ଚୌରୀଚୌରାର ଶହୀଦମାନଙ୍କୁ ଇତିହାସର ପୃଷ୍ଠାରେ ଯଥାର୍ଥ ମାନ୍ୟତା ମିଳି ନ ଥିବା ନେଇ ପ୍ରଧାନମନ୍ତ୍ରୀ କ୍ଷୋଭପ୍ରକାଶ କରିଛନ୍ତି  । ଲୋକଲୋଚନ ଅନ୍ତରାଳରେ ରହିଯାଇଥିବା ସ୍ୱାଧୀନତା ସଂଗ୍ରାମୀମାନଙ୍କ ଜୀବନୀକୁ ପ୍ରକାଶ କରାଗଲେ ତାହାହିଁ ସେମାନଙ୍କ ପ୍ରତି ହେବ ପ୍ରକୃଷ୍ଟ ଶ୍ରଦ୍ଧାଞ୍ଜଳି । ଦେଶ ସ୍ୱାଧୀନତାର 75ବର୍ଷ ପୂର୍ତ୍ତି ପାଳନ  କରୁଥିବାର ଦୃଷ୍ଟିରୁ ବର୍ତ୍ତମାନ ହିଁ ପ୍ରକୃତ ସମୟ ଉପନୀତ ବୋଲି ସେ କହିଛନ୍ତି । ଆଜି ଉତ୍ତରପ୍ରଦେଶ ଗୋରଖପୁର ନିକଟସ୍ଥ ଚୌରୀଚୌରାଠାରେ ଚୌରୀଚୋରା ଶତବାର୍ଷିକୀ ସମାରୋହର ଭିଡିଓ କନଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିବା ଅବସରରେ ଶ୍ରୀ ମୋଦି ଏହା କହିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଚୌରୀଚୌରା ଶହୀଦମାନଙ୍କୁ ନେଇ ଯେତିକି ଆଲୋଚନା ପର୍ଯ୍ୟାଲୋଚନା ହେବା କଥା ତାହା ହୋଇପାରିନାହିଁ । ଚୌରୀଚୌରା ଥିଲା ଜନସାଧାରଣଙ୍କ ଏକ ସ୍ୱତଃପ୍ରବୃତ୍ତ ଲଢେଇ । ଏପରିକି ସଂଗ୍ରାମର ବିପ୍ଳବୀମାନଙ୍କୁ ଇତିହାସର ପୃଷ୍ଠାରେ ସ୍ଥାନ ଦିଆଯାଇ  ନଥିଲେ  ମଧ୍ୟ ଦେଶର ମାଟି ସେମାନଙ୍କ ରକ୍ତରେ ରଞ୍ଜିତ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ସ୍ୱାଧୀନତା ସଂଗ୍ରାମରେ 19ଜଣ ସଂଗ୍ରାମୀଙ୍କୁ ଗୋଟିଏ କାରଣ ପାଇଁ ଫାଶୀ ଦିଆଯାଇଥିଲା ଯାହାର କୌଣସି ବର୍ଣ୍ଣନା କ୍ୱଚିତ ଦେଖିବାକୁ ମିଳିଥାଏ । ଫାଶୀଖୁଣ୍ଟରେ ଝୁଲିବାକୁ ଥିବା 150ଜଣଙ୍କ ଜୀବନ ବଞ୍ଚାଇ ବାବା ରାଘବ ଦାସ ଓ ପଣ୍ଡିତ ମଦନମୋହନଙ୍କ ଅବଦାନକୁ ଶ୍ରୀ ମୋଦି ସ୍ମରଣ କରିଥିଲେ ।

ସ୍ୱାଧୀନତା ସଂଗ୍ରାମର ସୁଦୀର୍ଘ ସଂଗ୍ରାମ ସହିତ ସଂଶ୍ଳିଷ୍ଟ, କମ୍ ଲୋକଲୋଚନକୁ ଆସିଥିବା ସଂଗ୍ରାମୀମାନଙ୍କ ଜୀବନୀକୁ ଜନାଦୃତ କରିବା ପାଇଁ ଯୁବଗୋଷ୍ଠୀ ଓ ବିଦ୍ୟାର୍ଥୀମାନଙ୍କୁ ସାମିଲ କରାଯାଇଥିବା ନେଇ ପ୍ରଧାନମନ୍ତ୍ରୀ ଖୁସି ବ୍ୟକ୍ତ କରିଥିଲେ । ଶିକ୍ଷା ମନ୍ତ୍ରଣାଳୟ ଏଥିପାଇଁ ଯୁବ ଲେଖକମାନଙ୍କୁ ସ୍ୱାଧୀନତା ସଂଗ୍ରାମୀ ଉପରେ ବହି ଲେଖିବା ପାଇଁ ଆମନ୍ତ୍ରଣ ଜଣାଇଛନ୍ତି ।

ଚୌରୀଚୌରାର ଶତବାର୍ଷିକୀ ସମାରୋହକୁ ସ୍ଥାନୀୟ କଳା, ସଂସ୍କୃତିକୁ ଆତ୍ମନିର୍ଭର ଭାରତ ସହ ଯୋଡାଯାଇଥିବାରୁ ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧା ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଏହି ସମାରୋହ ଆୟୋଜନ କରୁଥିବାରୁ ଶ୍ରୀ ମୋଦି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ ରାଜ୍ୟ ପ୍ରଶାସନର ମଧ୍ୟ ପ୍ରଶଂସା କରିଛନ୍ତି ।

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India dispatches second batch of BrahMos missiles to Philippines

Media Coverage

India dispatches second batch of BrahMos missiles to Philippines
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 21, 2025
April 21, 2025

India Rising: PM Modi's Vision Fuels Global Leadership in Defense, Manufacturing, and Digital Innovation