ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ୨୦୨୪ ବ୍ୟାଚର ଆଇଏଫ୍‌ଏସ୍ ଶିକ୍ଷାନବୀଶ

August 19th, 08:34 pm

ଆଜି ସକାଳେ ଭାରତୀୟ ବୈଦେଶିକ ସେବା (ଆଇଏଫ୍‌ଏସ୍‌)ର ୨୦୨୪ ବ୍ୟାଚ ଶିକ୍ଷାନବୀଶମାନେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ବାସଭବନ ୭, ଲୋକ କଲ୍ୟାଣ ମାର୍ଗରେ ସାକ୍ଷାତ କରିଥିଲେ । ୨୦୨୪ ବ୍ୟାଚରେ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶରୁ ୩୩ ଜଣ ଆଇଏଫ୍‌ଏସ୍ ଶିକ୍ଷାନବୀଶ ଅଛନ୍ତି ।

ତ୍ରିନିଦାଦ ଏବଂ ଟୋବାଗୋର ପ୍ରଧାନମନ୍ତ୍ରୀଙ୍କୁ ରାମ ମନ୍ଦିର ପ୍ରତିକୃତି ଏବଂ ପବିତ୍ର ଜଳ ଦେଲେ ପ୍ରଧାନମନ୍ତ୍ରୀ

July 04th, 08:57 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିନିଦାଦ ଏବଂ ଟୋବାଗୋର ପ୍ରଧାନମନ୍ତ୍ରୀ କମଳା ପ୍ରସାଦ-ବିସେସରଙ୍କୁ ଅଯୋଧ୍ୟା ସ୍ଥିତ ରାମମନ୍ଦିରର ଏକ ପ୍ରତିକୃତି ଉପହାର ସ୍ୱରୂପ ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସମ୍ମାନରେ ଆୟୋଜିତ ଏକ ରାତିଭୋଜନରେ ଶ୍ରୀ ମୋଦୀ ଏହି ପ୍ରତିକୃତି ପ୍ରଦାନ କରିଛନ୍ତି । ଏଥିସହ ସେ ସରୟୁ ନଦୀ ଏବଂ ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭର ପବିତ୍ର ଜଳ ମଧ୍ୟ ପ୍ରଦାନ କରିଛନ୍ତି ।

Developing villages is the first step toward building a Viksit Bharat: PM Modi during Bavaliyali Dham programme

March 20th, 04:35 pm

PM Modi delivered his remarks during Bavaliyali Dham programme related to the Bharwad Samaj of Gujarat via video message. He extended his heartfelt greetings to Mahant Shri Ram Bapu ji, the community leaders, and the devotees. PM highlighted his long-standing connection with the Bharwad community and Bavaliyali Dham, lauding the community's dedication to service. He emphasized the importance of preserving indigenous cattle breeds and highlighted the National Gokul Mission.

ବାଭଲିୟାଲି ଧାମ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 20th, 04:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଭରୱାଡ ସମାଜ ସହ ଜଡ଼ିତ ବାଭଲିୟାଲି ଧାମ କାର୍ଯ୍ୟକ୍ରମକୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ମହନ୍ତ ଶ୍ରୀ ରାମ ବାପୁ ଜୀ, ସମ୍ପ୍ରଦାୟର ମୁଖ୍ୟମାନଙ୍କୁ ଏବଂ ଉପସ୍ଥିତ ହଜାର ହଜାର ଭକ୍ତଙ୍କୁ ହୃଦୟରୁ ଶୁଭେଚ୍ଛା ଜଣାଇଥିଲେ। ସେ ଭରୱାଡ ସମ୍ପ୍ରଦାୟର ଏହି ପରମ୍ପରାକୁ ବଜାୟ ରଖିବା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଶ୍ରଦ୍ଧେୟ ସନ୍ଥ ଏବଂ ମହନ୍ତମାନଙ୍କୁ ସମ୍ମାନପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ବକ୍ତବ୍ୟ ଆରମ୍ଭ କରିଥିଲେ। ଐତିହାସିକ ମହାକୁମ୍ଭ ସହିତ ଜଡ଼ିତ ଅପାର ଆନନ୍ଦ ଏବଂ ଗର୍ବ ଉପରେ ଆଲୋକପାତ କରି ଶ୍ରୀ ମୋଦୀ ଏହି ପବିତ୍ର କାର୍ଯ୍ୟକ୍ରମ ସମୟରେ ମହନ୍ତ ଶ୍ରୀ ରାମ ବାପୁ ଜୀଙ୍କୁ ମହାମଣ୍ଡଳେଶ୍ୱର ଉପାଧି ପ୍ରଦାନ କରାଯିବାର ଗୁରୁତ୍ୱପୂର୍ଣ୍ଣ ଅବସରରେ ମନ୍ତବ୍ୟ ଦେଇ ଏହାକୁ ଏକ ସ୍ମାରକୀ ସଫଳତା ଏବଂ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଆନନ୍ଦର ସମୟ ବୋଲି କହିଛନ୍ତି। ସେ ମହନ୍ତ ଶ୍ରୀ ରାମ ବାପୁ ଜୀ ଏବଂ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ସେମାନଙ୍କ ଅବଦାନ ଏବଂ ସଫଳତାକୁ ପାଳନ କରିବା ପାଇଁ ଶୁଭେଚ୍ଛା ଜଣାଇଥିଲେ।

