ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ- ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ ୨୦୨୪ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱକୁ ଉଦ୍ୟୋଗ ମୁଖ୍ୟଙ୍କ ପ୍ରଶଂସା
October 15th, 02:23 pm
ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଆଜି ଅନୁଷ୍ଠିତ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ - ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ (ITU-WTSA) ୨୦୨୪ରେ ଇଣ୍ଡିଆ ମୋବାଇଲ କଂଗ୍ରେସର ଅଷ୍ଟମ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିଛନ୍ତି । ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ ଡିଜିଟାଲ ଟେକ୍ନୋଲୋଜି କ୍ଷେତ୍ରରେ ଜାତିସଂଘର ଏକ ସଂସ୍ଥା ଏବଂ ଏହାର ମାନକୀକରଣ କାର୍ଯ୍ୟ ପାଇଁ ଡବ୍ଲୁଟିଏସଏ ପ୍ରଶାସନିକ ସଭା ଭାବେ କାର୍ଯ୍ୟ କରେ । ଏହା ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ । ପ୍ରଥମ ଥର ପାଇଁ ଭାରତ ଏବଂ ଏସିଆ-ପ୍ରଶାନ୍ତ ମହାସାଗରରେ ITU-WTSA ଅନୁଷ୍ଠିତ ହେଉଛି । ଟେଲିକମ୍, ଡିଜିଟାଲ ଏବଂ ଆଇସିଟି କ୍ଷେତ୍ରକୁ ପ୍ରତିନିଧିତ୍ୱ କରୁଥିବା ୧୯୦ରୁ ଅଧିକ ଦେଶର ୩୦୦୦ ରୁ ଅଧିକ ଉଦ୍ୟୋଗ ମୁଖ୍ୟ, ନୀତି ନିର୍ମାତା ଏବଂ ବୈଷୟିକ ବିଶେଷଜ୍ଞଙ୍କୁ ଏକାଠି କରିବା ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମ ।ଆଇଟିୟୁ-ବିଶ୍ୱ ଦୂରସଂଚାର ମାନକୀକରଣ ସଭା ୨୦୨୪ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 15th, 10:05 am
ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଚନ୍ଦ୍ରଶେଖର, ଆଇଟିୟୁର ମହାସଚିବ, ବିଭିନ୍ନ ଦେଶର ମନ୍ତ୍ରୀଗଣ, ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ସମସ୍ତ ମନ୍ତ୍ରୀଗଣ, ଶିଳ୍ପନେତାଗଣ, ଟେଲିକମ୍ ବିଶେଷଜ୍ଞ, ଷ୍ଟାର୍ଟଅପ୍ ଦୁନିଆର ମୋର ପ୍ରିୟ ଯୁବକଗଣ, ଦେଶ ଓ ବିଶ୍ୱରୁ ଆସିଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ମାନେ ।ନୂଆଦିଲ୍ଲୀରେ ଆଇଟିୟୁ ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ ୨୦୨୪ କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 15th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ - ବିଶ୍ୱ ଦୂରସଞ୍ଚାର ମାନକ ସମାବେଶ (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଶ୍ରୀ ମୋଦୀ ଇଣ୍ଡିଆ ମୋବାଇଲ୍ କଂଗ୍ରେସର ଅଷ୍ଟମ ସଂସ୍କରଣକୁ ମଧ୍ୟ ଉଦଘାଟନ କରିଥିଲେ। