ଆଜି ସାରା ବିଶ୍ୱବାସୀ ଭାରତ ବିଷୟରେ ଅଧିକ ଜାଣିବାକୁ ଚାହୁଁଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

October 27th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ସ୍ୱାଗତ । ଆପଣ ଯଦି ମୋତେ ପଚାରନ୍ତି ଯେ, ମୋ ଜୀବନର ସବୁଠାରୁ ସ୍ମରଣୀୟ ମୁହୂର୍ତ୍ତ କ’ଣ ଥିଲା, ତେବେ ମୋର ଅନେକ କଥା ମନେପଡ଼େ । କିନ୍ତୁ, ତନ୍ମଧ୍ୟରୁ ଗୋଟିଏ ମୁହୂର୍ତ୍ତ ହେଉଛି ସବୁଠାରୁ ବିଶିଷ୍ଟ, ସେହି କ୍ଷଣଟି ଥିଲା – ଯେତେବେଳେ ଗତବର୍ଷ ନଭେମ୍ବର ୧୫ ତାରିଖ ଦିନ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଅବସରରେ ତାଙ୍କ ଜନ୍ମସ୍ଥାନ ଝାଡ଼ଖଣ୍ଡର ଉଲିଆତୁ ଗାଁକୁ ଯାଇଥିଲି । ଏହି ଯାତ୍ରା ମୋତେ ବହୁମାତ୍ରାରେ ପ୍ରଭାବିତ କରିଥିଲା । ଏହି ପବିତ୍ର ଭୂମିର ମାଟିକୁ ମସ୍ତକରେ ଲଗାଇବାର ସୌଭାଗ୍ୟ ପ୍ରାପ୍ତ କରିବାରେ ମୁଁ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ । ସେତେବେଳେ ମୁଁ କେବଳ ଯେ ସ୍ୱାଧୀନତା ସଂଗ୍ରାମର ଶକ୍ତିକୁ ଅନୁଭବ କଲି ତା’ ନୁହେଁ, ବରଂ ଏହି ଭୂମିର ଶକ୍ତି ସହ ଜଡ଼ିତ ହେବାର ସୁଯୋଗ ମଧ୍ୟ ମିଳିଲା । ମୁଁ ଏ କଥା ଅନୁଭବ କଲି ଯେ, କିଭଳି ଗୋଟିଏ ସଂକଳ୍ପକୁ ସମ୍ପୂର୍ଣ୍ଣ କରିବାର ସାହସ ଦେଶର କୋଟି କୋଟି ଲୋକଙ୍କ ଭାଗ୍ୟକୁ ବଦଳାଇ ଦେଇପାରେ ।

Our efforts are on modernizing the agriculture sector by incorporating latest technology: PM Modi

January 28th, 10:22 am

Prime Minister Modi addressed the Global Potato Conclave in Gandhinagar, Gujarat via video conferencing. PM Modi highlighted the steps being undertaken to double the income of farmers by 2022. The PM spoke at length about the government's efforts to modernize the agriculture sector by incorporating latest technology.

ତୃତୀୟ ବିଶ୍ୱ ଆଳୁ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

January 28th, 10:21 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟରେ ଗାନ୍ଧୀନଗର ଠାରେ ଆରମ୍ଭ ହୋଇଥିବା ତୃତୀୟ ବିଶ୍ୱ ଆଳୁ ସମ୍ମିଳନୀକୁ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧିତ କରିଛନ୍ତି । ପୂର୍ବରୁ 1999 ଓ 2008ରେ ଦୁଇଟି ବିଶ୍ୱ ଆଳୁ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଏହି ଆଳୁ ସମ୍ମିଳନୀ ଭାରତୀୟ ଆଳୁ ସଂଘ (ଆଇପିଏ) ପକ୍ଷରୁ ନୂଆଦିଲ୍ଲୀସ୍ଥିତ ଭାରତୀୟ କୃଷି ଗବେଷଣା ପରିଷଦ ଏବଂ ଶିମଲାର ଆଇସିଏଆର-କେନ୍ଦ୍ରୀୟ ଆଳୁ ଗବେଷଣା ସଂସ୍ଥାନ ଏବଂ ଅନ୍ତର୍ଜାତୀୟ ଆଳୁ କେନ୍ଦ୍ର (ସିଆଇପି), ଲିମା, ପେରୁ ସହଯୋଗରେ ଆୟୋଜନ କରାଯାଉଛି ।