ଭାରତ ଜି-୨୦ ଅଧ୍ୟକ୍ଷତା ଗ୍ରହଣ କରିବାକୁ ଆଜି ୩୬୫ ଦିନ ପୂରିଛି। 'ବସୁଧୈବ କୁଟୁମ୍ବକମ୍'- 'ଏକ ପୃଥିବୀ, ଏକ ପରିବାର, ଏକ ଭବିଷ୍ୟତ'ର ଭାବନାକୁ ପ୍ରତିଫଳିତ କରିବା, ସଂକଳ୍ପବଦ୍ଧ ହେବା ଏବଂ ଏହାକୁ ପୁନର୍ଜୀବିତ କରିବା ପାଇଁ ବର୍ତ୍ତମାନ ଉପଯୁକ୍ତ ମୁହୂର୍ତ୍ତ ଉପନୀତ ହୋଇଛି ।

ଗତ ବର୍ଷ ଯେତେବେଳେ ଆମେ ଏହି ଦାୟିତ୍ୱ ଗ୍ରହଣ କରିଥିଲୁ, ବିଶ୍ୱ ପରିଦୃଶ୍ୟ ବହୁମୁଖୀ ଆହ୍ୱାନର ସମ୍ମୁଖୀନ ହୋଇଥିଲା: କୋଭିଡ୍ -୧୯ ମହାମାରୀରୁ ପୁନରୁଦ୍ଧାର, ଜଳବାୟୁ ବିପଦ, ଆର୍ଥିକ ଅସ୍ଥିରତା ଏବଂ ବିକାଶଶୀଳ ରାଷ୍ଟ୍ରମାନଙ୍କରେ ଋଣ ସଙ୍କଟ ସହିତ ହ୍ରାସ ପାଉଥିବା ବହୁପକ୍ଷବାଦ ଚିନ୍ତାର କାରଣ ପାଲଟିଥିଲା । ସଂଘର୍ଷ ଓ ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ବିକାଶ ପାଇଁ ସହଯୋଗ କ୍ଷତିଗ୍ରସ୍ତ ହୋଇଛି, ପ୍ରଗତିରେ ବାଧା ସୃଷ୍ଟି ହୋଇଛି ।

ଜି-୨୦ ଅଧ୍ୟକ୍ଷତା ଗ୍ରହଣ କରି ଭାରତ ବିଶ୍ୱକୁ ସ୍ଥିତାବସ୍ଥାର ବିକଳ୍ପ ପ୍ରଦାନ କରିବାକୁ ଚାହୁଁଥିଲା, ଯାହା ଜିଡିପି-କେନ୍ଦ୍ରୀତ ଆଭିମୁଖ୍ୟରୁ ମାନବ-କେନ୍ଦ୍ରୀତ ପ୍ରଗତିକୁ ପରିବର୍ତ୍ତିତ ହୋଇଥିଲା। କେଉଁ ସବୁ କାରଣ ଆମକୁ ବିଭାଜିତ କରୁଛି ତାହା ବଦଳରେ ଆମକୁ କେଉଁ କାରଣ ଏକାଠି କରିଥାଏ ତାହା ବିଶ୍ୱକୁ ମନେ ପକାଇବାକୁ ଭାରତ ଲକ୍ଷ୍ୟ ରଖିଥିଲା। ଶେଷରେ, ଏକ ବିଶ୍ୱସ୍ତରୀୟ ବିଚାରବିମର୍ଶ ବିକଶିତ ହୋଇଥିଲା - ଅନେକଙ୍କ ଆକାଂକ୍ଷା ପାଇଁ ଅଳ୍ପ କିଛି ଲୋକଙ୍କ ସ୍ୱାର୍ଥ ବାଧ୍ୟ ହୋଇ ବାଟ ଛାଡ଼ିଥିଲା । ଏଥିପାଇଁ ବହୁପକ୍ଷବାଦର ମୌଳିକ ସଂସ୍କାର ଆବଶ୍ୟକ ଥିଲା ଯାହା ଆମେ ପୂର୍ବରୁ ଜାଣିଥିଲୁ ।

ସମାବେଶୀଉଚ୍ଚାକାଂକ୍ଷୀକାର୍ଯ୍ୟଭିତ୍ତିକ ଏବଂ ନିର୍ଣ୍ଣାୟକ ଜି-୨୦ ଅଧ୍ୟକ୍ଷ ଭାବରେ ଏହି ଚାରିଟି ଶବ୍ଦ ଆମର ଆଭିମୁଖ୍ୟକୁ ବ୍ୟାଖ୍ୟା କରିଥିଲା ଏବଂ ସମସ୍ତ ଜି-୨୦ ସଦସ୍ୟଙ୍କ ଦ୍ୱାରା ସର୍ବସମ୍ମତିକ୍ରମେ ଗ୍ରହଣ କରାଯାଇଥିବା ନୂଆଦିଲ୍ଲୀ ନେତୃମଣ୍ଡଳୀଙ୍କ ଘୋଷଣାନାମା (ଏନଡିଏଲଡି) ଏହି ନୀତିଗୁଡ଼ିକୁ କାର୍ଯ୍ୟକାରୀ କରିବା ପାଇଁ ଆମର ପ୍ରତିବଦ୍ଧତାର ପ୍ରମାଣ ।

ଅନ୍ତର୍ଭୁକ୍ତିକରଣ ଆମ ଅଧ୍ୟକ୍ଷତାର କେନ୍ଦ୍ରରେ ରହିଛି। ଆଫ୍ରିକୀୟ ସଂଘ (ଏୟୁ)କୁ ଜି-୨୦ର ସ୍ଥାୟୀ ସଦସ୍ୟ ଭାବରେ ଅନ୍ତର୍ଭୁକ୍ତ କରିବା ଦ୍ୱାରା ୫୫ଟି ଆଫ୍ରିକୀୟ ଦେଶ ଏହି ମଞ୍ଚରେ ସାମିଲ ହୋଇଥିଲେ ଏବଂ ବିଶ୍ୱ ଜନସଂଖ୍ୟାର ୮୦% ଭାଗକୁ ସାମିଲ କରିବା ପାଇଁ ଏହି ମଞ୍ଚକୁ ବିସ୍ତାର କରିଥିଲେ । ଏହି ସକ୍ରିୟ ଆଭିମୁଖ୍ୟ ବୈଶ୍ୱିକ ଆହ୍ୱାନ ଏବଂ ସୁଯୋଗ ଉପରେ ଅଧିକ ବ୍ୟାପକ ଆଲୋଚନାକୁ ପ୍ରୋତ୍ସାହିତ କରିଛି ।

