
ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 12th, 02:15 pm
ଭାରତର ଯୁବ ଶକ୍ତିର ଶକ୍ତି ଯୋଗୁଁ ଆଜି ଏହି ଭାରତ ମଣ୍ଡପମ୍ ମଧ୍ୟ ଶକ୍ତିରେ ପରିପୂର୍ଣ୍ଣ ହୋଇଛି ଏବଂ ଶକ୍ତିଶାଳୀ ହୋଇଛି । ଆଜି ସମଗ୍ର ଦେଶ ସ୍ୱାମୀ ବିବେକାନନ୍ଦଜୀଙ୍କୁ ସ୍ମରଣ କରୁଛି ଏବଂ ସ୍ୱାମୀଜୀଙ୍କୁ ପ୍ରଣାମ କରୁଛି । ସ୍ୱାମୀ ବିବେକାନନ୍ଦ ଜୀଙ୍କର ଦେଶର ଯୁବବର୍ଗଙ୍କ ଉପରେ ବହୁତ ବିଶ୍ୱାସ ଥିଲା । ସ୍ୱାମୀଜୀ କହୁଥିଲେ- ମୋର ବିଶ୍ୱାସ ଯୁବପିଢ଼ିଙ୍କୁ ଉପରେ ରହିଛି, ନୂଆ ପିଢ଼ି ଉପରେ ରହିଛି । ସ୍ୱାମୀଜୀ କହୁଥିଲେ ଯେ ମୋ ର କର୍ମକର୍ତ୍ତାମାନେ ଯୁବପିଢ଼ିଙ୍କଠାରୁ ଆସିବେ, ସିଂହଙ୍କ ଭଳି ସେମାନେ ସବୁ ସମସ୍ୟାର ସମାଧାନ କରିବେ। ବିବେକାନନ୍ଦଜୀଙ୍କର ଯେମିତି ଆପଣମାନଙ୍କ ଉପରେ ଥିଲା, ମୋର ବିବେକାନନ୍ଦଜୀଙ୍କ ଉପରେ ଭରସା ଅଛି, ତାଙ୍କର ସବୁ କଥା ଉପରେ ମୋର ଭରସା ରହିଛି । ଭାରତର ଯୁବପିଢ଼ିଙ୍କ ପାଇଁ ଯାହା ଭାବିଛନ୍ତି ଓ କହିଛନ୍ତି ତାହା ଉପରେ ମୁଁ ଅନ୍ଧ ଭାବରେ ବିଶ୍ବାସ ରହିଛି । ପ୍ରକୃତରେ ସ୍ୱାମୀ ବିବେକାନନ୍ଦ ଜୀ ସଶରୀରେ ଯଦି ଆମ ମଧ୍ୟରେ ଥାଆନ୍ତେ, ତେବେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଦେଖି ଭାରତରେ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି କରିଥାନ୍ତେ, ନୂତନ ଶକ୍ତିରେ ଭରି ଦେଇଥାନ୍ତେ ଏବଂ ନୂତନ ସ୍ୱପ୍ନର ମଞ୍ଜି ବୁଣି ଦେଇଥାନ୍ତେ ।
ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫ରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 12th, 02:00 pm
ଆଜି ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଉପଲକ୍ଷେ ପାଳନ ହେଉଥିବା ଜାତୀୟ ଯୁବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ “ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫” ରେ ଅଂଶଗ୍ରହଣ କରିଥିଲେ । ସେ ସମଗ୍ର ଭାରତର ୩୦୦୦ ସଫଳ ଯୁବ ନେତାଙ୍କ ସହ ମତ ବିନିମୟ କରିଥିଲେ । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଭାରତ ମଣ୍ଡପମରେ ଜୀବନ ଓ ଶକ୍ତି ନିୟୋଜିତ କରିଥିବା ଭାରତର ଯୁବବର୍ଗଙ୍କ ଜାଗ୍ରତ ଶକ୍ତି ଉପରେ ଆଲୋକପାତ କରିଥିଲେ। ଦେଶର ଯୁବବର୍ଗଙ୍କ ଉପରେ ଅସୀମ ବିଶ୍ୱାସ ରଖିଥିବା ସ୍ୱାମୀ ବିବେକାନନ୍ଦଙ୍କୁ ସମଗ୍ର ଦେଶ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ସେ ଉଲ୍ଲେଖ କରିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ବିଶ୍ୱାସ କରୁଥିଲେ ଯେ ତାଙ୍କର ଯୁବ ଶିଷ୍ୟମାନେ ସିଂହ ପରି ପ୍ରତ୍ୟେକ ସମସ୍ୟାର ସମାଧାନ କରିବେ । ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀଜୀ ଯେପରି ଯୁବକମାନଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ ଠିକ୍ ସେହିଭଳି ତାଙ୍କର ସ୍ୱାମୀଜୀ ଏବଂ ତାଙ୍କ ଆସ୍ଥା ଉପରେ ପୂର୍ଣ୍ଣ ବିଶ୍ୱାସ ରହିଛି । ସେ ଆହୁରି ମଧ୍ୟ କହିଥିଲେ ଯେ ଯୁବପିଢ଼ିଙ୍କ ଉପରେ ସ୍ବାମୀଜୀଙ୍କର ଥିବା ଦୂରଦୃଷ୍ଟି ଉପରେ ତାଙ୍କର ପୂର୍ଣ୍ଣ ବିଶ୍ୱାସ ରହିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ଯଦି ଆଜି ଆମ ମଧ୍ୟରେ ଥାନ୍ତେ, ତେବେ ସେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଏବଂ ସକ୍ରିୟ ପ୍ରୟାସକୁ ଦେଖି ନୂତନ ଆତ୍ମବିଶ୍ୱାସରେ ଭରପୂର ହୋଇଥାନ୍ତେ ।
ଜୟନ୍ତୀ ଅବସରରେ ଶ୍ରୀ ଅରବିନ୍ଦୋଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
August 15th, 11:43 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଏକ୍ସ ମାଧ୍ୟମରେ ମହାନ ଦାର୍ଶନିକ, ଚିନ୍ତକ ତଥା ଆଧ୍ୟାତ୍ମିକ ନେତା ଶ୍ରୀ ଅରବିନ୍ଦୋଙ୍କୁ ତାଙ୍କର ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଶ୍ରୀଲ ପ୍ରଭୁପାଦଙ୍କ ୧୫୦ତମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 08th, 01:00 pm
ଏହି ପବିତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ପୂଜା ସନ୍ଥଗଣ, ସାଧୁ, ଆଚାର୍ଯ୍ୟ ଗୌଡିୟ ମିଶନର ଶ୍ରଦ୍ଧେୟ ଭକ୍ତି ସୁନ୍ଦର ସନ୍ୟାସୀ ଜୀ, କ୍ୟାବିନେଟରେ ମୋର ସହଯୋଗୀ ଅର୍ଜୁନ ରାମ ମେଘୱାଲ ଜୀ, ମୀନାକ୍ଷୀ ଲେଖୀ ଜୀ, ଦେଶ ଓ ବିଶ୍ୱ ସହ ଜଡିତ ସମସ୍ତ କୃଷ୍ଣ ଭକ୍ତ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ଗଣ,ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
February 08th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ ଠାରେ ଶ୍ରୀଲ ପ୍ରଭୁପାଦଜୀଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ପ୍ରଧାନମନ୍ତ୍ରୀ ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସହ ତାଙ୍କ ସମ୍ମାନରେ ଏକ ସ୍ମାରକୀ ଟିକଟ ଓ ମୁଦ୍ରା ଉନ୍ମୋଚନ କରିଥିଲେ । ଗୌଡୀୟ ମିଶନର ପ୍ରତିଷ୍ଠାତା ଆଚାର୍ଯ୍ୟ ଶ୍ରୀଲ ପ୍ରଭୁପାଦ ବୈଷ୍ଣବ ଧର୍ମର ମୌଳିକ ସିଦ୍ଧାନ୍ତ ଗୁଡିକୁ ସଂରକ୍ଷିତ କରିବା ଓ ପ୍ରସାର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।ଶ୍ରୀ ଅରବିନ୍ଦଙ୍କର ୧୫୦ ତମ ଜୟନ୍ତୀ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
