Quote“କାଶୀ ଜ୍ଞାନ, କର୍ତ୍ତବ୍ୟ ଏବଂ ସତ୍ୟର ଭଣ୍ଡାର ଭାବରେ ଜଣାଶୁଣା ଏବଂ ଏହା ପ୍ରକୃତରେ ଭାରତର ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ରାଜଧାନୀ”
Quote“ଭାରତରେ ଆମେ ଆମର ଚିରସ୍ଥାୟୀ ଏବଂ ବିବିଧ ସଂସ୍କୃତି ପାଇଁ ଗର୍ବିତ । ଆମେ ଆମର ଦୃଶ୍ୟମାନ ସାଂସ୍କୃତିକ ଐତିହ୍ୟକୁ ମଧ୍ୟ ବହୁତ ଗୁରୁତ୍ୱ ପ୍ରଦାନ କରିଥାଉ”
Quote‘ଯୁଗେ ଯୁଗେ ଭାରତ' ଜାତୀୟ ସଂଗ୍ରହାଳୟ ସମ୍ପୂର୍ଣ୍ଣ ହେଲେ ଭାରତର ୫,୦୦୦ ବର୍ଷର ଇତିହାସ ଓ ସଂସ୍କୃତିକୁ ଦର୍ଶାଉଥିବା ବିଶ୍ୱର ସର୍ବବୃହତ ସଂଗ୍ରହାଳୟ ଭାବେ ଉଭା ହେବ
Quote" ଦୃଶ୍ୟମାନ ଐତିହ୍ୟର କେବଳ ଭୌତିକ ମୂଲ୍ୟ ନଥାଏ ବରଂ ଏହା ଏକ ରାଷ୍ଟ୍ରର ଇତିହାସ ଏବଂ ପରିଚୟ ମଧ୍ୟ ଅଟେ”
Quoteଅର୍ଥନୈତିକ ଅଭିବୃଦ୍ଧି ଓ ବିବିଧତା ପାଇଁ ଐତିହ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତି ଏବଂ ଏହା ଭାରତର ‘ବିକାଶ ଭି ବିରାସତ ଭି' (ବିକାଶ ସହିତ ଐତିହ୍ୟ ମଧ୍ୟ) ମନ୍ତ୍ରରେ ପ୍ରତିଫଳିତ ହୋଇଛି ।
Quote"ସଂସ୍କୃତି ଗୋଷ୍ଠୀ ସୃଜନଶୀଳତା, ବାଣିଜ୍ୟ ଏବଂ ସହଯୋଗ ଭଳି ଚାରୋଟି ସି (C) ର ଗୁରୁତ୍ୱକୁ ପ୍ରତିଫଳିତ କରିଥାଏ”
Quoteପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବାରଣାସୀ ଠାରେ ଆୟୋଜିତ ଜି - ୨୦ ସଂସ୍କୃତି ମନ୍ତ୍ରୀ ବୈଠକକୁ ଭିଡିଓ ଲିଙ୍କ୍ ମାଧ୍ୟମରେ ସମ୍ବୋଧିତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବାରଣାସୀ ଠାରେ ଆୟୋଜିତ ଜି - ୨୦ ସଂସ୍କୃତି ମନ୍ତ୍ରୀ ବୈଠକକୁ ଭିଡିଓ ଲିଙ୍କ୍ ମାଧ୍ୟମରେ ସମ୍ବୋଧିତ କରିଛନ୍ତି ।   

କାଶୀ ନାମରେ ପରିଚିତ ବାରାଣସୀ ଠାରେ ପ୍ରଧାନମନ୍ତ୍ରୀ ଅତିଥି ମାନଙ୍କୁ ସ୍ୱାଗତ କରିଥିଲେ ଏବଂ ଏହି ସହର ତାଙ୍କ ସଂସଦୀୟ କ୍ଷେତ୍ର ହୋଇ ଥିବାରୁ ଏଠାରେ ଜି- ୨୦ ସଂସ୍କୃତି ମନ୍ତ୍ରୀମାନଙ୍କ ବୈଠକ ଅନୁଷ୍ଠିତ ହେଉ ଥିବାରୁ ସେ ଆନନ୍ଦ ପ୍ରକାଶ କରିଥିଲେ । କାଶୀକୁ ଅନ୍ୟତମ ପୁରାତନ ଜୀବନ୍ତ ସହର ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ନିକଟସ୍ଥ ସାରନାଥ ସହର ବିଷୟରେ କହିଥିଲେ, ଯେଉଁଠାରେ ଭଗବାନ ବୁଦ୍ଧ ତାଙ୍କର ପ୍ରଥମ ଧର୍ମୋପଦେଶ ଦେଇଥିଲେ । "କାଶୀ ଜ୍ଞାନ, କର୍ତ୍ତବ୍ୟ ଏବଂ ସତ୍ୟର ଭଣ୍ଡାର ଭାବରେ ଜଣାଶୁଣା ଏବଂ ଏହା ପ୍ରକୃତରେ ଭାରତର ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ରାଜଧାନୀ” ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ଏବଂ ଅତିଥି ମାନଙ୍କୁ ଗଙ୍ଗା ଆରତୀ କାର୍ଯ୍ୟକ୍ରମ ଦେଖିବା ନିମନ୍ତେ, ସାରନାଥ ପରିଦର୍ଶନ କରିବା ପାଇଁ ଏବଂ କାଶୀର ବ୍ୟଞ୍ଜନର ସ୍ୱାଦ ଚାଖିବା ପାଇଁ ପରାମର୍ଶ ଦେଇଥିଲେ ।

