ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ଅଲ୍ମୋରାରେ ହୋଇଥିବା ଏକ ଭୟଙ୍କର ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାର ଏବଂ ପ୍ରିୟଜନଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ପିଏମ୍ଓଇଣ୍ଡିଆ ଦ୍ୱାରା ସୋସିଆଲ୍ ମିଡିଆରେ ଶେୟାର କରାଯାଇଥିବା ଏକ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ପ୍ରଭାବିତ ପରିବାର ପ୍ରତି ସମବେଦନା ଜଣାଇବା ସହ ଦୁର୍ଘଟଣାରେ ଆହତମାନଙ୍କର ଶୀଘ୍ର ଆରୋଗ୍ୟ ପାଇଁ କାମନା କରିଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି, “ଉତ୍ତରାଖଣ୍ଡର ଅଲ୍ମୋରାଠାରେ ଘଟିଥିବା ଦୁର୍ଭାଗ୍ୟଜନକ ସଡକ ଦୁର୍ଘଟଣାରେ ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ମୁଁ ସେମାନଙ୍କୁ ଗଭୀର ସମବେଦନା ଜଣାଉଛି । ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମଧ୍ୟ ମୁଁ ପ୍ରାର୍ଥନା କରୁଛି ।”
ଶ୍ରୀ ନରେନ୍ଦ୍ର ମୋଦୀ ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ସହାୟତା ଦେବାକୁ ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦ ହଜାର ଟଙ୍କା ଦିଆଯିବ ।
उत्तराखंड के अल्मोड़ा में हुए सड़क हादसे में जिन्होंने अपनों को खोया है, उनके प्रति मेरी शोक-संवेदनाएं। इसके साथ ही मैं सभी घायलों की शीघ्र कुशलता की कामना करता हूं। राज्य सरकार की देखरेख में स्थानीय प्रशासन राहत और बचाव के हरसंभव प्रयास में जुटा है: PM @narendramodi
— PMO India (@PMOIndia) November 4, 2024
The Prime Minister has announced an ex-gratia of Rs. 2 lakh from PMNRF for the next of kin of each deceased in the mishap in Almora, Uttarakhand. The injured would be given Rs. 50,000. https://t.co/KAjq9Agj8i
— PMO India (@PMOIndia) November 4, 2024