ଦୁଇଟି ସଂସ୍କରଣରେ ଭାରତ ପକ୍ଷରୁ ଆୟୋଜିତ ପ୍ରଥମ 'ଭଏସ୍ ଅଫ୍ ଦି ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀ' ବହୁପକ୍ଷବାଦର ଏକ ନୂତନ ପର୍ଯ୍ୟାୟର ଶୁଭାରମ୍ଭ କରିଛି। ଆନ୍ତର୍ଜାତିକ ଆଲୋଚନାରେ ଗ୍ଲୋବାଲ ସାଉଥର ଚିନ୍ତାକୁ ଭାରତ ମୁଖ୍ୟ ସ୍ରୋତରେ ସାମିଲ କରିଛି ଏବଂ ଏକ ଯୁଗ ଆରମ୍ଭ କରିଛି ଯେଉଁଠାରେ ବିକାଶଶୀଳ ଦେଶମାନେ ବିଶ୍ୱ ପରିଦୃଶ୍ୟକୁ ଆକାର ଦେବାରେ ଉପଯୁକ୍ତ ସ୍ଥାନ ଗ୍ରହଣ କରିବେ ।

ଅନ୍ତର୍ଭୁକ୍ତିକରଣ ମଧ୍ୟ ଜି-୨୦ ପ୍ରତି ଭାରତର ଘରୋଇ ଆଭିମୁଖ୍ୟକୁ ପ୍ରୋତ୍ସାହିତ କରିଥିଲା ଏବଂ ଏହାକୁ ଏକ ପିପୁଲ୍ସ ପ୍ରେସିଡେନ୍ସି ରେ ପରିଣତ କରିଥିଲା ଯାହା ବିଶ୍ୱର ସର୍ବବୃହତ ଗଣତନ୍ତ୍ର ଅନୁରୂପ ହୋଇପାରିଛି । ଜନ ଭାଗିଦାରୀ’ କାର୍ଯ୍ୟକ୍ରମ ଜରିଆରେ ଜି-୨୦ ୧୪୦ କୋଟି ନାଗରିକଙ୍କ ନିକଟରେ ପହଞ୍ଚିଛି, ଯେଉଁଥିରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଅଂଶୀଦାର ଭାବେ ସାମିଲ ହୋଇଛନ୍ତି। ଆହୁରି ଏକ ଗୁରୁତ୍ଵପୂର୍ଣ୍ଣ ଉପାଦାନ ରୂପରେ ଭାରତ ସୁନିଶ୍ଚିତ କରିଛି ଯେ ଜି-୨୦ର ଉଦ୍ଦେଶ୍ୟ ଅନୁରୂପ ବ୍ୟାପକ ବିକାଶମୂଳକ ଲକ୍ଷ୍ୟ ପ୍ରତି ଆନ୍ତର୍ଜାତିକ ସମୁଦାୟର ଦୃଷ୍ଟି ଆକର୍ଷଣ କରିବା ।

୨୦୩୦ ଏଜେଣ୍ଡାର ଗୁରୁତ୍ୱପୂର୍ଣ୍ଣ କେନ୍ଦବିନ୍ଦୁରେ ଭାରତ ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ (ଏସଡିଜି)ର ଅଗ୍ରଗତିକୁ ତ୍ୱରାନ୍ୱିତ କରିବା ପାଇଁ ଜି-୨୦ କାର୍ଯ୍ୟଯୋଜନା ୨୦୨୩ ପ୍ରଦାନ କରିଛି । ସ୍ୱାସ୍ଥ୍ୟ, ଶିକ୍ଷା, ଲିଙ୍ଗଗତ ସମାନତା ଏବଂ ପରିବେଶ ସ୍ଥାୟିତ୍ଵ ସମେତ ପରସ୍ପର ସହ ଜଡିତ ପ୍ରସଙ୍ଗଗୁଡିକ ପାଇଁ ଏକ କାର୍ଯ୍ୟକାରିତା ଭିତ୍ତିକ ଆଭିମୁଖ୍ୟ ଗ୍ରହଣ କରିଛି ।

ଏହି ଅଗ୍ରଗତିର ଏକ ପ୍ରମୁଖ କ୍ଷେତ୍ର ହେଉଛି ସୁଦୃଢ଼ ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମି (ଡିପିଆଇ)। ଆଧାର, ୟୁପିଆଇ ଓ ଡିଜିଲକର ଭଳି ଡିଜିଟାଲ ଉଦ୍ଭାବନର ବୈପ୍ଳବିକ ପ୍ରଭାବ ପ୍ରତ୍ୟକ୍ଷ ଭାବେ ଦେଖିଥିବା ଭାରତ ଏଠାରେ ନିଜ ସୁପାରିସ କରିବାରେ ନିର୍ଣ୍ଣାୟକ ସାଜିଥିଲା। ଜି-୨୦ ଜରିଆରେ ଆମେ ସଫଳତାର ସହ ଡିଜିଟାଲ ପବ୍ଲିକ ଇନଫ୍ରାଷ୍ଟ୍ରକଚର ରିପୋଜିଟୋରୀକୁ ସମ୍ପୂର୍ଣ୍ଣ କରିଛୁ, ଯାହାକି ବିଶ୍ୱ ବୈଷୟିକ ସହଯୋଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ୧୬ଟି ଦେଶର ୫୦ରୁ ଅଧିକ ଡିପିଆଇଙ୍କୁ ନେଇ ଗଠିତ ଏହି ଭଣ୍ଡାର ଗ୍ଲୋବାଲ ସାଉଥକୁ ଡିପିଆଇ ନିର୍ମାଣ, ଗ୍ରହଣ ଏବଂ ବିସ୍ତାର କରିବାରେ ସହାୟକ ହେବ।

ଆମର ଏକ ପୃଥିବୀ ପାଇଁ, ଆମେ ଜରୁରୀ, ସ୍ଥାୟୀ ଏବଂ ସମାନ ପରିବର୍ତ୍ତନ ସୃଷ୍ଟି କରିବା ଲାଗି ଉଚ୍ଚାକାଂକ୍ଷୀ ଏବଂ ସମାବେଶୀ ଲକ୍ଷ୍ୟ ପ୍ରଚଳନ କରିଛୁ । ଘୋଷଣାନାମାର 'ସବୁଜ ବିକାଶ ଚୁକ୍ତି' ସମ୍ପାଦିତ ହୋଇଛି। ନିଯୁକ୍ତି ଓ ପରିବେଶ ପରସ୍ପରର ଅନୁପୂରକ ହେବା, ଉପଭୋଗ ଜଳବାୟୁ ସଚେତନ ହେବା ଏବଂ ଉତ୍ପାଦନ ପୃଥିବୀ ଅନୁକୂଳ ହେବା ପାଇଁ ଏକ ବିସ୍ତୃତ ରୋଡମ୍ୟାପ ପ୍ରସ୍ତୁତ କରିବା ଜରିଆରେ କ୍ଷୁଧା ମୁକାବିଲା ଓ ପୃଥିବୀର ସୁରକ୍ଷା ମଧ୍ୟରେ ରହିଥିବା ଆହ୍ବାନର ସମାଧାନ କରିବା ନିମନ୍ତେ ଏଥିରେ ଗୁରୁତ୍ଵ ଦିଆଯାଇଛି। ଏଥିସହିତ ଜି-୨୦ ଘୋଷଣାନାମାରେ ୨୦୩୦ ସୁଦ୍ଧା ବିଶ୍ଵ ଅକ୍ଷୟ ଶକ୍ତି କ୍ଷମତାକୁ ତିନି ଗୁଣା ବୃଦ୍ଧି କରିବାକୁ କୁହାଯାଇଛି। ବିଶ୍ଵ ଜୈବ ଇନ୍ଧନ ମେଣ୍ଟ ପ୍ରତିଷ୍ଠା ଏବଂ ସବୁଜ ହାଇଡ୍ରୋଜେନ ପାଇଁ ମିଳିତ ପ୍ରୟାସ ଏବଂ ଏକ ସ୍ୱଚ୍ଛ, ସବୁଜ ବିଶ୍ୱ ଗଠନ ପାଇଁ ଜି-୨୦ର ଆକାଂକ୍ଷା ଅନସ୍ୱୀକାରଯୋଗ୍ୟ । ଏହା ସର୍ବଦା ଭାରତର ନୀତି ରହିଆସିଛି । ଦୀର୍ଘସ୍ଥାୟୀ ବିକାଶ ପାଇଁ ଜୀବନଶୈଳୀ (ଏଲଆଇଏଫଇ) ମାଧ୍ୟମରେ ବିଶ୍ୱ ଆମର ବହୁ ପୁରୁଣା ସ୍ଥାୟୀ ପରମ୍ପରାରୁ ଉପକୃତ ହୋଇପାରିବ ।

