ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଚୌଧୁରୀ ଚରଣ ସିଂହଙ୍କୁ ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରାଯିବା ସମ୍ପର୍କରେ ଘୋଷଣା କରିଛନ୍ତି ।
କୃଷକଙ୍କ ଅଧିକାର ଏବଂ ସେମାନଙ୍କ କଲ୍ୟାଣ ପାଇଁ ତାଙ୍କ ସମଗ୍ର ଜୀବନ ଉତ୍ସର୍ଗ କରିଥିବାରୁ ସେ ସ୍ୱର୍ଗତ ନେତାଙ୍କୁ ପ୍ରଶଂସା କରିଥିଲେ ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :
ଆମ ସରକାରଙ୍କର ଏହା ସୌଭାଗ୍ୟ ଯେ, ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହ ଜୀଙ୍କୁ ଭାରତ ରତ୍ନ ପ୍ରଦାନ କରାଯାଉଛି । ଏହି ସମ୍ମାନ ଦେଶ ପ୍ରତି ତାଙ୍କ ଅତୁଳନୀୟ ଅବଦାନ ପାଇଁ ସମର୍ପିତ । କୃଷକଙ୍କ ଅଧିକାର ଏବଂ ସେମାନଙ୍କ କଲ୍ୟାଣ ପାଇଁ ସେ ତାଙ୍କର ସମଗ୍ର ଜୀବନ ଉତ୍ସର୍ଗୀକୃତ କରି ଦେଇଥିଲେ । ସେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଥିବା ସମୟରେ ହେଉ କିମ୍ବା ଦେଶର ଗୃହ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇବା ସମୟରେ ଏବଂ ଜଣେ ବିଧାୟକ ଭାବରେ ମଧ୍ୟ ସେ ସର୍ବଦା ରାଷ୍ଟ୍ର ନିର୍ମାଣକୁ ଗତି ପ୍ରଦାନ କରିଥିଲେ । ସେ ମଧ୍ୟ ଜରୁରୀକାଳୀନ ପରିସ୍ଥିତି ବିରୋଧରେ ଦୃଢ଼ତାର ସହ ଦଣ୍ଡାୟମାନ ହୋଇଥିଲେ । ଆମର କୃଷକ ଭାଇ ଭଉଣୀମାନଙ୍କ ପ୍ରତି ତାଙ୍କର ସମର୍ପଣ ଭାବ ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ଗଣତନ୍ତ୍ର ପ୍ରତି ତାଙ୍କର ପ୍ରତିବଦ୍ଧତା ସମଗ୍ର ଦେଶକୁ ପ୍ରେରଣା ଦେବା ଭଳି । "
हमारी सरकार का यह सौभाग्य है कि देश के पूर्व प्रधानमंत्री चौधरी चरण सिंह जी को भारत रत्न से सम्मानित किया जा रहा है। यह सम्मान देश के लिए उनके अतुलनीय योगदान को समर्पित है। उन्होंने किसानों के अधिकार और उनके कल्याण के लिए अपना पूरा जीवन समर्पित कर दिया था। उत्तर प्रदेश के… pic.twitter.com/gB5LhaRkIv
— Narendra Modi (@narendramodi) February 9, 2024