ଏସୀୟ ପାରା କ୍ରୀଡା ୨୦୨୨ରେ ଭାରତକୁ ପ୍ରତିନିଧିତ୍ୱ କରିଥିବା କ୍ରୀଡ଼ାବିତମାନଙ୍କ ସହିତ ଭାବବିନିମୟ ସମୟରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 01st, 07:00 pm
ଆପଣ ସମସ୍ତଙ୍କ ସହିତ ସାକ୍ଷାତ କରିବାର ସୁଯୋଗକୁ ମୁଁ ଖୋଜି ଚାଲିଥାଏ ଆଉ ଅପେକ୍ଷା ମଧ୍ୟ କରିଥାଏ, କେତେବେଳେ ଦେଖା କରିବି, କେତେବେଳେ ଆପଣଙ୍କର ଅନୁଭବର କଥା ଶୁଣିବି, ଆଉ ମୁଁ ଦେଖିଛି ଯେ ପ୍ରତ୍ୟେକ ଥର ଆପଣ ନୂତନ ଉନ୍ମାଦନା ସହିତ ଆସନ୍ତି, ନୂତନ ଉତ୍ସାହର ସହିତ ଆସନ୍ତି । ଆଉ ଏହା ମଧ୍ୟ ନିଜକୁ ନିଜ ମଧ୍ୟରେ ଏକ ବହୁତ ବଡ଼ ପ୍ରୋତ୍ସାହନ ହୋଇ ଯାଇଥାଏ । ତେବେ ସର୍ବପ୍ରଥମେ ତ’ ମୁଁ ଆପଣ ସସସ୍ତଙ୍କ ଗହଣକୁ ଗୋଟିଏ ହିଁ କାର୍ଯ୍ୟ ପାଇଁ ଆସିଛି, ଆଉ ତାହା ହେଉଛି ଆପଣ ସମସ୍ତଙ୍କୁ ବହୁତ- ବହୁତ ଶୁଭେଚ୍ଛା ଜଣାଇବା ପାଇଁ । ଆପଣମାନେ ଭାରତ ବାହାରେ ଥିଲେ, ଚୀନରେ ଖେଳୁଥିଲେ, କିନ୍ତୁ ବୋଧହୁଏ ଆପଣମାନଙ୍କୁ ଜଣା ନ ଥିବ, ମୁଁ ମଧ୍ୟ ଆପଣମାନଙ୍କ ସହିତ ଥିଲି । ମୁଁ ପ୍ରତ୍ୟେକ କ୍ଷଣରେ ଆପଣମାନଙ୍କର ପ୍ରତ୍ୟେକ ଗତିବିଧିକୁ, ଆପଣମାନଙ୍କର ପ୍ରୟାସକୁ, ଆପଣମାନଙ୍କର ଦୃଢ଼ ଇଚ୍ଛାଶକ୍ତିକୁ, ମୁଁ ଏଠାରେ ବସି, ବସିକରି ତାହାକୁ ହିଁ ମର୍ମେ ମର୍ମେ ଅନୁଭବ କରୁଥିଲି । ଆପଣ ସମସ୍ତେ ଯେଉଁଭଳି ଭାବେ ଦେଶର ସୁନାମ ବୃଦ୍ଧି କରିଛନ୍ତି, ତାହା ବାସ୍ତବରେ ହେଉଛି ବହୁତ ଅଦ୍ଭୂତପୂର୍ବ । ଆଉ ଏଥିପାଇଁ ଆପଣମାନଙ୍କୁ, ଆପଣମାନଙ୍କର ପ୍ରଶିକ୍ଷକଙ୍କୁ, ଆପଣମାନଙ୍କର ପରିବାରର ଲୋକମାନଙ୍କୁ ଯେତେ ଶୁଭେଚ୍ଛା ଜଣାଇଲେ ମଧ୍ୟ, ତାହା କମ୍ ହେବ । ଆଉ ମୁଁ ଏହି ଐତିହାସିକ ସଫଳତା ପାଇଁ ଆପଣ ସମସ୍ତଙ୍କୁ ଦେଶବାସୀଙ୍କ ତରଫରୁ ବହୁତ- ବହୁତ ଅଭିନନ୍ଦନ ଜଣାଉଛି, ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।ଏସୀୟ ପାରା ଗେମ୍ସ ୨୦୨୨ ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡ଼ାବିତ୍ ଦଳକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
November 01st, 04:55 pm
ଦିବ୍ୟାଙ୍ଗ କ୍ରୀଡାବିତ୍ ମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ସେ ସର୍ବଦା ସେମାନଙ୍କୁ ଭେଟିବା ଏବଂ ସେମାନଙ୍କର ଅନୁଭୂତି ଶୁଣିବା ପାଇଁ ବହୁତ ଆଗ୍ରହୀ । ପ୍ରଧାନମନ୍ତ୍ରୀ କହିଥିଲେ, ଆପଣମାନେ ଯେତେବେଳେ ବି ଏଠାକୁ ଆସନ୍ତି, ନୂଆ ଆଶା ଏବଂ ନୂତନ ଉତ୍ସାହ ସାଙ୍ଗରେ ନେଇ ଆସିଥାନ୍ତି । ସେ କହିଥିଲେ ଯେ, ସେ କେବଳ ଗୋଟିଏ କଥା ପାଇଁ ଏଠାକୁ ଆସିଛନ୍ତି ଏବଂ ତାହା ହେଉଛି ଦିବ୍ୟାଙ୍ଗ କ୍ରୀଡାବିତ ମାନଙ୍କୁ ସେମାନଙ୍କ ସଫଳତା ପାଇଁ ଅଭିନନ୍ଦନ ଜଣାଇବା । ପାରା ଏସିଆନ୍ ଗେମ୍ସରେ ଘଟୁଥିବା ଘଟଣାକୁ ସେ କେବଳ ଅତି ନିକଟରୁ ଅନୁଧ୍ୟାନ କରୁନଥିଲେ, ବରଂ ଏହା ମାଧ୍ୟମରେ ମଧ୍ୟ ବଞ୍ଚୁଥିଲେ ବୋଲି ସେ କହିଥିଲେ । ସେ ସେମାନଙ୍କ ଅବଦାନକୁ ପ୍ରଶଂସା କରିବା ସହ ସେମାନଙ୍କ ପ୍ରଶିକ୍ଷକ ଏବଂ ସେମାନଙ୍କ ପରିବାରକୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି । ଦେଶର ୧୪୦ କୋଟି ନାଗରିକ ମାନଙ୍କ ତରଫରୁ ଶ୍ରୀ ମୋଦୀ କୃତଜ୍ଞତା ଜ୍ଞାପନ କରିଛନ୍ତି ।PM’s speech at the Demonstration of Retrofit Electric Bus at Parliament House
December 21st, 02:43 pm
PM attends function for the Demonstration of Retrofit Electric Bus at Parliament House
December 21st, 02:42 pm
Gujarat's 5 Model Initiatives for Overall Development
October 14th, 01:06 pm
Gujarat's 5 Model Initiatives for Overall DevelopmentSabka Saath, Sabka Vikas: My 11 Years Journey in Gujarat
October 07th, 06:35 pm
Sabka Saath, Sabka Vikas: My 11 Years Journey in Gujarat