ଏହାବ୍ୟତୀତ, ଏହି ଘୋଷଣାନାମା ଜଳବାୟୁ ନ୍ୟାୟ ଏବଂ ସମାନତା ପ୍ରତି ଆମର ପ୍ରତିବଦ୍ଧତାକୁ ସୂଚାଇ ଦେଇଛି ଏବଂ ଗ୍ଲୋବାଲ ନର୍ଥଠାରୁ ଯଥେଷ୍ଟ ଆର୍ଥିକ ଏବଂ ବୈଷୟିକ ସହାୟତା ପାଇଁ ଅନୁରୋଧ କରିଛି। ପ୍ରଥମ ଥର ପାଇଁ, ବିକାଶ ଅର୍ଥଯୋଗାଣର ପରିମାଣରେ ଆବଶ୍ୟକ ବୃଦ୍ଧି ଲାଗି ସ୍ୱୀକୃତି ମିଳିଛି, ଯାହା ବିଲିୟନ ଡଲାରରୁ ଟ୍ରିଲିୟନ ଡଲାରକୁ ବୃଦ୍ଧି ପାଇଛି। ଜି-୨୦ ସ୍ୱୀକାର କରିଛି ଯେ ବିକାଶଶୀଳ ଦେଶଗୁଡ଼ିକ ୨୦୩୦ ସୁଦ୍ଧା ସେମାନଙ୍କର ଜାତୀୟ ସଂକଳ୍ପବଦ୍ଧତା ଅବଦାନ (ଏନଡିସି) ପୂରଣ କରିବା ପାଇଁ ୫.୯ ଟ୍ରିଲିୟନ ଡଲାର ଆବଶ୍ୟକ କରନ୍ତି।

ଆବଶ୍ୟକ  ବିପୁଳ ସମ୍ବଳକୁ ଦୃଷ୍ଟିରେ ରଖି ଜି-୨୦ ଉନ୍ନତ, ବୃହତ ଏବଂ ଅଧିକ ପ୍ରଭାବଶାଳୀ ବହୁପାକ୍ଷିକ ବିକାଶ ବ୍ୟାଙ୍କର ଗଠନ ଉପରେ ଗୁରୁତ୍ଵାରୋପ କରିଥିଲା । ଏହା ସହିତ ଭାରତ ଜାତିସଂଘ ସଂସ୍କାର, ବିଶେଷକରି ଜାତିସଂଘ ନିରାପତ୍ତା ପରିଷଦ ଭଳି ପ୍ରମୁଖ ଅଙ୍ଗର ପୁନର୍ଗଠନରେ ଅଗ୍ରଣୀ ଭୂମିକା ଗ୍ରହଣ କରୁଛି, ଯାହା ଅଧିକ ସମାନ ବୈଶ୍ଵିକ ବ୍ୟବସ୍ଥା ସୁନିଶ୍ଚିତ କରିବ।

ଏହି ଘୋଷଣାନାମାରେ ଲିଙ୍ଗଗତ ସମାନତାକୁ ଗୁରୁତ୍ୱ ଦିଆଯାଇଛି, ଯାହା ଆସନ୍ତା ବର୍ଷ ମହିଳା ସଶକ୍ତିକରଣ ଉପରେ ଏକ ସମର୍ପିତ କାର୍ଯ୍ୟକାରୀ ଗୋଷ୍ଠୀ ଗଠନ ସହିତ ସାକାର ରୂପ ନେବ। ଭାରତର ମହିଳା ସଂରକ୍ଷଣ ବିଲ୍ ୨୦୨୩, ଦେଶର ସଂସଦ ଏବଂ ରାଜ୍ୟ ବିଧାନସଭାରେ ଏକ ତୃତୀୟାଂଶ ଆସନ ମହିଳାଙ୍କ ପାଇଁ ସଂରକ୍ଷଣ କରିବ ଯାହାକି ମହିଳାଙ୍କ ନେତୃତ୍ୱାଧୀନ ବିକାଶ ପାଇଁ ଆମର ପ୍ରତିବଦ୍ଧତାକୁ ଦର୍ଶାଉଛି ।

ନୀତି ସମନ୍ଵୟ, ବିଶ୍ୱସନୀୟ ବାଣିଜ୍ୟ ଏବଂ ଉଚ୍ଚାକାଂକ୍ଷୀ ଜଳବାୟୁ କାର୍ଯ୍ୟ ଉପରେ ଗୁରୁତ୍ୱ ଦେଇ ଏହି ପ୍ରମୁଖ ପ୍ରାଥମିକତା ଗୁଡ଼ିକରେ ସହଯୋଗର ଏକ ନୂତନ ଭାବନାକୁ ନୂଆଦିଲ୍ଲୀ ଘୋଷଣାନାମାରେ ପ୍ରତିଫଳିତ କରାଯାଇଛି । ଏହା ଗର୍ବର ବିଷୟ ଯେ ଆମ ଅଧ୍ୟକ୍ଷତା କାଳରେ ଜି-୨୦ ୮୭ଟି ପରିଣାମ ବିଶିଷ୍ଟ ଏବଂ ୧୧୮ଟି ଗୃହୀତ ଦସ୍ତାବିଜ ହାସଲ କରିଛି, ଯାହା ଅତୀତ ତୁଳନାରେ ଉଲ୍ଲେଖନୀୟ ବୃଦ୍ଧି।

