ନଭେମ୍ବର ୨୬ ତାରିଖରେ ସମ୍ବିଧାନ ଦିବସ ପାଳନ ସମାରୋହରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ

November 24th, 05:14 pm

ନଭେମ୍ବର ୨୬ ତାରିଖରେ ଦେଶ ସମ୍ବିଧାନ ଦିବସ ପାଳନ କରିବ । ୧୯୪୯ ମସିହା ଏହି ତାରିଖରେ ସମ୍ବିଧାନ ସଭା ଭାରତୀୟ ସମ୍ବିଧାନକୁ ଗ୍ରହଣ କରିଥିଲା। ଏହି ଐତିହାସିକ ଦିବସର ସ୍ମୃତିଚାରଣ କରିବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପରିକଳ୍ପନା ଆଧାରରେ ୨୦୧୫ ଠାରୁ ଦେଶରେ ସମ୍ବିଧାନ ଦିବସ ପାଳନ କରାଯାଉଛି। ଏପରି ପରିକଳ୍ପନା ପଛରେ ଅତୀତର ଆଉ ଏକ କାରଣ ମଧ୍ୟ ରହିଛି। ୨୦୧୦ରେ ତତ୍କାଳୀନ ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ “ସମ୍ବିଧାନ ଗୌରବ ଯାତ୍ରା” ଆୟୋଜନ କରିଥିଲେ।