ହିମାଚଳ ପ୍ରଦେଶର କିନ୍ନୌର ଦୁର୍ଘଟଣା ଜନିତ ମୃତ୍ୟୁ ନେଇ ପ୍ରଧାନମନ୍ତ୍ରୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ 2 ଲକ୍ଷ ଟଙ୍କା ଏବଂ ଆହତଙ୍କୁ 50 ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବା ନେଇ ମଧ୍ୟ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକାଧିକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ;
“ହିମାଚଳ ପ୍ରଦେଶର କିନ୍ନୌର ଭୂ-ସ୍ଖଳନ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଏଥିରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କ ପ୍ରିୟଜନଙ୍କୁ ମୋର ସମବେଦନା । ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ପାଇଁ ଚିକିତ୍ସାର ସମସ୍ତ ବ୍ୟବସ୍ଥା କରାଯାଉଛି । ମୁଁ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଧାନମନ୍ତ୍ରୀ @ନରେନ୍ଦ୍ରମୋଦୀ” ।
ହିମାଚଳ ପ୍ରଦେଶର କିନ୍ନୌର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ । ସେହିଭଳି ସମସ୍ତ ଆହତ ବ୍ୟକ୍ତିଙ୍କୁ ମଧ୍ୟ 50 ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ @ନରେନ୍ଦ୍ରମୋଦୀ” ।
हिमाचल प्रदेश के किन्नौर में भूस्खलन से हुआ हादसा अत्यंत दुखद है। इसमें जान गंवाने वाले लोगों के परिजनों के प्रति मेरी हार्दिक संवेदनाएं। दुर्घटना में घायल हुए लोगों के इलाज की पूरी व्यवस्था की जा रही है। मैं उनके शीघ्र स्वस्थ होने की कामना करता हूं: PM @narendramodi
— PMO India (@PMOIndia) July 25, 2021