଗୁଁ ଆଜି ଏହି ଭାରତ ମଣ୍ଡପମ୍ ମଧ୍ୟ ଶକ୍ତିରେ ପରିପୂର୍ଣ୍ଣ ହୋଇଛି ଏବଂ ଶକ୍ତିଶାଳୀ ହୋଇଛି । ଆଜି ସମଗ୍ର ଦେଶ ସ୍ୱାମୀ ବିବେକାନନ୍ଦଜୀଙ୍କୁ ସ୍ମରଣ କରୁଛି ଏବଂ ସ୍ୱାମୀଜୀଙ୍କୁ ପ୍ରଣାମ କରୁଛି । ସ୍ୱାମୀ ବିବେକାନନ୍ଦ ଜୀଙ୍କର ଦେଶର ଯୁବବର୍ଗଙ୍କ ଉପରେ ବହୁତ ବିଶ୍ୱାସ ଥିଲା । ସ୍ୱାମୀଜୀ କହୁଥିଲେ- ମୋର ବିଶ୍ୱାସ ଯୁବପିଢ଼ିଙ୍କୁ ଉପରେ ରହିଛି, ନୂଆ ପିଢ଼ି ଉପରେ ରହିଛି । ସ୍ୱାମୀଜୀ କହୁଥିଲେ ଯେ ମୋ ର କର୍ମକର୍ତ୍ତାମାନେ ଯୁବପିଢ଼ିଙ୍କଠାରୁ ଆସିବେ, ସିଂହଙ୍କ ଭଳି ସେମାନେ ସବୁ ସମସ୍ୟାର ସମାଧାନ କରିବେ। ବିବେକାନନ୍ଦଜୀଙ୍କର ଯେମିତି ଆପଣମାନଙ୍କ ଉପରେ ଥିଲା, ମୋର ବିବେକାନନ୍ଦଜୀଙ୍କ ଉପରେ ଭରସା ଅଛି, ତାଙ୍କର ସବୁ କଥା ଉପରେ ମୋର ଭରସା ରହିଛି । ଭାରତର ଯୁବପିଢ଼ିଙ୍କ ପାଇଁ ଯାହା ଭାବିଛନ୍ତି ଓ କହିଛନ୍ତି ତାହା ଉପରେ ମୁଁ ଅନ୍ଧ ଭାବରେ ବିଶ୍ବାସ ରହିଛି । ପ୍ରକୃତରେ ସ୍ୱାମୀ ବିବେକାନନ୍ଦ ଜୀ ସଶରୀରେ ଯଦି ଆମ ମଧ୍ୟରେ ଥାଆନ୍ତେ, ତେବେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଦେଖି ଭାରତରେ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି କରିଥାନ୍ତେ, ନୂତନ ଶକ୍ତିରେ ଭରି ଦେଇଥାନ୍ତେ ଏବଂ ନୂତନ ସ୍ୱପ୍ନର ମଞ୍ଜି ବୁଣି ଦେଇଥାନ୍ତେ ।

ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫ରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