ଆମର ଜି-୨୦ ଅଧ୍ୟକ୍ଷତା ସମୟରେ ଭାରତ ଭୂ-ରାଜନୈତିକ ପ୍ରସଙ୍ଗ ଏବଂ ଆର୍ଥିକ ଅଭିବୃଦ୍ଧି ଏବଂ ବିକାଶ ଉପରେ ଏହାର ପ୍ରଭାବ ଉପରେ ଆଲୋଚନାର ନେତୃତ୍ୱ ନେଇଥିଲା । ଆତଙ୍କବାଦ ଏବଂ ସାଧାରଣ ନାଗରିକଙ୍କ ଅଯଥା ହତ୍ୟା ଗ୍ରହଣୀୟ ନୁହେଁ ଏବଂ ଆମକୁ ଶୂନ୍ୟ ସହନଶୀଳତା ନୀତି ସହିତ ଏହାର ସମାଧାନ କରିବାକୁ ହେବ । ଶତ୍ରୁତାକୁ ଛାଡି ମାନବିକତାକୁ ଆମେ ଗ୍ରହଣ କରିବା ଉଚିତ ଏବଂ ଏହା ଯୁଦ୍ଧର ଯୁଗ ନୁହେଁ ବୋଲି ଦୋହରାଇବା ଉଚିତ୍

ମୁଁ ଆନନ୍ଦିତ ଯେ ଆମ ଅଧ୍ୟକ୍ଷତା କାଳରେ ଭାରତ ଅସାଧାରଣ ସଫଳତା ହାସଲ କରିଛି: ଏହା ବହୁପକ୍ଷବାଦକୁ ପୁନର୍ଜୀବିତ କରିଛି, ଗ୍ଲୋବାଲ ସାଉଥର ସ୍ୱରକୁ ବିସ୍ତାର କରି, ବିକାଶକୁ ପ୍ରୋତ୍ସାହିତ କରିଛି ଏବଂ ସବୁଠି ମହିଳା ସଶକ୍ତିକରଣ ପାଇଁ ଲଢ଼େଇ କରିଛି ।

ଯେତେବେଳେ ଆମେ ବ୍ରାଜିଲକୁ ଜି-୨୦ ଅଧ୍ୟକ୍ଷତା ହସ୍ତାନ୍ତର କରୁଛୁ, ଆମର ଏହି ବିଶ୍ୱାସ ରହିଛି ଯେ ଜନସାଧାରଣ, ପୃଥିବୀ, ଶାନ୍ତି ଏବଂ ସମୃଦ୍ଧି ପାଇଁ ଆମର ସାମୂହିକ ପଦକ୍ଷେପ ଆଗାମୀ ବର୍ଷଗୁଡ଼ିକରେ ଉତ୍ତମ ପରିଣାମ ଆଣିବ ।

 

  • Babla sengupta April 20, 2025

    Babla sengupta.
  • Shubhendra Singh Gaur April 03, 2025

    जय श्री राम ।
  • Shubhendra Singh Gaur April 03, 2025

    जय श्री राम
  • Prasanth reddi March 14, 2025

    జై శ్రీ రామ్.. జై బీజేపీ... 🙏🚩🪷✌️
  • Jitendra Kumar March 03, 2025

    🇮🇳🙏❤️
  • Jayanta Kumar Bhadra January 09, 2025

    Jai 🕉 🕉
  • Chhedilal Mishra December 07, 2024

    Jai shrikrishna
  • कृष्ण सिंह राजपुरोहित भाजपा विधान सभा गुड़ामा लानी November 21, 2024

    जय श्री राम 🚩 वन्दे मातरम् जय भाजपा विजय भाजपा
  • कृष्ण सिंह राजपुरोहित भाजपा विधान सभा गुड़ामा लानी November 19, 2024

    जय श्री राम
  • कृष्ण सिंह राजपुरोहित भाजपा विधान सभा गुड़ामा लानी November 19, 2024

    जय हो
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
PM Modi Distributes Over 51,000 Appointment Letters At 15th Rozgar Mela

Media Coverage

PM Modi Distributes Over 51,000 Appointment Letters At 15th Rozgar Mela
NM on the go

Nm on the go

Always be the first to hear from the PM. Get the App Now!
...
ଏକତାର ମହାକୁମ୍ଭ - ନୂଆ ଯୁଗର ଆରମ୍ଭ
February 27, 2025

ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ

ପବିତ୍ର ସହର ପ୍ରୟାଗରାଜରେ ମହାକୁମ୍ଭ ସଫଳତାର ସହ ସମାପନ ହୋଇଛି। ଏକତାର ଏକ ବିଶାଳ ମହାଯଜ୍ଞ ସମ୍ପନ୍ନ ହୋଇଛି। ଗୋଟିଏ ରାଷ୍ଟ୍ରର ଚେତନା ଜାଗ୍ରତ ହେଲେ, ଶହ ଶହ ବର୍ଷ ପୁରୁଣା ପରାଧୀନତାର ମାନସିକତାରୁ ମୁକ୍ତ ହେଲେ, ଦେଶରେ ନୂତନ ଶକ୍ତିର ସଂଚାର ହୋଇଥାଏ । ଏହାର ପରିଣାମ ଜାନୁଆରୀ 13ରୁ ପ୍ରୟାଗରାଜରେ ଆରମ୍ଭ ହୋଇଥିବା ‘ଏକତା କା ମହାକୁମ୍ଭ’ (ଏକତାର ମହାକୁମ୍ଭ) ରେ ଦେଖିବାକୁ ମିଳିଥିଲା।

|

On January 22, 2024, during the Pran Pratishtha of the Ram Mandir in Ayodhya, I spoke about Devbhakti and Deshbhakti - devotion to the divine and to the nation. During the Mahakumbh in 22 ଜାନୁଆରୀ 2024ରେ, ଅଯୋଧ୍ୟାରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମୟରେ, ମୁଁ ଦେବ ଭକ୍ତି ଏବଂ ଦେଶ ଭକ୍ତି ବିଷୟରେ କହିଥିଲି। ପ୍ରୟାଗରାଜରେ ମହାକୁମ୍ଭ ସମୟରେ, ସାଧୁ, ସନ୍ଥ, ମହିଳା, ଶିଶୁ, ଯୁବକ, ବରିଷ୍ଠ ନାଗରିକ ଏବଂ ସମାଜର ସମସ୍ତ ବର୍ଗର ଲୋକମାନେ ଏକାଠି ହୋଇଥିଲେ। ମହାକୁମ୍ଭରେ ଆମେ ରାଷ୍ଟ୍ରର ଜାଗ୍ରତ ଚେତନାକୁ ଦେଖିଛୁ। ଏହା ଥିଲା ଏକତାର ମହାକୁମ୍ଭ, ଯେଉଁଠି 140 କୋଟି ଭାରତୀୟଙ୍କ ଆସ୍ଥା ଏହି ପବିତ୍ର ଅବସର ପାଇଁ ଏକ ସମୟରେ, ଗୋଟିଏ ସ୍ଥାନରେ ଏକତ୍ରିତ ହୋଇଥିଲା।

