ଆତ୍ମସନ୍ତୋଷ ବିରୋଧରେ ସତର୍କତା ଅବଲମ୍ବନ କରିବା ସହିତ କଠୋର ନିରୀକ୍ଷଣ ପାଇଁ ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ
ଜିନୋମ ସିକ୍ୱେନ୍ସିଂ ଏବଂ ଅଧିକ ପରୀକ୍ଷଣ ଉପରେ ଧ୍ୟାନ ସହିତ ଶକ୍ତିଶାଳୀ ନୀରିକ୍ଷଣର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି ପ୍ରଧାନମନ୍ତ୍ରୀ
ଡାକ୍ତରଖାନା ଭିତ୍ତିଭୂମି ପ୍ରସ୍ତୁତିକୁ ନିଶ୍ଚିତ କରିବାକୁ ରାଜ୍ୟମାନଙ୍କୁ ପରାମର୍ଶ ଦେଇଛନ୍ତି
ମାସ୍କ ପିନ୍ଧିବା ସହିତ କୋଭିଡ ଉପଯୁକ୍ତ ଆଚରଣକୁ ପାଳନ କରିବାକୁ ଦେଇଛନ୍ତି ପରାମର୍ଶ
ବୟସ୍କ ଏବଂ ସମ୍ବେଦନଶଳୀଳ ଲୋକଙ୍କ ଟିକାକରଣ ଉପରେ ଗୁରୁତ୍ୱ
ସମୁଖ ଭାଗରେ ଥିବା କର୍ମଚାରୀ ଏବଂ କରୋନା ଯୋଦ୍ଧାମାନଙ୍କର ନିଃସ୍ୱାର୍ଥପର ସେବାକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଉଚ୍ଚ ସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଦେଶର କୋଭିଡ -୧୯ ପରିସ୍ଥିତି, ସ୍ୱାସ୍ଥ୍ୟ ଭିତ୍ତିଭୂମି ତଥା ପ୍ରସ୍ତୁତି, ଦେଶରେ ଟିକାକରଣ ଅଭିଯାନର ସ୍ଥିତି ଏବଂ ନୂତନ କୋଭିଡ -୧୯ ପ୍ରକାରର ଉତ୍ପତ୍ତି ଏବଂ ଜନସ୍ୱାସ୍ଥ୍ୟ ଉପରେ ଏହାର ପ୍ରଭାବ ସଂକ୍ରାନ୍ତରେ ସମୀକ୍ଷା କରିଛନ୍ତି । ଏହି ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କେତେକ ଦେଶରେ କୋଭିଡ-୧୯ ମାମଲାରେ ବୃଦ୍ଧିକୁ ଦୃଷ୍ଟିରେ ରଖି ଅନୁଷ୍ଠିତ ହୋଇଛି ।

ସ୍ୱାସ୍ଥ୍ୟ ସଚିବ ଏବଂ ନୀତି ଆୟୋଗର ସଦସ୍ୟଙ୍କ ଦ୍ୱାରା ଦେଶରେ ବୃଦ୍ଧି ପାଉଥିବା ମାମଲା ସମେତ ବିଶ୍ୱରେ କୋଭିଡ -୧୯ ପରିସ୍ଥିତିକୁ ନେଇ ଏକ ବିସ୍ତୃତ ଉପସ୍ଥାପନା କରାଯାଇଥିଲା । ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦିଆଯାଇଥିଲା ଯେ ଭାରତରେ ୨୨ ଡିସେମ୍ବର, ୨୦୨୨ ରେ ଶେଷ ହୋଇଥିବା ସପ୍ତାହରେ ଦୈନିକ ହାରାହାରି ମାମଲା ସଂଖ୍ୟା ୧୫୩ କୁ ଏବଂ ସାପ୍ତାହିକ ପଜିଟିଭ ହାର ୦.୧୪% ନିୟମିତ ହ୍ରାସ ପାଇବାରେ ଲାଗିଛି । ତେବେ ଗତ ୬ ସପ୍ତାହ ମଧ୍ୟରେ ସମଗ୍ର ବିଶ୍ୱରେ ହାରାହାରି ଦୈନିକ ୫.୯ ଲକ୍ଷ ମାମଲା ରିପୋର୍ଟ ହେଉଛି ।

ପ୍ରଧାନମନ୍ତ୍ରୀ ଆତ୍ମସନ୍ତୋଷ ବିରୋଧରେ ଚେତାବନୀ ଦେଇଛନ୍ତି ଏବଂ କଡାକଡି ଭାବେ ସଜାଗ ରହିବାକୁ ପରାମର୍ଶ ଦେଇଛନ୍ତି । ସେ ଦୋହରାଇଛନ୍ତି ଯେ କୋଭିଡ ଏପର୍ଯ୍ୟନ୍ତ ସମାପ୍ତ ହୋଇନାହିଁ ଏବଂ ବିଶେଷ କରି ଅନ୍ତର୍ଜାତୀୟ ବିମାନବନ୍ଦରରେ ଚାଲିଥିବା ନୀରିକ୍ଷଣ ପଦକ୍ଷେପକୁ ଦୃଢ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସବୁ ସ୍ତରରେ କୋଭିଡ ଯନ୍ତ୍ରପାତି, ପ୍ରସ୍ତୁତି ପ୍ରକ୍ରିୟା ଏବଂ ମାନବ ସମ୍ବଳ ଦୃଷ୍ଟିରୁ ଭିତ୍ତିଭୂମିକୁ ଏକ ଉଚ୍ଚ ସ୍ତରରେ ପ୍ରସ୍ତୁତି ନିଶ୍ଚିତ କରିବାକୁ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ଅମ୍ଳଜାନ ସିଲିଣ୍ଡର, ପିଏସ୍‍ଏ ପ୍ଲାଣ୍ଟ, ଭେଣ୍ଟିଲେଟର ଏବଂ ମାନବ ସମ୍ବଳ ସମେତ ହସ୍ପିଟାଲ ଭିତ୍ତିଭୂମିର କାର୍ଯ୍ୟ ପ୍ରସ୍ତୁତି ସୁନିଶ୍ଚିତ କରିବାକୁ କୋଭିଡ ପାଇଁ ଥିବା ବ୍ୟବସ୍ଥାଗୁଡିକର ଅଡିଟ୍ କରିବାକୁ ସେ ରାଜ୍ୟମାନଙ୍କୁ ପରାମର୍ଶ ଦେଇଛନ୍ତି ।

ପରୀକ୍ଷା ଏବଂ ଜେନୋମିକ୍ ସିକ୍ୱେନ୍ସିଂ ବଢାଇବାକୁ ପ୍ରଧାନମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟମାନଙ୍କୁ ଜେନୋମ ସିକ୍ୱେନ୍ସିଂ ପାଇଁ ର୍ନିଦ୍ଦିଷ୍ଟ ଆଇଏନଏସଏସିଓଜି ଜେନୋମ ସିକ୍ୱେନ୍ସିଂ ପରୀକ୍ଷାଗାର (ଆଜିଏସଏଲଏସ) ସହିତ ଅଧିକ ସଂଖ୍ୟକ ନମୂନା ପଠାଇବାକୁ କୁହାଯାଇଛି । ଏହା ସଠିକ୍ ସମୟରେ ଏହି ନୂତନ ପ୍ରଜାତିକୁ ଚିହ୍ନଟ କରିପାରିବ, ଯଦି ଏହା ଥାଏ, ତେବେ ଆବଶ୍ୟକ ଅନୁଯାୟୀ ପଦକ୍ଷେପ ଗ୍ରହଣ କରିବା ସହଜ ହେବ ।

ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ କୋଭିଡ ଉପଯୁକ୍ତ ଆଚରଣ ପାଳନ ବିଶେଷ କରି ଆଗାମୀ ଉତ୍ସବ ଋତୁକୁ ଦୃଷ୍ଟିରେ ରଖି ଜନଗହଳି ପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବାକୁ ଅନୁରୋଧ କରିଥିଲେ, । ପ୍ରଧାନମନ୍ତ୍ରୀ ଏହା ମଧ୍ୟ ଅନୁରୋଧ କରିଛନ୍ତି ଯେ ବିଶେଷ ଭାବରେ ସମ୍ବେଦନଶୀଳ ଏବଂ ବୟସ୍କ ବର୍ଗଙ୍କ ପାଇଁ ସତର୍କତାର ଡୋଜ୍‍ ଫଳପ୍ରଦ ହୋଇପାରେ ।

ଔଷଧ, ଟିକା ଏବଂ ଡାକ୍ତରଖାନା ଶଯ୍ୟା ସମ୍ବନ୍ଧରେ ପର୍ଯ୍ୟାପ୍ତ ଉପଲବ୍ଧତା ରହିଛି ବୋଲି ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦିଆଯାଇଥିଲା । ଅତ୍ୟାବଶ୍ୟକ ଔଷଧର ଉପଲବ୍ଧତା ଏବଂ ମୂଲ୍ୟ ଉପରେ ନିୟମିତ ନଜର ରଖିବାକୁ ସେ ପରାମର୍ଶ ଦେଇଛନ୍ତି ।

ସମୁଖ ଭାଗରେ ରହି କାର୍ଯ୍ୟ କରୁଥିବା ସ୍ୱାସ୍ଥ୍ୟ କର୍ମଚାରୀଙ୍କ ସର୍ବଭାରତୀୟ ସ୍ତରରେ ପ୍ରଶଂସିତ କାର୍ଯ୍ୟକୁ ଆଲୋକପାତ କରି ପ୍ରଧାନମନ୍ତ୍ରୀ ସେମାନଙ୍କୁ ସମାନ ନିଃସ୍ୱାର୍ଥପର ତଥା ଉତ୍ସର୍ଗୀକୃତ ଢଙ୍ଗରେ କାର୍ଯ୍ୟ ଜାରି ରଖିବାକୁ ପରାମର୍ଶ ଦେଇଥିଲେ ।

ଏହି ବୈଠକରେ କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭିୟ; ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର; ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଭାରତୀ ପ୍ରବୀନ ପାୱାର; ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ପି.କେ ମିଶ୍ର, ନୀତି ଆୟୋଗ ସିଇଓ ଶ୍ରୀ ପରମେଶ୍ୱରନ୍ ଆୟର,  ନୀତି ଆୟୋଗ ସଦସ୍ୟ (ସ୍ୱାସ୍ଥ୍ୟ) ଡକ୍ଟର ଭି କେ ପାଲ ; କ୍ୟାବିନେଟ ସଚିବ ଶ୍ରୀ ରାଜୀବ ଗୌବା ; ପିଏମଓ ଉପଦ୍ଦେଷ୍ଟା ଶ୍ରୀ ଅମିତ ଖେର; ଗୃହ ସଚିବ ଶ୍ରୀ ଏ କେ ଭଲ୍ଲା;  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶ୍ରୀ ରାଜେଶ ଭୂଷଣ, ସଚିବ (ଡିଏଚଆର) ଡକ୍ଟର ରାଜୀବ ବାହଲ, ସଚିବ ଫାର୍ମାସ୍ୟୁଟିକାଲ୍ସ (ଆଇ / ସି) ଶ୍ରୀ ଅରୁଣ ବାରୋକାଙ୍କ ସହିତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
When PM Modi Fulfilled A Special Request From 101-Year-Old IFS Officer’s Kin In Kuwait

Media Coverage

When PM Modi Fulfilled A Special Request From 101-Year-Old IFS Officer’s Kin In Kuwait
NM on the go

Nm on the go

Always be the first to hear from the PM. Get the App Now!
...
Under Rozgar Mela, PM to distribute more than 71,000 appointment letters to newly appointed recruits
December 22, 2024

Prime Minister Shri Narendra Modi will distribute more than 71,000 appointment letters to newly appointed recruits on 23rd December at around 10:30 AM through video conferencing. He will also address the gathering on the occasion.

Rozgar Mela is a step towards fulfilment of the commitment of the Prime Minister to accord highest priority to employment generation. It will provide meaningful opportunities to the youth for their participation in nation building and self empowerment.

Rozgar Mela will be held at 45 locations across the country. The recruitments are taking place for various Ministries and Departments of the Central Government. The new recruits, selected from across the country will be joining various Ministries/Departments including Ministry of Home Affairs, Department of Posts, Department of Higher Education, Ministry of Health and Family Welfare, Department of Financial Services, among others.