January 12th, 02:00 pm

ଆଜି ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଉପଲକ୍ଷେ ପାଳନ ହେଉଥିବା ଜାତୀୟ ଯୁବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ “ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫” ରେ ଅଂଶଗ୍ରହଣ କରିଥିଲେ । ସେ ସମଗ୍ର ଭାରତର ୩୦୦୦ ସଫଳ ଯୁବ ନେତାଙ୍କ ସହ ମତ ବିନିମୟ କରିଥିଲେ । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଭାରତ ମଣ୍ଡପମରେ ଜୀବନ ଓ ଶକ୍ତି ନିୟୋଜିତ କରିଥିବା ଭାରତର ଯୁବବର୍ଗଙ୍କ ଜାଗ୍ରତ ଶକ୍ତି ଉପରେ ଆଲୋକପାତ କରିଥିଲେ। ଦେଶର ଯୁବବର୍ଗଙ୍କ ଉପରେ ଅସୀମ ବିଶ୍ୱାସ ରଖିଥିବା ସ୍ୱାମୀ ବିବେକାନନ୍ଦଙ୍କୁ ସମଗ୍ର ଦେଶ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ସେ ଉଲ୍ଲେଖ କରିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ବିଶ୍ୱାସ କରୁଥିଲେ ଯେ ତାଙ୍କର ଯୁବ ଶିଷ୍ୟମାନେ ସିଂହ ପରି ପ୍ରତ୍ୟେକ ସମସ୍ୟାର ସମାଧାନ କରିବେ । ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀଜୀ ଯେପରି ଯୁବକମାନଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ ଠିକ୍ ସେହିଭଳି ତାଙ୍କର ସ୍ୱାମୀଜୀ ଏବଂ ତାଙ୍କ ଆସ୍ଥା ଉପରେ ପୂର୍ଣ୍ଣ ବିଶ୍ୱାସ ରହିଛି । ସେ ଆହୁରି ମଧ୍ୟ କହିଥିଲେ ଯେ ଯୁବପିଢ଼ିଙ୍କ ଉପରେ ସ୍ବାମୀଜୀଙ୍କର ଥିବା ଦୂରଦୃଷ୍ଟି ଉପରେ ତାଙ୍କର ପୂର୍ଣ୍ଣ ବିଶ୍ୱାସ ରହିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ଯଦି ଆଜି ଆମ ମଧ୍ୟରେ ଥାନ୍ତେ, ତେବେ ସେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଏବଂ ସକ୍ରିୟ ପ୍ରୟାସକୁ ଦେଖି ନୂତନ ଆତ୍ମବିଶ୍ୱାସରେ ଭରପୂର ହୋଇଥାନ୍ତେ ।

ଉଦ୍ୟୋଗୀ ନିଖିଲ କାମାଥଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

January 10th, 02:15 pm

ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପୋଷ୍ଟ ପୋଡକାଷ୍ଟ କରିଛନ୍ତି ଆପଣ

ପ୍ରଥମ ପଡକାଷ୍ଟରେ ଉଦ୍ୟୋଗୀ ନିଖିଲ କାମାତଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆଲୋଚନା

January 10th, 02:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଜର ପ୍ରଥମ ପଡ୍‌କାଷ୍ଟରେ ଉଦ୍ୟୋଗୀ ଓ ନିବେଶକ ନିଖିଲ କାମାତଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଜି ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ ଯେତେବେଳେ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କର ପିଲାବେଳର କଥା ପଚରାଗଲା, ଉତ୍ତର ଗୁଜରାଟର ମେହସାନା ଜିଲ୍ଲାର ଏକ ଛୋଟ ସହର ବଡ଼ନଗରରେ ତାଙ୍କର ପିଲାଦିନ କେମିତି କଟିଥିଲା, ସେ ସଂପର୍କରେ ନିଜ ବାଲ୍ୟଜୀବନର ସବୁ କଥା କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ସେ କହିଛନ୍ତି, ଶିକ୍ଷା ପ୍ରତି ନିଜର ପ୍ରତିଶ୍ରୁତିବଦ୍ଧତା, ପୋଖରୀ, ଡାକ ଘର ଓ ପାଠାଗାର ପରି ଜରୁରୀ ସୁବିଧା ପାଇଁ ବେଶ୍ ପରିଚିତ ଗାଏକଓ୍ୱାଡ୍ ରାଜ୍ୟର ଏହି ସହର ବଡ଼ନଗର। ଗାଏକଓ୍ୱାଡ଼ ସରକାରୀ ପ୍ରାଥମିକ ସ୍କୁଲ ଓ ଭଗବତାଚାର୍ଯ୍ୟ ନାରାୟଣାଚାର୍ଯ୍ୟ ହାଇସ୍କୁଲରେ ପାଠ ପଢ଼ିବା ବେଳର ସ୍ମତି ସବୁ ମନେପକାଇଥିଲେ ପ୍ରଧାନମନ୍ତ୍ରୀ। ବଡ଼ନଗରରେ ବେଶ୍ କିଛି ଦିନ ରହିଥିବା ଚୀନର ଦାର୍ଶନିକ ହୁଏନସାଂଙ୍କ ଉପରେ ନିର୍ମିତ ହୋଇଥିବା ଏକ ଫିଲ୍ମ ସଂପର୍କରେ ଚୀନର ଦୂତାବାସକୁ ସେ ଲେଖିଥିବା ଚିଠି ସଂପର୍କରେ ଏକ ମଜାଦାର କଥା କହିଥିଲେ ମୋଦୀ। ୨୦୧୪ରେ ମୋଦିଜୀ ଭାରତର ପ୍ରଧାନମନ୍ତ୍ରୀ ହେବା ପରେ ଚୀନର ରାଷ୍ଟ୍ରପତି ସି ଜିନପିଙ୍ଗ୍ ଗୁଜରାଟ ଓ ବଡ଼ ନଗର ପରିଦର୍ଶନ କରିବାକୁ ଇଚ୍ଛା ପ୍ରକାଶ କରିଥିବାର ଅଭିଜ୍ଞତା ବି ବର୍ଣ୍ଣନା କରିଥିଲେ ମୋଦୀଜୀ। କାରଣ ହୁଏନସାଂଙ୍କ ସହିତ ଦୁଇ ରାଷ୍ଟ୍ରନେତାଙ୍କ ସହରର ଐତିହାସିକ ସଂପର୍କ ଦୃଷ୍ଟିରୁ ସି ଜିଙ୍ଗପିନ ଗୁଜରାଟ ଓ ବଡ଼ନଗର ପରିଦର୍ଶନ କରିବାକୁ ଇଚ୍ଛା ପ୍ରକାଶ କରିଲେ। ଦୁଇ ଦେଶ ମଧ୍ୟରେ ଥିବା ଦୃଢ଼ ସଂପର୍କ ଓ ମିଳିତ ଐତିହ୍ୟର ଏହା ଅନନ୍ୟ ଉଦାହରଣ ବୋଲି ମୋଦୀଜୀ କହିଥିଲେ।

