Ken-Betwa Link Project will open new doors of prosperity in Bundelkhand region: PM in Khajuraho, MP

December 25th, 01:00 pm

PM Modi inaugurated and laid the foundation stone of multiple development projects in Khajuraho. Highlighting that Shri Vajpayee's government in the past had seriously begun addressing water-related challenges, but were sidelined after 2004, the PM stressed that his government was now accelerating the campaign to link rivers across the country. He added that the Ken-Betwa Link Project is about to become a reality, opening new doors of prosperity in the Bundelkhand region.

ମଧ୍ୟପ୍ରଦେଶର ଖଜୁରାହୋଠାରେ କେନ-ବେତଓ୍ବା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

December 25th, 12:30 pm

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଖଜୁରାହୋଠାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଲୋକମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଓ ସମଗ୍ର ବିଶ୍ବର ଖ୍ରୀଷ୍ଟିଆନମାନଙ୍କୁ ଖ୍ରୀଷ୍ଟମାସର ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟରେ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବଙ୍କ ନେତୃତ୍ବାଧୀନ ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସେ ମଧ୍ୟପ୍ରଦେଶର ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ କହିଥିଲେ ଯେ ଗତ ଏକ ବର୍ଷ ମଧ୍ୟରେ ନୂଆ ନୂଆ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେବା ସହ ବିକାଶମୂଳକ କାର୍ଯ୍ୟ ତ୍ବରାନ୍ବିତ ହୋଇଛି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ଐତିହାସିକ କେନ-ବେତଓ୍ବା ନଦୀ ସଂଯୋଗୀକରଣ ପ୍ରକଳ୍ପ, ଦୌଧନ ଡ୍ୟାମ ଓ ମଧ୍ୟପ୍ରଦେଶର ପ୍ରଥମ ଭାସମାନ ସୌର ପ୍ରକଳ୍ପ ଓମକାରେଶ୍ବର ଭାସମାନ ସୌର ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି । ଏଥିପାଇଁ ସେ ମଧ୍ୟପ୍ରଦେଶ ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର ବେତୱାଠାରେ ୨୫ ଡିସେମ୍ବରରେ କେନ୍ – ବେତୱା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ

December 24th, 11:46 am

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ ଡିସେମ୍ବରରେ ମଧ୍ୟପ୍ରଦେଶ ଗସ୍ତ କରିବେ । ମଧ୍ୟାହ୍ନ ପ୍ରାୟ ୧୨:୩୦ ସମୟରେ ସେ ଖଜୁରାହୋରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।