Quoteଏକ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ ମାନଙ୍କୁ ମୂଳ ପୁଞ୍ଜି ସହାୟତା ପ୍ରଦାନ
Quoteୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୩ର ଅଂଶ ଭାବେ ଫୁଡ୍ ଷ୍ଟ୍ରିଟ୍ ଉଦ୍‌ଘାଟିତ
Quoteବୈଷୟିକ ଜ୍ଞାନକୌଶଳ ଓ ସ୍ୱାଦର ମିଶ୍ରଣ ଭବିଷ୍ୟତର ଅର୍ଥନୀତି ପାଇଁ ପଥ ପ୍ରଶସ୍ତ କରିବ
Quoteସରକାରଙ୍କ ନିବେଶକ ଅନୁକୂଳ ନୀତି ଖାଦ୍ୟ କ୍ଷେତ୍ରକୁ ନୂଆ ଉଚ୍ଚତାରେ ପହଞ୍ଚାଉଛି
Quoteଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପର ପ୍ରତ୍ୟେକ କ୍ଷେତ୍ରରେ ଭାରତ ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି
Quoteଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଭାରତର ଅଭିବୃଦ୍ଧି କାହାଣୀର ତିନୋଟି ସ୍ତମ୍ଭ ହେଉଛନ୍ତି କ୍ଷୁଦ୍ର କୃଷକ, କ୍ଷୁଦ୍ର ଶିଳ୍ପ ଏବଂ ମହିଳା
Quote'ଗୋଟିଏ ଜିଲ୍ଲା ଗୋଟିଏ ଉତ୍ପାଦ' ଭଳି ଯୋଜନା କ୍ଷୁଦ୍ର ଚାଷୀ ଓ କ୍ଷୁଦ୍ର ଶିଳ୍ପ ଗୁଡିକୁ ନୂତନ ପରିଚୟ ପ୍ରଦାନ କରୁଛି
Quote"ଭାରତୀୟ ମହିଳା ମାନଙ୍କର ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପର ନେତୃତ୍ୱ ନେବାର କ୍ଷମତା ରହିଛି"
Quote"ଭାରତର ଖାଦ୍ୟ ବିବିଧତା ବିଶ୍ୱ ନିବେଶକ ମାନଙ୍କ ଲାଭଜନକ ସାବ୍ୟସ୍ତ ହେବ"
Quoteହଜାର ହଜାର ବର୍ଷ ଧରି ଭାରତର ସ୍ଥାୟୀ ଖାଦ୍ୟ ସଂସ୍କୃତି ବିକଶିତ ହୋଇଛି । ଆମ ପୂର୍ବପୁରୁଷମାନେ ଖାଦ୍ୟ ଅଭ୍ୟାସକୁ ଆୟୁର୍ବେଦ ସହ ଯୋଡ଼ିଥିଲେ
Quote"ମିଲେଟ୍ ଭାରତର 'ସୁପରଫୁଡ୍ ଝୁଡି’ ର ଏକ ଅଂଶ ଏବଂ ସରକାର ଏହାକୁ ଶ୍ରୀ ଅନ୍ନ ନାମରେ ଚିହ୍ନଟ କରିଛନ୍ତି
Quoteଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ମଧ୍ୟ ଶ୍ରୀ ମୋଦୀ ପରିଦର୍ଶନ କରିଥିଲେ । ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ଭାରତକୁ 'ବିଶ୍ୱର ଖାଦ୍ୟ ଝୁଡି’ ଭାବରେ ପ୍ରଦର୍ଶିତ କରିବା ଏବଂ ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବରେ ପାଳନ କରିବା ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍ ଠାରେ  'ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୩' ର ଦ୍ୱିତୀୟ ସଂସ୍କରଣକୁ ଉଦ୍‌ଘାଟନ କରିଛନ୍ତି । ସ୍ୱୟଂ ସହାୟକ ଗୋଷ୍ଠୀ ଗୁଡିକୁ ସୁଦୃଢ଼ କରିବା ପାଇଁ ସେ ଏକ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟ ମାନଙ୍କୁ ମୂଳ ପୁଞ୍ଜି ସହାୟତା ପ୍ରଦାନ କରିଥିଲେ । ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ମଧ୍ୟ ଶ୍ରୀ ମୋଦୀ ପରିଦର୍ଶନ କରିଥିଲେ । ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ଭାରତକୁ 'ବିଶ୍ୱର ଖାଦ୍ୟ ଝୁଡି’ ଭାବରେ ପ୍ରଦର୍ଶିତ କରିବା ଏବଂ ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବରେ ପାଳନ କରିବା ।

 

|

ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ଅବସରରେ ପ୍ରଦର୍ଶିତ ଟେକ୍ନୋଲୋଜି ଓ ଷ୍ଟାର୍ଟଅପ୍ ପ୍ୟାଭିଲିୟନ୍ ଏବଂ ଫୁଡ୍ ଷ୍ଟ୍ରିଟ୍‌କୁ ପ୍ରଶଂସା କରିବା ସହ ପ୍ରଯୁକ୍ତି ବିଦ୍ୟା ଏବଂ ସ୍ୱାଦର ମିଶ୍ରଣ ଭବିଷ୍ୟତର ଅର୍ଥନୀତି ପାଇଁ ପଥ ପ୍ରଶସ୍ତ କରିବ ବୋଲି କହିଥିଲେ । ପ୍ରଧାନମନ୍ତ୍ରୀ  ଆଜିର ପରିବର୍ତ୍ତନଶୀଳ ବିଶ୍ୱରେ ଖାଦ୍ୟ ନିରାପତ୍ତାର ଅନ୍ୟତମ ପ୍ରମୁଖ ଆହ୍ୱାନ ଉପରେ ଆଲୋକପାତ କରିବା ସହ 'ୱାର୍ଲ୍ଡ ଫୁଡ୍ ଇଣ୍ଡିଆ' ର ଗୁରୁତ୍ୱ ଉପରେ ମଧ୍ୟ ଆଲୋକପାତ କରିଥିଲେ ।

'ୱାର୍ଲ୍ଡ ଫୁଡ୍ ଇଣ୍ଡିଆ' କାର୍ଯ୍ୟକ୍ରମର ଫଳାଫଳ ଭାରତର ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ଏକ ପ୍ରମୁଖ କ୍ଷେତ୍ର ଭାବରେ ସ୍ୱୀକୃତି ଦେବାର ଏକ ବଡ଼ ଉଦାହରଣ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ । ବିଗତ ୯ ବର୍ଷ ମଧ୍ୟରେ ସରକାରଙ୍କ ଶିଳ୍ପ ଓ କୃଷକ ହିତକାରୀ ନୀତି ଯୋଗୁଁ ଏହି କ୍ଷେତ୍ର ୫୦,୦୦୦ କୋଟି ଟଙ୍କାରୁ ଅଧିକ ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ନିବେଶ ଆକୃଷ୍ଟ କରିଛି  ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ପିଏଲ୍‌ଆଇ ଯୋଜନା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ଶିଳ୍ପର ନୂତନ ଖେଳାଳି ମାନଙ୍କୁ ବିପୁଳ ସହାୟତା ପ୍ରଦାନ କରୁଛି । ସେ ଉଲ୍ଲେଖ କରିଛନ୍ତି ଯେ ଅମଳ ପରବର୍ତ୍ତୀ ଭିତ୍ତିଭୂମି ପାଇଁ ଏଗ୍ରି – ଇନ୍‌ଫ୍ରା ଫଣ୍ଡ (କୃଷି – ଭିତ୍ତିଭୂମି ପାଣ୍ଠି) ଅଧୀନରେ ପ୍ରାୟ ୫୦,୦୦୦ କୋଟି ଟଙ୍କାରୁ ଅଧିକ ଅର୍ଥ ବିନିଯୋଗରେ ହଜାର ହଜାର ପ୍ରକଳ୍ପ କାର୍ଯ୍ୟ ଚାଲିଥିବା ବେଳେ ମତ୍ସ୍ୟ ଓ ପଶୁପାଳନ କ୍ଷେତ୍ରରେ ଭିତ୍ତିଭୂମି ପ୍ରକ୍ରିୟାକରଣକୁ ମଧ୍ୟ ହଜାର ହଜାର କୋଟି ଟଙ୍କା ବିନିଯୋଗରେ ପ୍ରୋତ୍ସାହିତ କରାଯାଉଛି ।