ପ୍ରୟାଗରାଜର ଏହି ପବିତ୍ର ଅଞ୍ଚଳ ହେଉଛି ଶୃଙ୍ଗବେରପୁର । ଏହା ଏକତା, ସୌହାର୍ଦ୍ଦ୍ୟ ଏବଂ ପ୍ରେମର ଏକ ପବିତ୍ର ଭୂମି, ଯେଉଁଠାରେ ପ୍ରଭୁ ଶ୍ରୀରାମ ଓ ନିଶାଦରାଜଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ସେମାନଙ୍କର ଏହି ସାକ୍ଷାତ ଭକ୍ତି ଓ ସଦ୍‌ଭାବନାର ସଙ୍ଗମ ଥିଲା। ଆଜି ମଧ୍ୟ ପ୍ରୟାଗରାଜ ଆମକୁ ସେହି ଭାବନା ସହ ପ୍ରେରଣା ଦେଉଛି।

|

45 ଦିନ ଧରି ମୁଁ ଦେଶର କୋଣ ଅନୁକୋଣରୁ କୋଟି କୋଟି ଲୋକଙ୍କୁ ସଙ୍ଗମକୁ ଯିବାଆସିବା କରୁଥିବାର ଦେଖିଲି। ସଙ୍ଗମସ୍ଥଳରେ ଭାବପ୍ରବଣତାର ତରଙ୍ଗ ବୃଦ୍ଧି ପାଇବାରେ ଲାଗିଥିଲା। ପ୍ରତ୍ୟେକ ଭକ୍ତ ସଙ୍ଗମରେ ବୁଡ଼ ପକାଇବାର ଆକାଂକ୍ଷା ନେଇ ଆସିଥିଲେ । ଗଙ୍ଗା, ଯମୁନା ଏବଂ ସରସ୍ୱତୀଙ୍କ ପବିତ୍ର ସଙ୍ଗମ ପ୍ରତ୍ୟେକ ତୀର୍ଥଯାତ୍ରୀଙ୍କୁ ଉତ୍ସାହ, ଶକ୍ତି ଏବଂ ଆତ୍ମବିଶ୍ୱାସରେ ଭରିଦେଇଥିଲା।

|

ପ୍ରୟାଗରାଜର ଏହି ମହାକୁମ୍ଭ ଆଧୁନିକ ପ୍ରବନ୍ଧନ ବା ମ୍ୟାନେଜମେଣ୍ଟ ପେସାଦାର, ଯୋଜନା ଏବଂ ନୀତି ବିଶେଷଜ୍ଞଙ୍କ ପାଇଁ ଏକ ଅଧ୍ୟୟନର ବିଷୟ। ବିଶ୍ୱର କୌଣସି ସ୍ଥାନରେ ଏହି ବ୍ୟାପକତାର କୌଣସି ସମାନ୍ତରାଳ ଉଦାହରଣ ନାହିଁ।

ପ୍ରୟାଗରାଜରେ ନଦୀ ସଙ୍ଗମ କୂଳରେ କୋଟି କୋଟି ଲୋକ କିପରି ଏକାଠି ହେଲେ, ତାହା ବିଶ୍ୱ ଆଶ୍ଚର୍ଯ୍ୟର ସହ ଦେଖିଲା। ଏହି ଲୋକମାନଙ୍କ ପାଖରେ କୌଣସି ଆନୁଷ୍ଠାନିକ ନିମନ୍ତ୍ରଣ ନଥିଲା, କେତେବେଳେ ଯିବେ ସେ ବିଷୟରେ କୌଣସି ପୂର୍ବ ସୂଚନା ନଥିଲା। ତଥାପି କୋଟି କୋଟି ଲୋକ ନିଜ ଇଚ୍ଛାରେ ମହାକୁମ୍ଭ ଅଭିମୁଖେ ବାହାରିଥିଲେ ଏବଂ ପବିତ୍ର ଜଳରାଶିରେ ବୁଡ଼ ପକାଇବାର ଆନନ୍ଦ ଅନୁଭବ କରିଥିଲେ।

|

ପବିତ୍ର ସ୍ନାନ ପରେ ଅପାର ଆନନ୍ଦ ଏବଂ ସନ୍ତୋଷ ପ୍ରଦାନ କରୁଥିବା ସେହି ମୁହଁ ଗୁଡ଼ିକୁ ମୁଁ ଭୁଲି ପାରିବି ନାହିଁ। ମହିଳା, ବୟସ୍କ, ଦିବ୍ୟାଙ୍ଗ ଭାଇ ଓ ଭଉଣୀ-ସମସ୍ତେ ସଙ୍ଗମରେ ପହଞ୍ଚିବାର ରାସ୍ତା ଖୋଜି ବାହାର କଲେ।

|

ଭାରତର ଯୁବକମାନଙ୍କ ବିପୁଳ ଅଂଶଗ୍ରହଣକୁ ଦେଖିବା ମୋ ପାଇଁ ବିଶେଷ ଭାବରେ ହୃଦୟସ୍ପର୍ଶୀ ଥିଲା। ମହାକୁମ୍ଭରେ ଯୁବପିଢ଼ିର ଉପସ୍ଥିତି ଏକ ଗଭୀର ବାର୍ତ୍ତା ଦେଉଛି ଯେ ଭାରତର ଯୁବବର୍ଗ ଆମର ଗୌରବମୟ ସଂସ୍କୃତି ଏବଂ ଐତିହ୍ୟର ପଥପ୍ରଦର୍ଶକ ହେବେ। ସେମାନେ ଏହାର ସଂରକ୍ଷଣ ଦିଗରେ ସେମାନଙ୍କର ଦାୟିତ୍ୱକୁ ବୁଝନ୍ତି ଏବଂ ଏହାକୁ ଆଗକୁ ନେବା ପାଇଁ ପ୍ରତିଶ୍ରୁତିବଦ୍ଧ।

ଏହି ମହାକୁମ୍ଭ ପାଇଁ ପ୍ରୟାଗରାଜରେ ପହଞ୍ଚୁଥିବା ଲୋକଙ୍କ ସଂଖ୍ୟା ନିଃସନ୍ଦେହରେ ନୂତନ ରେକର୍ଡ ସୃଷ୍ଟି କରିଛି। କିନ୍ତୁ ଶାରୀରିକ ଭାବେ ଉପସ୍ଥିତ ଥିବା ଲୋକମାନଙ୍କ ବ୍ୟତୀତ, ପ୍ରୟାଗରାଜରେ ପହଞ୍ଚି ପାରୁନଥିବା କୋଟି କୋଟି ଲୋକ ମଧ୍ୟ ଏହି ଅବସରରେ ଭାବପ୍ରବଣତାର ସହ ଗଭୀର ଭାବେ ଜଡ଼ିତ ଥିଲେ। ତୀର୍ଥଯାତ୍ରୀମାନେ ନେଇ ଆସୁଥିବା ପବିତ୍ର ଜଳ ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଆଧ୍ୟାତ୍ମିକ ଆନନ୍ଦର ଉତ୍ସ ପାଲଟିଥିଲା। ମହାକୁମ୍ଭରୁ ଫେରୁଥିବା ଅନେକଙ୍କୁ ସେମାନଙ୍କ ଗ୍ରାମରେ ସମ୍ମାନର ସହ ସ୍ୱାଗତ କରାଯାଇଥିଲା, ସମାଜ ଦ୍ୱାରା ସମ୍ମାନିତ କରାଯାଇଥିଲା।

|

ଗତ କିଛି ସପ୍ତାହ ମଧ୍ୟରେ ଯାହା ଘଟିଛି ତାହା ଅଭୂତପୂର୍ବ ଏବଂ ଆଗାମୀ ଶତାବ୍ଦୀ ପାଇଁ ଏକ ମୂଳଦୁଆ ପକାଇଛି।