ସଂସ୍କୃତିର ଅନ୍ତର୍ନିହିତ ସମ୍ଭାବନା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଜି - ୨୦ ସଂସ୍କୃତି ମନ୍ତ୍ରୀ ଗୋଷ୍ଠୀର କାର୍ଯ୍ୟ ସମଗ୍ର ମାନବଜାତି ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଭାରତରେ ଆମେ ଆମର ଚିରସ୍ଥାୟୀ ଏବଂ ବିବିଧ ସଂସ୍କୃତି ପାଇଁ ଗର୍ବିତ । ଆମେ ଆମର ଦୃଶ୍ୟମାନ / ସ୍ଥାୟୀ ସାଂସ୍କୃତିକ ଐତିହ୍ୟକୁ ମଧ୍ୟ ବହୁତ ଗୁରୁତ୍ୱ ଦେଉଛୁ” ବୋଲି ଶ୍ରୀ ମୋଦୀ କହିଥିଲେ । ସେ କହିଥିଲେ ଯେ ଭାରତ ଏହାର ଐତିହ୍ୟସ୍ଥଳୀ ଗୁଡ଼ିକର ସଂରକ୍ଷଣ ଏବଂ ପୁନରୁଦ୍ଧାର ପାଇଁ କଠିନ ପରିଶ୍ରମ କରୁଛି । ଦେଶର ସାଂସ୍କୃତିକ ସମ୍ପତ୍ତି ଓ କଳାକାର ମାନଙ୍କୁ ଜାତୀୟ ସ୍ତରରେ ତଥା ଗ୍ରାମ ସ୍ତରରେ ମାନଚିତ୍ରଣ କରିବା ପାଇଁ ସେ ଉଲ୍ଲେଖ କରିଥିଲେ । ସେ ଭାରତର ସଂସ୍କୃତିକୁ ପାଳନ କରିବା ପାଇଁ ଅନେକ କେନ୍ଦ୍ର ନିର୍ମାଣ କରିବା ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ ଏବଂ ଦେଶର ବିଭିନ୍ନ ସ୍ଥାନରେ ଅବସ୍ଥିତ ଆଦିବାସୀ ସଂଗ୍ରହାଳୟ, ଯାହା ଭାରତର ଆଦିବାସୀ ସମ୍ପ୍ରଦାୟର ଜୀବନ୍ତ ସଂସ୍କୃତିକୁ ପ୍ରଦର୍ଶିତ କରେ ତାହାର ଉଦାହରଣ ଦେଇଥିଲେ । ନୂଆଦିଲ୍ଲୀ ଠାରେ ଥିବା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତର ଗଣତାନ୍ତ୍ରିକ ଐତିହ୍ୟକୁ ପ୍ରଦର୍ଶିତ କରିବା ପାଇଁ ଏହା ଏକ ପ୍ରକାରର ପ୍ରୟାସ । ସେ “ୟୁଗେ ଯୁଗେ ଭାରତ' ଜାତୀୟ ସଂଗ୍ରହାଳୟର ବିକାଶ ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ, ଯାହା ସମ୍ପୂର୍ଣ୍ଣ ହେବା ପରେ ଭାରତର ୫,୦୦୦ ବର୍ଷରୁ ଅଧିକ ସମୟର ଇତିହାସ ଏବଂ ସଂସ୍କୃତିକୁ ପ୍ରଦର୍ଶିତ କରୁଥିବା ବିଶ୍ୱର ସର୍ବବୃହତ ସଂଗ୍ରହାଳୟ ଭାବରେ ଠିଆ ହେବ । ୨୦୧୪ ମସିହାରୁ ଭାରତ ଏଭଳି ଶତାଧିକ କଳାକୃତିକୁ ଫେରାଇ ଆଣିଛି ଯାହା ଏହାର ପ୍ରାଚୀନ ସଭ୍ୟତାର ଗୌରବକୁ ପ୍ରଦର୍ଶିତ କରୁଛି ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଜୀବନ୍ତ ଐତିହ୍ୟ ତଥା ‘କଲଚର୍ ଫର ଲାଇଫ୍‌’ ପ୍ରତି ଅବଦାନକୁ ସେ ପ୍ରଶଂସା କରିଥିଲେ । ଶେଷରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସାଂସ୍କୃତିକ ଐତିହ୍ୟ କେବଳ ପଥରରେ ଖୋଦେଇ କରାଯାଏ ନାହିଁ, ବରଂ ପରମ୍ପରା, ରୀତିନୀତି ଏବଂ ପର୍ବପର୍ବାଣୀ ଗୁଡିକୁ ମଧ୍ୟ ପର ପିଢ଼ିକୁ ପ୍ରଦାନ କରାଯାଏ । କାର୍ଯ୍ୟକାରୀ ଗୋଷ୍ଠୀର ପ୍ରୟାସ ନିରନ୍ତର ଅଭ୍ୟାସ ଏବଂ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବ ବୋଲି ପ୍ରଧାନମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଥିଲେ ।