ପୁନର୍ବାର ଭାରତର ଚନ୍ଦ୍ର ଅଭିଯାନ : ଏଥର ଚନ୍ଦ୍ରରେ ଅବତରଣ କରି ପୃଥିବୀକୁ ଫେରିବ

September 18th, 04:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଚନ୍ଦ୍ରରେ ସଫଳତାର ସହ ଅବତରଣ କରିବା ପରେ ପୃଥିବୀକୁ ଫେରିବା ପାଇଁ ଜ୍ଞାନକୌଶଳ ବିକଶିତ ଓ ପ୍ରଦର୍ଶନ କରିବା ଏବଂ ଚନ୍ଦ୍ରରୁ ନମୁନା ସଂଗ୍ରହ କରି ପୃଥିବୀରେ ଏହାର ବିଶ୍ଳେଷଣ କରିବା ଉଦ୍ଦେଶ୍ୟରେ ଚନ୍ଦ୍ରଯାନ-୪ ନାମକ ଚନ୍ଦ୍ର ଅଭିଯାନକୁ ଅନୁମୋଦନ ମିଳିଛି । ଚନ୍ଦ୍ରଯାନ-୪ ଅଭିଯାନ ଶେଷରେ ଚନ୍ଦ୍ରରେ ଭାରତୀୟ ଅବତରଣ (୨୦୪୦ ମସିହା ସୁଦ୍ଧା ଯୋଜନା) ଏବଂ ସୁରକ୍ଷିତ ଭାବରେ ପୃଥିବୀକୁ ଫେରିବା ପାଇଁ ମୌଳିକ ଜ୍ଞାନକୌଶଳ କ୍ଷମତା ହାସଲ କରିବ । ଡକିଂ/ଅନଷ୍ଟୋକିଂ, ଅବତରଣ, ପୃଥିବୀକୁ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ଏବଂ ଚନ୍ଦ୍ର ନମୁନା ସଂଗ୍ରହ ଓ ବିଶ୍ଳେଷଣ ପାଇଁ ଆବଶ୍ୟକ ପ୍ରମୁଖ ଜ୍ଞାନକୌଶଳ ପ୍ରଦର୍ଶନ କରାଯିବ।

ଗୋଆରେ ୩୭ତମ ଜାତୀୟ କ୍ରୀଡ଼ାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 26th, 10:59 pm