ସମସ୍ତଙ୍କ କଳ୍ପନା ଠାରୁ ଯଥେଷ୍ଟ ଅଧିକ ସଂଖ୍ୟକ ଭକ୍ତ ପ୍ରୟାଗରାଜରେ ପହଞ୍ଚିଥିଲେ। କୁମ୍ଭର ପୂର୍ବ ଅଭିଜ୍ଞତାକୁ ଆଧାର କରି ପ୍ରଶାସନ ଉପସ୍ଥାନର ଆକଳନ କରିଥିଲା।

ଆମେରିକାର ପ୍ରାୟ ଦୁଇଗୁଣ ଜନସଂଖ୍ୟା ଏହି ଏକତାର ମହାକୁମ୍ଭରେ ଅଂଶଗ୍ରହଣ କରିଥିଲେ।

ଆଧ୍ୟାତ୍ମିକ ବିଦ୍ୱାନମାନେ ଯଦି କୋଟି କୋଟି ଭାରତୀୟଙ୍କ ଉତ୍ସାହୀ ଅଂଶଗ୍ରହଣକୁ ବିଶ୍ଳେଷଣ କରନ୍ତି, ତେବେ ସେମାନେ ଦେଖିବେ ଯେ ଭାରତ ନିଜର ଐତିହ୍ୟକୁ ନେଇ ଗର୍ବିତ ଏବଂ ବର୍ତ୍ତମାନ ଦେଶ ଏକ ନୂତନ ଶକ୍ତି ସହିତ ଆଗକୁ ବଢ଼ୁଛି। ଏହା ଏକ ନୂତନ ଯୁଗର ପ୍ରାରମ୍ଭ ଏବଂ ଏହି ମହାକୁମ୍ଭ ନୂତନ ଭାରତର ଭବିଷ୍ୟତ ଲେଖିବ ବୋଲି ମୋର ବିଶ୍ୱାସ ରହିଛି ।

|

For thousands of years, the Mahakumbh has strengthened India's national consciousness. Every Purnakumbh used to witness a gathering of saints, scholars and thinkers deliberating upon the state of ହଜାର ହଜାର ବର୍ଷ ଧରି, ମହାକୁମ୍ଭ ଭାରତର ଜାତୀୟ ଚେତନାକୁ ସୁଦୃଢ଼ କରିଛି। ଅତୀତରେ ପ୍ରତ୍ୟେକ ପୂର୍ଣ୍ଣ କୁମ୍ଭରେ ସନ୍ଥ, ବିଦ୍ୱାନ ଏବଂ ଚିନ୍ତାନାୟକମାନେ ନିଜ ସମୟର ସମାଜର ସ୍ଥିତି ଉପରେ ବିଚାରବିମର୍ଶ କରୁଥିବା ଦେଖିବାକୁ ମିଳୁଥିଲା। ସେମାନଙ୍କ ବିଚାରର ପ୍ରତିଫଳନ ଦେଶ ଏବଂ ସମାଜକୁ ଏକ ନୂତନ ଦିଗ ପ୍ରଦାନ କରୁଥିଲା। ପ୍ରତି ଛଅ ବର୍ଷରେ, ଅର୍ଦ୍ଧକୁମ୍ଭ ସମୟରେ, ଏହି ବିଚାରଗୁଡ଼ିକର ସମୀକ୍ଷା କରାଯାଇଥିଲା। 144 ବର୍ଷ ଧରି ଚାଲିଥିବା 12ଟି ପୂର୍ଣ୍ଣ କୁମ୍ଭ ଘଟଣା ପରେ, ପୁରୁଣା ପରମ୍ପରାକୁ ପରିତ୍ୟାଗ କରାଯାଉଥିଲା, ନୂତନ ଚିନ୍ତାଧାରାକୁ ଗ୍ରହଣ କରାଯାଇଥିଲା ଏବଂ ସମୟ ସହିତ ଆଗକୁ ବଢ଼ିବା ପାଇଁ ନୂତନ ପରମ୍ପରା ସୃଷ୍ଟି କରାଯାଇଥିଲା।

144 ବର୍ଷ ପରେ, ଏହି ମହାକୁମ୍ଭରେ, ଆମର ସନ୍ଥମାନେ ପୁନର୍ବାର ଭାରତର ବିକାଶ ପାଇଁ ଏକ ନୂତନ ବାର୍ତ୍ତା ଦେଇଛନ୍ତି । ସେହି ବାର୍ତ୍ତା ହେଉଛି - ବିକଶିତ ଭାରତ ।

ଏହି ଏକତାର ମହାକୁମ୍ଭରେ ପ୍ରତ୍ୟେକ ତୀର୍ଥଯାତ୍ରୀ, ଧନୀ ହୁଅନ୍ତୁ ଅବା ଗରିବ, ଯୁବ ହୁଅନ୍ତୁ ଅବା ବୃଦ୍ଧ, ଗାଁ ଅବା ସହରରୁ, ଭାରତ ହେଉ କି ବିଦେଶ, ପୂର୍ବ ହେଉ କି ପଶ୍ଚିମ, ଉତ୍ତର ହେଉ କି ଦକ୍ଷିଣ, ଜାତି, ଧର୍ମ ଏବଂ ବିଚାର ନିର୍ବିଶେଷରେ ଏକାଠି ହୋଇଥିଲେ। ଏହା ‘ଏକ ଭାରତ ଶ୍ରେଷ୍ଠ ଭାରତ’ ପରିକଳ୍ପନାର ପ୍ରତିମୂର୍ତ୍ତି ଥିଲା, ଯାହା କୋଟି କୋଟି ଲୋକଙ୍କ ମଧ୍ୟରେ ଆତ୍ମବିଶ୍ୱାସ ଭରିଥିଲା। ଏବେ ଆମକୁ ଏକ ବିକଶିତ ଭାରତ ନିର୍ମାଣର ଲକ୍ଷ୍ୟ ପାଇଁ ସମାନ ଭାବନା ନେଇ ଏକାଠି ହେବାକୁ ପଡ଼ିବ।

|

ମୋର ଗୋଟିଏ କଥା ମନେ ପଡ଼ୁଛି । ଭଗବାନ ଶ୍ରୀକୃଷ୍ଣ ଛୋଟ ଥିବା ସମୟରେ ନିଜ ପାଟିରେ ମା’ ଯଶୋଦାଙ୍କୁ ସମ୍ପୂର୍ଣ୍ଣ ବ୍ରହ୍ମାଣ୍ଡର ଚିତ୍ର ଦେଖାଇଥିଲେ। ସେହିପରି, ଏହି ମହାକୁମ୍ଭରେ ଭାରତ ଓ ବିଶ୍ୱର ଲୋକମାନେ ଭାରତର ସାମୂହିକ ଶକ୍ତିର ବ୍ୟାପକ ସମ୍ଭାବନାକୁ ଦେଖିଛନ୍ତି । ଏବେ ଆମକୁ ଏହି ଆତ୍ମବିଶ୍ୱାସର ସହିତ ଆଗକୁ ବଢ଼ିବାକୁ ହେବ ଏବଂ ଏକ ବିକଶିତ ଭାରତ ଗଠନ ଦିଗରେ ନିଜକୁ ସମର୍ପିତ କରିବାକୁ ହେବ।