 

|

ସରକାରଙ୍କ ନିବେଶକ ଅନୁକୂଳ ନୀତି ଗୁଡିକ ଖାଦ୍ୟ କ୍ଷେତ୍ରକୁ ନୂଆ ଉଚ୍ଚତାରେ ପହଞ୍ଚାଉଛି ବୋଲି ଶ୍ରୀ ମୋଦୀ ମତ ଦେଇଛନ୍ତି । ଗତ ୯ ବର୍ଷ ମଧ୍ୟରେ ଭାରତର କୃଷି ରପ୍ତାନିରେ ପ୍ରକ୍ରିୟାକୃତ ଖାଦ୍ୟର ଭାଗ ୧୩ ପ୍ରତିଶତରୁ ୨୩ ପ୍ରତିଶତକୁ ବୃଦ୍ଧି ପାଇଛି , ଯାହା ରପ୍ତାନି ହେଉଥିବା ପ୍ରକ୍ରିୟାକୃତ ଖାଦ୍ୟ ପରିମାଣରେ ୧୫୦ ପ୍ରତିଶତ ବୃଦ୍ଧି କରିଛି ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଥିଲେ । କୃଷିଜାତ ଦ୍ରବ୍ୟର ମୋଟ ରପ୍ତାନି ମୂଲ୍ୟ ୫୦,୦୦୦ ନିୟୁତ ଆମେରିକୀୟ ଡଲାରରୁ ଅଧିକ ହେବା ସହିତ ଆଜି ଭାରତ ସପ୍ତମ ସ୍ଥାନରେ ରହିଛି ବୋଲି ସେ କହିଥିଲେ । ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ସହିତ ସମ୍ପର୍କିତ  ଏପରି କୌଣସି କ୍ଷେତ୍ର ନାହିଁ ଯେଉଁଠାରେ ଭାରତ ଅଭୂତପୂର୍ବ ଅଭିବୃଦ୍ଧି ଦେଖାଇ ନାହିଁ ବୋଲି ସେ ଗୁରୁତ୍ୱାରୋପ କରିଥିଲେ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ସହିତ ଜଡିତ ପ୍ରତ୍ୟେକ କମ୍ପାନୀ ଏବଂ ଷ୍ଟାର୍ଟଅପ୍ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ବୋଲି କହିଥିଲେ ।

ପ୍ରଧାନମନ୍ତ୍ରୀ ମୋଦୀ ଭାରତର ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପର ଦ୍ରୁତ ଏବଂ ସ୍ଫୁର୍ତ୍ତିଶୀଳ ଅଭିବୃଦ୍ଧି ପଛରେ ସରକାରଙ୍କ ନିରନ୍ତର ଏବଂ ଉତ୍ସର୍ଗୀକୃତ ପ୍ରୟାସକୁ ଶ୍ରେୟ ଦେଇଛନ୍ତି । ଭାରତରେ ପ୍ରଥମ ଥର ପାଇଁ କୃଷି - ରପ୍ତାନି ନୀତି ସୃଷ୍ଟି ହୋଇଛି, ସାରା ଦେଶରେ ଲଜିଷ୍ଟିକ୍ ଏବଂ ଭିତ୍ତିଭୂମିର ବିକାଶ ହୋଇଛି , ଜିଲ୍ଲାକୁ ବିଶ୍ୱ ବଜାର ସହ ସଂଯୋଗ କରୁଥିବା ୧୦୦ରୁ ଅଧିକ ଜିଲ୍ଲାସ୍ତରୀୟ କେନ୍ଦ୍ର ସୃଷ୍ଟି ହୋଇଛି, ବୃହତ୍ ଫୁଡ୍ ପାର୍କ ସଂଖ୍ୟା ୨ ରୁ ୨୦ କୁ ବୃଦ୍ଧି ପାଇଛି ଏବଂ ଭାରତର ଖାଦ୍ୟ ପ୍ରକ୍ରିୟାକରଣ କ୍ଷମତା ୧୨ ଲକ୍ଷ ମେଟ୍ରିକ୍ ଟନ୍‌ରୁ ୨୦୦ ଲକ୍ଷ ମେଟ୍ରିକ୍ ଟନ୍‌କୁ ବୃଦ୍ଧି ପାଇଛି , ଯାହା ଗତ ୯ ବର୍ଷ ମଧ୍ୟରେ ୧୫ ଗୁଣା ବୃଦ୍ଧି ପାଇଛି  ବୋଲି ସେ ଉଲ୍ଲେଖ କରିଥିଲେ । 

 

|

ପ୍ରଧାନମନ୍ତ୍ରୀ ପ୍ରଥମ ଥର ପାଇଁ ଭାରତରୁ ରପ୍ତାନି ହେଉଥିବା କୃଷି ଜାତ ଦ୍ରବ୍ୟର ଉଦାହରଣ ଦେଇଥିଲେ ଏବଂ ହିମାଚଳ ପ୍ରଦେଶରୁ କଳା ରସୁଣ, ଜାମ୍ମୁ କାଶ୍ମୀରରୁ ଡ୍ରାଗନ ଫ୍ରୁଟ, ମଧ୍ୟପ୍ରଦେଶର ସୋୟା କ୍ଷୀର ପାଉଡର, ଲଦାଖରୁ କରକିଚୁ ସେଓ, ପଞ୍ଜାବର କାଭେଣ୍ଡିଶ କଦଳୀ, ଜାମ୍ମୁରୁ ଗୁଚି ଛତୁ ଏବଂ କର୍ଣ୍ଣାଟକର ଶୁଦ୍ଧ ମହୁ ବିଷୟରେ ଉଲ୍ଲେଖ କରିଥିଲେ ।

ଭାରତର ଦ୍ରୁତ ସହରୀକରଣ ସମ୍ପର୍କରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ପ୍ୟାକେଜ୍ ଖାଦ୍ୟର ଚାହିଦା ବୃଦ୍ଧି ଉପରେ ଦୃଷ୍ଟି ଆକର୍ଷଣ କରିଥିଲେ ଯାହା କୃଷକ, ଷ୍ଟାର୍ଟଅପ୍ ଏବଂ କ୍ଷୁଦ୍ର ଉଦ୍ୟୋଗୀ ମାନଙ୍କ ପାଇଁ ଅପର୍ଯ୍ୟାପ୍ତ ସୁଯୋଗ ସୃଷ୍ଟି କରୁଛି । ଏହି ସମ୍ଭାବନା ଗୁଡିକର ସମ୍ପୂର୍ଣ୍ଣ ଉପଯୋଗ କରିବା ପାଇଁ ଉଚ୍ଚାକାଂକ୍ଷୀ ଯୋଜନାର ଆବଶ୍ୟକତା ଉପରେ ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଥିଲେ ।

ପ୍ରଧାନମନ୍ତ୍ରୀ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଭାରତର ଅଭିବୃଦ୍ଧି କାହାଣୀର ତିନୋଟି ମୁଖ୍ୟ ସ୍ତମ୍ଭ - କ୍ଷୁଦ୍ର କୃଷକ, କ୍ଷୁଦ୍ର ଶିଳ୍ପ ଏବଂ ମହିଳାଙ୍କ ସମ୍ପର୍କରେ ଆଲୋକପାତ କରିଥିଲେ । କ୍ଷୁଦ୍ର କୃଷକ ମାନଙ୍କର ଅଂଶଗ୍ରହଣ ଏବଂ ଲାଭ ବୃଦ୍ଧି ପାଇଁ ଏକ ପ୍ଲାଟଫର୍ମ ଭାବରେ କୃଷକ ଉତ୍ପାଦ ସଂଗଠନ ବା ଏଫପିଓର ପ୍ରଭାବଶାଳୀ ବ୍ୟବହାର ଉପରେ ସେ ଆଲୋକପାତ କରିଥିଲେ । ଆମେ ଭାରତରେ ୧୦ ହଜାର ନୂଆ ଏଫ୍‌ପିଓ ତିଆରି କରୁଛୁ, ସେଥି ମଧ୍ୟରୁ ୭ ହଜାର ତିଆରି ହୋଇସାରିଛି ବୋଲି ସେ ସୂଚନା ଦେଇଛନ୍ତି । କୃଷକ ମାନଙ୍କ ପାଇଁ ବଜାର ପ୍ରବେଶ ଏବଂ ପ୍ରକ୍ରିୟାକରଣ ସୁବିଧାର ଉପଲବ୍ଧତା ବୃଦ୍ଧି ଉପରେ ସେ ଉଲ୍ଲେଖ କରିଥିଲେ ଏବଂ କ୍ଷୁଦ୍ର ଶିଳ୍ପ ଗୁଡିକର ଅଂଶଗ୍ରହଣକୁ ବୃଦ୍ଧି କରିବା ପାଇଁ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପରେ ପ୍ରାୟ ୨ ଲକ୍ଷ କ୍ଷୁଦ୍ର ଉଦ୍ୟୋଗ ଆୟୋଜନ କରାଯାଉଛି ବୋଲି ମଧ୍ୟ ସୂଚନା ଦେଇଥିଲେ । 'ଗୋଟିଏ ଜିଲ୍ଲା ଗୋଟିଏ ଉତ୍ପାଦ'- ଓଡିଓପି ଭଳି ଯୋଜନା ମଧ୍ୟ କ୍ଷୁଦ୍ର କୃଷକ ଓ କ୍ଷୁଦ୍ର ଶିଳ୍ପ ଗୁଡିକୁ ଏକ ନୂଆ ପରିଚୟ ଦେଉଛି ବୋଲି ସେ କହିଥିଲେ ।

 

|

ଭାରତରେ ମହିଳା ମାନଙ୍କର ନେତୃତ୍ୱାଧୀନ ବିକାଶ ପଥ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ଅର୍ଥନୀତି କ୍ଷେତ୍ରରେ ମହିଳା ମାନଙ୍କର ବୃଦ୍ଧି ପାଉଥିବା ଅବଦାନ ଉପରେ ଆଲୋକପାତ କରିଥିଲେ ଯାହା ଦ୍ୱାରା ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ଉପକୃତ ହୋଇଛି । ଭାରତରେ ଆଜି ୯ କୋଟିରୁ ଅଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହ ଜଡ଼ିତ ଅଛନ୍ତି ବୋଲି ସେ ସୂଚନା ଦେଇଛନ୍ତି । ହଜାର ହଜାର ବର୍ଷ ଧରି ଭାରତରେ ଖାଦ୍ୟ ବିଜ୍ଞାନରେ ମହିଳାମାନେ ଅଗ୍ରଣୀ ଭୂମିକା ଗ୍ରହଣ କରିଛନ୍ତି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତରେ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତି ଏବଂ ଖାଦ୍ୟ ବିବିଧତା ଭାରତୀୟ ମହିଳା ମାନଙ୍କର ଦକ୍ଷତା ଏବଂ ଜ୍ଞାନର ପରିଣାମ । ସେ କହିଛନ୍ତି ଯେ ମହିଳାମାନେ ନିଜ ଘରୁ ଆଚାର, ପାପଡ଼, ଚିପ୍ସ, ମୁରବା ଆଦି ଅନେକ ଉତ୍ପାଦର ବଜାର ଚଳାଉଛନ୍ତି । "ଭାରତୀୟ ମହିଳା ମାନଙ୍କର ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପର ନେତୃତ୍ୱ ନେବାର ପ୍ରାକୃତିକ କ୍ଷମତା ଅଛି", ବୋଲି ଶ୍ରୀ ମୋଦୀ କହିବା ସହିତ ଏହା ମଧ୍ୟ ଉଲ୍ଲେଖ କରିଥିଲେ ଯେ ମହିଳାମାନଙ୍କ ପାଇଁ ପ୍ରତ୍ୟେକ ସ୍ତରରେ କୁଟୀର ଶିଳ୍ପ ଏବଂ ସ୍ୱୟଂ ସହାୟକ ଗୋଷ୍ଠୀକୁ ପ୍ରୋତ୍ସାହିତ କରାଯାଉଛି । ଆଜିର ଏହି ଅବସରରେ ୧ ଲକ୍ଷରୁ ଅଧିକ ମହିଳା ମାନଙ୍କୁ କୋଟି କୋଟି ଟଙ୍କାର ମୂଳ  ପୁଞ୍ଜି ବଣ୍ଟନ କରାଯିବା ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି ।

ଭାରତରେ ଯେତିକି ଖାଦ୍ୟ ବିବିଧତା ରହିଛି, ସେତେ ପରିମାଣରେ ସାଂସ୍କୃତିକ ବିବିଧତା ମଧ୍ୟ ରହିଛି । ଭାରତର ଖାଦ୍ୟ ବିବିଧତା ବିଶ୍ୱର ପ୍ରତ୍ୟେକ ନିବେଶକ ମାନଙ୍କ ପାଇଁ ଲାଭଦାୟକ" ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ଭାରତ ପ୍ରତି ବୃଦ୍ଧି ପାଉଥିବା ଆଗ୍ରହ ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରି କହିଥିଲେ ଯେ ଭାରତର ଖାଦ୍ୟ ପରମ୍ପରାରୁ ସାରା ବିଶ୍ୱର ଖାଦ୍ୟ ଉଦ୍ୟୋଗକୁ ବହୁତ କିଛି ଶିଖିବାର ଅଛି । ସେ କହିଥିଲେ ଯେ ଭାରତର ସ୍ଥାୟୀ ଖାଦ୍ୟ ସଂସ୍କୃତି ହେଉଛି ଏହାର ହଜାର ହଜାର ବର୍ଷର ବିକାଶ ଯାତ୍ରାର ପରିଣାମ । ହଜାର ହଜାର ବର୍ଷ ଧରି ଭାରତର ସ୍ଥାୟୀ ଖାଦ୍ୟ ସଂସ୍କୃତିର ବିକାଶ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଭାରତର ପୂର୍ବପୁରୁଷମାନେ ଖାଦ୍ୟ ଅଭ୍ୟାସକୁ ଆୟୁର୍ବେଦ ସହିତ ଯୋଡ଼ିଥିଲେ । ଆୟୁର୍ବେଦରେ କୁହାଯାଏ 'ରୀତା - ଭୁକ୍‌' ଅର୍ଥାତ୍ ଋତୁ ଅନୁଯାୟୀ ଖାଇବା, 'ମିତ୍ ଭୁକ' ଅର୍ଥାତ୍ ସନ୍ତୁଳିତ ଖାଦ୍ୟ ଗ୍ରହଣ କରିବା ଏବଂ 'ହିତ୍ ଭୁକ୍‌' ଅର୍ଥାତ୍ ସ୍ୱାସ୍ଥ୍ୟକର ଖାଦ୍ୟ ଖାଇବା, ଏଗୁଡ଼ିକ ଭାରତର ବିଜ୍ଞାନ ସମ୍ମତ ଜ୍ଞାନର ଗୁରୁତ୍ୱପୂର୍ଣ୍ଣ ଅଂଶ । ଖାଦ୍ୟଶସ୍ୟ, ବିଶେଷ କରି ଭାରତର ମସଲା ବ୍ୟବସାୟର ନିରନ୍ତର ପ୍ରଭାବ ବିଶ୍ୱ ଉପରେ ପଡ଼ିବ ବୋଲି ସେ ଉଲ୍ଲେଖ କରିଥିଲେ ।  ବିଶ୍ୱ ଖାଦ୍ୟ ସୁରକ୍ଷା ବିଷୟରେ ଆଲୋଚନା କରି ପ୍ରଧାନମନ୍ତ୍ରୀ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ନିରନ୍ତର ଏବଂ ସୁସ୍ଥ ଖାଦ୍ୟ ଅଭ୍ୟାସର ପ୍ରାଚୀନ ଜ୍ଞାନକୁ ବୁଝିବା ଏବଂ କାର୍ଯ୍ୟକାରୀ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ୨୦୨୩ କୁ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବେ ପାଳନ କରୁଥିବା ବିଶ୍ୱକୁ ଶ୍ରୀ ମୋଦୀ ସ୍ୱୀକାର କରିଥିଲେ । ଶ୍ରୀ ମୋଦୀ କହିଛନ୍ତି ଯେ ମିଲେଟ୍ ଭାରତର 'ସୁପରଫୁଡ୍ ଝୁଡି' ର ଏକ ଅଂଶ ଏବଂ ସରକାର ଏହାକୁ ଶ୍ରୀ ଅନ୍ନ ନାମରେ ଚିହ୍ନଟ କରିଛନ୍ତି । ଯଦିଓ ଶତାବ୍ଦୀ ଧରି ଅଧିକାଂଶ ସଭ୍ୟତାରେ ବାଜରାକୁ ଅଧିକ ପ୍ରାଥମିକତା ଦିଆ ଯାଉଥିଲା, ତଥାପି ଗତ କିଛି ଦଶନ୍ଧି ମଧ୍ୟରେ ଏହା ଭାରତ ସମେତ ଅନେକ ଦେଶରେ ଖାଦ୍ୟ ଅଭ୍ୟାସରୁ ବାହାରି ଯାଇଛି, ଯାହା ଦ୍ୱାରା ବିଶ୍ୱ ସ୍ୱାସ୍ଥ୍ୟ, ସ୍ଥାୟୀ ଚାଷ ଏବଂ ସ୍ଥାୟୀ ଅର୍ଥନୀତିକୁ ବ୍ୟାପକ କ୍ଷତି ପହଞ୍ଚାଇଛି ବୋଲି ପ୍ରଧାନମନ୍ତ୍ରୀ ଦର୍ଶାଇଥିଲେ ।  

 

|

ଅନ୍ତର୍ଜାତୀୟ ଯୋଗ ଦିବସର ପ୍ରଭାବ ଭଳି ବିଶ୍ୱର କୋଣ ଅନୁକୋଣରେ ବାଜରା ପହଂଚିବ ବୋଲି ବିଶ୍ୱାସ ବ୍ୟକ୍ତ କରି ପ୍ରଧାନମନ୍ତ୍ରୀ କହିଥିଲେ, "ଭାରତର ପଦକ୍ଷେପ ଉପରେ ବିଶ୍ୱରେ ବାଜରା ସମ୍ପର୍କରେ ଏକ ସଚେତନତା ଅଭିଯାନ ଆରମ୍ଭ ହୋଇଛି । 

ନିକଟରେ ଅନୁଷ୍ଠିତ ଜି - ୨୦ ଶିଖର ସମ୍ମିଳନୀରେ ଭାରତ ଗସ୍ତରେ ଆସିଥିବା ବିଶିଷ୍ଟ ବ୍ୟକ୍ତି ମାନଙ୍କ ପାଇଁ ବାଜରାରୁ ପ୍ରସ୍ତୁତ ଖାଦ୍ୟ ଏବଂ ବଜାରରେ ବାଜରାରୁ ପ୍ରସ୍ତୁତ ପ୍ରକ୍ରିୟାକୃତ ଖାଦ୍ୟ ସାମଗ୍ରୀର ଉପଲବ୍ଧତା ବିଷୟରେ ସେ ଉଲ୍ଲେଖ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ଏହି ଅବସରରେ ଶ୍ରୀ ଅନ୍ନର ଅଂଶ ବୃଦ୍ଧି ଉପରେ ଆଲୋଚନା କରିବା ଏବଂ ଶିଳ୍ପ ଏବଂ କୃଷକ ମାନଙ୍କର ହିତ ପାଇଁ ଏକ ସାମୂହିକ ରୋଡମ୍ୟାପ୍ ପ୍ରସ୍ତୁତ କରିବାକୁ ଅତିଥି ମାନଙ୍କୁ ଅନୁରୋଧ କରିଥିଲେ ।

ଶ୍ରୀ ମୋଦୀ କହିଥିଲେ ଯେ ଜି - ୨୦ ଗ୍ରୁପ୍ ଦିଲ୍ଲୀ ଘୋଷଣାନାମାରେ ସ୍ଥାୟୀ କୃଷି, ଖାଦ୍ୟ ନିରାପତ୍ତା ଏବଂ ପୋଷଣ ନିରାପତ୍ତା ଉପରେ ଗୁରୁତ୍ୱାରୋପ କରିଛି ଏବଂ ଖାଦ୍ୟ ପ୍ରକ୍ରିୟାକରଣ ସହ ଜଡ଼ିତ ସମସ୍ତ ଅଂଶୀଦାର ମାନଙ୍କ ଭୂମିକା ଉପରେ ଆଲୋକପାତ କରିଛି । ଖାଦ୍ୟ ବଣ୍ଟନ କାର୍ଯ୍ୟକ୍ରମକୁ ବିବିଧ ଖାଦ୍ୟ ଝୁଡି ଆଡକୁ ନେବା ଏବଂ ଶେଷରେ ଅମଳ ପରବର୍ତ୍ତୀ କ୍ଷୟକ୍ଷତିକୁ ହ୍ରାସ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ବୈଷୟିକ ଜ୍ଞାନକୌଶଳର ବ୍ୟବହାର କରି ଅପଚୟ ହ୍ରାସ କରିବା ଉପରେ ମଧ୍ୟ ସେ ଗୁରୁତ୍ୱାରୋପ କରିଥିଲେ । 

ଅପଚୟ ହ୍ରାସ କରିବା ପାଇଁ ଶୀଘ୍ର ନଷ୍ଟ ହୋଇ ଯାଉଥିବା ଦ୍ରବ୍ୟର ପ୍ରକ୍ରିୟାକରଣ ବୃଦ୍ଧି କରିବାକୁ ସେ ଅନୁରୋଧ କରିଥିଲେ, ଯାହା ଦ୍ୱାରା କୃଷକମାନେ ଉପକୃତ ହେବେ ଏବଂ ମୂଲ୍ୟରେ ଅସ୍ଥିରତାକୁ ମଧ୍ୟ ରୋକାଯାଇପାରିବ । ଅଭିଭାଷଣ ଶେଷ କରି , ପ୍ରଧାନମନ୍ତ୍ରୀ କୃଷକ ମାନଙ୍କର ସ୍ୱାର୍ଥ ଏବଂ ଉପଭୋକ୍ତା ମାନଙ୍କ ସନ୍ତୋଷ ମଧ୍ୟରେ ସନ୍ତୁଳନ ରକ୍ଷା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ଏଠାରେ ଯେଉଁ ନିଷ୍ପତି ନିଆଯାଇଛି ତାହା ବିଶ୍ୱ ପାଇଁ ଏକ ସ୍ଥାୟୀ ଏବଂ ଖାଦ୍ୟ ସୁରକ୍ଷିତ ଭବିଷ୍ୟତର ମୂଳଦୁଆ ପକାଇବ ବୋଲି ସେ ବିଶ୍ୱାସ ବ୍ୟକ୍ତ କରିଥିଲେ ।

 

|

ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପୀୟୂଷ ଗୋଏଲ, କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରୀ ଶ୍ରୀ ପଶୁପତି କୁମାର ପାରସ, କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ଗିରିରାଜ ସିଂହ, କେନ୍ଦ୍ର ପଶୁପାଳନ, ଦୁଗ୍ଧ ଓ ମତ୍ସ୍ୟ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ପୁରୁଷୋତ୍ତମ ରୂପାଲା ଏବଂ କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ସିଂହ ପଟେଲ ଉପସ୍ଥିତ ଥିଲେ ।

ପୃଷ୍ଠଭୂମି

ସ୍ୱୟଂ ସହାୟକ ଗୋଷ୍ଠୀ ଗୁଡ଼ିକୁ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ଏକ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ ମାନଙ୍କୁ ବିହନ ପୁଞ୍ଜି ସହାୟତା ପ୍ରଦାନ କରିଥିଲେ । ଉନ୍ନତ ପ୍ୟାକେଜିଂ ଏବଂ ଗୁଣାତ୍ମକ ଉତ୍ପାଦନ ମାଧ୍ୟମରେ ଏହି ସହାୟତା ସ୍ୱୟଂ ସହାୟକ ଗୋଷ୍ଠୀ ଗୁଡ଼ିକୁ ବଜାରରେ ଉତ୍ତମ ମୂଲ୍ୟ ହାସଲ କରିବାରେ ସାହାଯ୍ୟ କରିବ । ପ୍ରଧାନମନ୍ତ୍ରୀ ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୩ ର ଏକ ଅଂଶ ଭାବରେ ଫୁଡ୍ ଷ୍ଟ୍ରିଟ୍‌କୁ ମଧ୍ୟ ଉଦଘାଟନ କରିଥିଲେ । ଏଥିରେ ଆଞ୍ଚଳିକ ଖାଦ୍ୟ ଏବଂ ରାଜକୀୟ ରନ୍ଧନର ଐତିହ୍ୟ ରହିବ, ଯେଉଁଥିରେ ୨୦୦ରୁ ଅଧିକ ସେଫ୍  (ରନ୍ଧନକର୍ତ୍ତା) ଅଂଶଗ୍ରହଣ କରିବେ ଏବଂ ପାରମ୍ପରିକ ଭାରତୀୟ ଖାଦ୍ୟକୁ ଉପସ୍ଥାପନ କରିବେ, ଯାହା ଏହାକୁ ଏକ ଅନନ୍ୟ ରନ୍ଧନ ଅନୁଭୂତିରେ ପରିଣତ କରିବ । 

ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି ଭାରତକୁ 'ବିଶ୍ୱର ଖାଦ୍ୟ ଝୁଡି' ଭାବରେ ପ୍ରଦର୍ଶିତ କରିବା ଏବଂ ୨୦୨୩କୁ ଅନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବରେ ପାଳନ କରିବା । ଏହା ସରକାରୀ ସଂସ୍ଥା, ଶିଳ୍ପ ପେସାଦାର, କୃଷକ, ଉଦ୍ୟୋଗୀ ଏବଂ ଅନ୍ୟ ଅଂଶୀଦାର ମାନଙ୍କୁ ଆଲୋଚନାରେ ସାମିଲ ହେବା, ଭାଗିଦାରୀ ସ୍ଥାପନ କରିବା ଏବଂ କୃଷି - ଖାଦ୍ୟ କ୍ଷେତ୍ରରେ ନିବେଶ ସୁଯୋଗ ଖୋଜିବା ପାଇଁ ଏକ ନେଟୱାର୍କିଂ ଏବଂ ବ୍ୟବସାୟ ପ୍ଲାଟଫର୍ମ ପ୍ରଦାନ କରିବ । ସିଇଓମାନେ ଗୋଲ୍ ଟେବୁଲ୍ ବୈଠକରେ  ନିବେଶ ଏବଂ ଇଜ୍ ଅଫ୍ ଡୁଇଙ୍ଗ  ବିଜନେସ୍ (ବ୍ୟବସାୟରେ ସହଜତା) ଉପରେ ଗୁରୁତ୍ୱ ଦେବେ ।

ଭାରତୀୟ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପର ଉଦ୍ଭାବନ ଏବଂ ଶକ୍ତି ପ୍ରଦର୍ଶନ କରିବା ପାଇଁ ବିଭିନ୍ନ ମଣ୍ଡପ ସ୍ଥାପନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପର ବିଭିନ୍ନ ଦିଗ ଉପରେ ଗୁରୁତ୍ୱ ଦେଇ ୪୮ଟି ଅଧିବେଶନ ଅନୁଷ୍ଠିତ ହେବ, ଯେଉଁଥିରେ ଆର୍ଥିକ ସଶକ୍ତିକରଣ, ଗୁଣାତ୍ମକ ନିଶ୍ଚିତତା ଏବଂ ଯନ୍ତ୍ରପାତି ଓ ପ୍ରଯୁକ୍ତି  ବିଦ୍ୟା କ୍ଷେତ୍ରରେ ନବସୃଜନତା ଉପରେ ଗୁରୁତ୍ୱ ଦିଆଯିବ ।

ଏହି କାର୍ଯ୍ୟକ୍ରମରେ ପ୍ରମୁଖ ଖାଦ୍ୟ ପ୍ରକ୍ରିୟାକରଣ କମ୍ପାନୀ ଗୁଡିକର ସିଇଓ ମାନଙ୍କ ସମେତ ୮୦ରୁ ଅଧିକ ଦେଶର ପ୍ରତିଯୋଗୀ ଅଂଶଗ୍ରହଣ କରିବେ । ଏଥିରେ ରିଭର୍ସ ବାୟର ସେଲର ମିଟ୍ (କ୍ରେତା – ବିକ୍ରେତା ପାରସ୍ପରିକ ଆଲୋଚନା) ରହିବ, ଯେଉଁଥିରେ ୮୦ରୁ ଅଧିକ ଦେଶରୁ ୧୨୦୦ରୁ ଅଧିକ ବିଦେଶୀ କ୍ରେତା ରହିବେ । ନେଦରଲ୍ୟାଣ୍ଡ ସହଯୋଗୀ ଦେଶ ଭାବେ କାର୍ଯ୍ୟ କରୁଥିବା ବେଳେ ଜାପାନ ଏହି କାର୍ଯ୍ୟକ୍ରମର କେନ୍ଦ୍ର ଦେଶ ହେବ ।

 

ସମ୍ପୂର୍ଣ୍ଣ ଅଭିଭାଷଣ ପଢିବା ପାଇଁ ଏଠାରେ କ୍ଲିକ କରନ୍ତୁ

  • Dr Anand Kumar Gond Bahraich January 07, 2024

    जय हो
  • Lalruatsanga January 06, 2024

    wow
  • SADHU KIRANKUMAR SRIKAKULAM DISTRICT BJP VICE PRESIDENT December 15, 2023

    JAYAHO MODIJI 🙏🙏 JAI BJP...🚩🚩🚩 From: SADHU KIRANKUMAR SRIKAKULAM DISTRICT BJP ViCE - PRESIDENT SRIKAKULAM. A.P
  • Mahesh Chandra joshi November 10, 2023

    Organisation desh ki reed ka kaam karega.
  • Meera Tripathi November 09, 2023

    jay ho 👏🙏🙏🙏👏
  • NEELA Ben Soni Rathod November 08, 2023

    भारतीय भोजन में प्रोटीन युक्त स्वास्थ्यप्रद आहार का महत्व है जो संसार में कहीं भी नहीं
  • Daktar Sahoo November 06, 2023

    Jay Sitaram कौन-कौन Daktar Sahu
  • Daktar Sahoo November 06, 2023

    Good morning 🌅 hollo
  • Subhash Kumar November 04, 2023

    Jai shree ram
  • Atul kumar dwivedi November 04, 2023

    जय श्री राम
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Laying the digital path to a developed India

Media Coverage

Laying the digital path to a developed India
NM on the go

Nm on the go

Always be the first to hear from the PM. Get the App Now!
...
India is driving global growth today: PM Modi at Republic Plenary Summit
March 06, 2025
QuoteIndia's achievements and successes have sparked a new wave of hope across the globe: PM
QuoteIndia is driving global growth today: PM
QuoteToday's India thinks big, sets ambitious targets and delivers remarkable results: PM
QuoteWe launched the SVAMITVA Scheme to grant property rights to rural households in India: PM
QuoteYouth is the X-Factor of today's India, where X stands for Experimentation, Excellence, and Expansion: PM
QuoteIn the past decade, we have transformed impact-less administration into impactful governance: PM
QuoteEarlier, construction of houses was government-driven, but we have transformed it into an owner-driven approach: PM

नमस्कार!

आप लोग सब थक गए होंगे, अर्णब की ऊंची आवाज से कान तो जरूर थक गए होंगे, बैठिये अर्णब, अभी चुनाव का मौसम नहीं है। सबसे पहले तो मैं रिपब्लिक टीवी को उसके इस अभिनव प्रयोग के लिए बहुत बधाई देता हूं। आप लोग युवाओं को ग्रासरूट लेवल पर इन्वॉल्व करके, इतना बड़ा कंपटीशन कराकर यहां लाए हैं। जब देश का युवा नेशनल डिस्कोर्स में इन्वॉल्व होता है, तो विचारों में नवीनता आती है, वो पूरे वातावरण में एक नई ऊर्जा भर देता है और यही ऊर्जा इस समय हम यहां महसूस भी कर रहे हैं। एक तरह से युवाओं के इन्वॉल्वमेंट से हम हर बंधन को तोड़ पाते हैं, सीमाओं के परे जा पाते हैं, फिर भी कोई भी लक्ष्य ऐसा नहीं रहता, जिसे पाया ना जा सके। कोई मंजिल ऐसी नहीं रहती जिस तक पहुंचा ना जा सके। रिपब्लिक टीवी ने इस समिट के लिए एक नए कॉन्सेप्ट पर काम किया है। मैं इस समिट की सफलता के लिए आप सभी को बहुत-बहुत बधाई देता हूं, आपका अभिनंदन करता हूं। अच्छा मेरा भी इसमें थोड़ा स्वार्थ है, एक तो मैं पिछले दिनों से लगा हूं, कि मुझे एक लाख नौजवानों को राजनीति में लाना है और वो एक लाख ऐसे, जो उनकी फैमिली में फर्स्ट टाइमर हो, तो एक प्रकार से ऐसे इवेंट मेरा जो यह मेरा मकसद है उसका ग्राउंड बना रहे हैं। दूसरा मेरा व्यक्तिगत लाभ है, व्यक्तिगत लाभ यह है कि 2029 में जो वोट करने जाएंगे उनको पता ही नहीं है कि 2014 के पहले अखबारों की हेडलाइन क्या हुआ करती थी, उसे पता नहीं है, 10-10, 12-12 लाख करोड़ के घोटाले होते थे, उसे पता नहीं है और वो जब 2029 में वोट करने जाएगा, तो उसके सामने कंपैरिजन के लिए कुछ नहीं होगा और इसलिए मुझे उस कसौटी से पार होना है और मुझे पक्का विश्वास है, यह जो ग्राउंड बन रहा है ना, वो उस काम को पक्का कर देगा।

साथियों,

आज पूरी दुनिया कह रही है कि ये भारत की सदी है, ये आपने नहीं सुना है। भारत की उपलब्धियों ने, भारत की सफलताओं ने पूरे विश्व में एक नई उम्मीद जगाई है। जिस भारत के बारे में कहा जाता था, ये खुद भी डूबेगा और हमें भी ले डूबेगा, वो भारत आज दुनिया की ग्रोथ को ड्राइव कर रहा है। मैं भारत के फ्यूचर की दिशा क्या है, ये हमें आज के हमारे काम और सिद्धियों से पता चलता है। आज़ादी के 65 साल बाद भी भारत दुनिया की ग्यारहवें नंबर की इकॉनॉमी था। बीते दशक में हम दुनिया की पांचवें नंबर की इकॉनॉमी बने, और अब उतनी ही तेजी से दुनिया की तीसरी सबसे बड़ी अर्थव्यवस्था बनने जा रहे हैं।

|

साथियों,

मैं आपको 18 साल पहले की भी बात याद दिलाता हूं। ये 18 साल का खास कारण है, क्योंकि जो लोग 18 साल की उम्र के हुए हैं, जो पहली बार वोटर बन रहे हैं, उनको 18 साल के पहले का पता नहीं है, इसलिए मैंने वो आंकड़ा लिया है। 18 साल पहले यानि 2007 में भारत की annual GDP, एक लाख करोड़ डॉलर तक पहुंची थी। यानि आसान शब्दों में कहें तो ये वो समय था, जब एक साल में भारत में एक लाख करोड़ डॉलर की इकॉनॉमिक एक्टिविटी होती थी। अब आज देखिए क्या हो रहा है? अब एक क्वार्टर में ही लगभग एक लाख करोड़ डॉलर की इकॉनॉमिक एक्टिविटी हो रही है। इसका क्या मतलब हुआ? 18 साल पहले के भारत में साल भर में जितनी इकॉनॉमिक एक्टिविटी हो रही थी, उतनी अब सिर्फ तीन महीने में होने लगी है। ये दिखाता है कि आज का भारत कितनी तेजी से आगे बढ़ रहा है। मैं आपको कुछ उदाहरण दूंगा, जो दिखाते हैं कि बीते एक दशक में कैसे बड़े बदलाव भी आए और नतीजे भी आए। बीते 10 सालों में, हम 25 करोड़ लोगों को गरीबी से बाहर निकालने में सफल हुए हैं। ये संख्या कई देशों की कुल जनसंख्या से भी ज्यादा है। आप वो दौर भी याद करिए, जब सरकार खुद स्वीकार करती थी, प्रधानमंत्री खुद कहते थे, कि एक रूपया भेजते थे, तो 15 पैसा गरीब तक पहुंचता था, वो 85 पैसा कौन पंजा खा जाता था और एक आज का दौर है। बीते दशक में गरीबों के खाते में, DBT के जरिए, Direct Benefit Transfer, DBT के जरिए 42 लाख करोड़ रुपए से ज्यादा ट्रांसफर किए गए हैं, 42 लाख करोड़ रुपए। अगर आप वो हिसाब लगा दें, रुपये में से 15 पैसे वाला, तो 42 लाख करोड़ का क्या हिसाब निकलेगा? साथियों, आज दिल्ली से एक रुपया निकलता है, तो 100 पैसे आखिरी जगह तक पहुंचते हैं।

साथियों,

10 साल पहले सोलर एनर्जी के मामले में भारत दुनिया में कहीं गिनती नहीं होती थी। लेकिन आज भारत सोलर एनर्जी कैपेसिटी के मामले में दुनिया के टॉप-5 countries में से है। हमने सोलर एनर्जी कैपेसिटी को 30 गुना बढ़ाया है। Solar module manufacturing में भी 30 गुना वृद्धि हुई है। 10 साल पहले तो हम होली की पिचकारी भी, बच्चों के खिलौने भी विदेशों से मंगाते थे। आज हमारे Toys Exports तीन गुना हो चुके हैं। 10 साल पहले तक हम अपनी सेना के लिए राइफल तक विदेशों से इंपोर्ट करते थे और बीते 10 वर्षों में हमारा डिफेंस एक्सपोर्ट 20 गुना बढ़ गया है।

|

साथियों,

इन 10 वर्षों में, हम दुनिया के दूसरे सबसे बड़े स्टील प्रोड्यूसर हैं, दुनिया के दूसरे सबसे बड़े मोबाइल फोन मैन्युफैक्चरर हैं और दुनिया का तीसरा सबसे बड़ा स्टार्टअप इकोसिस्टम बने हैं। इन्हीं 10 सालों में हमने इंफ्रास्ट्रक्चर पर अपने Capital Expenditure को, पांच गुना बढ़ाया है। देश में एयरपोर्ट्स की संख्या दोगुनी हो गई है। इन दस सालों में ही, देश में ऑपरेशनल एम्स की संख्या तीन गुना हो गई है। और इन्हीं 10 सालों में मेडिकल कॉलेजों और मेडिकल सीट्स की संख्या भी करीब-करीब दोगुनी हो गई है।

साथियों,

आज के भारत का मिजाज़ कुछ और ही है। आज का भारत बड़ा सोचता है, बड़े टार्गेट तय करता है और आज का भारत बड़े नतीजे लाकर के दिखाता है। और ये इसलिए हो रहा है, क्योंकि देश की सोच बदल गई है, भारत बड़ी Aspirations के साथ आगे बढ़ रहा है। पहले हमारी सोच ये बन गई थी, चलता है, होता है, अरे चलने दो यार, जो करेगा करेगा, अपन अपना चला लो। पहले सोच कितनी छोटी हो गई थी, मैं इसका एक उदाहरण देता हूं। एक समय था, अगर कहीं सूखा हो जाए, सूखाग्रस्त इलाका हो, तो लोग उस समय कांग्रेस का शासन हुआ करता था, तो मेमोरेंडम देते थे गांव के लोग और क्या मांग करते थे, कि साहब अकाल होता रहता है, तो इस समय अकाल के समय अकाल के राहत के काम रिलीफ के वर्क शुरू हो जाए, गड्ढे खोदेंगे, मिट्टी उठाएंगे, दूसरे गड्डे में भर देंगे, यही मांग किया करते थे लोग, कोई कहता था क्या मांग करता था, कि साहब मेरे इलाके में एक हैंड पंप लगवा दो ना, पानी के लिए हैंड पंप की मांग करते थे, कभी कभी सांसद क्या मांग करते थे, गैस सिलेंडर इसको जरा जल्दी देना, सांसद ये काम करते थे, उनको 25 कूपन मिला करती थी और उस 25 कूपन को पार्लियामेंट का मेंबर अपने पूरे क्षेत्र में गैस सिलेंडर के लिए oblige करने के लिए उपयोग करता था। एक साल में एक एमपी 25 सिलेंडर और यह सारा 2014 तक था। एमपी क्या मांग करते थे, साहब ये जो ट्रेन जा रही है ना, मेरे इलाके में एक स्टॉपेज दे देना, स्टॉपेज की मांग हो रही थी। यह सारी बातें मैं 2014 के पहले की कर रहा हूं, बहुत पुरानी नहीं कर रहा हूं। कांग्रेस ने देश के लोगों की Aspirations को कुचल दिया था। इसलिए देश के लोगों ने उम्मीद लगानी भी छोड़ दी थी, मान लिया था यार इनसे कुछ होना नहीं है, क्या कर रहा है।। लोग कहते थे कि भई ठीक है तुम इतना ही कर सकते हो तो इतना ही कर दो। और आज आप देखिए, हालात और सोच कितनी तेजी से बदल रही है। अब लोग जानते हैं कि कौन काम कर सकता है, कौन नतीजे ला सकता है, और यह सामान्य नागरिक नहीं, आप सदन के भाषण सुनोगे, तो विपक्ष भी यही भाषण करता है, मोदी जी ये क्यों नहीं कर रहे हो, इसका मतलब उनको लगता है कि यही करेगा।

|

साथियों,

आज जो एस्पिरेशन है, उसका प्रतिबिंब उनकी बातों में झलकता है, कहने का तरीका बदल गया , अब लोगों की डिमांड क्या आती है? लोग पहले स्टॉपेज मांगते थे, अब आकर के कहते जी, मेरे यहां भी तो एक वंदे भारत शुरू कर दो। अभी मैं कुछ समय पहले कुवैत गया था, तो मैं वहां लेबर कैंप में नॉर्मली मैं बाहर जाता हूं तो अपने देशवासी जहां काम करते हैं तो उनके पास जाने का प्रयास करता हूं। तो मैं वहां लेबर कॉलोनी में गया था, तो हमारे जो श्रमिक भाई बहन हैं, जो वहां कुवैत में काम करते हैं, उनसे कोई 10 साल से कोई 15 साल से काम, मैं उनसे बात कर रहा था, अब देखिए एक श्रमिक बिहार के गांव का जो 9 साल से कुवैत में काम कर रहा है, बीच-बीच में आता है, मैं जब उससे बातें कर रहा था, तो उसने कहा साहब मुझे एक सवाल पूछना है, मैंने कहा पूछिए, उसने कहा साहब मेरे गांव के पास डिस्ट्रिक्ट हेड क्वार्टर पर इंटरनेशनल एयरपोर्ट बना दीजिए ना, जी मैं इतना प्रसन्न हो गया, कि मेरे देश के बिहार के गांव का श्रमिक जो 9 साल से कुवैत में मजदूरी करता है, वह भी सोचता है, अब मेरे डिस्ट्रिक्ट में इंटरनेशनल एयरपोर्ट बनेगा। ये है, आज भारत के एक सामान्य नागरिक की एस्पिरेशन, जो विकसित भारत के लक्ष्य की ओर पूरे देश को ड्राइव कर रही है।

साथियों,

किसी भी समाज की, राष्ट्र की ताकत तभी बढ़ती है, जब उसके नागरिकों के सामने से बंदिशें हटती हैं, बाधाएं हटती हैं, रुकावटों की दीवारें गिरती है। तभी उस देश के नागरिकों का सामर्थ्य बढ़ता है, आसमान की ऊंचाई भी उनके लिए छोटी पड़ जाती है। इसलिए, हम निरंतर उन रुकावटों को हटा रहे हैं, जो पहले की सरकारों ने नागरिकों के सामने लगा रखी थी। अब मैं उदाहरण देता हूं स्पेस सेक्टर। स्पेस सेक्टर में पहले सबकुछ ISRO के ही जिम्मे था। ISRO ने निश्चित तौर पर शानदार काम किया, लेकिन स्पेस साइंस और आंत्रप्रन्योरशिप को लेकर देश में जो बाकी सामर्थ्य था, उसका उपयोग नहीं हो पा रहा था, सब कुछ इसरो में सिमट गया था। हमने हिम्मत करके स्पेस सेक्टर को युवा इनोवेटर्स के लिए खोल दिया। और जब मैंने निर्णय किया था, किसी अखबार की हेडलाइन नहीं बना था, क्योंकि समझ भी नहीं है। रिपब्लिक टीवी के दर्शकों को जानकर खुशी होगी, कि आज ढाई सौ से ज्यादा स्पेस स्टार्टअप्स देश में बन गए हैं, ये मेरे देश के युवाओं का कमाल है। यही स्टार्टअप्स आज, विक्रम-एस और अग्निबाण जैसे रॉकेट्स बना रहे हैं। ऐसे ही mapping के सेक्टर में हुआ, इतने बंधन थे, आप एक एटलस नहीं बना सकते थे, टेक्नॉलाजी बदल चुकी है। पहले अगर भारत में कोई मैप बनाना होता था, तो उसके लिए सरकारी दरवाजों पर सालों तक आपको चक्कर काटने पड़ते थे। हमने इस बंदिश को भी हटाया। आज Geo-spatial mapping से जुडा डेटा, नए स्टार्टअप्स का रास्ता बना रहा है।

|

साथियों,

न्यूक्लियर एनर्जी, न्यूक्लियर एनर्जी से जुड़े सेक्टर को भी पहले सरकारी कंट्रोल में रखा गया था। बंदिशें थीं, बंधन थे, दीवारें खड़ी कर दी गई थीं। अब इस साल के बजट में सरकार ने इसको भी प्राइवेट सेक्टर के लिए ओपन करने की घोषणा की है। और इससे 2047 तक 100 गीगावॉट न्यूक्लियर एनर्जी कैपेसिटी जोड़ने का रास्ता मजबूत हुआ है।

साथियों,

आप हैरान रह जाएंगे, कि हमारे गांवों में 100 लाख करोड़ रुपए, Hundred lakh crore rupees, उससे भी ज्यादा untapped आर्थिक सामर्थ्य पड़ा हुआ है। मैं आपके सामने फिर ये आंकड़ा दोहरा रहा हूं- 100 लाख करोड़ रुपए, ये छोटा आंकड़ा नहीं है, ये आर्थिक सामर्थ्य, गांव में जो घर होते हैं, उनके रूप में उपस्थित है। मैं आपको और आसान तरीके से समझाता हूं। अब जैसे यहां दिल्ली जैसे शहर में आपके घर 50 लाख, एक करोड़, 2 करोड़ के होते हैं, आपकी प्रॉपर्टी की वैल्यू पर आपको बैंक लोन भी मिल जाता है। अगर आपका दिल्ली में घर है, तो आप बैंक से करोड़ों रुपये का लोन ले सकते हैं। अब सवाल यह है, कि घर दिल्ली में थोड़े है, गांव में भी तो घर है, वहां भी तो घरों का मालिक है, वहां ऐसा क्यों नहीं होता? गांवों में घरों पर लोन इसलिए नहीं मिलता, क्योंकि भारत में गांव के घरों के लीगल डॉक्यूमेंट्स नहीं होते थे, प्रॉपर मैपिंग ही नहीं हो पाई थी। इसलिए गांव की इस ताकत का उचित लाभ देश को, देशवासियों को नहीं मिल पाया। और ये सिर्फ भारत की समस्या है ऐसा नहीं है, दुनिया के बड़े-बड़े देशों में लोगों के पास प्रॉपर्टी के राइट्स नहीं हैं। बड़ी-बड़ी अंतरराष्ट्रीय संस्थाएं कहती हैं, कि जो देश अपने यहां लोगों को प्रॉपर्टी राइट्स देता है, वहां की GDP में उछाल आ जाता है।

|

साथियों,

भारत में गांव के घरों के प्रॉपर्टी राइट्स देने के लिए हमने एक स्वामित्व स्कीम शुरु की। इसके लिए हम गांव-गांव में ड्रोन से सर्वे करा रहे हैं, गांव के एक-एक घर की मैपिंग करा रहे हैं। आज देशभर में गांव के घरों के प्रॉपर्टी कार्ड लोगों को दिए जा रहे हैं। दो करोड़ से अधिक प्रॉपर्टी कार्ड सरकार ने बांटे हैं और ये काम लगातार चल रहा है। प्रॉपर्टी कार्ड ना होने के कारण पहले गांवों में बहुत सारे विवाद भी होते थे, लोगों को अदालतों के चक्कर लगाने पड़ते थे, ये सब भी अब खत्म हुआ है। इन प्रॉपर्टी कार्ड्स पर अब गांव के लोगों को बैंकों से लोन मिल रहे हैं, इससे गांव के लोग अपना व्यवसाय शुरू कर रहे हैं, स्वरोजगार कर रहे हैं। अभी मैं एक दिन ये स्वामित्व योजना के तहत वीडियो कॉन्फ्रेंस पर उसके लाभार्थियों से बात कर रहा था, मुझे राजस्थान की एक बहन मिली, उसने कहा कि मैंने मेरा प्रॉपर्टी कार्ड मिलने के बाद मैंने 9 लाख रुपये का लोन लिया गांव में और बोली मैंने बिजनेस शुरू किया और मैं आधा लोन वापस कर चुकी हूं और अब मुझे पूरा लोन वापस करने में समय नहीं लगेगा और मुझे अधिक लोन की संभावना बन गई है कितना कॉन्फिडेंस लेवल है।

साथियों,

ये जितने भी उदाहरण मैंने दिए हैं, इनका सबसे बड़ा बेनिफिशरी मेरे देश का नौजवान है। वो यूथ, जो विकसित भारत का सबसे बड़ा स्टेकहोल्डर है। जो यूथ, आज के भारत का X-Factor है। इस X का अर्थ है, Experimentation Excellence और Expansion, Experimentation यानि हमारे युवाओं ने पुराने तौर तरीकों से आगे बढ़कर नए रास्ते बनाए हैं। Excellence यानी नौजवानों ने Global Benchmark सेट किए हैं। और Expansion यानी इनोवेशन को हमारे य़ुवाओं ने 140 करोड़ देशवासियों के लिए स्केल-अप किया है। हमारा यूथ, देश की बड़ी समस्याओं का समाधान दे सकता है, लेकिन इस सामर्थ्य का सदुपयोग भी पहले नहीं किया गया। हैकाथॉन के ज़रिए युवा, देश की समस्याओं का समाधान भी दे सकते हैं, इसको लेकर पहले सरकारों ने सोचा तक नहीं। आज हम हर वर्ष स्मार्ट इंडिया हैकाथॉन आयोजित करते हैं। अभी तक 10 लाख युवा इसका हिस्सा बन चुके हैं, सरकार की अनेकों मिनिस्ट्रीज और डिपार्टमेंट ने गवर्नेंस से जुड़े कई प्रॉब्लम और उनके सामने रखें, समस्याएं बताई कि भई बताइये आप खोजिये क्या सॉल्यूशन हो सकता है। हैकाथॉन में हमारे युवाओं ने लगभग ढाई हज़ार सोल्यूशन डेवलप करके देश को दिए हैं। मुझे खुशी है कि आपने भी हैकाथॉन के इस कल्चर को आगे बढ़ाया है। और जिन नौजवानों ने विजय प्राप्त की है, मैं उन नौजवानों को बधाई देता हूं और मुझे खुशी है कि मुझे उन नौजवानों से मिलने का मौका मिला।

|

साथियों,

बीते 10 वर्षों में देश ने एक new age governance को फील किया है। बीते दशक में हमने, impact less administration को Impactful Governance में बदला है। आप जब फील्ड में जाते हैं, तो अक्सर लोग कहते हैं, कि हमें फलां सरकारी स्कीम का बेनिफिट पहली बार मिला। ऐसा नहीं है कि वो सरकारी स्कीम्स पहले नहीं थीं। स्कीम्स पहले भी थीं, लेकिन इस लेवल की last mile delivery पहली बार सुनिश्चित हो रही है। आप अक्सर पीएम आवास स्कीम के बेनिफिशरीज़ के इंटरव्यूज़ चलाते हैं। पहले कागज़ पर गरीबों के मकान सेंक्शन होते थे। आज हम जमीन पर गरीबों के घर बनाते हैं। पहले मकान बनाने की पूरी प्रक्रिया, govt driven होती थी। कैसा मकान बनेगा, कौन सा सामान लगेगा, ये सरकार ही तय करती थी। हमने इसको owner driven बनाया। सरकार, लाभार्थी के अकाउंट में पैसा डालती है, बाकी कैसा घर बनेगा, ये लाभार्थी खुद डिसाइड करता है। और घर के डिजाइन के लिए भी हमने देशभर में कंपीटिशन किया, घरों के मॉडल सामने रखे, डिजाइन के लिए भी लोगों को जोड़ा, जनभागीदारी से चीज़ें तय कीं। इससे घरों की क्वालिटी भी अच्छी हुई है और घर तेज़ गति से कंप्लीट भी होने लगे हैं। पहले ईंट-पत्थर जोड़कर आधे-अधूरे मकान बनाकर दिए जाते थे, हमने गरीब को उसके सपनों का घर बनाकर दिया है। इन घरों में नल से जल आता है, उज्ज्वला योजना का गैस कनेक्शन होता है, सौभाग्य योजना का बिजली कनेक्शन होता है, हमने सिर्फ चार दीवारें खड़ी नहीं कीं है, हमने उन घरों में ज़िंदगी खड़ी की है।

साथियों,

किसी भी देश के विकास के लिए बहुत जरूरी पक्ष है उस देश की सुरक्षा, नेशनल सिक्योरिटी। बीते दशक में हमने सिक्योरिटी पर भी बहुत अधिक काम किया है। आप याद करिए, पहले टीवी पर अक्सर, सीरियल बम ब्लास्ट की ब्रेकिंग न्यूज चला करती थी, स्लीपर सेल्स के नेटवर्क पर स्पेशल प्रोग्राम हुआ करते थे। आज ये सब, टीवी स्क्रीन और भारत की ज़मीन दोनों जगह से गायब हो चुका है। वरना पहले आप ट्रेन में जाते थे, हवाई अड्डे पर जाते थे, लावारिस कोई बैग पड़ा है तो छूना मत ऐसी सूचनाएं आती थी, आज वो जो 18-20 साल के नौजवान हैं, उन्होंने वो सूचना सुनी नहीं होगी। आज देश में नक्सलवाद भी अंतिम सांसें गिन रहा है। पहले जहां सौ से अधिक जिले, नक्सलवाद की चपेट में थे, आज ये दो दर्जन से भी कम जिलों में ही सीमित रह गया है। ये तभी संभव हुआ, जब हमने nation first की भावना से काम किया। हमने इन क्षेत्रों में Governance को Grassroot Level तक पहुंचाया। देखते ही देखते इन जिलों मे हज़ारों किलोमीटर लंबी सड़कें बनीं, स्कूल-अस्पताल बने, 4G मोबाइल नेटवर्क पहुंचा और परिणाम आज देश देख रहा है।

साथियों,

सरकार के निर्णायक फैसलों से आज नक्सलवाद जंगल से तो साफ हो रहा है, लेकिन अब वो Urban सेंटर्स में पैर पसार रहा है। Urban नक्सलियों ने अपना जाल इतनी तेज़ी से फैलाया है कि जो राजनीतिक दल, अर्बन नक्सल के विरोधी थे, जिनकी विचारधारा कभी गांधी जी से प्रेरित थी, जो भारत की ज़ड़ों से जुड़ी थी, ऐसे राजनीतिक दलों में आज Urban नक्सल पैठ जमा चुके हैं। आज वहां Urban नक्सलियों की आवाज, उनकी ही भाषा सुनाई देती है। इसी से हम समझ सकते हैं कि इनकी जड़ें कितनी गहरी हैं। हमें याद रखना है कि Urban नक्सली, भारत के विकास और हमारी विरासत, इन दोनों के घोर विरोधी हैं। वैसे अर्नब ने भी Urban नक्सलियों को एक्सपोज करने का जिम्मा उठाया हुआ है। विकसित भारत के लिए विकास भी ज़रूरी है और विरासत को मज़बूत करना भी आवश्यक है। और इसलिए हमें Urban नक्सलियों से सावधान रहना है।

साथियों,

आज का भारत, हर चुनौती से टकराते हुए नई ऊंचाइयों को छू रहा है। मुझे भरोसा है कि रिपब्लिक टीवी नेटवर्क के आप सभी लोग हमेशा नेशन फर्स्ट के भाव से पत्रकारिता को नया आयाम देते रहेंगे। आप विकसित भारत की एस्पिरेशन को अपनी पत्रकारिता से catalyse करते रहें, इसी विश्वास के साथ, आप सभी का बहुत-बहुत आभार, बहुत-बहुत शुभकामनाएं।

धन्यवाद!