ଗୋଆର ରାଜ୍ୟପାଳ ଶ୍ରୀ ପିଏସ୍ ଶ୍ରୀଧରନ ପିଲ୍ଲାଇ ଜୀ, ଲୋକପ୍ରିୟ ଏବଂ ଗତିଶୀଳ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ ଜୀ, କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର, କେନ୍ଦ୍ର କ୍ୟାବିନେଟର ମୋର ଅନ୍ୟ ସହଯୋଗୀ, ମଞ୍ଚରେ ଉପସ୍ଥିତ ପ୍ରତିନିଧି, ଭାରତୀୟ ଅଲିମ୍ପିକ୍ ସଂଘର ସଭାପତି ପି.ଟି.ଉଷାଜୀ, ଦେଶର କୋଣ ଅନୁକୋଣରୁ ଆସିଥିବା ସମସ୍ତ ଖେଳାଳିମାନେ, ସହାୟକ କର୍ମଚାରୀ, ଅନ୍ୟ ଅଧିକାରୀ ଏବଂ ଯୁବ ବନ୍ଧୁମାନେ, ଭାରତୀୟ କ୍ରୀଡ଼ା ମହାକୁମ୍ଭର ଭବ୍ୟ ଯାତ୍ରା ଏବେ ଗୋଆରେ ଆସି ପହଞ୍ଚିଛି। ଚାରିଆଡ଼େ ରଙ୍ଗ ଅଛି... ତରଙ୍ଗ ଅଛି... ଓ ଉତ୍ସାହ ଦେଖିବାକୁ ମିଳୁଛି। ଗୋଆର ପବନରେ କଥା କିଛି ଅଲଗା ଦେଖିବାକୁ ମିଳିଥାଏ। ୩୭ତମ ଜାତୀୟ କ୍ରୀଡ଼ା ପାଇଁ ଆପଣ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା, ଅନେକ ଅନେକ ଅଭିନନ୍ଦନ ।

ଗୋଆରେ ୩୭ତମ ଜାତୀୟ କ୍ରୀଡ଼ାକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

October 26th, 05:48 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୋଆର ମଡ଼ଗାଓ ସ୍ଥିତ ପଣ୍ଡିତ ଜବାହରଲାଲ ନେହରୁ ଷ୍ଟାଡିୟମରେ ୩୭ତମ ଜାତୀୟ କ୍ରୀଡ଼ାକୁ ଉଦଘାଟନ କରିଛନ୍ତି । ଅକ୍ଟୋବର ୨୬ରୁ ନଭେମ୍ବର ୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି କ୍ରୀଡ଼ାରେ ଦେଶର ୧୦,୦୦୦ରୁ ଅଧିକ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ, ଯେଉଁମାନେ ୨୮ଟି କ୍ରୀଡ଼ାଙ୍ଗନରେ ୪୩ରୁ ଅଧିକ କ୍ରୀଡ଼ା ବର୍ଗରେ ଭାଗ ନେବେ।

ମିଶନ୍ ଗଗନାୟନ ଟିଭି D1 ପରୀକ୍ଷାମୂଳକ ଉଡାଣର ସଫଳ ଉତକ୍ଷେପଣକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ

October 21st, 12:56 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଶନ ଗଗନାୟନ ଟିଭି D1 ପରୀକ୍ଷାମୂଳକ ଉଡାଣର ସଫଳ ଉତକ୍ଷେପଣକୁ ପ୍ରଶଂସା କରିଛନ୍ତି ଏବଂ କହିଛନ୍ତି ଯେ ଭାରତର ପ୍ରଥମ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଦେଶକୁ ଗୋଟିଏ ପାଦ ଆଗକୁ ନେଇଛି।

ଗଗନଯାନ ମିଶନ ପ୍ରସ୍ତୁତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

October 17th, 01:53 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ଗଗନଯାନ ମିଶନର ଅଗ୍ରଗତି ଆକଳନ କରିବା ଏବଂ ଭାରତର ମହାକାଶ ଅନୁସନ୍ଧାନ ପ୍ରୟାସର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ପାଇଁ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।