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ସେ ବୁଲି ଦେଖିଥିଲେ।ଅକ୍ଟୋବର 15 ରେ ନୂଆଦିଲ୍ଲୀରେ ଆଇଟିୟୁ ବିଶ୍ୱ ଦୂରସଂଚାର ମାନକୀକରଣ ସଭା 2024 କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
October 14th, 05:31 pm
14.10.2024 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୫ ତାରିଖ ପୂର୍ବାହ୍ନ ୧୦ ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଆନ୍ତର୍ଜାତିକ ଦୂରସଂଚାର ସଂଘ - ବିଶ୍ୱ ଦୂରସଂଚାର ମାନକ ସଭା (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିବେ ।ଜାନୁଆରୀ ୨ ଓ ୩ ରେ ତାମିଲନାଡୁ, ଲାକ୍ଷାଦ୍ୱୀପ ଏବଂ କେରଳ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
December 31st, 12:56 pm
ଜାନୁଆରୀ ୨, ୨୦୨୪ ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ପ୍ରଧାନମନ୍ତ୍ରୀ ତାମିଲନାଡୁର ତିରୁଚିରାପଲ୍ଲୀରେ ପହଞ୍ଚିବେ । ସେ ତିରୁଚିରାପଲ୍ଲୀସ୍ଥିତ ଭାରତୀଦସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ମଧ୍ୟାହ୍ନ ପ୍ରାୟ ୧୨ଟା ରେ ତିରୁଚିରାପଲ୍ଲୀଠାରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ବିମାନ ଚଳାଚଳ, ରେଳ, ସଡ଼କ, ତୈଳ ଏବଂ ଗ୍ୟାସ ସହ ଜଡିତ ୧୯,୮୫୦ କୋଟି ରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ଉଦଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ କରିବେ ଯେଉଁଥିରେ ଜାହାଜ ଚଳାଚଳ ଏବଂ ଉଚ୍ଚଶିକ୍ଷା କ୍ଷେତ୍ର ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଅପରାହ୍ନ ପ୍ରାୟ ୩ଟା ୧୫ରେ ପ୍ରଧାନମନ୍ତ୍ରୀ ଲାକ୍ଷାଦ୍ୱୀପର ଅଗାତିରେ ପହଞ୍ଚିବେ ଏବଂ ସେଠାରେ ଏକ ସାଧାରଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ଜାନୁଆରୀ ୪, ୨୦୨୪ ମଧ୍ୟାହ୍ନ ପ୍ରାୟ ୧୨ଟାରେ ପ୍ରଧାନମନ୍ତ୍ରୀ ଲାକ୍ଷାଦ୍ୱୀପର କବରାତିରେ ପହଞ୍ଚିବେ, ଯେଉଁଠାରେ ସେ ରାଷ୍ଟ୍ର ଉଦ୍ଦେଶ୍ୟରେ କାର୍ଯ୍ୟ କରିବେ ଏବଂ ଲାକ୍ଷାଦ୍ୱୀପରେ ଟେଲିଯୋଗାଯୋଗ, ପାନୀୟ ଜଳ, ସୌର ଶକ୍ତି ଏବଂ ସ୍ୱାସ୍ଥ୍ୟ ଆଦି କ୍ଷେତ୍ର ସହିତ ଜଡ଼ିତ ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବେ ।ଗୁଜରାଟରେ ‘ସ୍ୱାଗତ’ର ୨ଠ ବର୍ଷ ପୂରଣ ହେବା ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ କଥାବାର୍ତ୍ତା ଏବଂ ସମ୍ବୋଧନର ମୂଳ ପାଠ