ଏହାପୂର୍ବରୁ ଭକ୍ତି ଆନ୍ଦୋଳନର ସନ୍ଥମାନେ ସମଗ୍ର ଭାରତରେ ଆମର ସାମୂହିକ ସଂକଳ୍ପର ଶକ୍ତିକୁ ଚିହ୍ନଟ କରିଥିଲେ ଏବଂ ପ୍ରୋତ୍ସାହିତ କରିଥିଲେ। ସ୍ୱାମୀ ବିବେକାନନ୍ଦଙ୍କ ଠାରୁ ଆରମ୍ଭ କରି ଶ୍ରୀ ଅରବିନ୍ଦଙ୍କ ପର୍ଯ୍ୟନ୍ତ ପ୍ରତ୍ୟେକ ମହାନ ଚିନ୍ତାନାୟକ ଆମକୁ ଆମ ସାମୂହିକ ସଂକଳ୍ପର ଶକ୍ତି ବିଷୟରେ ସ୍ମରଣ କରାଇ ଦେଇଥିଲେ। ଏପରିକି ମହାତ୍ମା ଗାନ୍ଧୀ ମଧ୍ୟ ସ୍ୱାଧୀନତା ଆନ୍ଦୋଳନ ସମୟରେ ଏହା ଅନୁଭବ କରିଥିଲେ। ସ୍ୱାଧୀନତା ପରେ, ଯଦି ଏହି ସାମୂହିକ ଶକ୍ତିକୁ ସଠିକ୍ ଭାବରେ ସ୍ୱୀକୃତି ଦିଆଯାଇଥାନ୍ତା ଏବଂ ସମସ୍ତଙ୍କ କଲ୍ୟାଣକୁ ପ୍ରୋତ୍ସାହିତ କରିବା ଦିଗରେ ଏହାର ଉପଯୋଗ କରାଯାଇଥା’ନ୍ତା, ତେବେ ଏହା ଗୋଟିଏ ନୂତନ ଭାବେ ସ୍ୱାଧୀନ ରାଷ୍ଟ୍ର ପାଇଁ ଏକ ମହାଶକ୍ତି ହୋଇପାରିଥାନ୍ତା। ଦୁର୍ଭାଗ୍ୟବଶତଃ, ପୂର୍ବରୁ ଏହା କରାଯାଇ ନଥିଲା। କିନ୍ତୁ ବର୍ତ୍ତମାନ, ଏକ ବିକଶିତ ଭାରତ ପାଇଁ ଲୋକମାନଙ୍କର ଏହି ସାମୂହିକ ଶକ୍ତି ଯେପରି ଭାବେ ଏକାଠି ହେଉଛି, ତାହା ଦେଖି ମୁଁ ଆନନ୍ଦିତ ।

|

ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦଙ୍କ ପର୍ଯ୍ୟନ୍ତ, ପ୍ରାଚୀନ ଶାସ୍ତ୍ରଠାରୁ ଆରମ୍ଭ କରି ଆଧୁନିକ ଉପଗ୍ରହ ପର୍ଯ୍ୟନ୍ତ, ଭାରତର ମହାନ ପରମ୍ପରା ଏହି ରାଷ୍ଟ୍ରକୁ ରୂପ ଦେଇଛି । ଜଣେ ନାଗରିକ ଭାବେ ମୁଁ ପ୍ରାର୍ଥନା କରୁଛି ଯେ ଆମେ ଆମର ପୂର୍ବପୁରୁଷ ଏବଂ ସନ୍ଥମାନଙ୍କ ସ୍ମୃତିରୁ ନୂତନ ପ୍ରେରଣା ପାଇବା। ଏହି ଏକତାର ମହାକୁମ୍ଭ ଆମକୁ ନୂତନ ସଂକଳ୍ପ ସହିତ ଆଗକୁ ବଢିବାରେ ସାହାଯ୍ୟ କରୁ। ଆସନ୍ତୁ ଏକତାକୁ ଆମର ମାର୍ଗଦର୍ଶକ ନୀତି କରିବା । ‘‘ରାଷ୍ଟ୍ରର ସେବା ହେଉଛି ଈଶ୍ୱରଙ୍କ ସେବା’’, ଆସନ୍ତୁ ଆମେ ଏହି ବୁଝାମଣା ସହିତ କାର୍ଯ୍ୟ କରିବା ।

କାଶୀରେ ମୋର ନିର୍ବାଚନ ପ୍ରଚାର ସମୟରେ, ମୁଁ କହିଥିଲି, ‘‘ମା’ ଗଙ୍ଗା ମୋତେ ଡାକିଛନ୍ତି ।’’ ଏହା କେବଳ ଏକ ଭାବପ୍ରବଣତା ନଥିଲା, ବରଂ ଆମର ପବିତ୍ର ନଦୀଗୁଡ଼ିକର ସ୍ୱଚ୍ଛତା ପ୍ରତି ଦାୟିତ୍ୱର ଏକ ଆହ୍ୱାନ ମଧ୍ୟ ଥିଲା। ପ୍ରୟାଗରାଜରେ ଗଙ୍ଗା, ଯମୁନା ଏବଂ ସରସ୍ୱତୀଙ୍କ ସଙ୍ଗମ ସ୍ଥଳରେ ଠିଆ ହୋଇ ମୋର ସଂକଳ୍ପ ଆହୁରି ଦୃଢ଼ ହୋଇଗଲା। ଆମ ନଦୀଗୁଡ଼ିକର ସ୍ୱଚ୍ଛତା ଆମ ନିଜ ଜୀବନ ସହିତ ଗଭୀର ଭାବେ ଜଡ଼ିତ। ବଡ଼ ହେଉ କିମ୍ବା ଛୋଟ, ଆମ ନଦୀଗୁଡ଼ିକୁ ଜୀବନଦାୟିନୀ ମା’ ଭାବେ ସମ୍ମାନ କରିବା ଆମର ଦାୟିତ୍ୱ। ଏହି ମହାକୁମ୍ଭ ଆମକୁ ଆମ ନଦୀଗୁଡ଼ିକର ସ୍ୱଚ୍ଛତା ଦିଗରେ କାର୍ଯ୍ୟ କରିବା ପାଇଁ ପ୍ରେରଣା ଦେଇଛି।

