ଆମେରିକାର ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

December 11th, 08:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ରାଷ୍ଟ୍ରପତି ମହାମହିମ ଶ୍ରୀ ଡୋନାଲ୍ଡ ଟ୍ରମ୍ପଙ୍କ ସହ ଆଲୋଚନା କରିଛନ୍ତି। ଉଭୟ ନେତା ଭାରତ-ଆମେରିକା ଦ୍ୱିପାକ୍ଷିକ ସମ୍ପର୍କର ସ୍ଥିର ପ୍ରଗତି ବିଷୟରେ ସମୀକ୍ଷା କରିଛନ୍ତି ଏବଂ ପ୍ରମୁଖ ଆଞ୍ଚଳିକ ତଥା ବୈଶ୍ବିକ ଘଟଣାବଳୀ ଉପରେ ମତ ବିନିମୟ କରିଛନ୍ତି।

ରୁଷ ରାଷ୍ଟ୍ରପତିଙ୍କ ଭାରତ ଗସ୍ତର ପରିଣାମଗୁଡ଼ିକର ତାଲିକା

December 05th, 05:53 pm

ଭାରତ ଏବଂ ରୁଷ ସରକାରଙ୍କ ମଧ୍ୟରେ ଗୋଟିଏ ଦେଶର ନାଗରିକଙ୍କ ଅନ୍ୟ ଦେଶର ଅଞ୍ଚଳରେ ଅସ୍ଥାୟୀ ଶ୍ରମ କାର୍ଯ୍ୟକଳାପ ଉପରେ ରାଜିନାମା।

23ତମ ଭାରତ ରୁଷ ବାର୍ଷିକ ଶିଖର ସମ୍ମିଳନୀ ପରେ ମିଳିତ ବକ୍ତବ୍ୟ

December 05th, 05:43 pm

ଭାରତ ଏବଂ ରୁଷ ମଧ୍ୟରେ ସ୍ୱତନ୍ତ୍ର ଏବଂ ବିଶେଷାଧିକାରପ୍ରାପ୍ତ ରଣନୀତିକ ସହଭାଗିତାକୁ ଆହୁରି ମଜବୁତ କରିବା ପାଇଁ ଦୁଇ ଦେଶର ନେତାମାନେ ସେମାନଙ୍କର ସମର୍ଥନକୁ ଦୋହରାଇଛନ୍ତି। ଚଳିତ ବର୍ଷ ଭାରତ ଏବଂ ରୁଷ ମଧ୍ୟରେ ରଣନୀତିକ ଭାଗିଦାରୀ ଘୋଷଣାର 25ତମ ବାର୍ଷିକୀ ଯାହାକି ଅକ୍ଟୋବର 2000 ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ପ୍ରଥମ ଭାରତ ଗସ୍ତ ସମୟରେ ପ୍ରତିଷ୍ଠା କରାଯାଇଥିଲା।

ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଭାରତ-ରୁଷ ବ୍ୟବସାୟ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 05th, 03:45 pm