ଅର୍ଥନୈତିକ ଅଭିବୃଦ୍ଧି ଏବଂ ବିବିଧତା ପାଇଁ ଐତିହ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତି ଏବଂ ଏହା ଭାରତର ‘ବିକାଶ ଭି , ବିରାସତ ଭି' (ବିକାଶ ସହିତ ଐତିହ୍ୟ ମଧ୍ୟ) ମନ୍ତ୍ରରେ ପ୍ରତିଫଳିତ ହୋଇଛି , ଯାହାର ଅର୍ଥ ହେଉଛି ବିକାଶ ସହିତ ଐତିହ୍ୟର ସଂରକ୍ଷଣ । ପ୍ରାୟ ୩,୦୦୦ ଅନନ୍ୟ କଳାକୃତି ଏବଂ ହସ୍ତଶିଳ୍ପ ସହିତ ୨,୦୦୦ ବର୍ଷର ପରୁଣା ଶିଳ୍ପକାରିଗରୀ ଐତିହ୍ୟ ପାଇଁ ଭାରତ ଗର୍ବିତ” ବୋଲି କହିବା ସହିତ ପ୍ରଧାନମନ୍ତ୍ରୀ ‘ଗୋଟିଏ ଜିଲ୍ଲା, ଗୋଟିଏ ଉତ୍ପାଦ’ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ ଯାହା ଏକା ସାଙ୍ଗରେ ଆତ୍ମନିର୍ଭରଶୀଳତାକୁ ପ୍ରୋତ୍ସାହିତ କରିବା ସହିତ ଭାରତୀୟ ଶିଳ୍ପକାରିଗରୀର ସ୍ୱତନ୍ତ୍ରତାକୁ ପ୍ରଦର୍ଶିତ କରେ । ସାଂସ୍କୃତିକ ଏବଂ ସୃଜନଶୀଳ ଉଦ୍ୟୋଗକୁ ପ୍ରୋତ୍ସାହିତ କରିବା ଦିଗରେ ଜି- ୨୦ ରାଷ୍ଟ୍ର ଗୁଡ଼ିକର ପ୍ରୟାସ ଗଭୀର ଗୁରୁତ୍ୱ ବହନ କରୁଛି କାରଣ ଏହା ସାମଗ୍ରିକ ଅର୍ଥନୈତିକ ବିକାଶରେ ସହାୟକ ହେବ ଏବଂ ସୃଜନଶୀଳତା ଏବଂ ନବସୃଜନକୁ ସମର୍ଥନ କରିବ ବୋଲି ସେ ଗୁରୁତ୍ୱାରୋପ କରିଥିଲେ । ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ ଯେ, ଆସନ୍ତା ମାସରେ ଭାରତ ୧.୮ ବିଲିୟନ ଡଲାରର ପ୍ରାରମ୍ଭିକ ବ୍ୟୟରେ ପିଏମ୍ ବିଶ୍ୱକର୍ମା ଯୋଜନା ଆରମ୍ଭ କରିବାକୁ ଯାଉଛି । ଏହା ପାରମ୍ପରିକ କାରିଗର ମାନଙ୍କ ପାଇଁ ସମର୍ଥନର ଏକ ପରିବେଶ ସୃଷ୍ଟି କରିବ ଏବଂ ସେମାନଙ୍କୁ ସେମାନଙ୍କ ଶିଳ୍ପକଳାରେ ଉନ୍ନତି ଆଣିବାରେ ସକ୍ଷମ କରିବ ଏବଂ ଭାରତର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ସଂରକ୍ଷଣରେ ଯୋଗଦାନ କରିବ ବୋଲି ସେ କହିଥିଲେ ।