|

ମୁଁ ଜାଣେ ଯେ ଏତେ ବଡ଼ କାର୍ଯ୍ୟକ୍ରମ ଆୟୋଜନ କରିବା ସହଜ କାମ ନଥିଲା। ଯଦି ଆମର ଭକ୍ତିରେ କୌଣସି ତ୍ରୁଟି ଥାଏ ତେବେ ଆମକୁ କ୍ଷମା କରନ୍ତୁ ବୋଲି ମୁଁ ମା’ ଗଙ୍ଗା, ମା’ ଯମୁନା ଏବଂ ମା’ ସରସ୍ୱତୀଙ୍କୁ ପ୍ରାର୍ଥନା କରୁଛି । ମୁଁ ଜନତା ଜନାର୍ଦ୍ଦନ, ଜନସାଧାରଣଙ୍କୁ ଦେବତ୍ୱର ପ୍ରତିମୂର୍ତ୍ତି ଭାବେ ଦେଖୁଛି। ଯଦି ସେମାନଙ୍କ ସେବା କରିବା ପାଇଁ ଆମ ପ୍ରୟାସରେ କୌଣସି ତ୍ରୁଟି ରହିଛି, ତେବେ ମୁଁ ଜନସାଧାରଣଙ୍କୁ କ୍ଷମା ପ୍ରାର୍ଥନା କରୁଛି।

ଭକ୍ତି ଭାବନା ନେଇ କୋଟି କୋଟି ଲୋକ ମହାକୁମ୍ଭକୁ ଆସିଥିଲେ। ସେମାନଙ୍କର ସେବା କରିବା ମଧ୍ୟ ଏକ ଦାୟିତ୍ୱ ଥିଲା ଯାହା ସମାନ ଭକ୍ତିର ଭାବନା ସହିତ କାର୍ଯ୍ୟକାରୀ ହୋଇଥିଲା। ଉତ୍ତର ପ୍ରଦେଶର ଜଣେ ସାଂସଦ ଭାବେ ମୁଁ ଗର୍ବର ସହ କହିପାରିବି ଯେ ଯୋଗୀ ଜୀଙ୍କ ନେତୃତ୍ୱରେ ପ୍ରଶାସନ ଏବଂ ଲୋକମାନେ ମିଳିତ ଭାବେ ଏହି ଏକତାର ମହାକୁମ୍ଭକୁ ସଫଳ କରିବା ପାଇଁ କାର୍ଯ୍ୟ କରିଥିଲେ। ରାଜ୍ୟ ହେଉ କିମ୍ବା କେନ୍ଦ୍ର, ସେଠାରେ କୌଣସି ଶାସକ କିମ୍ବା ପ୍ରଶାସକ ନଥିଲେ। ଏହା ପରିବର୍ତ୍ତେ ସମସ୍ତେ ଜଣେ ଉତ୍ସର୍ଗୀକୃତ ସେବକ ଥିଲେ। ସଫେଇ କର୍ମଚାରୀ, ପୁଲିସ, ଡଙ୍ଗାଚାଳକ, ଡ୍ରାଇଭର, ଖାଦ୍ୟ ପରିବେଷଣ କରୁଥିବା ଲୋକ-ସମସ୍ତେ ଅକ୍ଳାନ୍ତ ପରିଶ୍ରମ କରିଥିଲେ। ଅନେକ ଅସୁବିଧାର ସମ୍ମୁଖୀନ ହେବା ସତ୍ତ୍ୱେ ପ୍ରୟାଗରାଜର ଲୋକମାନେ ଯେଭଳି ଭାବେ ତୀର୍ଥଯାତ୍ରୀମାନଙ୍କୁ ଖୋଲା ହୃଦୟରେ ସ୍ୱାଗତ କରିଥିଲେ, ତାହା ବିଶେଷ ଭାବେ ପ୍ରେରଣାଦାୟୀ ଥିଲା। ମୁଁ ସେମାନଙ୍କୁ ଏବଂ ଉତ୍ତର ପ୍ରଦେଶର ଜନସାଧାରଣଙ୍କୁ ହୃଦୟରୁ କୃତଜ୍ଞତା ଓ ଧନ୍ୟବାଦ ଜ୍ଞାପନ କରୁଛି।

|

ଆମ ଦେଶର ଉଜ୍ଜ୍ୱଳ ଭବିଷ୍ୟତ ଉପରେ ମୋର ସର୍ବଦା ଅତୁଟ ବିଶ୍ୱାସ ରହିଛି। ଏହି ମହାକୁମ୍ଭକୁ ଦେଖିବା ଦ୍ୱାରା ମୋର ବିଶ୍ୱାସ ଅନେକ ଗୁଣ ବୃଦ୍ଧି ପାଇଛି।

140 କୋଟି ଭାରତୀୟ ଯେଉଁଭଳି ଭାବେ ଏକତାର ମହାକୁମ୍ଭକୁ ଏକ ବିଶ୍ୱସ୍ତରୀୟ ସମାରୋହରେ ପରିଣତ କରିଛନ୍ତି, ତାହା ବାସ୍ତବରେ ଚମତ୍କାର। ଆମ ଲୋକମାନଙ୍କ ସମର୍ପଣ, ଭକ୍ତି ଏବଂ ପ୍ରୟାସ ଦ୍ୱାରା ଅନୁପ୍ରାଣିତ ହୋଇ, ମୁଁ ଖୁବଶୀଘ୍ର ଦ୍ୱାଦଶ ଜ୍ୟୋତିର୍ଲିଙ୍ଗଙ୍କ ମଧ୍ୟରେ ପ୍ରଥମ ଶ୍ରୀ ସୋମନାଥଙ୍କୁ ଦର୍ଶନ କରିବି । ତାଙ୍କୁ ଏହି ଶ୍ରଦ୍ଧାରୂପୀ ସଂକଳ୍ପ ପୁଷ୍ପ ସମର୍ପଣ କରି ପ୍ରତ୍ୟେକ ଭାରତୀୟଙ୍କ ପାଇଁ ପ୍ରାର୍ଥନା କରିବି। ଦେଶବାସୀଙ୍କ ମଧ୍ୟରେ ଏକତାର ଏହି ଅବିରତ ଧାରା ପ୍ରବାହିତ ହୋଇ ଚାଲିବା ପାଇଁ କାମନା କରିବି ।

ମହାକୁମ୍ଭର ଭୌତିକ ସ୍ୱରୂପ ମହାଶିବରାତ୍ରୀ ଉପଲକ୍ଷେ ସଫଳତାର ସହ ସମାପ୍ତ ହୋଇଥାଇପାରେ, କିନ୍ତୁ ଗଙ୍ଗାର ଶାଶ୍ୱତ ପ୍ରବାହ ପରି ମହାକୁମ୍ଭ ଜାଗ୍ରତ କରିଥିବା ଆଧ୍ୟାତ୍ମିକ ଶକ୍ତି, ଜାତୀୟ ଚେତନା ଏବଂ ଏକତା ଆମକୁ ଆଗାମୀ ଅନେକ ପିଢ଼ି ପର୍ଯ୍ୟନ୍ତ ପ୍ରେରଣା ଯୋଗାଇବ ।