ପୀୟୁଷ ଜୀ ଯେପରି ଉଲ୍ଲେଖ କରିଥିବା ବିଭିନ୍ନ ବିଷୟଗୁଡ଼ିକୁ ଏବଂ ରାଷ୍ଟ୍ରପତିଙ୍କ ଦ୍ୱାରା ବର୍ଣ୍ଣିତ ସମ୍ଭାବନାଗୁଡ଼ିକୁ ବିଚାର କରି, ଆମେ ବହୁତ କମ୍ ସମୟ ମଧ୍ୟରେ ବିଶାଳ ଲକ୍ଷ୍ୟ ମଧ୍ୟ ହାସଲ କରିପାରିବା। ବ୍ୟବସାୟ ହେଉ କିମ୍ବା କୂଟନୀତି, ଯେକୌଣସି ସହଭାଗୀର ମୂଳଦୁଆ ହେଉଛି ପାରସ୍ପରିକ ବିଶ୍ୱାସ। ଏହି ବିଶ୍ୱାସ ହେଉଛି ଭାରତ-ରୁଷ ସମ୍ପର୍କର ସବୁଠାରୁ ବଡ଼ ଶକ୍ତି। ଏହା ଆମର ମିଳିତ ପ୍ରୟାସକୁ ଦିଗଦର୍ଶନ ଏବଂ ଗତି ପ୍ରଦାନ କରେ। ଏହା ହେଉଛି ଲଞ୍ଚ ପ୍ୟାଡ୍ ଯାହା ଆମକୁ ନୂତନ ସ୍ୱପ୍ନ ଏବଂ ଆକାଂକ୍ଷାକୁ ଆଗକୁ ବଢାଇବା ପାଇଁ ପ୍ରେରଣା ଦିଏ। ଗତ ବର୍ଷ, ରାଷ୍ଟ୍ରପତି ପୁଟିନ ଏବଂ ମୁଁ ୨୦୩୦ ସୁଦ୍ଧା ଦ୍ୱିପାକ୍ଷିକ ବାଣିଜ୍ୟରେ ୧୦୦ ବିଲିୟନ ଡଲାର ଅତିକ୍ରମ କରିବାର ଲକ୍ଷ୍ୟ ରଖିଥିଲୁ। କିନ୍ତୁ ଗତକାଲିଠାରୁ ରାଷ୍ଟ୍ରପତି ପୁଟିନଙ୍କ ସହ ମୋର ଆଲୋଚନା ଏବଂ ଆମେ ଦେଖୁଥିବା ସମ୍ଭାବନାକୁ ଆଧାର କରି, ମୁଁ ଭାବୁନାହିଁ ଯେ, ଆମକୁ ଆଉ ୨୦୩୦ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ। ମୁଁ ତାହା ସ୍ପଷ୍ଟ ଭାବରେ ଦେଖିପାରୁଛି। ଆମେ ନିର୍ଦ୍ଧାରିତ ସମୟ ପୂର୍ବରୁ ସେହି ଲକ୍ଷ୍ୟ ହାସଲ କରିବା ପାଇଁ ଦୃଢ଼ ସଂକଳ୍ପ ସହିତ ଆଗକୁ ବଢ଼ୁଛୁ, ଏବଂ ମୋର ଆତ୍ମବିଶ୍ୱାସ ବୃଦ୍ଧି ପାଉଛି। ଶୁଳ୍କ ଏବଂ ଅଣ-ଶୁଳ୍କ ବାଧା ହ୍ରାସ କରାଯାଉଛି।

ଭାରତ - ରୁଷିଆ ବ୍ୟବସାୟିକ ଫୋରମରେ ରୁଷ ରାଷ୍ଟ୍ରପତିଙ୍କ ସହ ମିଳିତ ବିବୃତ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 05th, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଭାରତ – ରୁଷ ବ୍ୟବସାୟିକ ଫୋରମକୁ ସମ୍ବୋଧିତ କରିଥିଲେ। ତାଙ୍କର ବକ୍ତବ୍ୟ ଉପସ୍ଥାପନ କରି ପ୍ରଧାନମନ୍ତ୍ରୀ ମହାମହିମ ରାଷ୍ଟ୍ରପତି ପୁଟିନ, ଭାରତ ଏବଂ ବିଦେଶରୁ ଆସିଥିବା ନେତୃବୃନ୍ଦ ତଥା ସମସ୍ତ ମାନ୍ୟବର ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଭାରତ ରୁଷ ବ୍ୟବସାୟିକ ଫୋରମ ରାଷ୍ଟ୍ରପତି ପୁଟିନଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ପ୍ରତିଫଳିତ କରୁଛି, ଯିଏ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ଏକ ବୃହତ୍‌ ପ୍ରତିନିଧିମଣ୍ଡଳୀକୁ ସାଙ୍ଗରେ ଆଣିଛନ୍ତି। ପ୍ରଧାନମନ୍ତ୍ରୀ ସମସ୍ତ ଉପସ୍ଥିତ ଲୋକଙ୍କୁ ତାଙ୍କର ହୃଦୟସ୍ପର୍ଶୀ ସ୍ୱାଗତକୁ ଆଲୋକପାତ କରି ପ୍ରକାଶ କରିଥିଲେ ଯେ, ସେମାନଙ୍କ ଗହଣରେ ରହିବା ଏକ ଅତ୍ୟନ୍ତ ଆନନ୍ଦର ମୁହୂର୍ତ୍ତ। ଶ୍ରୀ ମୋଦୀ ଫୋରମରେ ଯୋଗଦାନ କରି ତାଙ୍କର ଅମୂଲ୍ୟ ଚିନ୍ତାଧାରା ବାଣ୍ଟି ଥିବାରୁ ତାଙ୍କ ବନ୍ଧୁ ରାଷ୍ଟ୍ରପତି ପୁଟିନଙ୍କୁ ଗଭୀର କୃତଜ୍ଞତା ଜଣାଇଥିଲେ। ସେ ଜୋର ଦେଇଥିଲେ ଯେ, ବ୍ୟବସାୟ ପାଇଁ ସରଳୀକୃତ ଏବଂ ପୂର୍ବାନୁମାନଯୋଗ୍ୟ ବ୍ୟବସ୍ଥା ସୃଷ୍ଟି କରାଯାଉଛି ଏବଂ ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ ଯେ, ଭାରତ ଏବଂ ୟୁରେସିଆନ ଅର୍ଥନୈତିକ ସଂଘ ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଉପରେ ଆଲୋଚନା ଆରମ୍ଭ ହୋଇଛି।

