ଉତ୍ତର ପ୍ରଦେଶର ହଥରସ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଦୁର୍ଘଟଣାର ଆହତମାନଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ପ୍ରଧାନମନ୍ତ୍ରୀ ।
ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତ ମାନଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।
ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:
“ଉତ୍ତର ପ୍ରଦେଶର ହଥରସରେ ହୋଇଥିବା ଦୁର୍ଘଟଣା ଅତ୍ୟନ୍ତ ପୀଡ଼ାଦାୟକ । ଦୁର୍ଘଟଣାରେ ଯେଉଁମାନେ ନିଜ ସମ୍ପର୍କୀୟଙ୍କୁ ହରାଇଛନ୍ତି ସେମାନଙ୍କ ପାଇଁ ମୋର ଗଭୀର ସମବେଦନା । ଏହି ଘଡ଼ିସନ୍ଧି ସମୟରେ ଭଗବାନ ସେମାନଙ୍କୁ ସାହାସ ଦିଅନ୍ତୁ । ଏଥିସହ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ଆଶୁ ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପ୍ରଭାବିତଙ୍କୁ ଯଥାସମ୍ଭବ ସହାୟତା କରୁଛି: ପ୍ରଧାନମନ୍ତ୍ରୀ @narendramodi”
“ଉତ୍ତର ପ୍ରଦେଶର ହଥରସ ଦୁର୍ଘଟଣାରେ ପ୍ରଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଘୋଷଣା କରାଯାଇଛି ।”
उत्तर प्रदेश के हाथरस में हुई सड़क दुर्घटना अत्यंत पीड़ादायक है। इसमें जिन्होंने अपने परिजनों को खोया है, उनके प्रति मेरी गहरी संवेदनाएं। ईश्वर उन्हें इस कठिन समय में संबल प्रदान करे। इसके साथ ही मैं हादसे में घायल लोगों के शीघ्र स्वस्थ होने की कामना करता हूं। राज्य सरकार की…
— PMO India (@PMOIndia) September 6, 2024
The Prime Minister has announced an ex-gratia of Rs. 2 lakh from PMNRF for the next of kin of each deceased in the mishap in Hathras, UP. The injured would be given Rs. 50,000. https://t.co/7qucGLR6ug
— PMO India (@PMOIndia) September 6, 2024