
ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 17th, 11:00 am
ଗତଥର ଯେତେବେଳେ ମୁଁ ଆପଣମାନଙ୍କ ମଧ୍ୟକୁ ଆସିଥିଲି, ସେତେବେଳେ ଲୋକସଭା ନିର୍ବାଚନ ଆଉ ଦୂରରେ ନଥିଲା। ସେହି ସମୟରେ ମୁଁ ଆପଣମାନଙ୍କ ବିଶ୍ୱାସ ଯୋଗୁଁ କହିଥିଲି ଯେ ପରବର୍ତ୍ତୀ ସମୟରେ ମଧ୍ୟ ମୁଁ ନିଶ୍ଚିତ ଭାବେ ଇଣ୍ଡିଆ ମୋବିଲିଟି ଏକ୍ସପୋକୁ ଆସିବି । ଦେଶ ତୃତୀୟ ଥର ପାଇଁ ଆମକୁ ଆଶୀର୍ବାଦ ଦେଇଛି, ଆପଣମାନେ ପୁଣି ଥରେ ମୋତେ ଏଠାକୁ ଡାକିଛନ୍ତି, ମୁଁ ଆପଣ ସମସ୍ତଙ୍କୁ କୃତଜ୍ଞତା ଜଣାଉଛି ।
ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 17th, 10:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଭାରତର ସର୍ବବୃହତ ମୋବିଲିଟି ଏକ୍ସପୋ ‘ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ -୨୦୨୫’କୁ ଉଦଘାଟନ କରିଛନ୍ତି । ସଭାକୁ ସମ୍ବୋଧିତ କରି ସେ କ୍ରମାଗତଭାବେ ତୃତୀୟଥର ପାଇଁ ସରକାର ଗଠନ ଲାଗି ନିର୍ବାଚିତ ହୋଇଥିବାରୁ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଚଳିତ ବର୍ଷ ଜାତୀୟ ରାଜଧାନୀ ଅଞ୍ଚଳର ଆଉ ଦୁଇଟି ସ୍ଥାନକୁ ଏହି ପ୍ରଦର୍ଶନୀର କାୟା ବିସ୍ତାର ହୋଇଥିବା ଉଲ୍ଲେଖ କରି ସେ ଏହି ବର୍ଷର ମୋବିଲିଟି ଏକ୍ସପୋକୁ ବହୁତ ବଡ଼ ଆକାର ନେଇଥିବା କହିଛନ୍ତି। ଗତବର୍ଷ ଏହି ପ୍ରଦର୍ଶନୀରେ ୮୦୦ରୁ ଅଧିକ ପ୍ରଦର୍ଶକ ଏବଂ ଦେଢ଼ ଲକ୍ଷରୁ ଅଧିକ ଦର୍ଶକ ଆସିଥିଲେ। ଏଥର ଏଠାରେ ଦର୍ଶକଙ୍କ ସଂଖ୍ୟା ଆହୁରି ବଢ଼ିବ ବୋଲି ଆଶା କରାଯାଇଛି। ଚଳିତ ପ୍ରଦର୍ଶନୀ ସମୟରେ ଅର୍ଥାତ ଆସନ୍ତା ୫ ଦିନ ମଧ୍ୟରେ ଅନେକ ନୂଆ ଯାନ ଏଠାରେ ଉନ୍ମୋଚନ କରାଯିବ ଏବଂ ଏଥିରେ ବହୁ ପ୍ରତିନିଧି ଯୋଗ ଦେବେ ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି। ଏହି ଅବିବୃଦ୍ଧି ଭାରତରେ ଯାତାୟାତ କ୍ଷେତ୍ରର ଭବିଷ୍ୟତ ସହ ଜଡ଼ିତ ବହୁତ ସକାରାତ୍ମକ ଦିଗକୁ ଦର୍ଶାଉଛି ବୋଲି ସେ ମତ ରଖିଛନ୍ତି। । କାର୍ଯ୍ୟକ୍ରମ ସ୍ଥଳରେ ପ୍ରଦର୍ଶନୀ ପରିଦର୍ଶନ ବିଷୟରେ ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ଭାରତର ଅଟୋମୋବାଇଲ ଶିଳ୍ପ ଚମତ୍କାର ସୃଷ୍ଟି ସହ ଭବିଷ୍ୟତ ପାଇଁ ପ୍ରସ୍ତୁତ ରହିଛି। ସେ ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ଡିସେମ୍ବର ୧୨ ରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଜିପିଏଆଇ) ଉପରେ ବାର୍ଷିକ ବିଶ୍ୱସ୍ତରୀୟ ଭାଗୀଦାରୀ ଶିଖର ସମ୍ମିଳନୀକୁ ଉଦ୍ଘାଟନ କରିବେ
December 11th, 04:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨ ଡିସେମ୍ବର, ୨୦୨୩ ଅପରାହ୍ନ ପ୍ରାୟ ୫ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଗ୍ଲୋବାଲ ପାର୍ଟନରସିପ୍ ଅନ୍ ଆର୍ଟିଫିସିଆଲ୍ଇଣ୍ଟେଲିଜେନ୍ସ (ଜିପିଏଆଇ) ସମିଟ୍ / (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପରେବିଶ୍ୱସ୍ତରୀୟ ଭାଗୀଦାରୀ ଶିଖର ସମ୍ମିଳନୀ) କୁ ଉଦ୍ଘାଟନ କରିବେ ।