April 27th, 04:32 pm
ମୋ ସହିତ ସିଧାସଳଖ କଥାବାର୍ତ୍ତା କରିବେ । ଏହା ମୋ ପାଇଁ ସୌଭାଗ୍ୟର କଥା ଯେ ମୁଁ ପୁରୁଣା ସମୟର ସାଥୀମାନଙ୍କୁ ଆଜି ଏଠାରେ ଭେଟିପାରୁଛି । ଆସନ୍ତୁ ଦେଖିବା ସର୍ବପ୍ରଥମେ କାହା ସହିତ କଥାବାର୍ତ୍ତା ହେବାର ସୁଯୋଗ ମିଳୁଛି ।ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷତ କରିଛନ୍ତି ଆନ୍ତର୍ଜାତୀୟ ଟେଲି ଯୋଗାଯୋଗ ସଂଘର ମହାସଚିବ ଡୋରେନ୍ ବୋଗଡାନ- ମାର୍ଟିନ
March 24th, 08:28 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅନ୍ତର୍ଜାତୀୟ ଟେଲି ଯୋଗାଯୋଗ ସଂଘର ମହାସଚିବ ଡୋରେନ୍ ବୋଗଡାନ- ମାର୍ଟିନ ଭେଟିଛନ୍ତି । ଏକ ଉନ୍ନତ ତଥା ସ୍ଥାୟୀ ଗ୍ରହ ପାଇଁ ଡିଜିଟାଲ୍ ଜ୍ଞାନକୌଶଳର ଉପଯୋଗ ଉପରେ ଉଭୟ ମାନ୍ୟଗଣ୍ୟ ବ୍ୟକ୍ତି ବିସ୍ତୃତ ଆଲୋଚନା କରିଥିଲେ ।ଆଇଟିୟୁ ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ନବାଚାର କେନ୍ଦ୍ରର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 22nd, 03:34 pm
ଆଜିକାର ଦିନ ହେଉଛି ବହୁତ ବିଶେଷ, ହେଉଛି ବହୁତ ପବିତ୍ର। ଆଜିଠାରୁ ‘ହିନ୍ଦୁ କ୍ୟାଲେଣ୍ଡର’ର ନୂତନ ବର୍ଷ ଆରମ୍ଭ ହୋଇଛି । ମୁଁ ଆପଣ ସମସ୍ତଙ୍କୁ ଆଉ ସମସ୍ତ ଦେଶବାସୀଙ୍କୁ ବିକ୍ରମ ସମ୍ବତ 2080ର ବହୁତ- ବହୁତ ଶୁଭକାମନା ଜଣାଉଛି । ଆମର ଏତେ ବିଶାଳ ଦେଶରେ, ବିବିଧତାରେ ଭରି ରହିଥିବା ଦେଶରେ ଶତାବ୍ଦୀ ଶତାବ୍ଦୀ ଧରି ଭିନ୍ନ- ଭିନ୍ନ କ୍ୟାଲେଣ୍ଡର ପ୍ରଚଳିତ ରହି ଆସିଛି। କୋଲ୍ଲମ କାଳର ହେଉଛି ମଲୟାଲମ କ୍ୟାଲେଣ୍ଡର, ହେଉଛି ତାମିଲ କ୍ୟାଲେଣ୍ଡର, ଯାହା ହଜାର- ହଜାର ବର୍ଷରୁ ଭାରତକୁ ତିଥି ସମ୍ବନ୍ଧିୟ ଜ୍ଞାନ ପ୍ରଦାନ କରି ଆସିଛି । ବିକ୍ରମ ସମ୍ବତ ମଧ୍ୟ 2080 ବର୍ଷ ପୂର୍ବରୁ ଚାଲି ଆସୁଛି । ଗ୍ରୀଗୋରିୟନ କ୍ୟାଲେଣ୍ଡରରେ ମଧ୍ୟ ଏବେ ବର୍ଷ 2023 ଚାଲୁ ରହିଛି, କିନ୍ତୁ ବିକ୍ରମ ସମ୍ବତ ହେଉଛି ତା’ଠାରୁ ମଧ୍ୟ 57 ବର୍ଷ ପୂର୍ବର। ମୁଁ ଖୁସି ଯେ ନବବର୍ଷର ପ୍ରଥମ ଦିନ ଟେଲିକମ୍, ଆଇସିଟି ଏବଂ ଏହା ସହିତ ଜଡ଼ିତ ନବସୃଜନକୁ ନେଇ ଏକ ବହୁତ ବଡ଼ ଶୁଭାରମ୍ଭ ଭାରତରେ ହେଉଅଛି । ଆଜି ଏଠାରେ ଅନ୍ତରାଷ୍ଟ୍ରୀୟ ଟେଲି- କମ୍ୟୁନିକେସନ୍ ୟୁନିୟନ (ଆଇଟିୟୁ)ର ଆଞ୍ଚଳିକ କାର୍ଯ୍ୟାଳୟ ଆଉ କେବଳ ଆଞ୍ଚଳିକ କାର୍ଯ୍ୟାଳୟ ନୁହେଁ, ଆଞ୍ଚଳିକ କାର୍ଯ୍ୟାଳୟ ଏବଂ ନବାଚାର କେନ୍ଦ୍ରର ସ୍ଥାପନା ହୋଇଛି। ଏହା ସହିତ ହିଁ ଆଜି 6-G ପରୀକ୍ଷାର ଜ୍ଞାନକୌଶଳର ମଧ୍ୟ ଶୁଭାରମ୍ଭ କରାଯାଇଛି । ଏହି ଟେକ୍ନୋଲୋଜି ସହିତ ଆମର ଭିଜନ ଡକ୍ୟୁମେଣ୍ଟକୁ ଉନ୍ମୋଚନ କରାଯାଇଛି । ଏହା ଡିଜିଟାଲ ଭାରତକୁ ନୂତନ ଉର୍ଜ୍ଜା ଦେବା ସହିତ ହିଁ ଦକ୍ଷିଣ ଏସିଆ ପାଇଁ, ଗ୍ଲୋବାଲ ସାଉଥ ପାଇଁ, ନୂତନ ସମାଧାନ, ନୂତନ ନବସୃଜନ ନେଇକରି ଆସିବ । ବିଶେଷ କରି ଆମର ଶୈକ୍ଷିକ, ଆମର ନବାଚାର- ଷ୍ଟାର୍ଟ ଅପ୍ସ, ଆମର ଶିଳ୍ପ ପାଇଁ ଏହାଦ୍ୱାରା ଅନେକ ନୂତନ ସୁଯୋଗ ସୃଷ୍ଟି ହେବ।ଆଇଟିୟୁ କ୍ଷେତ୍ର କାର୍ଯ୍ୟାଳୟ ଏବଂ ନବସୃଜନ କେନ୍ଦ୍ରର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
March 22nd, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଜ୍ଞାନ ଭବନରେ ଏକ କାର୍ଯ୍ୟକ୍ରମରେ ନୂତନ ଅନ୍ତର୍ଜାତୀୟ ଟେଲି ଯୋଗାଯୋଗ ସଂଘ (ଆଇଟିୟୁ) କ୍ଷେତ୍ର କାର୍ଯ୍ୟାଳୟ ଏବଂ ନବସୃଜନ କେନ୍ଦ୍ରର ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ଭାରତ ୬ଜି ଭିଜନ୍ ଡକ୍ୟୁମେଣ୍ଟ ଉନ୍ମୋଚନ ଏବଂ ୬ଜି ଆରଆଣ୍ଡବି ପରୀକ୍ଷାଗାରର ଶୁଭାରମ୍ଭ କରିଛନ୍ତି । ସେ କଲ୍ ବିଫୋର ୟୁ ଡିଗ୍”’ ଆପ୍ର ମଧ୍ୟ ଶୁଭାରମ୍ଭ କରିଥିଲେ । ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ଆଇସିଟି) ପାଇଁ ଆଇଟିୟୁ ହେଉଛି ମିଳିତ ଜାତିସଂଘର ସ୍ୱତନ୍ତ୍ର ସଂସ୍ଥା । ମାର୍ଚ୍ଚ ୨୦୨୨ ରେ ଭାରତ କ୍ଷେତ୍ର କାର୍ଯ୍ୟାଳୟ ପ୍ରତିଷ୍ଠା ପାଇଁ ଆଇଟିୟୁ ସହିତ ଏକ ଆୟୋଜକ ଦେଶ ଚୁକ୍ତିନାମା ସ୍ୱାକ୍ଷର କରିଥିଲା । ଏହା ଭାରତ, ନେପାଳ, ଭୁଟାନ, ବାଂଲାଦେଶ, ଶ୍ରୀଲଙ୍କା, ମାଲଦ୍ୱୀପ, ଆଫଗାନିସ୍ତାନ ଏବଂ ଇରାନକୁ ସେବା ଯୋଗାଇବ, ଦେଶ ମଧ୍ୟରେ ସମନ୍ୱୟ ବୃଦ୍ଧି କରିବ ଏବଂ ଏହି ଅଞ୍ଚଳରେ ପାରସ୍ପରିକ ଲାଭଦାୟକ ଅର୍ଥନୈତିକ ସହଯୋଗ ବୃଦ୍ଧି କରିବ ।ମାର୍ଚ୍ଚ ୨୨ ତାରିଖରେ ଆଇଟିୟୁ କ୍ଷେତ୍ର କାର୍ଯ୍ୟାଳୟ ଏବଂ ନବସୃଜନ କେନ୍ଦ୍ରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
March 21st, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ମାର୍ଚ୍ଚ ୨୨ ତାରିଖ ଅପରାହ୍ନ ୧୨:୩୦ ରେ ବିଜ୍ଞାନ ଭବନରେ ଏକ କାର୍ଯ୍ୟକ୍ରମରେ ଭାରତରେ ନୂତନ ଆନ୍ତର୍ଜାତୀୟ ଟେଲି ଯୋଗାଯୋଗ ସଂଘ (ଆଇଟିୟୁ)ର ସ୍ଥାନୀୟ କାର୍ଯ୍ୟାଳୟ ଏବଂ ନବସୃଜନ କେନ୍ଦ୍ରର ଉଦଘାଟନ କରିବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଭାରତ ୬ଜି ଭିଜନ୍ ଡକ୍ୟୁମେଣ୍ଟ ଏବଂ ୬ଜି ଆରଆଣ୍ଡଡି ପରୀକ୍ଷାଗାର ଶୁଭାରମ୍ଭ କରିବେ । ସେ କଲ ବିଫୋର ୟୁ ଡିଗ୍” ଆପ୍ର ମଧ୍ୟ ଶୁଭାରମ୍ଭ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ସମାବେଶକୁ ସମ୍ବୋଧିତ କରିବେ ।