Quoteବାତ୍ୟାର ମୁକାବିଲା ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଗଲା
Quoteବିପଜ୍ଜନକ ଓ ତଳିଆ ଅଞ୍ଚଳରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରିବା ସହ ସବୁ ସମ୍ଭାବ୍ୟ ପଦକ୍ଷେପ ନେବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ
Quoteସବୁ ଅତ୍ୟାବଶ୍ୟକ ସେବା ଯୋଗାଣ ବ୍ୟବସ୍ଥାକୁ ଅବ୍ୟାହତ ରଖିବା ସହିତ କ୍ଷତିଗ୍ରସ୍ତ ଅଞ୍ଚଳରେ ସାହାଯ୍ୟ ଓ ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତ ରହିବାକୁ କହିଲେ ପ୍ରଧାନମନ୍ତ୍ରୀ
Quoteବାତ୍ୟାରେ ପଶୁସମ୍ପଦ ଯେପରି ନିରାପଦ ରହେ ତାହା ସୁନିଶ୍ଚିତ କରିବାକୁ ଅଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ

ଆରବ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ର୍ରିକ ବାତ୍ୟା ଭୀଷଣ ଆକାର ଧାରଣ କରି ଗୁଜରାଟ ଉପକୂଳ ଆଡେ ମୁହାଁଇଛି । ‘ବିପର୍ଯ୍ୟୟ’ ନାମକ ଏହି ସାମୁଦ୍ରିକ ବାତ୍ୟାର ମୁକାବିଲା କରି କ୍ଷୟକ୍ଷତିକୁ କିପରି ଯଥା ସାଧ୍ୟ କମ୍ କରାଯାଇପାରିବ ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଆଜି ଏଠାରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ସ୍ୱରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅମିତ ଶାହା, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, କ୍ୟାବିନେଟ ସଚିବ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଓ କର୍ମକର୍ତ୍ତା ଯୋଗ ଦେଇଥିଲେ । 

ବାତ୍ୟା ଆସୁଥିବାରୁ ଗୁଜରାଟର ତଟବର୍ତ୍ତୀ ତଳିଆ ଅଞ୍ଚଳ ଓ ବିପଜ୍ଜନକ ଇଲାକାରେ ବସବାସ କରୁଥିବା ଲୋକମାନଙ୍କୁ ତୁରନ୍ତ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରିବାକୁ ପ୍ରଧାନମନ୍ତ୍ରୀ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହାଛଡା ପାନୀୟ ଜଳ ଯୋଗାଣ, ଟେଲିଫୋନ, ବିଜୁଳି ସମେତ ସବୁ ଅତ୍ୟାବଶ୍ୟକ ସେବାକୁ ଅବ୍ୟାହତ ରଖିବାକୁ ସେ ଗୁଜରାଟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି । ପ୍ରଭାବିତ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀର ଯେପରି ଅଭାବ ନ ରହେ ତାହା ମଧ୍ୟ ନିଶ୍ଚିତ କରିବାକୁ ସେ କହିଛନ୍ତି ।

 ବାତ୍ୟାର ପ୍ରଭାବରେ କ୍ଷୟକ୍ଷତି ଯେତେ କମ୍ ହେବ ସେଥି ପାଇଁ ଆବଶ୍ୟକ ପ୍ରସ୍ତୁତି କରିବା ସହିତ ତୋଫାନ ପରେ ହୋଇଥିବା କ୍ଷୟକ୍ଷତିର ପୁନରୁଦ୍ଧାର କାର୍ଯ୍ୟ ଯଥା ସମ୍ଭବ ଶେଷ କରିବାକୁ ପ୍ରଧାନମନ୍ତ୍ରୀ ଗୁଜରାଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କ୍ଷତିଗ୍ରସ୍ତ ଅଞ୍ଚଳରେ ଯୁଦ୍ଧକାଳୀନ ଭିତ୍ତିରେ ରିଲିଫ, ସାହାଯ୍ୟ ଓ ଉଦ୍ଧାର କାର୍ଯ୍ୟ କରିବାକୁ ମଧ୍ୟ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବିଶେଷକରି ବିଜୁଳି, ଟେଲିଫୋନ, ଜଳଯୋଗାଣ ଓ ସଡକ ଯୋଗାଯୋଗ ବ୍ୟବସ୍ଥା ଆଦିକୁ କ୍ଷତିଗ୍ରସ୍ତ ଅଞ୍ଚଳରେ ଯଥାଶୀଘ୍ର ସ୍ୱାଭାବିକ କରିବାକୁ ସେ ଗୁରୁତ୍ୱ ଦେଇଛନ୍ତି । ବାତ୍ୟା ଯୋଗୁଁ ଗୃହପାଳିତ ପଶୁ ପକ୍ଷୀ, ବିଶେଷକରି ପଶୁ ସମ୍ପଦର ଯେପରି ବିଶେଷକ କିଛି କ୍ଷତି ନ ଘଟେ ତାହା ସୁନିଶ୍ଚିତ କରିବାକୁ ସେ କହିଛନ୍ତି । ବାତ୍ୟା ନିୟନ୍ତ୍ରଣ କକ୍ଷକୁ ରାଜ୍ୟ ସରକାର ୨୪ଘଣ୍ଟା ଚାଲୁ ରଖିବାକୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି । 

ଏହି ସମୀକ୍ଷା ବୈଠକ ଅବସରରେ ଭାରତୀୟ ପାଣିପାଗ ବିଭାଗର ଅଧିକାରୀମାନେ କହିଥିଲେ ଯେ ଆରବ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା “ବିପର୍ଯ୍ୟୟ” ଜୁନ ୧୫ତାରିଖ ମଧ୍ୟାହ୍ନ ସୁଦ୍ଧା ଗୁଜରାଟର ମାଣ୍ଡବୀରୁ ପାକିସ୍ତାନର କରାଚି ମଧ୍ୟରେ ସୌରାଷ୍ଟ୍ର ଓ କଚ୍ଛ ଉପକୂଳ ଅତିକ୍ରମ କରିବ । ଏହି ବାତ୍ୟା ଗୁଜରାଟର ଏକ କ୍ଷୁଦ୍ର ବନ୍ଦର ଜଖାଉ ନିକଟରେ ସ୍ଥଳଭାଗ ସ୍ପର୍ଶ କରିବାର ସମ୍ଭାବନା ରହିଛି । ଏହା ଏକ ଶକ୍ତିଶାଳୀ ବାତ୍ୟା ଏବଂ ଏହାର ବେଗ ଘଣ୍ଟାପ୍ରତି ୧୨୫ରୁ ୧୩୫କିମି. ରହିବ । ମଝିରେ ମଝିରେ ଏହି ବେଗ ୧୪୫ କି.ମି. ଯାଏ ପହଂଚିପାରେ । ଏହାର ପ୍ରଭାବରେ ଗୁଜରାଟ ଉପକୂଳ ସମେତ କଚ୍ଛ, ଦେବ ଭୂମି ଦ୍ୱାରିକା ଓ ଜାମନଗରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପୋରବନ୍ଦର, ରାଜକୋଟ, ମର୍‌୍‌ବି ଓ ଜୁନାଗଡ ଜିଲ୍ଳାରେ ମଧ୍ୟ ପ୍ରବଳ ବର୍ଷା ହେବବୋଲି ପାଣିପାଗ ବିଭାଗ ସତର୍କ କରାଇଦେଇଛି । ଜୁନ ୬ରୁ ଏହି ବାତ୍ୟାର ଉତ୍ପତ୍ତି କଥା ଜଣା ପଡିବା ପରେ ପାଣିପାଗ ବିଭାଗ ନିୟମିତ ବୁଲେଟିନ ଜରିଆରେ ଏହାର ଗତିପଥ ସମ୍ପର୍କରେ ସତର୍କ ସୂଚନା ଲୋକଙ୍କୁ ଦେଇ ଆସୁଛି । 

 କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ମଧ୍ୟ ଗୁଜରାଟ ବାତ୍ୟା ସ୍ଥିତି ସମ୍ପର୍କରେ ନିୟମିତ ସମୀକ୍ଷା କରିବା ସହିତ ରାଜ୍ୟ ସରକାରଙ୍କ ସହିତ ବରାବର ଯୋଗାଯୋଗରେ ରହିଛି । ପ୍ରଭାବିତ ହେବାକୁ ଥିବା ଅଞ୍ଚଳକୁ ଏନ୍‌ଡିଆରଏଫ ୧୨ଟି ଦଳ ଆଗୁଆ ପଠାଇ ସାରିଛି । ସେମାନେ ସାଙ୍ଗରେ, ବୋଟ୍‌, ଗଛକଟା ମେସିନ, ଟେଲିକମ୍ ଯନ୍ତ୍ରପାତି ଆଦି ନେଇଛନ୍ତି । ଏହାଛଡା ଆଉ ୧୫ଟି ଦଳକୁ ପ୍ରସ୍ତୁତ କରି ରଖାଯାଇଛି । 

ଭାରତୀୟ ତଟରକ୍ଷୀ ବାହିନୀ ଓ ନୌବାହିନୀ ମଧ୍ୟ ସାହାଯ୍ୟ ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ହେଲିକୋପ୍ଟର ଓ ଜାହାଜକୁ ମୁତୟନ କରିଛନ୍ତି । ସାହାଯ୍ୟ ଓ ଉଦ୍ଧାର କାର୍ଯ୍ୟ ପାଇଁ ବାୟୁସେନା ଓ ସ୍ଥଳସେନାର ଯବାନମାନେ ପ୍ରସ୍ତୁତ ଅଛନ୍ତି । ବିପର୍ଯ୍ୟୟ ରିଲିଫ ଟିମ୍‌(ଡିଆର୍‌ଟି), ସେନାର ମେଡିକାଲ ଟିମ୍ ଆଦିକୁ ପ୍ରସ୍ତୁତ କରି ରଖାଯାଇଛି।

ପ୍ରଧାନମନ୍ତ୍ରୀଙ୍କୁ ଗୁଜରାଟ ସରକାରଙ୍କ ବାତ୍ୟା ପ୍ରସ୍ତୁତି ସମ୍ପର୍କରେ ଅବଗତ କରାଯାଇଥିଲା । ସେଠାକାର ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ଜିଲ୍ଲାପାଳ ଓ ସାହାଯ୍ୟ ଉଦ୍ଧାର କାର୍ଯ୍ୟ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହିତ ନିରନ୍ତର ଯୋଗାଯୋଗ ରକ୍ଷା କରି ସବୁ କଥା ବୁଝୁଛନ୍ତି । ସମଗ୍ର ରାଜ୍ୟ ପ୍ରଶାସନକୁ ବାତ୍ୟା ପାଇଁ ପ୍ରସ୍ତୁତ କରି ରଖାଯାଇଛି । ଗୁଜରାଟର ମୁଖ୍ୟ ସଚିବଙ୍କ ସହିତ କେନ୍ଦ୍ର କ୍ୟାବିନେଟ ଓ ସ୍ୱରାଷ୍ଟ୍ର ସଚିବ ନିୟମିତ ସମ୍ପର୍କରେ ରହି ପ୍ରସ୍ତୁତି କାର୍ଯ୍ୟ ବୁଝୁଛନ୍ତି । କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ ଓ ସଂସ୍ଥାକୁ ମଧ୍ୟ ଏହି ବାତ୍ୟା ପାଇଁ ସତର୍କ ରଖାଯାଇଛି ।

 

  • naval kishor June 17, 2023

    जय भाजपा🇮🇳🚩
  • DHARAM PAL June 17, 2023

    namo namo Jai shree Ram
  • Pawan sumbria village bungal June 17, 2023

    BJP zindabad
  • jadavhetaldahyalal June 17, 2023

    *CBI चीफ लखनऊ की एक रिपोर्ट* *लड़कियां विशेष ध्यान दें। क्या आप जानते है।* *बॉडी पार्ट्स आते कहाँ से है???* आपने सुना होगा कि 40 लाख देकर किडनी बदलवा लो। वो भी 16 - 25 आयु के आसपास की मजबूत किडनी.. अब सोचो आखिर ये बॉडीपार्ट्स कहाँ से आते है...? मुर्दाघरो में पड़ी लाशो से या एक्सीडेंट में मरने वालो से...?? एक जगह और है। वो है... भारत में मिडिल क्लास फैमिली की लड़कियां...!!! ये लड़कियां सिगरेट, गुटखा या शराब नही यूज करती। इनके दाँत, हड्डी, आँते, चमडा़, दिल, लीवर, किडनी, सब सही और ट्रांसप्लांट के लिए अच्छे होते है..._ इन लडकियों को *प्यार में फसाकर* या *नौकरी का झांसा* देकर कहीं भी ले जाना आसान होता है... इसलिए सुन्दर स्मार्ट हीरोटाइप लडके इन लड़कियों को जाल में फंसाते हैं... ये लडके वास्तव में *प्रोफेशनल क्रिमिनल* होते हैं,, ये पैसे के लिए कुछ भी कर सकते है। - हर साल *फरवरी के अंत तक मिडिल क्लास फैमिली की 2 से 4 लाख लडकियां घर से गायब* हो जाती हैं... व्यौरा दिया जाता है कि... *आशिकी में घर से भाग गयी..,*ना तो कोई *केस* बनता है, ना कोई *खोजता* है... बाद में उनका कोई पता नहीं चलता ..*जरा सोचिये, *ये लडकिया कहाँ पहुँच जाती है??* अब आप अच्छी तरह समझ सकते हो..., असल में पहले तो *इन बच्चियों का भरपूर शारीरिक शोषण किया जाता है। उसके बाद इनकी हत्या कर दी जाती है और शरीर के अंग बेचकर कमाई की जाती है..* - अभी आप गूगल पर ' *Black market price of human body parts* सर्च करके अंगो के भाव देखिएगा.. फिर *Organ Transplant Rate in India* सर्च करके अंग प्रत्यारोपण का खर्च देखना... अगर एक *लडकी की बॉडी के अंगों की सही कीमत लगे, तो कम से कम 5 करोड़ आराम से* मिल जाता है,,। इसीलिए *लव और मानव तस्करी पर ना तो कभी कोई कानून बनता है, और ना ही कोई बनने देता है...।* - एक बात और **ये घटनाये ज्यादातर उन्हीं लडकिया के साथ होती हैं, जिनके परिवार कमजोर होते है या जिनके कोई राजनितिक या क़ानूनी Approach/पकड़ नही* होती...। -- 2015 में UP से *4000 लडकिया गायब* हुई थी, वही 2017 से 2018 तक 7000 लड़कियां गायब हुई थी। औऱ ये घटनायें अधिकतर लखनऊ, दिल्ली, मुम्बई जैसे बड़े सहरो में अधिक पाई गई है। - माना कि हमारी लाड़ली बहिन बेटियां *सब जानती* हैं, लेकिन *क्रिमिनल मार्केटिंग* और *अंग प्रत्यारोपण* के लिए *सही और असली अंग आते कहाँ से हैं...* ये नही जानती,,, - - अपनी बहिन बेटियों का ध्यान दें, क्योंकि, *जो बाहर हो रहा है, वो हमारे घर में कभी भी हो सकता है...!* औऱ लोगो की सही सलाह ले। किसी के झांसे में न आये। कृपया, पढ़कर अपने संपर्क में सभी को शेयर कीजिये जिससे *किसी की बहन-बेटी इस तरह के षड़यंत्र का शिकार ना हो!* यह षडयंत्र किसी भी तरह से अंजाम दिया जा सकता है वैवाहिक विज्ञापन द्वारा..विवाह प्रस्ताव द्वारा..नौकरी का झांसा देकर.. फ़ेसबुक दोस्ती द्वारा ...अत :हर प्रकार से सतर्कता आवश्यक है परिवार में, घर में, दोस्तों में, *चर्चा करने *बहिन-बेटी की अनमोल जान* बचा सकेगी आइये हम अपना नैतिक दायित्व निभाएं *क्राइम ब्रांच लखनऊ* *उत्तर प्रदेश* प्लीज इस पर गौर करें हम इधर उधर के मैसेज तो रोज ही भेजते रहते हैं यह हमारे देश की बहन बेटियां लड़कियों की इज्जत और उनकी जान का सवाल है कृपया ज्यादा से ज्यादा इस मैसेज को साझा करें धन्यवाद *CBI चीफ लखनऊ* 🤔😱😯...सादर राधे राधे 🙏
  • Vinod Chandra Tiwari June 17, 2023

    जय भारत जय उत्तराखण्ड
  • hari shankar shukla June 17, 2023

    नमो नमो
  • Pritiva Deb June 17, 2023

    Great 🙏🙏🙏
  • Dipu Tarafdar June 17, 2023

    Very good service
  • INDIAN June 17, 2023

    congratulations modiji for handling the cyclone effected areas effectively to minimize the casualties. Thanks for the central and state govt.
  • Beejal Technical June 17, 2023

    hello im from pakistan plz help me
Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Centre announces $1 bn fund for creators' economy ahead of WAVES summit

Media Coverage

Centre announces $1 bn fund for creators' economy ahead of WAVES summit
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 14, 2025
March 14, 2025

Appreciation for Viksit Bharat: PM Modi’s Leadership Redefines Progress and Prosperity