ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଜୋର୍ଡାନ ଗସ୍ତ ସମ୍ପର୍କରେ ମିଳିତ ବିବୃତ୍ତି
December 16th, 03:56 pm
ଜୋର୍ଡାନ ହାସେମାଇଟ୍ ରାଜ୍ୟର ମହାମହିମ ରାଜା ଅବଦୁଲ୍ଲା ଦ୍ୱିତୀୟ ଇବନ୍ ଅଲ୍ ହୁସେନଙ୍କ ନିମନ୍ତ୍ରଣ କ୍ରମେ, ଭାରତୀୟ ଗଣରାଜ୍ୟର ମାନ୍ୟବର ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୫-୧୬, ୨୦୨୫ରେ ଜୋର୍ଡାନ ହାସେମାଇଟ୍ ରାଜ୍ୟ ଗସ୍ତ କରିଥିଲେ।List of Outcomes Visit of Prime Minister to Jordan
December 15th, 11:52 pm
During the meeting between PM Modi and HM King Abdullah II of Jordan, several MoUs were signed. These include agreements on New and Renewable Energy, Water Resources Management & Development, Cultural Exchange and Digital Technology.Cabinet approves Rs.7,280 Crore for Sintered Rare Earth Permanent Magnets Scheme
November 26th, 04:25 pm
The Union Cabinet, chaired by PM Modi, has approved the 'Scheme to Promote Manufacturing of Sintered Rare Earth Permanent Magnets' with an outlay of Rs. 7,280 crore. The initiative aims to establish 6,000 MTPA of integrated Rare Earth Permanent Magnet manufacturing in India, boosting self-reliance and strengthening India's position in the global market.ଜି-୨୦ ଶିଖର ସମ୍ମିଳନୀର ଦ୍ୱିତୀୟ ଅଧିବେଶନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
November 22nd, 09:57 pm
ଏହି ଚିନ୍ତାଧାରାର ସହିତ ଭାରତ ନିଜର ଜି-୨୦ ଅଧ୍ୟକ୍ଷତା ଅବଧିରେ ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟକାରୀ ଗୋଷ୍ଠୀ ସ୍ଥାପନା କରିଥିଲା। ଏହି ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟସୂଚୀକୁ ପ୍ରାଥମିକତା ପ୍ରଦାନ ପୂର୍ବକ ଆଗକୁ ବଢ଼ାଇ ଥିବାରୁ ମୁଁ ଦକ୍ଷିଣ ଆଫ୍ରିକାକୁ ଅଭିନନ୍ଦନ ଜଣାଉଛି।ଜୋହାନ୍ସବର୍ଗ ଜି୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ
November 22nd, 09:35 pm
