ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ଧୌଲପୁର ସଡକ ଦୁର୍ଘଟଣାରେ ହୋଇଥିବା ପ୍ରାଣ ହାନୀ ଘଟଣାରେ ଶୋକ ପ୍ରକାଶ କରିଛନ୍ତି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ପୀଡିତମାନଙ୍କୁ ସମସ୍ତ ପ୍ରକାର ସାହାଯ୍ୟ କରିବାରେ ନିୟୋଜିତ ଅଛନ୍ତି ବୋଲି ସେ ନିଶ୍ଚିତ କରିଛନ୍ତି ।
ଏକ୍ସର ଏକ ପୋଷ୍ଟରେ ସେ ଲେଖିଛନ୍ତି :
“ରାଜସ୍ଥାନର ଧୌଲପୁରରେ ଘଟିଥିବା ଦୁର୍ଘଟଣା ହୃଦୟ ବିଦାରକ । ନିରୀହ ପିଲାମାନଙ୍କ ସମେତ ପ୍ରାଣ ହରାଇଥିବା ମୃତକଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା । ଭଗବାନ ସେମାନଙ୍କୁ ଏହି ଯନ୍ତ୍ରଣା ସହିବାକୁ ଶକ୍ତି ଦିଅନ୍ତୁ । ଏଥିସହ ମୁଁ ସମସ୍ତ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ପୀଡିତମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇବାରେ ନିୟୋଜିତ ଅଛନ୍ତି ।”
ରାଜସ୍ଥାନର ଧୌଲପୁରରେ ଘଟିଥିବା ଦୁର୍ଘଟଣାରେ ପ୍ରତ୍ୟେକ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ଶ୍ରୀ ମୋଦୀ ପିଏମ୍ଏନ୍ଆରଏଫ୍ରୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି । ଏହାଛଡା ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଦିଆଯିବ ବୋଲି ସେ କହିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍ଓ) ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି :
“ପ୍ରଧାନମନ୍ତ୍ରୀ ରାଜସ୍ଥାନର ଧୌଲପୁରରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ପିଏମ୍ଏନ୍ଆର୍ଫ୍ରୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି । ଆହତମାନଙ୍କ ପାଇଁ ମଧ୍ୟ ୫୦,୦୦୦ ଟଙ୍କାର ସହାୟତା ଘୋଷଣା କରାଯାଇଛି ।”
राजस्थान के धौलपुर में हुआ हादसा हृदयविदारक है। इसमें मासूम बच्चों सहित जान गंवाने वालों के शोकाकुल परिजनों के प्रति मेरी संवेदनाएं। ईश्वर उन्हें इस पीड़ा को सहने की शक्ति प्रदान करे। इसके साथ ही मैं सभी घायलों के शीघ्र स्वस्थ होने की कामना करता हूं। राज्य सरकार की निगरानी में…
— PMO India (@PMOIndia) October 20, 2024
The Prime Minister has announced an ex-gratia of Rs. 2 lakh from PMNRF for the next of kin of each deceased in the mishap in Dholpur, Rajasthan. The injured would be given Rs. 50,000. https://t.co/NDdsTGKiEN
— PMO India (@PMOIndia) October 20, 2024