
ଭିଡିଓ କନଫରେନ୍ସିଂ ଜରିଆରେ ରୋଜଗାର ମେଳା ଅଧୀନରେ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 23rd, 11:00 am
ଗତକାଲି ବିଳମ୍ବିତ ରାତିରେ ମୁଁ କୁଏତରୁ ଫେରିଥିଲି। ସେଠାରେ ମୁଁ ଭାରତର ଯୁବକ ଏବଂ ବୃତ୍ତିଜୀବୀମାନଙ୍କୁ ଭେଟିଲି, ଅନେକ କଥା ବାର୍ତ୍ତା ହୋଇଥିଲା । ଏବେ ଏଠାକୁ ଆସିବା ପରେ ଦେଶର ଯୁବପିଢ଼ିଙ୍କ ସହ ମୋର ପ୍ରଥମ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହା ଏକ ବହୁତ ଖୁସିର କଥା। ଆଜି ଦେଶର ହଜାର ହଜାର ଯୁବପିଢ଼ିଙ୍କ ପାଇଁ ଜୀବନର ଏକ ନୂଆ ଆରମ୍ଭ ହେଉଛି। ଆପଣଙ୍କର ବର୍ଷ ବର୍ଷର ସ୍ୱପ୍ନ ପୂରଣ ହୋଇଛି, ବର୍ଷ ବର୍ଷର କଠିନ ପରିଶ୍ରମ ସଫଳ ହୋଇଛି । ୨୦୨୪ର ଏହି ଅତିବାହିତ ବର୍ଷ ଆପଣଙ୍କୁ ଏବଂ ଆପଣଙ୍କ ପରିବାର ସଦସ୍ୟଙ୍କୁ ନୂଆ ଖୁସି ଦେବାକୁ ଯାଉଛି । ମୁଁ ସମସ୍ତ ଯୁବକମାନଙ୍କୁ ଏବଂ ଆପଣଙ୍କ ପରିବାରକୁ ମୋର ଅନେକ ଅନେକ ଅଭିନନ୍ଦନ ଜଣାଉଛି ।
ରୋଜଗାର ମେଳା ଅଧୀନରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ ଓ ସଂସ୍ଥାରେ ନବନିଯୁକ୍ତ କର୍ମଚାରୀଙ୍କୁ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 23rd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ଯୁବକଯୁବତୀମାନଙ୍କୁ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ରୋଜଗାର ମେଳା ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି । ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣ ଓ ଆତ୍ମ-ସଶକ୍ତୀକରଣରେ ଯୋଗଦାନ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରି ସଶକ୍ତ କରିବ।
ଡିସେମ୍ବର ୨୩ରେ ରୋଜଗାର ମେଳା ଅବସରରେ ୭୧ ହଜାରରୁ ଊର୍ଦ୍ଧ୍ବ ନିଯୁକ୍ତି ପତ୍ର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ
December 22nd, 09:48 am
ଭିଡିଓ କନଫରେନ୍ସିଂ ଯୋଗେ ସୋମବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବାହ୍ନ ପ୍ରାୟ ସାଢେ ୧୦ଟା ବେଳକୁ ୭୧ ହଜାରରୁ ଊର୍ଦ୍ଧ୍ଵ ନିଯୁକ୍ତି ପତ୍ର ବଂଟନ କରିବେ । ରୋଜଗାର ମେଳା ଅବସରରେ ତାଙ୍କର ଉଦବୋଧନ ଦେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।ଡିସେମ୍ବର ୧୪ ଓ ୧୫ ରେ ମୁଖ୍ୟ ସଚିବମାନଙ୍କ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
December 13th, 12:53 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୪ ଓ ୧୫ ତାରିଖରେ ନୂଆଦିଲ୍ଲୀରେ ଦେଶର ମୁଖ୍ୟ ସଚିବମାନଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ । ଉଭୟ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସୁସମ୍ପର୍କ ସ୍ଥାପନ ଲାଗି ଏହି ସମ୍ମିଳନୀ କାମ ଦେବ ବୋଲି କୁହାଯାଇଛି । ସଂଘୀୟ ବ୍ୟବସ୍ଥାକୁ ମଜଭୂତ କରିବା ଲାଗି ଏହା ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ବୋଲି ବିବେଚନା କରାଯାଏ ।It is our commitment that the youth of the country should get maximum employment: PM Modi at Rozgar Mela