ରୁଷ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ

December 05th, 02:00 pm

ଆଜି ଭାରତ - ରୁଷ ୨୩ତମ ଶିଖର ସମ୍ମିଳନୀରେ ରାଷ୍ଟ୍ରପତି ପୁଟିନଙ୍କୁ ସ୍ୱାଗତ କରି ମୁଁ ବହୁତ ଖୁସି ଅନୁଭବ କରୁଛି। ଆମର ଦ୍ୱିପାକ୍ଷିକ ସମ୍ପର୍କ ଅନେକ ଐତିହାସିକ ମାଇଲଖୁଣ୍ଟ ଦେଇ ଗତି କରୁଥିବା ସମୟରେ ସେ ଭାରତ ଗସ୍ତରେ ଆସିଛନ୍ତି। ଠିକ୍ ୨୫ ବର୍ଷ ପୂର୍ବେ, ରାଷ୍ଟ୍ରପତି ପୁଟିନ ଆମର ରଣନୈତିକ ସହଭାଗୀତାର ମୂଳଦୁଆ ସ୍ଥାପନ କରିଥିଲେ। ୧୫ ବର୍ଷ ପୂର୍ବେ, ୨୦୧୦ ମସିହାରେ, ଆମର ସହଭାଗୀତାକୁ ସ୍ୱତନ୍ତ୍ର ଏବଂ ବିଶେଷାଧିକାର ପ୍ରାପ୍ତ ରଣନୀତିକ ଭାଗିଦାରୀର ମାନ୍ୟତା ମିଳିଥିଲା।

PM Modi’s remarks during the joint press meet with Russian President Vladimir Putin

December 05th, 01:50 pm

PM Modi addressed the joint press meet with President Putin, highlighting the strong and time-tested India-Russia partnership. He said the relationship has remained steady like the Pole Star through global challenges. PM Modi announced new steps to boost economic cooperation, connectivity, energy security, cultural ties and people-to-people linkages. He reaffirmed India’s commitment to peace in Ukraine and emphasised the need for global unity in the fight against terrorism.

ଋଷ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ

December 05th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭାରତକୁ ସ୍ୱାଗତ କରିଛନ୍ତି।

ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

December 03rd, 09:11 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡକ୍ଟର ରାଜେନ୍ଦ୍ର ପ୍ରସାଦ ଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ, ଭାରତର ସ୍ୱାଧୀନତା ସଂଗ୍ରାମରେ ସକ୍ରିୟ ଅଂଶଗ୍ରହଣକାରୀ ଠାରୁ ଆରମ୍ଭ କରି ସମ୍ବିଧାନ ସଭାର ଅଧ୍ୟକ୍ଷତା କରିବା ଏବଂ ଆମର ପ୍ରଥମ ରାଷ୍ଟ୍ରପତି ହେବା ପର୍ଯ୍ୟନ୍ତ ସେ ଅତୁଳନୀୟ ମର୍ଯ୍ୟାଦା, ସମର୍ପଣ ଏବଂ ସ୍ପଷ୍ଟ ଉଦ୍ଦେଶ୍ୟ ସହିତ ଆମ ଦେଶର ସେବା କରିଥିଲେ। ସାର୍ବଜନୀନ ଜୀବନରେ ତାଙ୍କର ଦୀର୍ଘ ବର୍ଷଗୁଡ଼ିକ ସରଳତା, ସାହସ ଏବଂ ଜାତୀୟ ଏକତା ପ୍ରତି ସମର୍ପଣ ଦ୍ୱାରା ଚିହ୍ନିତ ହୋଇଥିଲା। ତାଙ୍କର ଦୃଷ୍ଟାନ୍ତମୂଳକ ସେବା ଏବଂ ଦୂରଦୃଷ୍ଟି ପିଢ଼ି ପରେ ପିଢ଼ିଙ୍କୁ ପ୍ରେରଣା ଯୋଗାଇବ ବୋଲି ଶ୍ରୀ ମୋଦୀ କହିଛନ୍ତି।

ଦକ୍ଷିଣ ଆଫ୍ରିକା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

November 21st, 06:45 am

ମୁଁ ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ ଜୋହାନ୍ସବର୍ଗରେ ଅନୁଷ୍ଠିତ ହେବାକୁ ଥିବା ବିଂଶତମ ଜି-20 ନେତାଙ୍କ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ମହାମହିମ ଶ୍ରୀ ସିରିଲ୍ ରାମାଫୋସାଙ୍କ ନିମନ୍ତ୍ରଣ କ୍ରମେ 21-23 ନଭେମ୍ବର, 2025 ପର୍ଯ୍ୟନ୍ତ ଦକ୍ଷିଣ ଆଫ୍ରିକା ଗସ୍ତ କରୁଛି।

Prime Minister congratulates H.E. Mr. Rodrigo Paz Pereira on His Election as President of Bolivia

October 21st, 06:37 pm

Prime Minister Shri Narendra Modi today extended warm congratulations to H.E. Mr. Rodrigo Paz Pereira on his election as the President of Bolivia.

