କୁୱେତ ସହରରେ ଅଗ୍ନିକାଣ୍ଡ ଯୋଗୁ ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । କୁୱେତସ୍ଥିତ ଭାରତୀୟ ଦୂତାବାସ ପରିସ୍ଥିତି ଉପରେ ନଜର ରଖିବା ସହ ପ୍ରଭାବିତ ଏବଂ ସେମାନେ କାର୍ଯ୍ୟ କରୁଥିବା କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ଥିବା ପ୍ରଧାନମନ୍ତ୍ରୀ କହିଛନ୍ତି ।
ଏକ୍ସରେ ଭାରତୀୟ ଦୂତାବାସ ପକ୍ଷରୁ କରାଯାଇଥିବା ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି;
“କୁୱେତ ସହରରେ ଏଭଳି ଅଗ୍ନିକାଣ୍ଡ ଦୁଃଖଦାୟକ । ନିକଟ ସମ୍ପର୍କୀୟ ମାନଙ୍କୁ ହରାଇଥିବା ପରିବାର ପ୍ରତି ମୋର ସମବେଦନା ରହିଛି । ଆହତ ମାନଙ୍କର ଶୀଘ୍ର ଆଶୁ ଆରୋଗ୍ୟ କାମନା କରୁଛି । କୁୱେତ ସ୍ଥିତ ଭାରତୀୟ ଦୂତାବାସ ପରିସ୍ଥିତି ଉପରେ ନଜର ରଖିଛି ଏବଂ ପ୍ରଭାବିତଙ୍କୁ ସହାୟତା ଲାଗି ସେମାନେ କାର୍ଯ୍ୟ କରୁଥିବା କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ଅଛି’ ।
The fire mishap in Kuwait City is saddening. My thoughts are with all those who have lost their near and dear ones. I pray that the injured recover at the earliest. The Indian Embassy in Kuwait is closely monitoring the situation and working with the authorities there to assist… https://t.co/cb7GHN6gmX
— Narendra Modi (@narendramodi) June 12, 2024