ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଲୁଧିଆନାରେ ଗ୍ୟାସ୍ ଲିକ୍ ଘଟଣାରେ ଦୁଃଖବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ମୃତକ ଏବଂ ଆହତଙ୍କ ନିମନ୍ତେ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରାଯାଇଛି:
‘ଲୁଧିଆନାରେ ଗ୍ୟାସ୍ ଲିକ୍ ଘଟଣାରେ ଦୁଃଖ ପ୍ରକାଶ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୃତକଙ୍କ ପରିବାରକୁ ପିଏମଏନଆରଏଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ ନିମନ୍ତେ ଘୋଷଣା କରିଛନ୍ତି’ ।
Expressing grief on the tragedy in Ludhiana due to a gas leak, PM @narendramodi has announced an ex-gratia of Rs. 2 lakh from PMNRF for the next of kin of each deceased. The injured would be given Rs. 50,000.
— PMO India (@PMOIndia) May 1, 2023