ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ବୈଠକରେ ୨୦୨୨-୨୩ ବିପଣନ ଋତୁ ପାଇଁ ସମସ୍ତ ଅଧିସୂଚିତ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରି ମିଳିଛି ।
ସରକାର ଫସଲ ବିବିଧକରଣକୁ ପ୍ରୋତ୍ସାହିତ କରିବା ଏବଂ ଚାଷୀମାନଙ୍କୁ ସେମାନଙ୍କ ଫସଲ ପାଇଁ ଲାଭକାରୀ ମୂଲ୍ୟ ଯୋଗାଇ ଦେବା ନିମନ୍ତେ ୨୦୨୨-୨୩ ବିପଣନ ଋତୁ ପାଇଁ ଖରିଫ ଫସଲର ଏମଏସପି ବୃଦ୍ଧି କରିଛନ୍ତି, ଯାହାର ତାଲିକା ନିମ୍ନରେ ଦିଆଗଲା ।
୨୦୨୨-୨୩ ବିପଣନ ଋତୁ ପାଇଁ ସବୁ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (କୁଇଣ୍ଟାଲ ପ୍ରତି ଟଙ୍କା)
ଫସଲ |
ଏମଏସପି 2014-15 |
ଏମଏସପି 2021-22 |
|
ଏମଏସପି 2022-23 |
ଉତ୍ପାଦନ ଖର୍ଚ୍ଚ* 2022-23 |
ଏମଏସପିରେ ବୃଦ୍ଧି (ସମ୍ପୂର୍ଣ୍ଣ) |
ଉତ୍ପାଦନ ଖର୍ଚ୍ଚ ଉପରେ ଲାଭ (ପ୍ରତିଶତରେ) |
ଧାନ (ସାଧାରଣ) |
1360 |
1940 |
|
2040 |
1360 |
100 |
50 |
ଧାନ (ଗ୍ରେଡ୍ ଏ)^ |
1400 |
1960 |
|
2060 |
- |
100 |
- |
ଯଅ (ହାଇବ୍ରିଡ୍) |
1530 |
2738 |
|
2970 |
1977 |
232 |
50 |
ଯଅ (ମାଲଦାଣ୍ଡି) ^ |
1550 |
2758 |
|
2990 |
- |
232 |
- |
ବାଜରା |
1250 |
2250 |
|
2350 |
1268 |
100 |
85 |
ମାଣ୍ଡିଆ |
1550 |
3377 |
|
3578 |
2385 |
201 |
50 |
ମକା |
1310 |
1870 |
|
1962 |
1308 |
92 |
50 |
ହରଡ଼ |
4350 |
6300 |
|
6600 |
4131 |
300 |
60 |
ମୁଗ |
4600 |
7275 |
|
7755 |
5167 |
480 |
50 |
ବିରି |
4350 |
6300 |
|
6600 |
4155 |
300 |
59 |
ଚିନାବାଦାମ |
4000 |
5550 |
|
5850 |
3873 |
300 |
51 |
ସୂର୍ଯ୍ୟମୁଖୀ ମଞ୍ଜି |
3750 |
6015 |
|
6400 |
4113 |
385 |
56 |
ସୋୟାବିନ (ହଳଦିଆ) |
2560 |
3950 |
|
4300 |
2805 |
350 |
53 |
ରାଶି |
4600 |
7307 |
|
7830 |
5220 |
523 |
50 |
କଳାରାଶି |
3600 |
6930 |
|
7287 |
4858 |
357 |
50 |
କପା (ମଧ୍ୟମ ଷ୍ଟେପଲ) |
3750 |
5726 |
|
6080 |
4053 |
354 |
50 |
କପା (ସାଧାରଣ ଷ୍ଟେପଲ)^ |
4050 |
6025 |
|
6380 |
- |
355 |
- |