ଉନ୍ମୋଚନ ଅଧିବେଶନରେ ସମାବେଶୀ ଏବଂ ପୋଷଣୀୟ ଆର୍ଥିକ ବିକାଶରେ କାହାକୁ ପଛରେ ନ ଛାଡ଼ିବା' ଶୀର୍ଷକ ପ୍ରସଙ୍ଗରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ କୁଶଳୀ ସ୍ଥାନରନ୍ତଣ, ପର୍ଯ୍ୟଟନ, ଖାଦ୍ୟ ନିରାପତ୍ତା, କୃତ୍ରିମ ପ୍ରଜ୍ଞା, ଡିଜିଟାଲ ଅର୍ଥନୀତି, ନବାସାର ଏବଂ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଏହି ଗୋଷ୍ଠୀ ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଥିଲେ। ଏହି ପ୍ରସଙ୍ଗରେ, ସେ ଉଲ୍ଲେଖ କରିଥିଲେ ଯେ ନୂଆଦିଲ୍ଲୀ ଶିଖର ସମ୍ମିଳନୀ ଅବସରରେ ଗ୍ରହଣ କରାଯାଇଥିବା କେତେକ ଐତିହାସିକ ନିଷ୍ପତ୍ତିକୁ ଆଗକୁ ଆଗେଇ ନିଆଯାଇଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଆରୋପ ପୂର୍ବକ ସୂଚାଇଥିେ ଯେ ବର୍ତ୍ତମାନ ସମୟ ଆସିଛି ଯେତେବେଳେ ଆମକୁ ବିକାଶର ନୂଆ ନୂଆ ମାପଦଣ୍ଡ ଦୃଷ୍ଟିରୁ ଦେଖିବା ଉଚିତ, ଯାହା ଫଳରେ ବିକାଶ କ୍ଷେତ୍ରରେ ଥିବା ଅସନ୍ତୁଳନକୁ ମେଣ୍ଟାଯାଇ ପାରିବ ଏବଂ ପ୍ରାକୃତିକ ସମ୍ପଦର ମାତ୍ରାତିରିକ୍ତ ଉତ୍ତୋଳନକୁ ମଧ୍ୟ ରୋକାଯାଇ ହେବ। ବିଶେଷ କରି ଯେତେବେଳେ ଜି- ୨୦ ଶିଖର ସମ୍ମିଳନୀ ପ୍ରଥମ ଥର ପାଇଁ ଆଫ୍ରିକା ଭୂଇଁରେ ଆୟୋଜିତ ହେଉଛି। ଏହି ପରିପ୍ରେକ୍ଷୀରେ, ସେ ଦର୍ଶାଇଥିଲେ ଯେ ସାମଗ୍ରିକ ମାନବିକତା'ର ଚିନ୍ତାଧାରା ଯାହା କି ଭାରତର ସଭ୍ୟତାଗତ ପ୍ରଜ୍ଞା ଉପରେ ଆଧାରିତ ତାହା ଅଧିକ ମାତ୍ରାରେ ଉପଯୋଗ କରାଯିବା ଉଚିତ। ସାମଗ୍ରିକ ମାନବବାଦକୁ ବ୍ୟାଖ୍ୟା କରିବାକୁ ଯାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ମାନବ, ସମାଜ ଏବଂ ପ୍ରକୃତିର ସାମଗ୍ରିକ ଚିନ୍ତାଧାରାକୁ ହିଁ ଆଧାର କରି ଆଗକୁ ଅଗ୍ରସର ହୋଇଥାଏ ଏବଂ ସେଥି ନିମନ୍ତେ ପ୍ରଗତି ପଥରେ ସକଳ ପ୍ରକାର ସମନ୍ୱୟ ରକ୍ଷା କରାଯାଇଥାଏ ଏବଂ ଏହା ଧରିତ୍ରୀ ଅବଶ୍ୟ ହାସଲ କରିପାରିବ।Joint Press Release on the State Visit to Bhutan by Prime Minister of India
November 12th, 10:00 am
At the invitation of His Majesty Jigme Khesar Namgyel Wangchuck, the King of Bhutan, PM Modi undertook a two-day State Visit to Bhutan from 11–12 November 2025. During the visit, the PM joined the 70th Birth Anniversary celebrations of His Majesty the Fourth Druk Gyalpo, participated in the ongoing Global Peace Prayer Festival, inaugurated the 1020 MW Punatsangchhu-II Hydroelectric Project and witnessed the signing of several agreements and MoUs between India and Bhutan.ଭୂଟାନର ରାଜାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