October 29th, 11:00 am
PM Modi addressed the Rozgar Mela and distributed more than 51,000 appointment letters to newly appointed youth in Government departments and organizations. Citing the Pradhan Mantri Internship Yojana, PM Modi said provisions are made for paid internships in the top 500 companies of India, where every intern would be given Rs 5,000 per month for one year. He added the Government’s target is to ensure one crore youth get internship opportunities in the next 5 years.ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 29th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ସରକାରୀ ବିଭାଗ ଏବଂ ସଂଗଠନ ମାନଙ୍କରେ ନବନିଯୁକ୍ତ ଯୁବକ ଯୁବତୀମାନଙ୍କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ରୋଜଗାର ମେଳା ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି। ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣରେ ଯୋଗଦାନ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରି ସଶକ୍ତ କରିବ।'କର୍ମଯୋଗୀ ସପ୍ତାହ’ - ଜାତୀୟ ଶିକ୍ଷା ସପ୍ତାହର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
October 19th, 06:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଡ. ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ 'କର୍ମଯୋଗୀ ସପ୍ତାହ' - ଜାତୀୟ ଶିକ୍ଷା ସପ୍ତାହର ଶୁଭାରମ୍ଭ କରିଛନ୍ତି ।୧୯ ଅକ୍ଟୋବରରେ ‘କର୍ମଯୋଗୀ ସପ୍ତାହ’ - ଜାତୀୟ ଶିକ୍ଷା ସପ୍ତାହର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
October 18th, 11:42 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଡକ୍ଟର ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ୧୯ ଅକ୍ଟୋବର ସକାଳ ୧୦:୩୦ ସମୟରେ ‘କର୍ମଯୋଗୀ ସପ୍ତାହ’ - ଜାତୀୟ ଶିକ୍ଷା ସପ୍ତାହର ଶୁଭାରମ୍ଭ କରିବେ ।ରୋଜଗାର ମେଳା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଲକ୍ଷାଧିକ ନିଯୁକ୍ତି ପତ୍ର ବଣ୍ଟନ
February 12th, 11:00 am
ଆଜି ଏକ ଲକ୍ଷରୁ ଅଧିକ ନିଯୁକ୍ତିପତ୍ର ସରକାରୀ ଚାକିରି ଆଶାୟୀଙ୍କୁ ଦିଆଯାଇଛି । ଏଥିପାଇଁ ଆପଣମାନେ କଠିନ ପରିଶ୍ରମ କରି ଏହି ସଫଳତା ପାଇଛନ୍ତି । ମୁଁ ଆପଣମାନଙ୍କୁ ଏବଂ ଆପଣଙ୍କ ପରିବାରବର୍ଗଙ୍କୁ ଶୁଭେଚ୍ଛା ଜଣାଉଛି । ଭାରତ ସରକାରରେ ଯୁବ ଗୋଷ୍ଠୀଙ୍କୁ ଚାକିରି ନିଯୁକ୍ତି ଦେବା କାମ ଜୋରସୋରରେ ଚାଲିଛି । ପୂର୍ବ ସରକାର ସମୟରେ ନିଯୁକ୍ତି ନିମନ୍ତେ ବିଜ୍ଞାପନ ଦେବା ଠାରୁ ନିଯୁକ୍ତି ପତ୍ର ଦେବା ପର୍ଯ୍ୟନ୍ତ ଦୀର୍ଘ ସମୟ ଲାଗି ଯାଉଥିଲା । ଏହି ବିଳମ୍ବରୁ ଫାଇଦା ଉଠାଇ ବିପୁଳ ପରିମାଣରେ ଲାଞ୍ଚ କାରବାର ହେଉଥିଲା । ମୁଁ ବର୍ତ୍ତମାନ ଭାରତ ସରକାରଙ୍କ ଚାକିରୀରେ ନିଯୁକ୍ତି ପ୍ରକ୍ରିୟାକୁ ସମ୍ପୂର୍ଣ୍ଣରୂପେ ଦକ୍ଷତା ଭିତ୍ତିରେ କରାଇଛି । କେବଳ ଏତିକି ନୁହେଁ, ସରକାର ତୀବ୍ର ଗତିରେ ନିଯୁକ୍ତି ପ୍ରକ୍ରିୟାକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରୁଛନ୍ତି । ଏହା ଫଳରେ ସମସ୍ତ ଯୁବଗୋଷ୍ଠୀଙ୍କୁ ନିଜର ଦକ୍ଷତା ପ୍ରମାଣିତ କରିବା ନିମନ୍ତେ ସମାନ ସୁଯୋଗ ମିଳୁଛି । ଆଜି ଯୁବାଗୋଷ୍ଠୀ ମନରେ ଆତ୍ମବିଶ୍ୱାସ ଜନ୍ମିଛି ଯେ-କଠିନ ପରିଶ୍ରମ ଦ୍ୱାରା ନିଜର ସ୍ଥାନ ଓ ସ୍ଥିତିକୁ ସୁଦୃଢ କରିପାରୁଛନ୍ତି । ୨୦୧୪ ମସିହା ପରଠାରୁ ନବ ଯୁବକମାନେ ଭାରତ ସରକାରଙ୍କ ସହିତ ମିଶି ରାଷ୍ଟ୍ର ନିର୍ମାଣରେ ସହଭାଗୀ ହେବା ନିମନ୍ତେ ଉଦ୍ୟମ କରିବାକୁ ଆମେ ଚେଷ୍ଟା କରୁଛୁ । ପୂର୍ବ ସରକାର ଦଶବର୍ଷ କାର୍ଯ୍ୟକାଳ ମଧ୍ୟରେ ଯେତିକି ସରକାରୀ ଚାକିରି ଯୁବଗୋଷ୍ଠୀଙ୍କୁ ଦେଇଥିଲେ ଏହି ପରିମାଣଠାରୁ ପ୍ରାୟ ଦେଢଗୁଣା ଅଧିକ ଚାକିରି ଭାରତୀୟ ଜନତାପାର୍ଟି ସରକାର ଗତ ଦଶବର୍ଷ ମଧ୍ୟରେ ଦେଇଛି । ଆଜି ଦିଲ୍ଳୀଠାରେ ଗୋଟିଏ ଇଣ୍ଟ୍ରିଗ୍ରେଟେଡ ଟ୍ରେନିଂ ପରିସରର ଶିଳାନ୍ୟାସ ହୋଇଛି । ମୋର ପୂର୍ଣ୍ଣ ବିଶ୍ୱାସ, ଏହି ନୂଆ ଟ୍ରେନିଂ ପରିସରରୁ ଦକ୍ଷତା ବିକାଶର ଉଦ୍ୟମ ସୁଦୃଢ ହେବ ।ରୋଜଗାର ମେଳା ଅଧୀନରେ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ୧ ଲକ୍ଷରୁ ଅଧିକ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ପ୍ରଧାନମନ୍ତ୍ରୀ
February 12th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧ ଲକ୍ଷରୁ ଅଧିକ ନବନିଯୁକ୍ତ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ସେ ନୂଆଦିଲ୍ଲୀରେ ସମନ୍ବିତ କମ୍ପ୍ଲେକ୍ସ କର୍ମଯୋଗୀ ଭବନର ପ୍ରଥମ ପର୍ଯ୍ୟାୟର ଶିଳାନ୍ୟାସ କରିଥିଲେ । ଏହି କମ୍ପ୍ଲେକ୍ସ ମିଶନ କର୍ମଯୋଗୀର ବିଭିନ୍ନ ସ୍ତମ୍ଭ ମଧ୍ୟରେ ସହଯୋଗ ଏବଂ ସମନ୍ୱୟକୁ ପ୍ରୋତ୍ସାହିତ କରିବ।ରୋଜଗାର ମେଳା ଅଧୀନରେ ଫେବୃଆରୀ ୧୨ ରେ ସରକାରୀ ବିଭାଗ ଏବଂ ସଂଗଠନରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ୧ ଲକ୍ଷରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
February 11th, 03:15 pm
ଏହି ଅବସରରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀଠାରେ ସମନ୍ୱିତ କମ୍ପ୍ଲେକ୍ସ କର୍ମଯୋଗୀ ଭବନର ପ୍ରଥମ ପର୍ଯ୍ୟାୟର ଶିଳାନ୍ୟାସ କରିବେ । ଏହି କମ୍ପ୍ଲେକ୍ସ ମିଶନ କର୍ମଯୋଗୀର ବିଭିନ୍ନ ସ୍ତମ୍ଭ ମଧ୍ୟରେ ସହଯୋଗ ଏବଂ ସମନ୍ୱୟକୁ ପ୍ରୋତ୍ସାହିତ କରିବ ।ଜାତୀୟ ସୀମା ଶୁଳ୍କ, ପରୋକ୍ଷ ଟିକସ ଏବଂ ନାର୍କୋଟିକ୍ସ ଏକାଡେମୀ NACINର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 16th, 04:00 pm
ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଶ୍ରୀମାନ ଏସ ଅବଦୁଲ ନଜିର ଜୀ, ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ନିର୍ମଳା ସୀତାରମଣ ଜୀ, ପଙ୍କଜ ଚୌଧୁରୀ ଜୀ, ଭାଗବତ କିଶନରାଓ କରଡ ଜୀ, ଅନ୍ୟ ଜନପ୍ରତିନିଧିଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।ଆନ୍ଧ୍ରପ୍ରଦେଶର ଶ୍ରୀ ସତ୍ୟ ସାଇ ଜିଲ୍ଲାର ପଲାସାମୁଦ୍ରମ ଠାରେ ଜାତୀୟ ସୀମା ଶୁଳ୍କ, ପରୋକ୍ଷ ଟିକସ ଏବଂ ନାର୍କୋଟିକ୍ସ ଏକାଡେମୀର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
January 16th, 03:30 pm
ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ପାଲାସମୁଦ୍ରମଠାରେ ଜାତୀୟ ସୀମା ଶୁଳ୍କ, ପରୋକ୍ଷ ଟିକସ ଏବଂ ନାର୍କୋଟିକ୍ସ ଏକାଡେମୀର ଉଦଘାଟନ ପାଇଁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ । ପାଲାସମୁଦ୍ରମ ଅଞ୍ଚଳର ବିଶେଷତ୍ୱ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ଆଧ୍ୟାତ୍ମିକତା, ରାଷ୍ଟ୍ର ନିର୍ମାଣ ଏବଂ ସୁଶାସନ ସହିତ ଜଡ଼ିତ ଏବଂ ଭାରତର ଐତିହ୍ୟକୁ ପ୍ରତିନିଧିତ୍ୱ କରେ । ପୁଟ୍ଟପର୍ଥିରେ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମସ୍ଥାନ, ମହାନ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ କଲ୍ଲୁର ସୁବା ରାଓ, ପ୍ରସିଦ୍ଧ କଣ୍ଢେଇ ଶିଳ୍ପୀ ଦଲାବାଇ ଚଲାପତି ରାଓ ଏବଂ ଗୌରବମୟ ବିଜୟନଗର ସାମ୍ରାଜ୍ୟର ସୁଶାସନକୁ ସେ ଏହି ଅଞ୍ଚଳର ପ୍ରେରଣାର ଉତ୍ସ ଭାବରେ ଉଲ୍ଲେଖ କରିଥିଲେ । ଏନଏସିଆଇଏନର ନୂତନ କ୍ୟାମ୍ପସ ସୁଶାସନର ନୂତନ ଦିଗ ସୃଷ୍ଟି କରିବ ଏବଂ ଦେଶରେ ବାଣିଜ୍ୟ ଏବଂ ଶିଳ୍ପକୁ ପ୍ରୋତ୍ସାହନ ଦେବ ବୋଲି ସେ ବିଶ୍ୱାସ ବ୍ୟକ୍ତ କରିଥିଲେ ।ରୋଜଗର ମେଳା ଅଧୀନରେ 51,000ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 30th, 04:30 pm
ଦେଶର ଲକ୍ଷ ଲକ୍ଷ ଯୁବକଙ୍କୁ ଭାରତ ସରକାରଙ୍କ ଚାକିରି ଯୋଗାଇବାର ଅଭିଯାନ ଜାରି ରହିଛି । ଆଜି 50 ହଜାରରୁ ଅଧିକ ଯୁବକ-ଯୁବତୀମାନଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ଦିଆଯାଇଛି । ଏହି ନିଯୁକ୍ତି ପତ୍ର ହେଉଛି ଆପଣ ମାନଙ୍କର କଠିନ ପରିଶ୍ରମ ଏବଂ ପ୍ରତିଭାର ଫଳାଫଳ। ମୁଁ ଆପଣମାନଙ୍କୁ ଏବଂ ଆପଣଙ୍କ ପରିବାରକୁ ବହୁତ- ବହୁତ ଅଭିନନ୍ଦନ ଜଣାଉଛି ।ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