* ଉତ୍ପାଦନ ଖର୍ଚ୍ଚରେ ସବୁ ପ୍ରକାରର ଖର୍ଚ୍ଚକୁ ସାମିଲ କରାଯାଇଛି ଯଥା : ଶ୍ରମିକଙ୍କ ମଜୁରି, ବଳଦ ଖର୍ଚ୍ଚ/ମେସିନ ଖର୍ଚ୍ଚ, ଭାଗ ଜମି ପାଇଁ ଦିଆଯାଇଥିବା ଭଡ଼ା, ବିହନ, ସାର, ଖତ, ଜଳସେଚନ ଖର୍ଚ୍ଚ ଭଳି ସବୁ ଭୌତିକ ଉପକରଣ ପାଇଁ ଖର୍ଚ୍ଚ, ଉପକରଣ ଏବଂ ଫାର୍ମ ଭବନ ବାବଦ ଖର୍ଚ୍ଚ, ଚଳନ୍ତି ପୁଞ୍ଜି ଉପରେ ଖର୍ଚ୍ଚ, ଡିଜେଲ/ବିଦ୍ୟୁତ, ବିବିଧ ବ୍ୟୟ ଏବଂ ପାରିବାରିକ ଶ୍ରମର ମୂଲ୍ୟ ଆଦି ।
^ ଧାନ (ଗ୍ରେଡ୍ ଏ), ଯଅ (ମାଲଦାଣ୍ଡି) ଏବଂ କପା (ଲମ୍ବା ରେଶା) ପାଇଁ ଖର୍ଚ୍ଚର ତଥ୍ୟ ପୃଥକ ଭାବେ ସଂକଳିତ କରାଯାଏ ନାହିଁ ।
ସର୍ବଭାରତୀୟ ସ୍ତରରେ ଲାଗୁ ହାରାହାରୀ ଉତ୍ପାଦନ ଖର୍ଚ୍ଚ (ସିଓପି) ଠାରୁ ଅତିକମରେ ୫୦ ପ୍ରତିଶତ ଲାଭ ହାରରେ ଏମଏସପି ଦର ନିର୍ଦ୍ଧାରଣ କରିବା ନିମନ୍ତେ ୨୦୧୮-୧୯ କେନ୍ଦ୍ର ବଜେଟରେ ଘୋଷଣା କରାଯାଇଥିଲା । ଏହି ଘୋଷଣା ଅନୁରୂପ ୨୦୨୨-୨୩ ବିପଣନ ଋତୁ ପାଇଁ ଖରିଫ ଫସଲର ଏମଏସପିରେ ବୃଦ୍ଧି କରାଯାଇଛି । ଚାଷୀଙ୍କ ପାଇଁ ଉପଯୋଗୀ ନିରପେକ୍ଷ ଦର ପ୍ରଦାନ କରିବା ଲକ୍ଷ୍ୟ ନେଇ ସରକାର ଏମଏସପି ବଢ଼ାଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ବାଜରା, ହରଡ଼, ବିରି, ସୂର୍ଯ୍ୟମୁଖି ମଞ୍ଜି, ସୋୟାବିନ ଏବଂ ଚିନାବାଦାମର ଏମଏସପି ଉପରେ ଲାଭ ସର୍ବଭାରତୀୟ ସ୍ତରରେ ଲାଗୁ ହାରାହାରୀ ଉତ୍ପାଦନ ଖର୍ଚ୍ଚ ଠାରୁ ୫୦ ପ୍ରତିଶତ ଅଧିକ ନିର୍ଦ୍ଧାରଣ କରାଯାଇଛି ଯାହାକି ଯଥାକ୍ରମେ : ୮୫%, ୬୦%, ୫୯%, ୫୬%, ୫୩% ଏବଂ ୫୧% ରଖାଯାଇଛି ।
ବିଗତ କିଛି ବର୍ଷ ମଧ୍ୟରେ ଏମଏସପିକୁ ତୈଳବୀଜ, ଡାଲି ଏବଂ ମୋଟା ଶସ୍ୟ କ୍ଷେତ୍ରରେ ପୁନଃସଂଗଠିତ କରିବା ଲାଗି ଦୃଢ଼ ପ୍ରୟାସ କରାଯାଇଛି । ଏହି ଫସଲ ଅମଳ ପାଇଁ ଚାଷୀମାନଙ୍କୁ ବିସ୍ତୃତ କ୍ଷେତ୍ରକୁ ନେଇଯିବା ଏବଂ ଉତ୍କୃଷ୍ଟ ଜ୍ଞାନକୌଶଳ ଓ କୃଷି ପଦ୍ଧତି ଆପଣାଇବା ନିମନ୍ତେ ପ୍ରୋତ୍ସାହିତ କରାଯାଇଛି । ଚାହିଦା-ଯୋଗାଣ ମଧ୍ୟରେ ରହିଥିବା ଅସନ୍ତୁଳନକୁ ଦୂର କରିବା ଲାଗି ଉଦ୍ୟମ କରାଯାଇଛି ।
୨୦୨୧-୨୨ ଆର୍ଥିକ ବର୍ଷର ଅଗ୍ରୀମ ଆକଳନ ଅନୁସାରେ, ଦେଶରେ ଖାଦ୍ୟଶସ୍ୟ ଉତ୍ପାଦନ ରେକର୍ଡ ୩୧୪.୫୧ ନିୟୁତ ଟନ୍ ହେବା ନେଇ ପୂର୍ବାନୁମାନ କରାଯାଇଛି ଯାହାକି ୨୦୨୦-୨୧ ଖାଦ୍ୟଶସ୍ୟ ଉତ୍ପାଦନ ତୁଳନାରେ ୩.୭୭ ନିୟୁତ ଟନ୍ ଠାରୁ ଅଧିକ । ୨୦୨୧-୨୨ ଆର୍ଥିକ ବର୍ଷରେ ଉତ୍ପାଦନ, ବିଗତ ୫ ବର୍ଷ (୨୦୧୬-୧୭ ଠାରୁ ୨୦୨୦-୨୧)ର ହାରାହାରୀ ଖାଦ୍ୟଶସ୍ୟ ଉତ୍ପାଦନ ତୁଳନାରେ ୨୩.୮୦ ନିୟୁତ ଟନ୍ ଅଧିକ ।