ବାମପନ୍ଥୀ ଉଗ୍ରବାଦୀ ପ୍ରଭାବିତ ଅଞ୍ଚଳଗୁଡିକରେ ୨ଜି ମୋବାଇଲ ସେବାକୁ ୪ଜିକୁ ଉନ୍ନୀତ କରିବାକୁ କ୍ୟାବିନେଟ୍‌ର ଅନୁମୋଦନ

ବାମପନ୍ଥୀ ଉଗ୍ରବାଦୀ ପ୍ରଭାବିତ ଅଞ୍ଚଳଗୁଡିକରେ ୨ଜି ମୋବାଇଲ ସେବାକୁ ୪ଜିକୁ ଉନ୍ନୀତ କରିବାକୁ କ୍ୟାବିନେଟ୍‌ର ଅନୁମୋଦନ

April 27th, 08:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ସାର୍ବଜନୀନ ସେବା ଦାୟିତ୍ୱ ପାଣ୍ଠି (ୟୁନିଭର୍ସାଲ ସର୍ଭିସ ଓବ୍ଲିଗେସନ ଫଣ୍ଡ ବା ୟୁଏସ୍‌ଓଏଫ୍‌) ପ୍ରକଳ୍ପକୁ ଅନୁମୋଦନ କରାଯାଇଛି । ତଦନୁସାରେ ଦେଶରେ ବାମପନ୍ଥୀ ଉଗ୍ରବାଦୀ ପ୍ରଭାବିତ ଅଞ୍ଚଳଗୁଡିକରେ ଥିବା ୨ଜି ମୋବାଇଲ ସେବାକୁ ୪ଜିକୁ ଉନ୍ନୀତ କରାଯିବ । ବିଶେଷତଃ ଏସବୁ ଅଞ୍ଚଳର ନିରାପତ୍ତା ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଥିବା ୨ଜି ମୋବାଇଲ ସାଇଟ୍‌ଗୁଡିକୁ ୪ଜିରେ ପରିଣତ କରାଯିବ । ପ୍ରଥମ ପର୍ଯ୍ୟାୟରେ ଏସବୁ ଉଗ୍ରବାଦୀ ପ୍ରଭାବିତ ଅଞ୍ଚଳରେ ଥିବା ୨୩୪,୩ ଟି ୨ଜି ମୋବାଇଲ ସାଇଟକୁ ୪ଜିରେ ପରିଣତ କରାଯିବ ଏବଂ ଏଥିପାଇଁ ଆନୁମାନିକ ୧୮୮୪.୫୯ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଖର୍ଚ୍ଚ ମଧ୍ୟରେ ଟିକସ ଓ ଉପକର ଅନ୍ତର୍ଭୁକ୍ତ ନୁହେଁ । ଯେଉଁ ମୋବାଇଲ ସାଇଟଗୁଡିକ ୨ଜିରୁ ୪ଜିକୁ ଉନ୍ନୀତ ହେବ ତାହାର ରକ୍ଷଣାବେକ୍ଷଣ ଓ ପରିଚାଳନା ସମ୍ପୃକ୍ତ ସଂସ୍ଥାକୁ ପାଂଚବର୍ଷ ଯାଏ କରିବାକୁ ପଡିବ । ତେବେ ଏହି ପାଂଚବର୍ଷର ରକ୍ଷଣାବେକ୍ଷଣ ପରେ ସମ୍ପୃକ୍ତ ସାଇଟ୍‌ଗୁଡିକର ପରିଚାଳନା ଓ ଦେଖାଶୁଣା କାମ ବିଏସ୍‌ଏନ୍‌ଏଲ ନିଜ ଖର୍ଚ୍ଚରେ କରିବ । ତେବେ ଏସବୁ ମୋବାଇଲ ସାଇଟଗୁଡିକ ବିଏସ୍‌ଏନ୍‌ଏଲ ସମ୍ପତ୍ତି ହୋଇଥିବାରୁ ଏହାର ଆଧୁନିକୀକରଣ ଓ ଉନ୍ନତୀକରଣ କାମ ବିଏସ୍‌ଏନ୍‌ଏଲ୍‌କୁ ଦେବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ଦୂରସଞ୍ଚାର କ୍ଷେତ୍ରରେ ବୃହତ ସଂସ୍କାରକୁ କ୍ୟାବିନେଟ ମଞ୍ଜୁରି

ଦୂରସଞ୍ଚାର କ୍ଷେତ୍ରରେ ବୃହତ ସଂସ୍କାରକୁ କ୍ୟାବିନେଟ ମଞ୍ଜୁରି

September 15th, 09:22 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ଦୂରସଞ୍ଚାର କ୍ଷେତ୍ରରେ ଅନେକ ଢାଞ୍ଚାଗତ ଏବଂ ପ୍ରକ୍ରିୟାଗତ ସଂସ୍କାରକୁ ଅନୁମୋଦନ କରିଛନ୍ତି। ଏହି ସଂସ୍କାର ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହିତ ରୋଜଗାର ଅବସରକୁ ସୁରକ୍ଷିତ ରଖିବ। ଏହା ସୁସ୍ଥ ପ୍ରତିଯୋଗିତା ବଢ଼ାଇବା ସହିତ ଉପଭୋକ୍ତାଙ୍କ ସ୍ବାର୍ଥକୁ ସୁରକ୍ଷା ଦେବ । ସେହିପରି ନମନୀୟତା ବଢ଼ାଇବା ସହିତ ନିବେଶକୁ ପ୍ରୋତ୍ସାହିତ କରିବ। ଏହାଛଡ଼ା ଦୂରସଞ୍ଚାର ସେବା ପ୍ରଦାନକାରୀମାନଙ୍କ ପାଇଁ ନିୟାମକ ବୋଝ ହ୍ରାସ କରିବ ବୋଲି ଆଶା କରାଯାଉଛି।