ସଂସ୍କୃତିକୁ ପାଳନ କରିବାରେ ପ୍ରଯୁକ୍ତି ବିଦ୍ୟା ଏକ ଗୁରୁତ୍ୱପୂର୍ଣ୍ଣ ସହଯୋଗୀ ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ଭାରତର ଜାତୀୟ ଡିଜିଟାଲ ଜିଲ୍ଲା ଭଣ୍ଡାର ବିଷୟରେ ଉଲ୍ଲେଖ କରିଥିଲେ, ଯାହା ସ୍ୱାଧୀନତା ସଂଗ୍ରାମର କାହାଣୀକୁ ପୁନରୁଦ୍ଧାର କରିବାରେ ସାହାଯ୍ୟ କରୁଛି । ସାଂସ୍କୃତିକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକୁ ଅଧିକ ପର୍ଯ୍ୟଟନ ଅନୁକୂଳ କରିବା ସହିତ ଏହାର ସାଂସ୍କୃତିକ ଐତିହ୍ୟ ଗୁଡ଼ିକର ଉତ୍ତମ ସଂରକ୍ଷଣ ସୁନିଶ୍ଚିତ କରିବା ପାଇଁ ଭାରତର ବୈଷୟିକ ଜ୍ଞାନକୌଶଳର ବ୍ୟବହାର ଉପରେ ସେ ଗୁରୁତ୍ୱାରୋପ କରିଥିଲେ ।

ଅଭିଭାଷଣ ଶେଷ କରି ପ୍ରଧାନମନ୍ତ୍ରୀ ଆନନ୍ଦ ପ୍ରକାଶ କରିଥିଲେ ଯେ ଜି - ୨୦ ସଂସ୍କୃତି ମନ୍ତ୍ରୀଙ୍କ କାର୍ଯ୍ୟକାରୀ ଗୋଷ୍ଠୀ ‘କଲଚର୍ ୟୁନାଇଟ୍ସ ଅଲ୍‌’ (ସଂସ୍କୃତି ସମସ୍ତଙ୍କୁ ଏକଜୁଟ କରେ) ଅଭିଯାନ ଆରମ୍ଭ କରିଛି, ଯେଉଁଥିରେ ବସୁଧୈବ କୁଟୁମ୍ବକମ୍ - ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ର ଭାବନାକୁ ଦର୍ଶାଯାଇଛି । ଜି - ୨୦ ଆକ୍ସନ ପ୍ଲାନ୍ ପ୍ରସ୍ତୁତ କରିବାରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ମଧ୍ୟ ସେ ପ୍ରଶଂସା କରିଥିଲେ । ସଂସ୍କୃତି, ସୃଜନଶୀଳତା, ବାଣିଜ୍ୟ ଏବଂ ସହଯୋଗ ଭଳି ଚାରୋଟି ସି (C ) ର ମହତ୍ତ୍ୱକୁ ଆପଣଙ୍କ କାର୍ଯ୍ୟ ପ୍ରତିଫଳିତ କରୁଛି । ଏହା ଆମକୁ ଏକ ଦୟାଶୀଳ, ସମାବେଶୀ ଏବଂ ଶାନ୍ତିପୂର୍ଣ୍ଣ ଭବିଷ୍ୟତ ଗଠନ ପାଇଁ ସଂସ୍କୃତିର ଶକ୍ତିକୁ ଉପଯୋଗ କରିବାରେ ସକ୍ଷମ କରିବ ବୋଲି ପ୍ରଧାନମନ୍ତ୍ରୀ ଶେଷରେ କହିଥିଲେ ।

