ମହାରାଷ୍ଟ୍ରର ଜଲଗାଓଁଠାରେ ଘଟିଥିବା ଟ୍ରକ ଦୁର୍ଘଟଣାର ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନୁକମ୍ପା ରାଶି ଅନୁମୋଦନ କରିଛନ୍ତି ।
ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ କୁହାଯାଇଛି ଯେ, ମହାରାଷ୍ଟ୍ରର ଜଲଗାଓଁଠାରେ ଘଟିଥିବା ହୃଦୟ ବିଦାରକ ଟ୍ରକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନୁମୋଦନ କରିଛନ୍ତି । ସେହିଭଳି ଗୁରୁତର ଭାବେ ଆହତ ବ୍ୟକ୍ତିମାନଙ୍କୁ 50 ହଜାର ଟଙ୍କା ପ୍ରଦାନ କରାଯିବ" ।
PM @narendramodi has approved an ex-gratia of Rs. 2 lakh each from Prime Minister’s National Relief Fund for the next of kin of those who have lost their lives due to the tragic truck accident in Jalgaon, Maharashtra. Rs. 50,000 would be given to those seriously injured.
— PMO India (@PMOIndia) February 15, 2021