November 30th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ଭିଡିଓ କନଫରେନ୍ସିଂ ଜରିଆରେ ନବନିଯୁକ୍ତ ପ୍ରାର୍ଥୀ ମାନଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଦେଶର ବିଭିନ୍ନ ସ୍ଥାନରୁ ଏହି ପ୍ରାର୍ଥୀମାନଙ୍କୁ ରାଜସ୍ୱ ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା ବିଭାଗ, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ, ଆର୍ଥିକ ସେବା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟ ସମେତ ବିଭିନ୍ନ ସରକାରୀ ମନ୍ତ୍ରଣାଳୟ/ବିଭାଗରେ ନିଯୁକ୍ତି ମିଳିଛି ।ରୋଜଗାର ମେଳା ଅଧୀନରେ ନଭେମ୍ବର ୩୦ ତାରିଖରେ ସରକାରୀ ବିଭାଗ ଏବଂ ସଂସ୍ଥାରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
November 28th, 05:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୩୦, ୨୦୨୩ ଅପରାହ୍ନ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିବେ।ଜି-୨୦ ୟୁନିଭର୍ସିଟି କନେକ୍ଟ ସମାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 26th, 04:12 pm
ଆସନ୍ତୁ ଗୋଟିଏ ମୁହୂର୍ତ୍ତ ପାଇଁ ଚିନ୍ତା କରିବା; ଆମେ ସେହି ଲୋକ ଯେଉଁମାନେ ଦେଶ ପାଇଁ ଜୀବନ ବଳିଦାନ ଦେବାର ସୁଯୋଗ ପାଇନାହୁଁ । ଭଗତ ସିଂହ, ସୁଖଦେବ, ଚନ୍ଦ୍ରଶେଖର ଓ ଆଜାଦଙ୍କୁ ଯେଉଁ ଭାଗ୍ୟ ମିଳିଥିଲା, ତାହା ଆମକୁ ମିଳିନଥିଲା। କିନ୍ତୁ ଆମେ ଭରତଙ୍କ ପାଇଁ ବଞ୍ଚିବାର ସୁଯୋଗ ପାଇଛୁ। ୧୦୦ ବର୍ଷ ପୁରୁଣାକୁ ଦେଖନ୍ତୁ ଏବଂ ୧୯୧୯, ୧୯୨୦, ୧୯୨୨, ୧୯୨୩, ୧୯୨୫ ମସିହାକୁ କଳ୍ପନା କରନ୍ତୁ । ସେହି ସମୟରେ ଯୁବକମାନେ ସ୍ଥିର କରିଥିଲେ ଯେ ଦେଶକୁ ମୁକ୍ତ କରିବା ପାଇଁ ଯାହା ବି କରିବାକୁ ପଡ଼ିବ ସେମାନେ କରିବେ। ସେମାନେ ଯାହା ବାଟ ପାଇବେ ତାହାକୁ ବ୍ୟବହାର କରିବେ। ଆଉ ସେହି ସମୟର ଯୁବକମାନେ ସେମାନଙ୍କ ଯାତ୍ରା ଆରମ୍ଭ କରିଥିଲେ । ସେମାନେ ସେମାନଙ୍କ ବହିଗୁଡ଼ିକୁ ଆଲମାରୀରେ ବନ୍ଦ କରି ଦେଉଥିଲେ ଏବଂ ସେମାନେ ଜେଲ୍ ଯିବାକୁ ପସନ୍ଦ କରୁଥିଲେ। ସେମାନେ ଫାଶୀ ଦଣ୍ଡ ଭୋଗିବାକୁ ପସନ୍ଦ କରୁଥିଲେ। ସେମାନେ ନିଜ ପାଇଁ ଯାହା ବି ରାସ୍ତା ପାଊଥିଲେ, ସେହି ରାସ୍ତାରେ ଚାଲୁଥିଲେ। ପ୍ରାୟ ୧୦୦ ବର୍ଷ ପୂର୍ବେ ସାହସିକତା ଚରମ ସୀମାରେ ପହଞ୍ଚିଥିଲା; ବଳିଦାନର ବାତାବରଣ ସୃଷ୍ଟି ହେଲା; ମାତୃଭୂମି ପାଇଁ ମରିବାର ଇଚ୍ଛା ଦୃଢ଼ ହୋଇଗଲା; ଏବଂ ୨୫ ବର୍ଷ ମଧ୍ୟରେ ଦେଶ ସ୍ୱାଧୀନ ହେଲା । ଏହା ଘଟିଲା କି ନାହିଁ ସାଥୀମାନେ, ସେମାନଙ୍କ ପ୍ରୟାସ ଯୋଗୁଁ ଏହା ଘଟିଛି କି ନାହିଁ? ସେହି ୨୫ ବର୍ଷ ମଧ୍ୟରେ ଯେଉଁ ଦେଶବ୍ୟାପୀ ଉତ୍ସାହ ସୃଷ୍ଟି ହୋଇଥିଲା ତାହା ୧୯୪୭ମସିହାରେ ଦେଶକୁ ସ୍ୱାଧୀନତା ଦେଇଥିଲା।ଜି - ୨୦ ବିଶ୍ୱବିଦ୍ୟାଳୟ କନେକ୍ଟ ଫିନାଲେକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
