ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଗ୍ଵାଲିୟରଠାରେ ଘଟିଥିବା ଦୁର୍ଭାଗ୍ୟଜନକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି ।
ଏଥିସହିତ ଗୁରୁତର ଭାବେ ଆହତ ବ୍ୟକ୍ତିଙ୍କୁ 50 ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବା ନେଇ ମଧ୍ୟ ଘୋଷଣା କରିଛନ୍ତି ।
PM @narendramodi has approved an ex-gratia of Rs. 2 lakh each from Prime Minister’s National Relief Fund for the next of kin of those who have lost their lives due to the unfortunate accident in Gwalior, MP. Rs. 50,000 would be given to those seriously injured.
— PMO India (@PMOIndia) March 23, 2021