ମହାକୁମ୍ଭ ଉପରେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 18th, 01:05 pm

ମୁଁ ଏଠାରେ ପ୍ରୟାଗରାଜରେ ଅନୁଷ୍ଠିତ ମହାକୁମ୍ଭ ଉପରେ ଏକ ବିବୃତ୍ତି ଦେବା ପାଇଁ ଉପସ୍ଥିତ ହୋଇଛି। ଏହି ସଦନ ମାଧ୍ୟମରେ, ମୁଁ ଲକ୍ଷ ଲକ୍ଷ ଦେଶବାସୀଙ୍କୁ ମୋର ପ୍ରଣାମ ଜଣାଉଛି, ଯେଉଁମାନଙ୍କର ଅବଦାନ ଦ୍ୱାରା ମହାକୁମ୍ଭ ମେଳାର ସଫଳ ଆୟୋଜନ ହୋଇଥିଲା । ମହାକୁମ୍ଭର ସଫଳତା ସୁନିଶ୍ଚିତ କରିବାରେ ଅନେକ ବ୍ୟକ୍ତିମାନଙ୍କର ଅବଦାନ ରହିଛି । ମୁଁ ସରକାର, ସମାଜ ଏବଂ ସମସ୍ତ ଉତ୍ସର୍ଗୀକୃତ କର୍ମୀଙ୍କୁ ଅଭିନନ୍ଦନ ଜଣାଉଛି। ମୁଁ ଦେଶବ୍ୟାପୀ ଭକ୍ତ, ଉତ୍ତର ପ୍ରଦେଶର ଜନସାଧାରଣ ଏବଂ ବିଶେଷକରି ପ୍ରୟାଗରାଜର ନାଗରିକମାନଙ୍କୁ ମଧ୍ୟ ମୋର କୃତଜ୍ଞତା ଜଣାଉଛି।

କୁମ୍ଭମେଳାର ସଫଳ ସମାପନ ସଂପର୍କରେ ଲୋକସଭାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

March 18th, 12:10 pm

ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ କୁମ୍ଭମେଳାର ସଫଳ ସମାପନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଲୋକସଭାରେ ଉଦବୋଧନ ଦେଇଥିଲେ। ଯେଉଁ ଅଗଣିତ ନାଗରିକଙ୍କ ଉଦ୍ୟମରେ କୁମ୍ଭମେଳାର ଭବ୍ୟ ସଫଳତା ମିଳିଥିଲା ସେମାନଙ୍କୁ ସେ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ। ମହାକୁମ୍ଭକୁ ସଫଳ କରିବାରେ ବିଭିନ୍ନ ବ୍ୟକ୍ତି ବିଶେଷ ଓ ଗୋଷ୍ଠୀର ସାମୂହିକ ଅବଦାନ ଉପରେ ଆଲୋକପାତ କରି ସେ ସରକାର, ସମାଜ ଏବଂ ଏଥିରେ ସମ୍ପୃକ୍ତ ସମସ୍ତ ଉତ୍ସର୍ଗୀକୃତ କର୍ମୀଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ। ସମଗ୍ର ଦେଶରେ ଶ୍ରଦ୍ଧାଳୁ, ବିଶେଷ କରି ଉତ୍ତରପ୍ରଦେଶବାସୀ ଏବଂ ପ୍ରୟାଗରାଜବାସୀଙ୍କ ଅମୂଲ୍ୟ ସମର୍ଥନ ଏବଂ ଅଂଶଗ୍ରହଣ ପାଇଁ ଶ୍ରୀ ମୋଦୀ କୃତଜ୍ଞତା ଜ୍ଞାପନ କରିଥିଲେ।