December 13th, 06:52 pm
ଶ୍ରୀ ଅରବିନ୍ଦଙ୍କର ୧୫୦ ତମ ଜନ୍ମଜୟନ୍ତୀ ବର୍ଷର ଏହି ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଆପଣ ସମସ୍ତଙ୍କର ମୁଁ ହୃଦୟରୁ ଅଭିନନ୍ଦନ କରୁଛି । ଏହି ପୂଣ୍ଣ୍ୟ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ମଧ୍ୟ ଅକେ ଅନେକ ଶୁଭକାମନା ଜଣାଉଛି । ଶ୍ରୀ ଅରବିନ୍ଦଙ୍କର ୧୫୦ ତମ ଜନ୍ମବର୍ଷ ସମଗ୍ର ଦେଶ ପାଇଁ ଏକ ଐତିହାସିକ ଅବସର ଅଟେ । ତାଙ୍କର ପ୍ରେରଣାଗୁଡ଼ିକୁ, ତାଙ୍କର ବିଚାରଗୁଡ଼ିକୁ ଆମର ନୂତନ ପୀଢ଼ି ପାର୍ଯ୍ୟନ୍ତ ପହଞ୍ଚାଇବା ପାଇଁ ଦେଶ ଏହି ପୁରା ବର୍ଷକୁ ବିଶେଷ ଭାବେ ପାଳନ କରିବା ପାଇଁ ସଂକଳ୍ପ ନେଇଥିଲା । ଏଥିପାଇଁ ଏକ ବିଶେଷ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଥିଲା । ସଂସ୍କୃତି ମନ୍ତ୍ରଣାଳୟର ନେତୃତ୍ୱରେ ସମସ୍ତ ଭିନ୍ନ-ଭିନ୍ନ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେଉଛି । ଏହି କ୍ରମରେ ପୁଡ଼ୁଚେରୀର ଭୂମିରେ, ଯାହାକି ମହର୍ଷିଙ୍କର ନିଜର ତପୋଃସ୍ଥଳୀ ମଧ୍ୟ ରହିଛି, ଆଜି ରାଷ୍ଟ୍ର ତାଙ୍କୁ ଆହୁରି ଏକ ଶ୍ରଦ୍ଧାଞ୍ଜଳୀ ଜଣାଉଛି । ଆଜି ଶ୍ରୀ ଅରବିନ୍ଦଙ୍କ ଉପରେ ଏକ ସ୍ମଅତିସ୍ୱରୂପ କଏନ ଏବଂ ପୋଷ୍ଟାଲ ଷ୍ଟାମ୍ପ ମଧ୍ୟ ରିଲିଜ୍ କରାଯାଇଛି । ମୋତେ ବିଶ୍ୱାସ ଅଛି ଯେ ଶ୍ରୀ ଅରବିନ୍ଦଙ୍କର ଜୀବନ ଏବଂ ତାଙ୍କର ଶିକ୍ଷା ଦ୍ୱାରା ପ୍ରେରଣା ଦେବାକୁ ଯାଇ ରାଷ୍ଟ୍ରର ଏହି ପ୍ରୟାସ ଆମର ସଙ୍କଳ୍ପକୁ ଏକ ନୂତନ ଶକ୍ତି ଦେବ, ନୂତନ ବଳ ମଧ୍ୟ ଦେବ ।PM addresses programme commemorating Sri Aurobindo’s 150th birth anniversary via video conferencing
December 13th, 06:33 pm
The Prime Minister, Shri Narendra Modi addressed a programme celebrating Sri Aurobindo’s 150th birth anniversary via video conferencing today in Kamban Kalai Sangam, Puducherry under the aegis of Azadi ka Amrit Mahotsav. The Prime Minister also released a commemorative coin and postal stamp in honour of Sri Aurobindo.