November 11th, 06:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଥିମ୍ପୁଠାରେ ଭୂଟାନର ମହାମହିମ ରାଜା ଜିଗମେ ଖେସର ନାମଗ୍ୟେଲ ୱାଙ୍ଗଚୁକ ସ୍ୱାଗତ କରିଛନ୍ତି। ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ଦୁଇ ନେତା ମତ ବିନିମୟ କରିଥିଲେ। ପାରସ୍ପରିକ ସ୍ୱାର୍ଥ ସମ୍ବଳିତ ଆଞ୍ଚଳିକ ଏବଂ ବୈଶ୍ୱିକ ପ୍ରସଙ୍ଗ ଉପରେ ମଧ୍ୟ ସେମାନେ ଆଲୋଚନା କରିଥିଲେ। ଦିଲ୍ଲୀ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ମହାମାନ୍ୟ ସମବେଦନା ଜଣାଇଥିଲେ।ପ୍ରଧାନମନ୍ତ୍ରୀଙ୍କ ଭୂଟାନ ଗସ୍ତର ଫଳାଫଳ
November 11th, 06:10 pm
ଏହି ଏମଓୟୁ ଅକ୍ଷୟ ଶକ୍ତି କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ସଂସ୍ଥାଗତ କରିବା ପାଇଁ ଉଦ୍ଦିଷ୍ଟ ଏବଂ ଏହାର ଉଦ୍ଦେଶ୍ୟ ହେଉଛି ସୌର ଶକ୍ତି, ପବନ ଶକ୍ତି, ବାୟୋମାସ, ଶକ୍ତି ସଂରକ୍ଷଣ, ସବୁଜ ହାଇଡ୍ରୋଜେନ ଏବଂ ଏହି କ୍ଷେତ୍ରରେ କ୍ଷମତା ନିର୍ମାଣ ଭଳି କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା।ଭୂଟାନ ରାଜାଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 11th, 12:00 pm
କିନ୍ତୁ ମୁଁ ଆଜି ଏଠାକୁ ବ୍ୟଥିତ ହୃଦୟରେ ଆସିଛି । କାଲି ସନ୍ଧ୍ୟାରେ ଦିଲ୍ଲୀରେ ହୋଇଥିବା ଭୟାବହ ଘଟଣା ସମସ୍ତଙ୍କ ମନକୁ ବ୍ୟଥିତ କରିଦେଇଛି । ମୁଁ ଅପୂରଣୀୟ କ୍ଷତିର ସମ୍ମୁଖୀନ ହୋଇଥିବା ପୀଡ଼ିତ ପରିବାରଙ୍କ ଦୁଃଖ ବୁଝିପାରୁଛି । ଆଜି ସମଗ୍ର ଦେଶ ସେମାନଙ୍କ ସହ ସହାୟତା ପାଇଁ ଛିଡ଼ା ହୋଇଛି ।ଭୂଟାନର ଚତୁର୍ଥ ରାଜାଙ୍କ ୭୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
November 11th, 11:39 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୂଟାନର ଥିମ୍ପୁର ଚାଙ୍ଗଲିମେଥାଙ୍ଗ ସେଲିବ୍ରେସନ୍ ଗ୍ରାଉଣ୍ଡରେ ଏକ ସମାବେଶରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ ଭୁଟାନର ରାଜା, ମହାମହିମ ଜିଗମେ ଖେସର ନାମଗ୍ୟେଲ ୱାଙ୍ଗଚୁକ୍ ଏବଂ ଚତୁର୍ଥ ରାଜା, ମହାମହିମ ଜିଗମେ ସିଙ୍ଗୟେ ୱାଙ୍ଗଚୁକ୍ ଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ସେ ରାଜପରିବାରର ସମ୍ମାନିତ ସଦସ୍ୟ, ଭୂଟାନର ପ୍ରଧାନମନ୍ତ୍ରୀ, ମହାମହିମ ଶ୍ରୀଯୁକ୍ତ ଶେରିଂ ତୋବଗେ ଏବଂ ଉପସ୍ଥିତ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନର ସହିତ ସ୍ୱାଗତ କରିଥିଲେ।ଭାରତ-ବ୍ରିଟେନ ସି.ଇ.ଓ. ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 09th, 04:41 pm