Prime Minister calls on the President on occasion of Diwali

October 20th, 09:53 pm

The Prime Minister, Shri Narendra Modi called on Rashtrapati Ji and conveyed greetings on the auspicious occasion of Diwali.

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

October 17th, 04:26 pm

ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ଡକ୍ଟର ହରିଣୀ ଅମରସୁରିଆ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷତ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଇଜିପ୍ଟର ବୈଦେଶିକ ମନ୍ତ୍ରୀ

October 17th, 04:22 pm

ଇଜିପ୍ଟର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ବଦର ଅବଦେଲାଟି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ସେଚେଲ୍ସ ରାଷ୍ଟ୍ରପତି ଭାବେ ଡକ୍ଟର ପାଟ୍ରିକ୍ ହର୍ମିନିଙ୍କ ବିଜୟରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 12th, 09:13 am

ସେଚେଲ୍ସରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ବିଜୟ ଲାଭ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡକ୍ଟର ପାଟ୍ରିକ୍ ହର୍ମିନିଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ।

ରାଷ୍ଟ୍ରପତି ପୁତିନଙ୍କୁ ୭୩ତମ ଜନ୍ମଦିନରେ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

October 07th, 06:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁତିନଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି।

President Putin conveys warm wishes on Prime Minister’s birthday

September 17th, 07:14 pm

Prime Minister Shri Narendra Modi received a telephone call today from the President of the Russian Federation, H.E. Mr. Vladimir Putin.

ଜନ୍ମଦିନ ଶୁଭେଚ୍ଛା ପାଇଁ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 17th, 09:14 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ୭୫ତମ ଜନ୍ମ ଦିନ ଅବସରରେ ଶୁଭେଚ୍ଛା ପାଇଁ ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ କୃତଜ୍ଞତା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “୧୪୦ କୋଟି ଦେଶବାସୀଙ୍କ ସ୍ନେହ ଓ ସହଯୋଗରେ ଦୃଢ଼, ଦକ୍ଷ ଏବଂ ଆତ୍ମନିର୍ଭର ଭାରତ ଗଠନ ଦିଗରେ ଆମେ ସର୍ବଦା ଉତ୍ସର୍ଗୀତ ରହିବୁ । ଏହି ଦିଗରେ ଆପଣଙ୍କ ଦୂରଦୃଷ୍ଟି ଓ ଭାବନା ଆମ ପାଇଁ ସର୍ବଦା ପ୍ରେରଣାଦାୟକ ।”

ଭାରତ-ଆମେରିକା ସମ୍ପର୍କର ଦୃଢ଼ତାକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ

September 10th, 07:52 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ଭାରତ-ଆମେରିକା ସମ୍ପର୍କର ଦୃଢ଼ତାକୁ ପୁଣି ଦୋହରାଇବା ସହ ଦୁଇ ରାଷ୍ଟ୍ର ମଧ୍ୟରେ ଚାଲିଥିବା ବାଣିଜ୍ୟ ଆଲୋଚନା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଉଭୟ ରାଷ୍ଟ୍ର ନିଜ ଲୋକମାନଙ୍କ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ସମୃଦ୍ଧ ଭବିଷ୍ୟତ ସୁରକ୍ଷିତ କରିବାକୁ ଏକାଠି କାମ କରିବେ ।

ଗୁୟାନା ରାଷ୍ଟ୍ରପତିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

September 06th, 09:09 pm

ଗୁୟାନାର ସାଧାରଣ ଏବଂ ଆଞ୍ଚଳିକ ନିର୍ବାଚନରେ ଅପୂର୍ବ ସଫଳତା ଲାଭ କରିଥିବାରୁ, ରାଷ୍ଟ୍ରପତି ଇରଫାନ ଅଲୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, “ଦୁଇ ଦେଶର ଲୋକମାନଙ୍କ ମଧ୍ୟରେ ଥିବା ଦୃଢ଼ ଏବଂ ଐତିହାସିକ ସମ୍ପର୍କ ଆଧାରରେ ଭାରତ-ଗୁୟାନା ସହଭାଗିତାକୁ ଅଧିକ ସୁଦୃଢ଼ କରିବାକୁ ମୁଁ ଆଗ୍ରହୀ ।”