ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ଭଡୋଦରା ଠାରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା କରି ଅନୁକମ୍ପା ମୂଳକ ସହାୟତା ରାଶି ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦେବାକୁ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଭଡୋଦରା ଜିଲ୍ଲାରେ ଏକ ସଡ଼କ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇବା ଲୋକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ପିଏମଏନ୍ଆରଏଫ୍ରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା କରି ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ ।”
Anguished by the loss of lives due to a road accident in Vadodara district. Condolences to the bereaved families. May the injured recover soon. Rs. 2 lakh from PMNRF would be given to the next of kin of each deceased. Rs. 50,000 would be given to the injured: PM @narendramodi
— PMO India (@PMOIndia) October 4, 2022