ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର କୋଟାଠାରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନ୍ଆରଏଫ୍) ରୁ ସହାୟତା ରାଶିକୁ ମଧ୍ୟ ଅନୁମୋଦନ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ରାଜସ୍ଥାନର କୋଟାଠାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ ଅଟେ । ଯେଉଁମାନେ ଏଥିରେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ମୁଁ ସମବେଦନା ଜଣାଉଛି । ଭଗବାନ ସେମାନଙ୍କୁ ଏହି ଦୁଃଖ ସହ୍ୟ କରିବାକୁ ଶକ୍ତି ଦିଅନ୍ତୁ: ପ୍ରଧାନମନ୍ତ୍ରୀ”
“କୋଟାରେ ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା କରି ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ”
राजस्थान के कोटा में हुआ हादसा अत्यंत पीड़ादायक है। इसमें जिन लोगों को अपनी जान गंवानी पड़ी है, उनके परिजनों के प्रति मैं अपनी संवेदना प्रकट करता हूं। ईश्वर उन्हें इस अपार दुख को सहने की शक्ति प्रदान करे: PM @narendramodi
— PMO India (@PMOIndia) February 21, 2022
Rs. 2 lakh each from PMNRF would be given to the next of kin of those who lost their lives in a tragic accident in Kota. The injured would be given Rs. 50,000: PM @narendramodi
— PMO India (@PMOIndia) February 21, 2022