ସୋମନାଥ ମନ୍ଦିରରେ ପ୍ରାର୍ଥନା କରି ନିଜକୁ ଧନ୍ୟ ମଣୁଛି; ପ୍ରତ୍ୟେକ ଭାରତୀୟଙ୍କ ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛି; ଏହି ମନ୍ଦିର ଆମ ସଂସ୍କୃତିର ସାହସ ଏବଂ କାଳଜୟୀ ଐତିହ୍ୟକୁ ଦର୍ଶାଉଛି: ପ୍ରଧାନମନ୍ତ୍ରୀ

March 02nd, 08:32 pm

ପ୍ରୟାଗରାଜରେ ମହାକୁମ୍ଭ ଶେଷ ହେବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ସୋମନାଥ ମନ୍ଦିରରେ ଠାକୁର ଦର୍ଶନ କରିଛନ୍ତି ।

Government, society and saints are all united in the fight against cancer: PM Modi in Madhya Pradesh

February 23rd, 06:11 pm

PM Modi laid the foundation stone of Bageshwar Dham Medical and Science Research Institute in Chhatarpur, Madhya Pradesh. He remarked that when the country entrusted him with the opportunity to serve, he made the mantra ‘Sabka Saath, Sabka Vikas’ as the Government's resolution. He highlighted that a major foundation of ‘Sabka Saath, Sabka Vikas’ was ‘Sabka Ilaaj, Sabko Aarogya’ meaning Healthcare for all and underscored the focus on disease prevention at various levels.

ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

February 23rd, 04:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଛତରପୁର ଜିଲ୍ଲାର ଗଡ଼ା ଗ୍ରାମରେ ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କରିଛନ୍ତି । ଅଳ୍ପ ସମୟ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବୁନ୍ଦେଲଖଣ୍ଡକୁ ଫେରିବା ତାଙ୍କ ସୌଭାଗ୍ୟ ବୋଲି ମନ୍ତବ୍ୟ ଦେଇ ଶ୍ରୀ ମୋଦୀ କହିଛନ୍ତି ଯେ ଆଧ୍ୟାତ୍ମିକ କେନ୍ଦ୍ର ଥିବା ବାଗେଶ୍ୱର ଧାମ ଖୁବଶୀଘ୍ର ଏକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପରିଣତ ହେବ । ବାଗେଶ୍ୱର ଧାମ ମେଡିକାଲ ଆଣ୍ଡ ସାଇନ୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ୧୦ ଏକର ଜମିରେ ନିର୍ମାଣ କରାଯିବ ଏବଂ ପ୍ରଥମ ପର୍ଯ୍ୟାୟରେ ୧୦୦ ଶଯ୍ୟା ବିଶିଷ୍ଟ ସୁବିଧା ପ୍ରସ୍ତୁତ କରାଯିବ । ସେ ଶ୍ରୀ ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ଏହି ମହାନ କାର୍ଯ୍ୟ ପାଇଁ ଅଭିନନ୍ଦନ ଜଣାଇବା ସହ ବୁନ୍ଦେଲଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।

The people of Delhi have suffered greatly because of AAP-da: PM Modi during Mera Booth Sabse Mazboot programme

January 22nd, 01:14 pm

Prime Minister Narendra Modi, under the Mera Booth Sabse Mazboot initiative, engaged with BJP karyakartas across Delhi through the NaMo App, energizing them for the upcoming elections. He emphasized the importance of strengthening booth-level organization to ensure BJP’s continued success and urged workers to connect deeply with every voter.