ବର୍ଷ ବର୍ଷ ଧରି ଆପଣ ସମସ୍ତ ବ୍ୟବସାୟୀ ନେତୃବର୍ଗଙ୍କ ନିରନ୍ତର ପ୍ରୟାସ ଦ୍ୱାରା, ଏହି ମଞ୍ଚ ଭାରତ-ବ୍ରିଟେନ ରଣନୈତିକ ଭାଗିଦାରୀର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଭାବେ ଠିଆ ହୋଇଛି। ବର୍ତ୍ତମାନ ଆପଣଙ୍କ ମତାମତ ଶୁଣିବା ଦ୍ୱାରା ମୋର ବିଶ୍ୱାସ ଗଭୀର ହୋଇଛି ଯେ, ଆମେ ସ୍ୱାଭାବିକ ଅଂଶୀଦାର ଭାବରେ ଆହୁରି ଦ୍ରୁତ ଗତିରେ ଆଗକୁ ବଢିବୁ। ଆଉ ଏଥିପାଇଁ ମୁଁ ଆପଣ ସମସ୍ତଙ୍କୁ ଅଭିବାଦନ ଜଣାଉଛି।ସେପ୍ଟେମ୍ବର ୨୫ରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର ପ୍ରଦେଶ ଏବଂ ରାଜସ୍ଥାନ ଗସ୍ତ
September 24th, 06:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୫ରେ ଉତ୍ତର ପ୍ରଦେଶ ଓ ରାଜସ୍ଥାନ ଗସ୍ତ କରିବେ। ସକାଳ ପ୍ରାୟ ୯ଟା ୩୦ରେ ସେ ଗ୍ରେଟର ନୋଏଡ଼ାରେ ଉତ୍ତର ପ୍ରଦେଶ ଆନ୍ତର୍ଜାତିକ ବାଣିଜ୍ୟ-ଶୋ ୨୦୨୫କୁ ଉଦଘାଟନ କରି ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରିବେ ।ଅରୁଣାଚଳ ପ୍ରଦେଶର ଇଟାନଗରରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 22nd, 11:36 am
ଅରୁଣାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ କେ.ଟି ପରନାୟକ ଜୀ, ରାଜ୍ୟର ଲୋକପ୍ରିୟ ଏବଂ ଯୁବ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, କିରେନ ରିଜିଜୁ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ମୋର ସାଥୀ ସାଂସଦ ନବମ ରେବିଆ ଜୀ ଏବଂ ତାପିର ଗାଓ ଜୀ, ସମସ୍ତ ବିଧାୟକଗଣ, ଅନ୍ୟ ଜନ ପ୍ରତିନିଧିଗଣ, ଏବଂ ଅରୁଣାଚଳ ପ୍ରଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ !ଅରୁଣାଚଳ ପ୍ରଦେଶ ଇଟାନଗରରେ ୫୧୦୦ କୋଟିରୁ ଅଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
September 22nd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ଅରୁଣାଚଳ ପ୍ରଦେଶର ଇଟାନଗରରେ ପ୍ରାୟ ୫୧୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି। ଉପସ୍ଥିତ ସମାବେଶକୁ ସମ୍ବୋଧନ କରି, ସେ ପରମାତ୍ମା ଡୋନୟି ପୋଲୋଙ୍କୁ ସ୍ମରଣ କରିବା ସହ ସମସ୍ତଙ୍କ ଉପରେ ତାଙ୍କର କୃପା ରହୁ ବୋଲି ପ୍ରାର୍ଥନା କରିଥିଲେ।ସେପ୍ଟେମ୍ବର ୨୦ରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ
September 19th, 05:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୦ ତାରିଖରେ ଗୁଜରାଟ ଗସ୍ତରେ ଯିବେ । ସେ ‘ସମୁଦ୍ର ସେ ସମୃଦ୍ଧି’ କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ଭାଭନଗରରେ ପୂର୍ବାହ୍ନ ପ୍ରାୟ ୧୦ଟା ୩୦ରେ ୩୪,୨୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହି ଅବସରରେ ଉପସ୍ଥିତ ସମାବେଶକୁ ମଧ୍ୟ ସେ ସମ୍ବୋଧିତ କରିବେ ।ମରିସସ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 11th, 12:30 pm
ଏହା ମୋ ପାଇଁ ଗର୍ବର କଥା ଯେ, ମୁଁ ଆପଣଙ୍କୁ ମୋର ସଂସଦୀୟ କ୍ଷେତ୍ରରେ ସ୍ୱାଗତ କରିବାର ସୁଯୋଗ ପାଇଛି। କାଶୀ ଅନାଦି କାଳରୁ ଭାରତର ସଭ୍ୟତା ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ହୋଇଆସିଛି ।୧୧ ସେପ୍ଟେମ୍ବର: ପ୍ରଧାନମନ୍ତ୍ରୀଙ୍କ ଉତ୍ତର ପ୍ରଦେଶ-ଉତ୍ତରାଖଣ୍ଡ ଗସ୍ତ
September 10th, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୧ ତାରିଖରେ ଉତ୍ତର ପ୍ରଦେଶ ଏବଂ ଉତ୍ତରାଖଣ୍ଡ ଗସ୍ତ କରିବେ ।ଭାରତ-ଜାପାନ ଅର୍ଥନୈତିକ ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 29th, 11:20 am
ମୁଁ ଆଜି ସକାଳେ ଟୋକିଓରେ ପହଞ୍ଚିଛି। ମୁଁ ବହୁତ ଖୁସି ଯେ ମୋର ଏହି ଯାତ୍ରା, ବ୍ୟବସାୟ ଜଗତର ମହାନ ବ୍ୟକ୍ତିମାନଙ୍କ ସହିତ ଆରମ୍ଭ ହେଉଛି।ଭାରତ-ଜାପାନ ଅର୍ଥନୈତିକ ଫୋରମରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
August 29th, 11:02 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଜାପାନ ପ୍ରଧାନମନ୍ତ୍ରୀ ଶ୍ରୀ ଶିଗେରୁ ଇଶିବା, ଆଜି ଜାପାନର ରାଜଧାନୀ ଟୋକିଓଠାରେ ଭାରତୀୟ ଶିଳ୍ପ ମହାସଂଘ ଏବଂ ଜାପାନ ବ୍ୟବସାୟ ମହାସଂଘ (କେଇଡାନରେନ) ଦ୍ୱାରା ଆୟୋଜିତ ଭାରତ-ଜାପାନ ଅର୍ଥନୈତିକ ଫୋରମରେ ଯୋଗ ଦେଇଥିଲେ। ଭାରତ ଓ ଜାପାନର ବିଶିଷ୍ଟ ବ୍ୟବସାୟୀ ଓ ସିଇଓମାନେ ମଧ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ।ଫିଜି ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
August 25th, 12:30 pm
ସେହି ସମୟରେ, ଆମେ ଭାରତ - ପ୍ରଶାନ୍ତ ମହାସାଗରୀୟ ଦ୍ୱୀପପୁଞ୍ଜ ସହଯୋଗ ଫୋରମ୍, ଅର୍ଥାତ୍ 'ଫିପିକ' ଆରମ୍ଭ କରିଥିଲୁ। ସେହି ପଦକ୍ଷେପ କେବଳ ଭାରତ-ଫିଜି ସମ୍ପର୍କକୁ ନୁହେଁ ବରଂ ସମଗ୍ର ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର ସହିତ ଆମର ସମ୍ପର୍କକୁ ଏକ ନୂତନ ଶକ୍ତି ଦେଇଛି। ଆଜି ପ୍ରଧାନମନ୍ତ୍ରୀ ରାବୁକାଜୀଙ୍କ ଏହି ଗସ୍ତ ସହିତ, ଆମେ ଆମର ପାରସ୍ପରିକ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡୁଛୁ।