ସନ୍ଥ ଶ୍ରୀ ରାମାରାଓ ବାପୁ ମହାରାଜଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

October 05th, 02:51 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଥ ଶ୍ରୀ ରାମାରାଓ ବାପୁ ମହାରାଜଙ୍କ ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଶ୍ରୀ ମୋଦୀ ଉଲ୍ଲେଖ କରିିଛନ୍ତି, ସନ୍ଥ ରାମାରାଓ ବାପୁ ସର୍ବଦା ମାନବ ଜୀବନର କଷ୍ଟକୁ ଦୂର କରିବା ସହ ଏକ ଦୟାଳୁ ସମାଜ ଗଠନ ପାଇଁ କାମ କରିଥିଲେ ।

ମହାରାଷ୍ଟ୍ରର ୱାସିମଠାରେ କୃଷି ଓ ପଶୁପାଳନ କ୍ଷେତ୍ରର ପ୍ରଥମ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

October 05th, 12:05 pm

ସମଗ୍ର ଦେଶରୁ ଆସିଥିବା ପ୍ରତିନିଧିମାନଙ୍କୁ ସ୍ୱାଗତ- ସମ୍ମାନୀୟ ଭାଇ ଓ ଭଉଣୀମାନେ! ଜୟ ସେବାଲାଲ! ଜୟ ସେବାଲାଲ!

ମହାରାଷ୍ଟ୍ରର ୱାଶିମ ଠାରେ ପ୍ରାୟ ୨୩,୩୦୦ କୋଟି ଟଙ୍କାର କୃଷି ଓ ପଶୁପାଳନ କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ପଦକ୍ଷେପର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 05th, 12:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ୱାଶିମ ଠାରେ କୃଷି ଓ ପଶୁପାଳନ କ୍ଷେତ୍ର ସହ ଜଡ଼ିତ ପ୍ରାୟ ୨୩,୩୦୦ କୋଟି ଟଙ୍କାର ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ପିଏମ - କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ବଣ୍ଟନ, ନମୋ ସେତକାରୀ ମହାସମ୍ମାନ ନିଧି ଯୋଜନାର ପଞ୍ଚମ କିସ୍ତିର ଶୁଭାରମ୍ଭ, କୃଷି ଭିତ୍ତିଭୂମି ପାଣ୍ଠି (ଏଆଇଏଫ) ଅଧୀନରେ ୭,୫୦୦ରୁ ଅଧିକ ପ୍ରକଳ୍ପର ଲୋକାର୍ପଣ, ୯,୨୦୦ କୃଷକ ଉତ୍ପାଦକ ସଂଗଠନ, ମହାରାଷ୍ଟ୍ରରେ ମୋଟ ୧୯ ମେଗାୱାଟ କ୍ଷମତା ବିଶିଷ୍ଟ ୫ଟି ସୋଲାର ପାର୍କ ଏବଂ ଗୋସମ୍ପଦ ଏବଂ ସ୍ୱଦେଶୀ ଲିଙ୍ଗ ନିର୍ଦ୍ଦିଷ୍ଟ ସିମେନ ଟେକ୍ନୋଲୋଜି ପାଇଁ ୟୁନିଫାଇଡ୍ ଜିନୋମିକ୍ ଚିପ୍ ର ଶୁଭାରମ୍ଭ ଆଦି ଏହାର ଅନ୍ତର୍ଭୁକ୍ତ ।

ଅକ୍ଟୋବର ୫ରେ ମହାରାଷ୍ଟ୍ର ଗସ୍ତ କରିବେ ପ୍ରଧାନମନ୍ତ୍ରୀ

October 04th, 05:39 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୫ ରେ ମହାରାଷ୍ଟ୍ର ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୧ଟା ୧୫ରେ ସେ ପୋହରାଦେବୀସ୍ଥିତ ଜଗଦମ୍ବା ମାତା ମନ୍ଦିରରେ ଦର୍ଶନ କରିବେ। ୱାଶିମରେ ସନ୍ଥ ସେବାଲାଲ ମହାରାଜ ଓ ସନ୍ଥ ରାମରାଓ ମହାରାଜଙ୍କ ସମାଧିସ୍ଥଳରେ ମଧ୍ୟ ସେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ଏହାପରେ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ପ୍ରଧାନମନ୍ତ୍ରୀ ବଞ୍ଜାରା ସମ୍ପ୍ରଦାୟର ସମୃଦ୍ଧ ଐତିହ୍ୟକୁ ପାଳନ କରି ବଞ୍ଜାରା ବିରାସତ୍ ସଂଗ୍ରହାଳୟକୁ ଉଦଘାଟନ କରିବେ। ମଧ୍ୟାହ୍ନ ପ୍ରାୟ ୧୨ଟାରେ ସେ କୃଷି ଓ ପଶୁପାଳନ କ୍ଷେତ୍ର ସହ ଜଡ଼ିତ ପ୍ରାୟ ୨୩,୩୦୦ କୋଟି ଟଙ୍କାର ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଅପରାହ୍ନ ପ୍ରାୟ ୪ଟାରେ ପ୍ରଧାନମନ୍ତ୍ରୀ ଥାନେ ଠାରେ ୩୨,୮୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହାପରେ ସନ୍ଧ୍ୟା ପ୍ରାୟ ୬ଟା ରେ ବିକେସି ମେଟ୍ରୋ ଷ୍ଟେସନରୁ ମୁମ୍ବାଇର ଆରେ ଜେଭିଏଲଆର ପର୍ଯ୍ୟନ୍ତ ଚାଲିବାକୁ ଥିବା ମେଟ୍ରୋ ଟ୍ରେନକୁ ସେ ପତାକା ଦେଖାଇ ଶୁଭାରମ୍ଭ କରିବେ । ସେ ବିକେସି ଏବଂ ସାନ୍ତାକ୍ରୁଜ୍ ଷ୍ଟେସନ ମଧ୍ୟରେ ମେଟ୍ରୋରେ ଯାତ୍ରା କରିବେ।