ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଉଚ୍ଚ କାର୍ଯ୍ୟଦକ୍ଷତା ବିଶିଷ୍ଟ ଜୈବ ଉତ୍ପାଦନ ବା ବାୟୋ-ମ୍ୟାନୁଫାକ୍ଚରିଂକୁ ପ୍ରୋତ୍ସାହନ ଦେବା ଲାଗି ବାୟୋ-ଇଥ୍ରୀ (ଅର୍ଥବ୍ୟବସ୍ଥା, ପରିବେଶ ଓ ନିଯୁକ୍ତି ପାଇଁ ବାୟୋଟେକ୍ନୋଲୋଜି) ନୀତି ପାଇଁ ବାୟୋଟେକ୍ନୋଲୋଜି ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିଛି ।

ବାୟୋ-ଇଥ୍ରୀ ନୀତିର ମୁଖ୍ୟ ବୈଶିଷ୍ଟ୍ୟ ଗୁଡ଼ିକ ମଧ୍ୟରେ ଗବେଷଣା ଓ ବିକାଶ ଏବଂ ବିଷୟଗତ କ୍ଷେତ୍ରରେ ଉଦ୍ୟୋଗ ପାଇଁ ଉଦ୍ଭାବନ-ପରିଚାଳିତ ସମର୍ଥନ ଅନ୍ତର୍ଭୁକ୍ତ । ଏହା ଜୈବ ଉତ୍ପାଦନ ଓ ବାୟୋ-ଏଆଇ ହବ୍ ଏବଂ ବାୟୋ-ଫାଉଣ୍ଡ୍ରି ପ୍ରତିଷ୍ଠା କରି ପ୍ରଯୁକ୍ତି ବିଦ୍ୟା ବିକାଶ ଓ ବ୍ୟବସାୟୀକରଣକୁ ତ୍ୱରାନ୍ୱିତ କରିବ । ସବୁଜ ଅଭିବୃଦ୍ଧିର ବାୟୋଇକୋନୋମି ବା ଜୈବ ଅର୍ଥବ୍ୟବସ୍ଥା ମଡେଲକୁ ପ୍ରାଥମିକତା ଦେବା ସହିତ ଏହି ନୀତି ଭାରତର କୁଶଳୀ ଶ୍ରମଶକ୍ତିର ସମ୍ପ୍ରସାରଣ ଏବଂ ନିଯୁକ୍ତି ସୃଷ୍ଟିକୁ ସହଜ କରିବ ।

ମୋଟାମୋଟି ଭାବେ ଏହି ନୀତି ‘ନେଟ୍ ଜିରୋ କାର୍ବନ ଇକୋନୋମି’ ବା ଅଙ୍ଗାରକାମ୍ଳମୁକ୍ତ ଅର୍ଥବ୍ୟବସ୍ଥା ଏବଂ ‘ଲାଇଫ୍ ଷ୍ଟାଇଲ୍ ଫର୍ ଏନଭାଇରନମେଣ୍ଟ୍’ ବା ପରିବେଶ ପାଇଁ ଜୀବନଶୈଳୀ ଭଳି ସରକାରଙ୍କ ପଦକ୍ଷେପକୁ ଆହୁରି ସୁଦୃଢ଼ କରିବ। ଏଥିସହିତ ‘ସର୍କୁଲାର ବାୟୋଇକୋନୋମି’ ବା ଚକ୍ରାକାର ଜୈବଅର୍ଥବ୍ୟବସ୍ଥାକୁ ପ୍ରୋତ୍ସାହିତ କରି ଭାରତକୁ ‘ସବୁଜ ଅଭିବୃଦ୍ଧି’ ପଥରେ ଅଗ୍ରସର ହେବାକୁ ତ୍ୱରାନ୍ୱିତ କରିବ। ବାୟୋ-ଇଥ୍ରୀ ନୀତି ଭବିଷ୍ୟତକୁ ପ୍ରୋତ୍ସାହିତ କରିବ ଏବଂ ଆଗକୁ ବଢ଼ାଇବ, ଯାହା ବିଶ୍ୱସ୍ତରୀୟ ଆହ୍ୱାନର ଅଧିକ ସ୍ଥାୟୀ, ଅଭିନବ ଏବଂ ଉତ୍ତରଦାୟୀ ପ୍ରତିକ୍ରିୟା ସହ ଜଡିତ । ଏହି ନୀତି ଭାରତ ପାଇଁ ବିକଶିତ ଜୈବ ଦୃଷ୍ଟିକୋଣ ନିର୍ଦ୍ଧାରଣ କରେ ।

 

ଜଳବାୟୁ ପରିବର୍ତ୍ତନ ପ୍ରଶମନ, ଖାଦ୍ୟ ନିରାପତ୍ତା ଏବଂ ମାନବ ସ୍ୱାସ୍ଥ୍ୟ ଭଳି କେତେକ ଗୁରୁତ୍ୱପୂର୍ଣ୍ଣ ସାମାଜିକ ସମସ୍ୟାର ସମାଧାନ ପାଇଁ ସ୍ଥାୟୀ ଓ ଚକ୍ରୀୟ ପଦ୍ଧତିକୁ ପ୍ରୋତ୍ସାହିତ କରିବା ତଥା ଜୈବ ବିଜ୍ଞାନର ଶିଳ୍ପାୟନରେ ନିବେଶ କରିବା ନିମନ୍ତେ ଆମର ବର୍ତ୍ତମାନର ଯୁଗ ଏକ ଉପଯୁକ୍ତ ସମୟ। ଜୈବ ଭିତ୍ତିକ ଉତ୍ପାଦର ବିକାଶ ପରିପ୍ରେକ୍ଷୀରେ ଅତ୍ୟାଧୁନିକ ଉଦ୍ଭାବନକୁ ତ୍ୱରାନ୍ୱିତ କରିବା ପାଇଁ ଆମ ଦେଶରେ ଏକ ଶକ୍ତିଶାଳୀ ଜୈବ ଉତ୍ପାଦନ ଇକୋସିଷ୍ଟମ ନିର୍ମାଣ କରିବା ଜରୁରୀ ।

ଔଷଧ ଠାରୁ ଆରମ୍ଭ କରି ବିଭିନ୍ନ ସାମଗ୍ରୀର ଉତ୍ପାଦନ କରିବା, କୃଷି ଓ ଖାଦ୍ୟ ସୁରକ୍ଷା ଆହ୍ୱାନର ସମାଧାନ କରିବା ଏବଂ ଉନ୍ନତ ଜୈବ ପ୍ରଯୁକ୍ତି ପ୍ରକ୍ରିୟାର ଏକୀକରଣ ମାଧ୍ୟମରେ ଜୈବ ଆଧାରିତ ଉତ୍ପାଦର ଉତ୍ପାଦନକୁ ପ୍ରୋତ୍ସାହନ ଦେବାର କ୍ଷମତା ଉଚ୍ଚ ପ୍ରଦର୍ଶନକାରୀ ଜୈବ ଉତ୍ପାଦନରେ ରହିଛି। ଜାତୀୟ ପ୍ରାଥମିକତା ଅନୁଯାୟୀ, ବାୟୋ-ଇଥ୍ରୀ ନୀତି ନିମ୍ନଲିଖିତ ରଣନୀତିକ/ବିଷୟଗତ କ୍ଷେତ୍ର ଉପରେ ବ୍ୟାପକ ଭାବରେ ଧ୍ୟାନ ଦେବ, ଯଥା : ଉଚ୍ଚ ମୂଲ୍ୟର ଜୈବ-ଭିତ୍ତିକ ରାସାୟନିକ ପଦାର୍ଥ, ବାୟୋପଲିମର୍ସ ଏବଂ ଏନଜାଇମ; ସ୍ମାର୍ଟ ପ୍ରୋଟିନ୍ ଏବଂ ଫଙ୍କସନାଲ ଫୁଡ୍‌; ନିର୍ଦ୍ଦିଷ୍ଟ ବାୟୋମେଡିସିନ୍; ଜଳବାୟୁ ସହନଶୀଳ କୃଷି; କାର୍ବନ ସ୍ତର ହ୍ରାସ ଏବଂ ଏହାର ଉପଯୋଗ; ସାମୁଦ୍ରିକ ଓ ମହାକାଶ ଗବେଷଣା ।

 

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Snacks, Laughter And More, PM Modi's Candid Moments With Indian Workers In Kuwait

Media Coverage

Snacks, Laughter And More, PM Modi's Candid Moments With Indian Workers In Kuwait
NM on the go

Nm on the go

Always be the first to hear from the PM. Get the App Now!
...
PM to attend Christmas Celebrations hosted by the Catholic Bishops' Conference of India
December 22, 2024
PM to interact with prominent leaders from the Christian community including Cardinals and Bishops
First such instance that a Prime Minister will attend such a programme at the Headquarters of the Catholic Church in India

Prime Minister Shri Narendra Modi will attend the Christmas Celebrations hosted by the Catholic Bishops' Conference of India (CBCI) at the CBCI Centre premises, New Delhi at 6:30 PM on 23rd December.

Prime Minister will interact with key leaders from the Christian community, including Cardinals, Bishops and prominent lay leaders of the Church.

This is the first time a Prime Minister will attend such a programme at the Headquarters of the Catholic Church in India.

Catholic Bishops' Conference of India (CBCI) was established in 1944 and is the body which works closest with all the Catholics across India.