PM Modi Interacts with BJP Karyakartas Across Delhi under Mera Booth Sabse Mazboot via NaMo App

January 22nd, 01:00 pm

Prime Minister Narendra Modi, under the Mera Booth Sabse Mazboot initiative, engaged with BJP karyakartas across Delhi through the NaMo App, energizing them for the upcoming elections. He emphasized the importance of strengthening booth-level organization to ensure BJP’s continued success and urged workers to connect deeply with every voter.

Prime Minister congratulates the devotees who took part in the first Amrit Snan at Mahakumbh on the great festival of Makar Sankranti

January 14th, 02:29 pm

The Prime Minister Shri Narendra Modi today congratulated the devotees who took part in the first Amrit Snan at Mahakumbh on the great festival of Makar Sankranti.

ଜମ୍ମୁ-କଶ୍ମୀରରେ ସୋନମାର୍ଗ ଟନେଲ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 13th, 12:30 pm

ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ମୋ କ୍ୟାବିନେଟ୍‌ର ସହଯୋଗୀ ଶ୍ରୀ ନୀତିନ ଗଡକରୀ ଜୀ, ଶ୍ରୀ ଜିତେନ୍ଦ୍ର ସିଂ ଜୀ, ଅଜୟ ଟମ୍ଟା ଜୀ, ଡେପୁଟି ସିଏମ ସୁରେନ୍ଦ୍ର କୁମାର ଚୌଧୁରୀ ଜୀ, ବିରୋଧୀ ଦଳ ନେତା ସୁନୀଲ ଶର୍ମା ଜୀ, ସମସ୍ତ ସାଂସଦ, ବିଧାୟକ ଏବଂ ଜମ୍ମୁ ଓ କଶ୍ମୀରର ମୋର ପ୍ରିୟ ଭାଇ ଭଉଣୀ ।

ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 13th, 12:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଶ୍ରମିକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ, ଯେଉଁମାନେ ଜମ୍ମୁ-କଶ୍ମୀର ଓ ଭାରତର ବିକାଶ ପାଇଁ କଠିନ ପରିଶ୍ରମ କରିଛନ୍ତି ଏବଂ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି। ଶ୍ରୀ ମୋଦୀ କହିଥିଲେ, ଆହ୍ୱାନ ସତ୍ତ୍ୱେ ଆମର ସଂକଳ୍ପ ଥମିବାର ନାଁ ଧରୁନାହିଁ। ଶ୍ରମିକମାନଙ୍କ ଦୃଢ଼ ସଂକଳ୍ପ ଓ ପ୍ରତିବଦ୍ଧତା ଏବଂ ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି କାର୍ଯ୍ୟ ସମ୍ପନ୍ନ କରିଥିବାରୁ ସେ ତାଙ୍କୁ ପ୍ରଶଂସା କରିଥିଲେ। ୭ ଜଣ ଶ୍ରମିକଙ୍କ ମୃତ୍ୟୁରେ ସେ ଶୋକ ପ୍ରକାଶ କରିଥିଲେ।

ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

January 09th, 10:15 am

ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଏସ୍ ଜୟଶଙ୍କର ଜୀ, ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଶୋଭା କରନ୍ଦଲାଜେ ଜୀ, କୀର୍ତ୍ତି ବର୍ଦ୍ଧନ ସିଂହ ଜୀ, ପବିତ୍ରା ମାର୍ଗେରିଟା ଜୀ, ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଜୀ, ପ୍ରଭାତୀ ପରିଡ଼ା ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକଗଣ, ବିଶ୍ୱର କୋଣ ଅନୁକୋଣରୁ ଏଠାକୁ ଆସିଥିବା ଭାରତ ମାତାଙ୍କ ସମସ୍ତ ପୁଅ ଝିଅ…