ସମ୍ପୂର୍ଣ୍ଣ ଅଭିଭାଷଣ ପଢିବା ପାଇଁ ଏଠାରେ କ୍ଲିକ କରନ୍ତୁ

  • Guru Mathapati September 08, 2023

    Bharat mata ki Jai
  • Mintu Kumar September 01, 2023

    नमस्कार सर, मैं कुलदीप पिता का नाम स्वर्गीय श्री शेरसिंह हरियाणा जिला महेंद्रगढ़ का रहने वाला हूं। मैं जून 2023 में मुम्बई बांद्रा टर्मिनस रेलवे स्टेशन पर लिनेन (LILEN) में काम करने के लिए गया था। मेरी ज्वाइनिंग 19 को बांद्रा टर्मिनस रेलवे स्टेशन पर हुई थी, मेरा काम ट्रेन में चदर और कंबल देने का था। वहां पर हमारे ग्रुप 10 लोग थे। वहां पर हमारे लिए रहने की भी कोई व्यवस्था नहीं थी, हम बांद्रा टर्मिनस रेलवे स्टेशन पर ही प्लेटफार्म पर ही सोते थे। वहां पर मैं 8 हजार रूपए लेकर गया था। परंतु दोनों समय का खुद के पैसों से खाना पड़ता था इसलिए सभी पैसै खत्म हो गऍ और फिर मैं 19 जुलाई को बांद्रा टर्मिनस से घर पर आ गया। लेकिन मेरी सैलरी उन्होंने अभी तक नहीं दी है। जब मैं मेरी सैलरी के लिए उनको फोन करता हूं तो बोलते हैं 2 दिन बाद आयेगी 5 दिन बाद आयेगी। ऐसा बोलते हुए उनको दो महीने हो गए हैं। लेकिन मेरी सैलरी अभी तक नहीं दी गई है। मैंने वहां पर 19 जून से 19 जुलाई तक काम किया है। मेरे साथ में जो लोग थे मेरे ग्रुप के उन सभी की सैलरी आ गई है। जो मेरे से पहले छोड़ कर चले गए थे उनकी भी सैलरी आ गई है लेकिन मेरी सैलरी अभी तक नहीं आई है। सर घर में कमाने वाला सिर्फ मैं ही हूं मेरे मम्मी बीमार रहती है जैसे तैसे घर का खर्च चला रहा हूं। सर मैंने मेरे UAN नम्बर से EPFO की साइट पर अपनी डिटेल्स भी चैक की थी। वहां पर मेरी ज्वाइनिंग 1 जून से दिखा रखी है। सर आपसे निवेदन है कि मुझे मेरी सैलरी दिलवा दीजिए। सर मैं बहुत गरीब हूं। मेरे पास घर का खर्च चलाने के लिए भी पैसे नहीं हैं। वहां के accountant का नम्बर (8291027127) भी है मेरे पास लेकिन वह मेरी सैलरी नहीं भेज रहे हैं। वहां पर LILEN में कंपनी का नाम THARU AND SONS है। मैंने अपने सारे कागज - आधार कार्ड, पैन कार्ड, बैंक की कॉपी भी दी हुई है। सर 2 महीने हो गए हैं मेरी सैलरी अभी तक नहीं आई है। सर आपसे हाथ जोड़कर विनती है कि मुझे मेरी सैलरी दिलवा दीजिए आपकी बहुत मेहरबानी होगी नाम - कुलदीप पिता - स्वर्गीय श्री शेरसिंह तहसील - कनीना जिला - महेंद्रगढ़ राज्य - हरियाणा पिनकोड - 123027
  • RatishTiwari Advocate August 28, 2023

    भारत माता की जय जय जय
  • अनिल गौड August 28, 2023

    श्री नरेंद्र मोदी जी के नेतृत्व में भारतीय संस्कृति पर गर्व महसूस होता है जो आपके ओजस्वीवाणी मार्गदर्शन सें करोड़ों लोगों को ऊर्जावान बनाया है |
  • Reena Chaurasia August 28, 2023

    जय हो मोदी जी की
  • Mayank Maheshwari August 27, 2023

    jai hind
  • Narayan Singh August 27, 2023

    जब धर्म के नाम पर बंटवारा हो गया था। तो अब हिन्दू राष्ट्र घोषित किया जाय।जो दुसरे इस देश में नहीं रहना चाहते तो।चले जायें।
  • Narayan Singh August 27, 2023

    हिन्दू राष्ट्र घोषित किया जाय।
  • Ambikesh Pandey August 26, 2023

    👌
  • Sukhdev Rai Sharma Kharar Punjab August 26, 2023

    यदा यदा हि धर्मस्य ग्लानिर्भवति भारत ।अभ्युत्थानमधर्मस्य तदात्मानं सृजाम्यहम् ॥ परित्राणाय साधूनां विनाशाय च दुष्कृताम् । धर्मसंस्थापनार्थाय सम्भवामि युगे युगे ॥
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
How PMJDY has changed banking in India

Media Coverage

How PMJDY has changed banking in India
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 25, 2025
March 25, 2025

Citizens Appreciate PM Modi's Vision : Economy, Tech, and Tradition Thrive