ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାଗଲପୁର ଠାରେ ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣା ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାରଙ୍କ ସହ କଥାବାର୍ତ୍ତା କରିବା ସହିତ କହିଛନ୍ତି ଯେ ପ୍ରଶାସନ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛି ଏବଂ ପୀଡିତମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯାଉଛି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ବିହାରର ଭାଗଲପୁରରେ ବିସ୍ଫୋରଣ ଯୋଗୁଁ ଜୀବନ ହାନି ହେବାର ଖବର ଦୁଃଖିତ କରିଛି । ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସହ କଥା ହୋଇଛି । ପ୍ରଶାସନ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛି, ଏବଂ ପୀଡିତମାନଙ୍କୁ ଯଥା ସମ୍ଭବ ସହାୟତା ଦିଆଯାଉଛି ।”
बिहार के भागलपुर में धमाके से हुई जनहानि की खबर पीड़ा देने वाली है। मैं घायलों के शीघ्र स्वस्थ होने की कामना करता हूं। घटना से जु़ड़े हालातों पर मुख्यमंत्री @NitishKumar जी से भी बात हुई। प्रशासन राहत और बचाव कार्यों में लगा हुआ है, और पीड़ितों को हर संभव सहायता दी जा रही है।
— Narendra Modi (@narendramodi) March 4, 2022