ଓଡ଼ିଶାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 09th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପ୍ରତିନିଧି ଏବଂ ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ଆଜି ଏଠାରେ ପରିବେଷିତ ଉଦଘାଟନୀ ସଂଗୀତ ଭବିଷ୍ୟତରେ ସାରା ବିଶ୍ୱରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ପରିବେଷଣ କରାଯିବ। ସେ ଗ୍ରାମୀ ପୁରସ୍କାର ବିଜେତା କଳାକାର ରିକି କେଜ ଏବଂ ତାଙ୍କ ଦଳକୁ ଏଭଳି ଚମତ୍କାର ଉପସ୍ଥାପନା ପାଇଁ ପ୍ରଶଂସା କରିଛନ୍ତି। ଏହି ଗୀତରେ ପ୍ରବାସୀ ଭାରତୀୟଙ୍କ ଭାବନା ଏବଂ ଅନୁଭୂତି ରହିଥିବା ସେ କହିଛନ୍ତି।

ସମ୍ବିଧାନ ହେଉଛି ଆମର ମାର୍ଗଦର୍ଶକ :ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

December 29th, 11:30 am

ମନ୍ କୀ ବାତ୍ ର ଏହି ଏପିସୋଡ୍ ରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବିଧାନର 75ତମ ବାର୍ଷିକୀ ଏବଂ ପ୍ରୟାଗରାଜରେ ମହାକୁମ୍ଭ ପାଇଁ ପ୍ରସ୍ତୁତି ସମେତ ଭାରତର ସଫଳତା ବିଷୟରେ ପ୍ରତିଫଳନ କରିଥିଲେ। ବସ୍ତର ଅଲିମ୍ପିକ୍ସର ସଫଳତାକୁ ସେ ପ୍ରଶଂସା କରିବା ସହ ମ୍ୟାଲେରିଆ ନିରାକରଣ ଏବଂ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ କର୍କଟ ଚିକିତ୍ସା କ୍ଷେତ୍ରରେ ଅଗ୍ରଗତି ଭଳି ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସଫଳତା ଉପରେ ଆଲୋକପାତ କରିଥିଲେ । ଏହାବ୍ୟତୀତ ଓଡ଼ିଶାର କଳାହାଣ୍ଡିରେ ହୋଇଥିବା କୃଷି ପରିବର୍ତ୍ତନକୁ ସେ ପ୍ରଶଂସା କରିଥିଲେ।

ପ୍ରଧାନମନ୍ତ୍ରୀ ଡିସେମ୍ବର ୧୩ରେ ଉତ୍ତରପ୍ରଦେଶ ଗସ୍ତରେ ଯିବେ

December 12th, 02:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୩ରେ ଉତ୍ତର ପ୍ରଦେଶ ଗସ୍ତରେ ଯିବେ। ସେ ଅପରାହ୍ନ ପ୍ରାୟ ୧୨ଟା ୧୫ରେ ପ୍ରୟାଗରାଜ ଯାଇ ସଙ୍ଗମ ସ୍ଥଳରେ ପୂଜାର୍ଚ୍ଚନା ଓ ଦର୍ଶନ କରିବେ। ଏହାପରେ ମଧ୍ୟାହ୍ନ ପ୍ରାୟ ୧୨ଟା ୪୦ରେ ପ୍ରଧାନମନ୍ତ୍ରୀ ଅକ୍ଷୟ ବଟବୃକ୍ଷ ସ୍ଥଳରେ ପୂଜାର୍ଚ୍ଚନା କରିବେ ଓ ତା’ ପରେ ହନୁମାନ ମନ୍ଦିର ଓ ସରସ୍ୱତୀ କୂପ ଯାଇ ପୂଜାର୍ଚ୍ଚନା କରିବେ। ଅପରାହ୍ନ ପ୍ରାୟ ସାଢ଼େ ଗୋଟାଏ ବେଳେ ସେ ମହାକୁମ୍ଭ ପ୍ରଦର୍ଶନୀ ସ୍ଥଳ ପରିଦର୍ଶନ କରିବେ। ଏହାପରେ ଅପରାହ୍ନ ପ୍ରାୟ ୨ଟାରେ ସେ ପ୍ରୟାଗରାଜରେ ୫୫୦୦ କୋଟି ରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶୁଭାରମ୍ଭ କରିବେ ।