September 26th, 04:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଜି -୨୦ ବିଶ୍ୱବିଦ୍ୟାଳୟ କନେକ୍ଟ ଫିନାଲେ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ଭାରତର ଯୁବବର୍ଗଙ୍କ ମଧ୍ୟରେ ଭାରତର ଜି - ୨୦ ଅଧ୍ୟକ୍ଷତା ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ବିଭିନ୍ନ ଜି-୨୦ କାର୍ଯ୍ୟକ୍ରମରେ ସେମାନଙ୍କ ଅଂଶଗ୍ରହଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଜି-୨୦ ବିଶ୍ୱବିଦ୍ୟାଳୟ ସଂଯୋଗ କାର୍ଯ୍ୟକ୍ରମ ହାତକୁ ନିଆ ଯାଇଥିଲା । ଏହି ଅବସରରେ ପ୍ରଧାନମନ୍ତ୍ରୀ ଜି-୨୦ ଭାରତ ଅଧ୍ୟକ୍ଷତାର ବୃହତ୍ ସଫଳତା : ଦୂରଦର୍ଶୀ ନେତୃତ୍ୱ, ଅନ୍ତର୍ଭୁକ୍ତି ଆଭିମୁଖ୍ୟ , ଭାରତର ଜି -୨୦ ଅଧ୍ୟକ୍ଷତା: ବସୁଧୈବ କୁଟୁମ୍ବକମ୍; ଜି-୨୦ ବିଶ୍ୱବିଦ୍ୟାଳୟ ସଂଯୋଗ କାର୍ଯ୍ୟକ୍ରମର ସଂକଳନ; ଏବଂ ଜି-୨୦ରେ ଭାରତୀୟ ସଂସ୍କୃତି ପ୍ରଦର୍ଶନ ଶୀର୍ଷକ ୪ଟି ପ୍ରକାଶନକୁ ଉନ୍ମୋଚନ କରିଥିଲେ ।ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ (ଭିଡିଓ କନଫରେନ୍ସିଂ ଜରିଆରେ)
September 26th, 11:04 am
ଆଜିର ଏହି ରୋଜଗାର ମେଳାରେ ଯେଉଁ ଆବେଦନକାରୀ ମାନଙ୍କୁ ସରକାରୀ ସେବାରେ ନିଯୁକ୍ତି ପତ୍ର ମିଳିଛି, ସେହି ସମସ୍ତଙ୍କୁ ବହୁତ- ବହୁତ ଶୁଭେଚ୍ଛା । ଆପଣ ସମସ୍ତେ କଠିନ ପରିଶ୍ରମ ପରେ ଏହି ସଫଳତା ହାସଲ କରିଛନ୍ତି । ଆପଣମାନଙ୍କର ଚୟନ ଲକ୍ଷ- ଲକ୍ଷ ଆବେଦନକାରୀମାନଙ୍କ ମଧ୍ୟରୁ କରାଯାଇଛି, ଏଥିପାଇଁ ଏହି ସଫଳତାର ଆପଣଙ୍କ ଜୀବନରେ ବହୁତ ବଡ଼ ଗୁରୁତ୍ୱ ରହିଛି।ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
September 26th, 10:38 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ଭିଡିଓ କନଫରେନ୍ସିଂ ଜରିଆରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀ ମାନଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଦେଶର ବିଭିନ୍ନ ବିଭାଗ ପକ୍ଷରୁ ମନୋନୀତ ହୋଇ ନିଯୁକ୍ତି ପାଇଥିବା କର୍ମଚାରୀମାନେ ଡାକ ବିଭାଗ, ଭାରତୀୟ ଅଡିଟ୍ ଓ ଆକାଉଣ୍ଟ ବିଭାଗ, ଆଣବିକ ଶକ୍ତି ବିଭାଗ, ରାଜସ୍ୱ ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସମେତ ବିଭିନ୍ନ ମନ୍ତ୍ରଣାଳୟ / ବିଭାଗରେ ସରକାରଙ୍କ ସହ ଯୋଗ ଦେବେ । ସାରା ଦେଶରେ ୪୬ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହୋଇଛି ।