ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଛତିଶଗଡର ଦନ୍ତେୱାଡା ଜିଲ୍ଲାରେ ଛତିଶଗଡ ପୁଲିସ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି । ଏହି ଆକ୍ରମଣରେ ପ୍ରାଣ ହରାଇଥିବା ବୀର ଜୱାନମାନଙ୍କୁ ମଧ୍ୟ ଶ୍ରୀ ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଦନ୍ତେୱାଡାରେ ଛତିଶଗଡ ପୁଲିସ ଉପରେ ହୋଇଥିବା ଆକ୍ରମଣକୁ ଦୃଢ ନିନ୍ଦା କରୁଛି । ଆକ୍ରମଣରେ ପ୍ରାଣ ହରାଇଥିବା ବୀର ଜୱାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ସେମାନଙ୍କ ବଳୀଦାନ ସଦା ସ୍ମରଣୀୟ ହୋଇ ରହିବ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ।”
Strongly condemn the attack on the Chhattisgarh police in Dantewada. I pay my tributes to the brave personnel we lost in the attack. Their sacrifice will always be remembered. My condolences to the bereaved families.
— Narendra Modi (@narendramodi) April 26, 2023