ଆଜି ଆମେ ‘ଏକ ଭାରତ-ଶ୍ରେଷ୍ଠ ଭାରତ’ର ସ୍ୱପ୍ନ ନେଇ ଆଗକୁ ବଢ଼ୁଛୁ ଏବଂ ତାହା ସର୍ଦ୍ଦାର ପଟେଲଙ୍କ ଦ୍ଵାରା ହିଁ ସମ୍ଭବ ହୋଇପାରିଛି :ପ୍ରଧାନମନ୍ତ୍ରୀ ମୋଦୀ

September 17th, 12:26 pm

ପ୍ରଧାନମନ୍ତ୍ରୀ ମୋଦୀ ଆଜି ଗୁଜରାଟର ଧାବୋଇଠାରେ 'ଜାତୀୟ ଆଦିବାସୀ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ' ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ପୂର୍ବକ ଏକ ଫଳକ ଅନାବରଣ କରିଛନ୍ତି । ଏକ ବିଶାଳ ଜନସମାବେଶକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ,'' ଆମେ ଆଦିବାସୀ ସମୁଦାୟ ସହିତ ଜଡିତ ଆମର ସ୍ୱାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରୁଛୁ ଯେଉଁମାନେ ଉପନିବେଶବାଦ ବିରୋଧରେ ନିଜର ସ୍ୱର ଉତ୍ତୋଳନ କରିଥିଲେ ।

ସର୍ଦ୍ଦାର ସରୋବର ନଦୀବନ୍ଧକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ; ଦାଭୋଇ ନର୍ମଦା ମହୋତ୍ସବର ଉଦ୍ଯାପନୀ ଉତ୍ସବରେ ଯୋଗଦାନ

September 17th, 12:25 pm

ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସର୍ଦ୍ଦାର ସରୋବର ନଦୀବନ୍ଧ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । କେଭାଡିଆ ଠାରେ ମନ୍ତ୍ର ଉଚ୍ଚାରଣ କରାଯାଇ ଏହି ସମାରୋହ କାର୍ଯ୍ୟ ସମ୍ପନ୍ନ କରାଯାଇଥିଲା । ପ୍ରଧାନମନ୍ତ୍ରୀ ଏହି ଅବସରକୁ ସ୍ମରଣୀୟ କରିବା ଲାଗି ଏକ ଫଳକ ଅନାବରଣ କରିଥିଲେ । ଏହାପରେ ପ୍ରଧାନମନ୍ତ୍ରୀ ‘ଷ୍ଟେଚ୍ୟୁ ଅଫ୍ ୟୁନିଟି’ ନିର୍ମାଣସ୍ଥଳୀ ପରିଦର୍ଶନରେ ଯାଇଥିଲେ । ସାଧୁ ବେଟ୍ ଠାରେ ଥିବା ଏହି ସ୍ଥାନରେ ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ କରାଯାଉଛି, ଯାହା ସର୍ଦ୍ଦାର ସରୋବର ନଦୀବନ୍ଧ ଠାରୁ କିଛି ଦୂରରେ ଅବସ୍ଥିତ । ପ୍ରଧାନମନ୍ତ୍ରୀ ସେଠାରେ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟର ଅଗ୍ରଗତି ନିରୀକ୍ଷଣ କରିଥିଲେ ।